ସୁବର୍ଣ୍ଣପୁରରେ ବିଶ୍ୱ ଯୋଗ ଦିବସ: ସ୍ବାସ୍ଥ୍ୟ ପାଇଁ ଯୋଗର ଆବଶ୍ୟକତା ରହିଛି

ସୋନପୁର,୨୧।୬(ନି.ପ୍ର.)- ସୁବର୍ଣ୍ଣପୁର ରୟାଲ ପଡ଼ିଆ ଓ ଟାଉନହଲ୍‌ଠାରେ ବିଶ୍ୱ ଯୋଗ ଦିବସ ଶୁକ୍ରବାର ପାଳିତ ହୋଇଯାଇଛି। ଜିଲା ଯୋଗ ମହୋତ୍ସବ ସମିତି ଆନୁକୂଲ୍ୟରେ ଟାଉନହଲ୍‌ଠାରେ ଆୟୋଜିତ କାର୍ଯ୍ୟକ୍ରମରେ ଅବସରପ୍ରାପ୍ତ ସେନା ଅଧିକାରୀ ତଥା ଗୋପାଲଜୀ ଯୋଗାଳୟର ଉପଦେଷ୍ଟା ମଧୁସୂଦନ ପୂଜାରୀ ମୁଖ୍ୟଅତିଥି ଭାବେ ଯୋଗ ଦେଇଥିଲେ । ଯୋଗ ଦ୍ୱାରା ଏକ ସୁସ୍ଥ ଓ ନୀରୋଗ ଶରୀର ଗଠନ ସମ୍ବବ । ଯୋଗ ଭାରତୀୟ ସଂସ୍କୃତିର ପ୍ରାଚୀନ ପରମ୍ପରା ବୋଲି ପୂଜାରୀ କହିବା ସହିତ ଯୋଗର ଉପାଦେୟତା ସମ୍ପର୍କରେ ବୁଝାଇଥିଲେ । ରାଷ୍ଟ୍ରୀୟ ସ୍ବୟଂ ସେବକ ସଂଘର ବିଭାଗ ବୌଦ୍ଧିକ ପ୍ରମୁଖ ଦିଲୀପ କୁମାର ତ୍ରିପାଠୀ ସମ୍ମାନିତ ଅତିଥି ଭାବେ ଯୋଗଦେଇଥିଲେ। ଡ. ତ୍ରିପାଠୀ ଆୟୁଷ ମନ୍ତ୍ରଣାଳୟ ଦ୍ୱାରା ନିର୍ଦ୍ଧାରିତ ବିଭିନ୍ନ ଯୋଗ ବ୍ୟାୟାମ, ଯୋଗାସନ ଓ ପ୍ରାଣାୟାମ ପ୍ରଦର୍ଶନ କରିଥିଲେ। ଇନ୍‌ଟାକ ସୋନପୁର ଚାପ୍ଟରର ଆବାହକ ତଥା ଯୋଗ ମହୋତ୍ସବ ସମିତିର ଜିଲା ସଂଯୋଜକ ଶରତ ଶତପଥୀ ସଭାରେ ଅଧ୍ୟକ୍ଷତା କରିଥିଲେ। ସମିତିର ନଗର ସଂଯୋଜକ ସୁଦାମ ଚରଣ ବିଶ୍ରି ମଞ୍ଚ ପରିଚାଳନା କରିଥିଲେ। ଗୋପାଲଜୀ ଯୋଗାଳୟର ସମ୍ପାଦକ ନିରଞ୍ଜନ ତ୍ରିପାଠୀ ଧନ୍ୟବାଦ ପ୍ରଦାନ କରିଥିଲେ । କାର୍ଯ୍ୟକ୍ରମରେ ଛାତ୍ରୀଛାତ୍ର, ବିଭିନ୍ନ ଆଧ୍ୟାତ୍ମିକ ଅନୁଷ୍ଠାନର ସଦସ୍ୟ, ସ୍ବେଚ୍ଛାସେବୀ ଓ ବହୁ ଜନସାଧାରଣ ଯୋଗ ଦେଇ ଯୋଗାଭ୍ୟାସ କରିଥିଲେ ।


Enter your email to get our daily news in your inbox.

All Right Reserved By Dharitri.Com

ଶୀତଳ ଭଣ୍ଡାରରେ ଭୟାବହ ଅଗ୍ନିକାଣ୍ଡ: ୧୦ କୋଟିରୁ ଉର୍ଦ୍ଧ୍ବ ଟଙ୍କାର ସମ୍ପତ୍ତି ନଷ୍ଟ, ନିଆଁ ଲିଭାଉଛି ରୋବର୍ଟ

କୁଚିଣ୍ଡା,୧୫।୨(ବିରଞ୍ଚି ଦର୍କା): ସମ୍ବଲପୁର ଜିଲା ବାମରା ନିକଟସ୍ଥ ନୁଁନୁନିଆମୁଣ୍ଡା ସ୍ଥିତ ଲାଠ ଶୀତଳ ଭଣ୍ଡାରରେ ରଵିବାର ସକାଳେ ସର୍ଟସର୍କିଟ ଯୋଗୁଁ ଅଗ୍ନିକାଣ୍ଡ ହୋଇଛି । ଏଥିରେ କୋଟି…

ସମ୍ବଲପୁରରେ ଭାରତ ବନ୍ଦ ସଫଳ: ଜାତୀୟ ରାଜପଥରେ ଗାଡ଼ି ଜାମ୍‌

ସମ୍ବଲପୁର,୧୨।୨(ପ୍ରମୋଦ ବହିଦାର): ନୂଆ ଶ୍ରମ କୋଡ଼ ନେଇ ବିଜ୍ଞପ୍ତି ପ୍ରକାଶ ପାଇବା ପରେ ବିଭିନ୍ନ ଶ୍ରମିକ ସଂଗଠନ ମଧ୍ୟରେ ତୀବ୍ର ଅସନ୍ତୋଷ ସୃଷ୍ଟି ହୋଇଛି। ଫଳରେ ଶ୍ରମ…

ରାସ୍ତାରେ ଷ୍ଟଣ୍ଟ୍‌ କରୁଥିଲେ ଯୁବକ: ମାଡ଼ିବସିଲା ପୋଲିସ

ସମ୍ବଲପୁର,୭।୨(ପ୍ରମୋଦ ବହିଦାର): ବୁର୍ଲା ଥାନା ଅନ୍ତର୍ଗତ ହୀରାକୁଦ ଜଳଭଣ୍ଡାର ଦକ୍ଷିଣ(ରାଇଟ) ଡାଇକ ରାସ୍ତାରେ ବେପରୁଆ ଓ ବିପଦପୂର୍ଣ୍ଣ ଭାବରେ କାର୍‌ ଚାଳନା(ଷ୍ଟଣ୍ଟ) କରିଥିବା ଅଭିଯୋଗରେ ୭ ଯୁବକଙ୍କୁ…

ଛାତ୍ରୀଙ୍କୁ ଅସଦାଚରଣ ଅଭିଯୋଗ: ନିଲମ୍ବିତ ହେଲେ ସହକାରୀ ପ୍ରଫେସର

ସମ୍ବଲପୁର,୭।୨(ପ୍ରମୋଦ ବହିଦାର): ସମ୍ବଲପୁର ବିଶ୍ବବିଦ୍ୟାଳୟର ଏମ୍‌ବିଏ ବିଭାଗର ଗବେଷଣାରତ ଜଣେ ପିଏଚ୍‌ଡି ଛାତ୍ରୀଙ୍କୁ ତାଙ୍କ ଗାଇଡ ଅସଦାଚରଣ କରିଥିବା ଅଭିଯୋଗ ହୋଇଥିଲା। ଛାତ୍ରୀଙ୍କ ଅଭିଯୋଗ ଆଧାରରେ ବିଶ୍ବବିଦ୍ୟାଳୟର…

ସମ୍ବଲପୁର ସର୍କଲ ଜେଲ୍‌ରେ ରାଜସ୍ଥାନ ପୋଲିସ

ସମ୍ବଲପୁର,୬।୨: ରାଜସ୍ଥାନ ପୋଲିସର ଏକ ଟିମ୍‌ ଶୁକ୍ରବାର ସମ୍ବଲପୁର ସର୍କଲ ଜେଲ୍‌ରେ ପହଞ୍ଚି ପୋଲିସ ଅଧିକାରୀଙ୍କୁ ଭେଟିଛନ୍ତି। ଏହି ଅବସରରେ ରାଜସ୍ଥାନ ପୋଲିସ ଜେଲ୍‌ରେ ଥିବା ଦୁର୍ଦ୍ଦାନ୍ତ…

ସରକାରଙ୍କ ବଡ଼ ଘୋଷଣା: ବୁର୍ଲାରେ ଖୋଲିବ ନୂଆ ତହସିଲ ଅଫିସ

ସମ୍ବଲପୁର,୨।୨:(ପ୍ରମୋଦ ବହିଦାର): ସମ୍ବଲପୁର ପାଇଁ  ବଡ଼ ଘୋଷଣା। ଖୁସିହେବେ ବୁର୍ଲାବାସୀ। ସମ୍ବଲପୁର ବୁର୍ଲାରେ ଖୋଲିବ ନୂଆ ତହସିଲ ଅଫିସ। ଏନେଇ ରାଜସ୍ବ ମନ୍ତ୍ରୀ ସୁରେଶ ପୂଜାରୀ ସୂଚନା…

ବାଇକ୍‌କୁ ଧକ୍କା ଦେଇ ଘୋଷାଡ଼ି ନେଲା ବୋଲେରୋ: ଚାଲିଗଲା ସ୍ବାମୀଙ୍କ ଜୀବନ, ସ୍ତ୍ରୀ ଗୁରୁତର

ଗୋଡ଼ଭଗା,୩୧ା୧(ସୁରେଶ ଦାଶ): ଗୋଡ଼ଭଗା ଫାଣ୍ଡି ଅନ୍ତର୍ଗତ ଗୋଡ଼ଭଗା ମାରୱାଡି ଧର୍ମଶାଳା ପାଖରେ ଶୁକ୍ରବାର ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଛି। ଏଥିରେ କଳାମାଟି ପଞ୍ଚାୟତ ମାଉଲିଭାଗର ହେମସାଗର…

ଚାଲାଣ କଟା ପରେ ବୃଦ୍ଧଙ୍କୁ ଧକ୍କା ଦେଲା ଅଜଣାଗାଡ଼ି : ଆଜି ରାସ୍ତାରେ ମୃତଦେହ ରଖି …

ସମ୍ବଲପୁର,୩୧।୧(ପ୍ରମୋଦ ବହିଦାର): ସମ୍ବଲପୁର ଧନୁପାଲି ଥାନା ଅନ୍ତର୍ଗତ ଭତରା ପେଟ୍ରୋଲ ପମ୍ପ ନିକଟରେ ଜାତୀୟ ରାଜପଥ-୫୫ରେ ଶୁକ୍ରବାର ଭୟଙ୍କର ଦୁର୍ଘଟଣା ଘଟିଥିଲା। ଏକ ଅଜଣା ଗାଡ଼ି ଧକ୍କାରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri