Posted inଜାତୀୟ

ସୁପ୍ରିମ୍‌କୋର୍ଟର ୪ ବିଚାରପତି ନେଲେ ଶପଥ: ଆସନ୍ତା ମାସଠାରୁ ଜଣିକିଆ ଖଣ୍ଡପୀଠରେ ବିଚାର ହେବା ସମ୍ଭାବନା

ନୂଆଦିଲ୍ଲୀ, ୨୩।୯: ସୁପ୍ରିମ୍‌କୋର୍ଟର ୪ ନୂଆ ବିଚାରପତି ସୋମବାର ଶପଥ ନେଇଛନ୍ତି। ଏହାଦ୍ୱାରା ସର୍ବୋଚ୍ଚ ନ୍ୟାୟାଳୟର ବିଚାରପତି ସଂଖ୍ୟା ୩୪କୁ ବୃଦ୍ଧି ପାଇଛି। ବିଚାରପତି ହିମାଚଳପ୍ରଦେଶ ହାଇକୋର୍ଟ ମୁଖ୍ୟ ବିଚାରପତି ଭି. ରାମସୁବ୍ରମଣ୍ୟନ୍‌, ପଞ୍ଜାବ ହରିୟାଣା ହାଇକୋର୍ଟ ମୁଖ୍ୟ ବିଚାରପତି କୃଷ୍ଣ ମୁରାରୀ, ରାଜସ୍ଥାନ ହାଇକୋର୍ଟ ମୁଖ୍ୟ ବିଚାରପତି ଏସ୍‌.ରବୀନ୍ଦ୍ର ଭଟ୍ଟ ଏବଂ କେରଳ ହାଇକୋର୍ଟ ମୁଖ୍ୟ ବିଚାରପତି ହୃଷିକେଶ ରାୟ ପଦ ଓ ଗୋପନୀୟତାର ଶପଥ ନେଇଛନ୍ତି। ସୁପ୍ରିମ୍‌କୋର୍ଟ ପ୍ରଧାନ ବିଚାରପତି ରଞ୍ଜନ ଗୋଗୋଇ ସେମାନଙ୍କୁ ଶପଥ ପାଠ କରାଇଛନ୍ତି। ସର୍ବୋଚ୍ଚ ନ୍ୟାୟାଳୟର ବିଚାରପତିଙ୍କ ସଂଖ୍ୟା ବୃଦ୍ଧି ପାଇବା ଯୋଗୁ ଏଣିକି ଆସନ୍ତା ମାସଠାରୁ ଜଣିକିଆ ଖଣ୍ଡପୀଠରେ ବିଭିନ୍ନ ମାମଲାର ବିଚାର କରାଯିବାର ସମ୍ଭାବନା ବୃଦ୍ଧି ପାଇଛି। ଏହାଦ୍ୱାରା ପଡ଼ି ରହିଥିବା ମାମଲାର ବିଚାର ଶୀଘ୍ର ହୋଇପାରିବ। ଏପରି ହେଲେ ୪୦ ବର୍ଷ ପରେ ପୁଣି ଥରେ ସୁପ୍ରିମ୍‌କୋର୍ଟରେ ଜଣିକିଆ ଖଣ୍ଡପୀଠରେ ମାମଲାର ଫଇସଲା ଆରମ୍ଭ ହେବ।


Enter your email to get our daily news in your inbox.

All Right Reserved By Dharitri.Com

ଦାରିଙ୍ଗବାଡ଼ି ଅଞ୍ଚଳରେ ଲଗାଣ ବର୍ଷା: ୩ ଦିନ ହେଲା ଅନ୍ଧାରରେ ଏକାଧିକ ପଞ୍ଚାୟତ, ଲୋକଙ୍କୁ ଡିବି-ଲଣ୍ଠନ ଭରସା

ଦାରିଙ୍ଗବାଡ଼ି,୬ା୭(ଅରୁଣ ସାହୁ): କନ୍ଧମାଳ ଜିଲାରେ ଗୁରୁବାର ବିଳମ୍ବିତ ରାତିରୁ ଲଗାଣବର୍ଷା ଜାରି ରହିଛି। ଫଳରେ ଅଞ୍ଚଳରେ ଏକ ପ୍ରକାର ଅଚଳାବସ୍ଥା ଦେଖାଯାଇଛି। ବର୍ଷା ପରଠାରୁ ବିଦ୍ୟୁତ୍‌ ବାରମ୍ବାର…

ଏଇ ଭାରତରେ

ରକ୍ତଦାନ ମହାପୁଣ୍ୟ, ଏହି ଉକ୍ତିର ଯଥାର୍ଥତା ପ୍ରତିପାଦନ କରିଛନ୍ତି ତେଲଙ୍ଗାନାର ଭି. ରାମକୃଷ୍ଣ ରେଡ୍ଡୀ। ସେ ୩୦ ବର୍ଷ ଧରି ରକ୍ତଦାନ କାର୍ଯ୍ୟକ୍ରମକୁ ସଫଳତାର ସହ ସଞ୍ଚାଳନ…

ଐତିହାସିକ ବିସ୍ମୃତିର ନବପର୍ବ

ଗୋଟିଏ ମୂର୍ତ୍ତି। ଅତୀତର ଗର୍ଭରେ ବିଲୀନ ହୋଇଯାଇଥିବା ମହେଞ୍ଜୋଦାରୋ ସଭ୍ୟତାର ସାମାଜିକ ଓ ସାଂସ୍କୃତିକ ଜୀବନଧାରା ସମ୍ପର୍କରେ ଯେଉଁ ଯତ୍‌କିଞ୍ଚତ୍ତ୍‌ ଧାରଣା ଏବେ ଆମେ ପାଇଛେ, ସେଥିରେ…

ଅବସର ଘୋଷଣା କଲେ ନେମାର, ଫିଫା ବିଶ୍ୱକପ୍‌ରେ ବ୍ରାଜିଲର ଅଶ୍ରୁଳ ବିଦାୟ ପରେ…

ବ୍ରାସିଲିଆ,୬ା୭: ଅନ୍ତର୍ଜାତୀୟ ଫୁଟବଲ୍‌ରୁ ଅବସର ନେଇଛନ୍ତି ବ୍ରାଜିଲର ଷ୍ଟାର୍‌ ଖେଳାଳି ନେମାର। ଫିଫା ବିଶ୍ୱକପ୍‌ରେ ବ୍ରାଜିଲର ଅଶ୍ରୁଳ ବିଦାୟ ପରେ ନେମାର ଏହି ଅବସର ଘୋଷଣା କରିଛନ୍ତି।…

ଚାକିରିରୁ ରିଜାଇନ ଦେଲେ ଭୁବନେଶ୍ୱର ଡିସିପି, କହିଲେ ଏହି କାରଣରୁ…

ଭୁବନେଶ୍ୱର,୬ା୭: ଭୁବନେଶ୍ୱର ଡିସିପି ଜଗମୋହନ ମୀନା ଚାକିରିରୁ ରିଜାଇନ ଦେଇଛନ୍ତି। ବ୍ୟକ୍ତିଗତ କାରଣରୁ ସେ ଚାକିରି ଛାଡ଼ିଦେଇଥିବା କହିଛନ୍ତି। ଡିସିପି ଜଗମୋହନ ୨୦୧୩ ବ୍ୟାଚ୍‌ର ଆଇପିଏସ୍‌ ଅଫିସର…

ସକାଳୁ ସକାଳୁ ଚମ୍ପୁଆରେ ଏନ୍‌କାଉଣ୍ଟର, ଅପରାଧୀଙ୍କ ନାମରେ ରହିଛି…

କେନ୍ଦୁଝର,୬ା୭(ନରେଶ ଚନ୍ଦ୍ର ପଟ୍ଟନାୟକ) କେନ୍ଦୁଝର ପୋଲିସ ସୋମବାର ଚମ୍ପୁଆ ଥାନା ଅନ୍ତର୍ଗତ ପତଳା ଜଙ୍ଗଲରେ ଜଣେ ଅପରାଧୀଙ୍କୁ ଏନ୍‌କାଉଣ୍ଟର କରିଥିବା ଜଣା ପଡ଼ିଛି। ସେ ଆହତ ହୋଇ…

ଭାରତର ଏକତା ଓ ପ୍ରଗତି ପାଇଁ ସମର୍ପିତ ଏକ ଜୀବନ

ରାଷ୍ଟ୍ରବାଦ ଓ ନିଃସ୍ବାର୍ଥ ସେବାର ଆଦର୍ଶରେ ବିଶ୍ୱାସ କରୁଥିବା ଅଗଣିତ ଲୋକଙ୍କ ପାଇଁ ଆଜିର ଦିନ, ୬ ଜୁଲାଇର ବିଶେଷ ମହତ୍ତ୍ୱ ରହିଛି। ଆମେ ଡକ୍ଟର ଶ୍ୟାମା…

ସବୁଆଡ଼ୁ ଘେରିଗଲାଣି ଚାଇନା

ଭାରତର ପଶ୍ଚିମରେ ଥିବା ଆରବ ସାଗରକୁ ଚାଇନା ପ୍ରବେଶ କରିବା ପାଇଁ ଚାଇନା-ପାକିସ୍ତାନ ଅର୍ଥନୈତିକ କରିଡର (ସିପିଇସି) ସୃଷ୍ଟି କରାଯାଇଛି। ସେଥିରେ ରାସ୍ତା ନିର୍ମାଣଠାରୁ ଆରମ୍ଭ କରି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri