Posted inଜାତୀୟ

ସୁପ୍ରିମ୍‌କୋର୍ଟରେ ଚିନ୍ମୟାନନ୍ଦ ମାମଲା: ଏସ୍‌ଆଇଟି ଗଠନ ଲାଗି ନିର୍ଦ୍ଦେଶ

ନୂଆଦିଲ୍ଲୀ, ୩ା୯(ପି.ଟି.): ଉତ୍ତରପ୍ରଦେଶର ଶାହ୍‌ଜାହାନ୍‌ପୁରରେ ଆଇନ ଛାତ୍ରୀ ନିଖୋଜ ହେବା ଓ ଏନେଇ ପୂର୍ବତନ କେନ୍ଦ୍ରମନ୍ତ୍ରୀ ତଥା ଭାଜପା ନେତା ସ୍ବାମୀ ଚିନ୍ମୟାନନ୍ଦଙ୍କ ବିରୋଧରେ ଅସଦାଚରଣ ଅଭିଯୋଗ ଅଣାଯିବା ଘଟଣାରେ ଏସ୍‌ଆଇଟି (ସ୍ବତନ୍ତ୍ର ତଦନ୍ତକାରୀ ଟିମ୍‌) ଗଠନ କରିବାକୁ ସୁପ୍ରିମକୋର୍ଟ ସୋମବାର ରାଜ୍ୟ ସରକାରଙ୍କୁ ନିର୍ଦ୍ଦେଶ ଦେଇଛନ୍ତି। ଆଇଜି ପାହ୍ୟାର ଜଣେ ଅଧିକାରୀ ଏହାର ନେତୃତ୍ୱ ନେବାକୁ ନିର୍ଦ୍ଦେଶ ରହିଛି।
ରାଜସ୍ଥାନରୁ ଛାତ୍ରୀ ଉଦ୍ଧାର ହେବା ପରେ ତାଙ୍କୁ ଶୁକ୍ରବାର ସୁପ୍ରିମକୋର୍ଟରେ ହାଜର କରାଯାଇଥିଲା। ପୋଲିସ ହେପାଜତରେ ତାଙ୍କୁ ଦିଲ୍ଲୀରେ ରହିବା ଲାଗି ଅନୁମତି ଦିଆଯିବା ସହ ପୋଲିସ ସୁରକ୍ଷା ବ୍ୟବସ୍ଥା ମଧ୍ୟ ଯୋଗାଇ ଦିଆଯାଇଥିଲା। ସୋମବାର ବିଚାରପତି ଜଷ୍ଟିସ ଆର୍‌ ବାନୁମତୀ ଓ ଜଷ୍ଟିସ ଏ. ଏସ୍‌. ବୋପାନ୍ନାଙ୍କୁ ନେଇ ଗଠିତ ଖଣ୍ଡପୀଠ ଆଲ୍ଲାହାବାଦ ହାଇକୋର୍ଟର ମୁଖ୍ୟ ବିଚାରପତିଙ୍କୁ ଏକ ଖଣ୍ଡପୀଠ ଗଠନ କରି ତଦନ୍ତର ତଦାରଖ କରିବା ଲାଗି ଅନୁରୋଧ କରିଛନ୍ତି। ଏସ୍‌ଆଇଟି ଛାତ୍ରୀଙ୍କ ଅଭିଯୋଗର ତଦନ୍ତ କରିବାକୁ ନିର୍ଦ୍ଦେଶ ଦିଆଯାଇଛି। ପ୍ରକାଶଥାଉ କି, ଶାହ୍‌ଜାହାନ୍‌ପୁର ପୋଲିସ ନିକଟରେ ଗତ ଅଗଷ୍ଟ ୨୭ରେ ଛାତ୍ରୀ ନିଖୋଜ ଅଭିଯୋଗ ଅଣାଯାଇ ଚିନ୍ମୟାନନ୍ଦଙ୍କ ବିରୋଧରେ ମାମଲା ରୁଜୁ କରାଯାଇଥିଲା। ଛାତ୍ରୀଙ୍କ ବାପା ଚିନ୍ମୟାନନ୍ଦଙ୍କ ବିରୋଧରେ ଅସଦାଚରଣ ଅଭିଯୋଗ ଆଣିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ପ୍ରଧାନମନ୍ତ୍ରୀ ମୋଦିଙ୍କ ବିପକ୍ଷରେ ପ୍ରାର୍ଥୀ ବଦଳାଇଲା ବିଏସ୍‌ପି

ଲକ୍ଷ୍ନୌ,୧୯।୪: ଲୋକ ସଭା ନିର୍ବାଚନ ୨୦୨୪ ପାଇଁ ବିଏସ୍‌ପି ଏହାର ପ୍ରାର୍ଥୀଙ୍କ ଆଉ ଏକ ତାଲିକା ପ୍ରକାଶ କରିଛି। ଏହି ତାଲିକାରେ ମୋଟ ୧୧ ଜଣ...

କଂଗ୍ରେସ ପ୍ରାର୍ଥୀ ପାଇଁ ପ୍ରଚାର କଲେ ଶାହାରୁଖ ଖାନ୍‌! ଭିଡିଓ ଭାଇରାଲ

ନୂଆଦିଲ୍ଲୀ,୧୯।୪: କଂଗ୍ରେସ ପାଇଁ ପ୍ରଚାର କଲେ ବଲିଉଡର କିଙ୍ଗ ଖାନ୍‌ ଶାହରୁଖ ଖାନ୍‌। ଆଗାମୀ ଲୋକ ସଭା ନିର୍ବାଚନ ପାଇଁ କଂଗ୍ରେସ ପ୍ରାର୍ଥୀଙ୍କ ପାଇଁ ଷ୍ଟାର...

‘ଭାଜପାର ପ୍ରଥମ ଦିନ ଫ୍ଲପ୍‌ ହୋଇଗଲା’

ଲକ୍ଷ୍ନୌ,୧୯।୪: ସମାଜବାଦୀ ପାର୍ଟୀ ନେତା ଅଖିଳେଶ ଯାଦବ ଲୋକ ସଭା ନିର୍ବାଚନର ପ୍ରଥମ ଦିନର ଭୋଟିଂକୁ ନେଇ ଭାଜପାକୁ କଟାକ୍ଷ କରିଛନ୍ତି। ଭାଜପାର ପ୍ରଥମ ଦିନ...

ମେଣ୍ଟକୁ ନେଇ ଶାହାଙ୍କ ବଡ଼ ବୟାନ, କହିଲେ ଏମିତି…

ନୂଆଦିଲ୍ଲୀ,୧୯।୪: ଦେଶରେ ଆରମ୍ଭ ହୋଇଛି ଲୋକ ସଭା ନିର୍ବାଚନର ମହାପର୍ବ। ଏହାରି ଭିତରେ ୩ ଦଳ ଭୋଟରଙ୍କୁ ଆକର୍ଷିତ କରେଇବାକୁ ପୁରା ଜୋର ଲଗାଇ ଦେଇଛନ୍ତି।...

ଓଡିଶା ରାଜନୀତିକୁ ନେଇ ଶାହାଙ୍କ ବଡ଼ ବୟାନ, କହିଲେ ନବୀନଙ୍କ ସହ ବଡ଼ ଫାଇଟ୍‌

ନୂଆଦିଲ୍ଲୀ,୧୯।୪: ଆରମ୍ଭ ହୋଇଯାଇଛି ଲୋକ ସଭା ନିର୍ବାଚନ ୨୦୨୪ l ତେବେ ଓଡିଶାରେ ନିର୍ବାଚନ ପାଇଁ ଅଳ୍ପ ଦିନ ବାକି ଥିବାବେଳେ ଗୃହମନ୍ତ୍ରୀ ଅମିତ ଶାହା...

ବିଦିଶା ଲୋକସଭା ଆସନରୁ ପ୍ରାର୍ଥୀପତ୍ର ଦାଖଲ କଲେ ପୂର୍ବତନ ମୁଖ୍ୟମନ୍ତ୍ରୀ ଶିବରାଜ

ଭୋପାଳ,୧୯।୪: ଭାଜପାର ବରିଷ୍ଠ ନେତା ତଥା ମଧ୍ୟପ୍ରଦେଶର ପୂର୍ବତନ ମୁଖ୍ୟମନ୍ତ୍ରୀ ଶିବରାଜ ସିଂ ଚୌହାନ ବିଦିଶା ଲୋକସଭା ଆସନରୁ ପ୍ରାର୍ଥୀ ଭାବେ ଶୁକ୍ରବାର ନାମାଙ୍କନପତ୍ର ଦାଖଲ...

କଂଗ୍ରେସକୁ ଭୋଟ ନ ଦେବାକୁ କହିଲେ ମମତା ବାନାର୍ଜୀ

କୋଲକତା,୧୯।୪: ପଶ୍ଚିମବଙ୍ଗ ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀ ଗୁରୁବାର ବିରୋଧୀ ଇଣ୍ଡିଆ ମେଣ୍ଟରେ ଥିବା ସିପିଆଇ(ଏମ) ଓ କଂଗ୍ରେସକୁ ତୀବ୍ର ସମାଲୋଚନା କରିଛନ୍ତି। ଉଭୟ ଦଳ ବେଙ୍ଗଲରେ...

‘ଜେଲ୍‌ରେ କେଜ୍‌ରିଓ୍ବାଲଙ୍କ ସହ କିଛି ବି ହୋଇପାରେ’

ନୂଆଦିଲ୍ଲୀ,୧୯।୪: ଅରବିନ୍ଦ କେଜ୍‌ରିଓ୍ବାଲଙ୍କୁ ମଧୁମେହ ହୋଇଥିଲେ ହେଁ ସେ ଜେଲ୍‌ରେ ଆମ୍ବ ଏବଂ ମିଠା ଖାଉଛନ୍ତି ବୋଲି ପ୍ରବର୍ତ୍ତନ ନିର୍ଦ୍ଦେଶାଳୟ(ଇଡି) ଦାବି କରିଛି। ଏହାପରେ ରାଜନୈତିକ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri