ସୁବର୍ଣ୍ଣପୁରରେ ନୂଆଁଖାଇ ଲଗ୍ନ ଧାର୍ଯ୍ୟ

ସୋନପୁର,୨୪।୮(ନି.ପ୍ର.) : ଗଡଜାତ ପରମ୍ପରା ଅନୁସାରେ ନୂଆଁଖାଇ ଲଗ୍ନ ଶନିବାର ଅପରାହ୍ନ ୪ଟାରେ ସୋନପୁର ଗଡଭିତର ଜଗନ୍ନାଥ ମନ୍ଦିର ପରିସରରେ ଧାର୍ଯ୍ୟ ହୋଇଛି। ସେପ୍ଟେମ୍ବର ୩ତାରିଖ ଭାଦ୍ରବ ମାସ ଶୁକ୍ଳ ପକ୍ଷ ୧୮ ଦିନ ପଞ୍ଚମୀ ତିଥି ମଙ୍ଗଳବାର ସମଲେଇ ମନ୍ଦିରରୁ ସ୍ବତନ୍ତ୍ର ଭାବେ ପାହୁର ଶୋଭାଯାତ୍ରା ସକାଳ ୮ଟା ୪୬ ମିନିଟ୍‌ରୁ ୯ଟା ୨୮ ମିନିଟ୍‌ ମଧ୍ୟରେ ବାହାରିବ। ଏହା ଅଷ୍ଟଚଣ୍ଡୀଙ୍କ ପୀଠକୁ ଯିବ। ସକାଳ ଘ୯.୫୭ମିନିଟ୍‌ରୁ ଘ୧୦.୧୧ମିନିଟ୍‌ ମଧ୍ୟେ ବିଶୁଦ୍ଧ ତୁଳା ନକ୍ଷତ୍ର ଲଗ୍ନ ଅମୃତ ସମୟରେ ଜିଲାର ଅଧିଷ୍ଠାତ୍ରୀ ଦେବୀ ମା’ ସୁରେଶ୍ୱରୀଙ୍କଠାରେ ନବାହ୍ନ ଭୋଗ ଲାଗିବ। ଏହାପରେ ଜିଲାବାସୀ ନବାହ୍ନ ଭକ୍ଷଣ କରିବେ। ଜିଲାର ପଣ୍ଡିତମାନେ ସମବେତ ହୋଇ ଏହି ଲଗ୍ନ ଧାର୍ଯ୍ୟ କରିଛନ୍ତି। ସମସ୍ତଙ୍କ ସମ୍ମତି ହେବା ପରେ ପଣ୍ଡିତ ସମବେତ ମନ୍ତ୍ରୋଚାରଣରେ ମନ୍ଦିର ଗୁଞ୍ଜରିତ ହେବା ସହ ବିଶେଷ ପୂଜାର୍ଚ୍ଚନା ହୋଇଥିଲା। ପଣ୍ଡିତ ମହାସଭାରେ ଜ୍ୟୋର୍ତିବିତ୍‌ ସୀତାଂଶୁ ଶେଖର ପାଣିଗ୍ରାହୀ, ରାଜେନ୍ଦ୍ର କୁମାର ମହାପାତ୍ର, ମହେଶ କୁମାର ପୂଜାହାରୀ, ରାମଗୋପାଳ ପୂଜାହାରୀ, ବୈଦ୍ୟନାଥ ଗୁରୁ, ସଚ୍ଚିଦାନନ୍ଦ ଦାଶ ଓ ଗୌରିଶଙ୍କର ରଥଙ୍କ ସମେତ ବହୁ ପଣ୍ଡିତ ଲଗ୍ନଧାର୍ଯ୍ୟରେ ସାମିଲ ଥିଲେ। ଏଥିସହ ମ୍ୟୁନିସିପାଲିଟିର ଜନସୂଚନା ଅଧିକାରୀ ଶିବରାମ ସାହୁ, ସତ୍ୟନାରାୟଣ ସାହୁ, ସାମାଜିକ କର୍ମୀ ଶ୍ରୀବତ୍ସ ମଲ୍ଲିକ, ବାଳମୁକୁନ୍ଦ ସାହୁ, ଷଷ୍ଠୀ ବଡମାଳୀ ଓ ପ୍ରଫୁଲ୍ଲ ଥନାପତି ପ୍ରମୁଖ ବହୁ ବିଶିଷ୍ଟ ବ୍ୟକ୍ତି ଉପସ୍ଥିତ ଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଜିଲାପାଳ ବଦଳିଲା ପରେ ଗୋ ଶ୍ରଦ୍ଧା ଯୋଜନା ଫେଲ୍‌

ସୋନପୁର,୨୧।୪(ମୃତ୍ୟୁଞ୍ଜୟ ଶତପଥୀ)ସୁବର୍ଣ୍ଣପୁର ପୌର ପ୍ରଶାସନ ପକ୍ଷରୁ ୨୦୨୧ ଅଗଷ୍ଟ ୧୬ ତାରିଖ ଠାରୁ ସହରରେ ଆରମ୍ଭ ହୋଇଥିଲା ଗୋ ଶ୍ରଦ୍ଧା ଯୋଜନା। ସହରରେ ଗାଈ ଗୋରୁ...

ଲଢ଼େଇ ଅଭିଜ୍ଞ ବନାମ ନୂଆ ମୁହଁ

ସୋନପୁର,୧୭।୪(ମୃତ୍ୟୁଞ୍ଜୟ ଶତପଥୀ):ସୁବର୍ଣ୍ଣପୁର ଜିଲା ସୋନପୁର ବିଧାନସଭା ଆସନ ପାଇଁ ସର୍ବପ୍ରଥମେ ନବନିର୍ମାଣ କୃଷକ ସଂଗଠନ ସୋନାଲି ବିଶିଙ୍କ ନାମ ଘୋଷଣା କରିଥିଲା। କିଛିଦିନ ପରେ ବିଜେଡି...

ସୋନପୁର ହୋଇନି ସୁବର୍ଣ୍ଣପୁର

ସୋନପୁର,୧୪।୪(ମୃତ୍ୟୁଞ୍ଜୟ ଶତପଥୀ)ସୁବର୍ଣ୍ଣପୁର ଏକ ସ୍ବତନ୍ତ୍ର ଜିଲା ଗଠନ ହେବାର ଇତିମଧ୍ୟରେ ୩୧ ବର୍ଷ ବିତିଯାଇଛି। ୧୯୯୩ ମସିହା ଏପ୍ରିଲ ୧ ତାରିଖରେ ସୋନପୁର ଉପଖଣ୍ଡ ବଲାଙ୍ଗୀର...

ଶିକ୍ଷିତ ବେକାରଙ୍କ ସଂଖ୍ୟା ବଢୁଛି

ସୋନପୁର,୧୨।୪(ମୃତ୍ୟୁଞ୍ଜୟ ଶତପଥୀ): ସୁବର୍ଣ୍ଣପୁର ଜିଲାରେ ଶିକ୍ଷିତ ବେକାରଙ୍କ ସଂଖ୍ୟା ଦିନକୁ ଦିନ ବଢିଚାଲିଛି। ନିଯୁକ୍ତି ସୁଯୋଗ ନ ଥିବାରୁ ଶିକ୍ଷିତ ଯୁବତୀଯୁବକମାନେ ବାହାର ରାଜ୍ୟକୁ କାମ...

ବିଜେଡି ଛାଡ଼ିଲେ ବୀରମହାରାଜପୁର ବ୍ଲକ ଅଧ୍ୟକ୍ଷା, ଉପାଧ୍ୟକ୍ଷ

ଅମରପାଲି,୮ା୪(ପୀତାମ୍ବର ସାହୁ): ସୋମବାର ବିଜେଡିରୁ ଇସ୍ତଫା ଦେଇଛନ୍ତି ବୀରମହାରାଜପୁର ବ୍ଲକ ଅଧ୍ୟକ୍ଷା ଶାନ୍ତି ଲୁହା ଏବଂ ବ୍ଲକ ଉପାଧ୍ୟକ୍ଷ ତଥା ବ୍ଲକ ବିଜେଡି ଯୁବ ସଭାପତି...

ନିରଞ୍ଜନ-ପ୍ରମୋଦ, ପଦ୍ମନାଭ-ରଘୁନାଥ ଲଢ଼େଇ

ସୋନପୁର,୭।୪(ମୃତ୍ୟୁଞ୍ଜୟ ଶତପଥୀ)ଚଳିତ ନିର୍ବାଚନରେ ସୁବର୍ଣ୍ଣପୁର ଜିଲାର ସୋନପୁର ଓ ବୀରମହାରାଜପୁର ବିଧାନସଭା ଆସନରେ ପୁଣି ପରସ୍ପରକୁ ସାମ୍ନା କରିବାକୁ ଯାଉଛନ୍ତି ଶାସକ ଓ ବିପକ୍ଷ ଦଳର...

କାର୍‌ରୁ ମିଳିଲା ୫୫ ଲକ୍ଷ ଟଙ୍କା

ବିନିକା,୬ା୪: କାର୍‌ରୁ ମିଳିଛି ଲକ୍ଷାଧିକ ଟଙ୍କା। ସୁବର୍ଣ୍ଣପୁର ଜିଲା ବିନିକା କଲେଜ ଛକରେ ଗାଡ଼ି ଚେକିଂ ବେଳେ ଏକ କାର୍‌ରୁ ୫୫ ଲକ୍ଷ ଟଙ୍କା ଜବତ...

ନେପାଳରେ ଚମକିଲେ ସୁବର୍ଣ୍ଣପୁରର ୩ କୁନି ମଡେଲ

ସୋନପୁର,୬ା୪(ମୃତ୍ୟୁଞ୍ଜୟ ଶତପଥୀ): ସୁବର୍ଣ୍ଣପୁର ସହରର ୩ ଝିଅ ନେପାଳର ରାଜଧାନୀ କାଠମାଣ୍ଡୁରେ ଆୟୋଜିତ ଅନ୍ତର୍ଜାତୀୟ ମଡେଲିଂ ପ୍ରତିଯୋଗିତାରେ ଭାଗ ନେଇ ନିଜର ଶ୍ରେଷ୍ଠତ୍ୱ ପ୍ରତିପାଦନ କରିଛନ୍ତି।...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri