ସୁବର୍ଣ୍ଣ ଜୟନ୍ତୀ ପାଳନ ସ୍ମୃତି ସମାରୋହ : ରାଷ୍ଟ୍ରପତି ଭବନକୁ ପଠାଗଲା ବିଦ୍ୟାଳୟ ଫଟୋ

ନିରାକାରପୁର,୯ା୮(ଡି.ଏନ.ଏ.): ଖୋର୍ଦ୍ଧା ଜିଲା ରାମେଶ୍ୱର ପଞ୍ଚାୟତସ୍ଥିତ ରାମେଶ୍ୱର ଉଚ୍ଚ ବିଦ୍ୟାଳୟର ସୁବର୍ଣ୍ଣ ଜୟନ୍ତୀ ଉତ୍ସବକୁ ୨୦୧୫ ଅଗଷ୍ଟ ୭ରେ ପୂର୍ବତନ ରାଷ୍ଟ୍ରପତି ପ୍ରଣବ ମୁଖାର୍ଜୀ ଉଦ୍‌ଘାଟନ କରିଥିଲେ। ଏହି ଉପଲକ୍ଷେ ସେ ବିଦ୍ୟାଳୟ ପରିସରରେ ଏକ ବଉଳ ଚାରା ରୋପଣ କରିଥିଲେ। ଗୁରୁବାର ଉକ୍ତ ଜୟନ୍ତୀ ପାଳନର ୪ର୍ଥ ବର୍ଷ ପୂର୍ତ୍ତି ଅବସରରେ ବିଦ୍ୟାଳୟ ପରିସରରେ ସୁବର୍ଣ୍ଣ ସୃତି ସମାରୋହ ଅନୁଷ୍ଠିତ ହୋଇଯାଇଛି। ଉଲ୍ଲେଖଯୋଗ୍ୟ, ଏହି ବୃକ୍ଷ ସହ ଶିକ୍ଷାବିତ୍‌, କର୍ମଚାରୀ ଓ ଛାତ୍ରୀଛାତ୍ରଙ୍କ ଫଟୋ ରାଷ୍ଟ୍ରପତି ଭବନକୁ ପଠାଯାଇଛି। ସମାରୋହରେ ପ୍ରଧାନ ଶିକ୍ଷକ ହିମାଂଶୁ ଶେଖର ମହାପାତ୍ର ପୌରୋହିତ୍ୟ କରିଥିବାବେଳେ ଖୋର୍ଦ୍ଧା ପ୍ରାକ୍ତନ ବିଧାୟକ ତଥା ପ୍ରେରଣା ଅନୁଷ୍ଠାନର ଅଧ୍ୟକ୍ଷ ଡ. ଦିଲୀପ କୁମାର ଶ୍ରୀଚନ୍ଦନ ମୁଖ୍ୟଅତିଥି ଭାବେ ଯୋଗଦେଇଥିଲୋ। ସୁବର୍ଣ୍ଣ ଜୟନ୍ତୀ ସ୍ମୃତିର ଆବାହକ ଇଂ. ବିଶ୍ୱମୋହନ ପଟ୍ଟନାୟକ, ଗ୍ରାମ କମିଟି ସଭାପତି ନୀଳକଣ୍ଠ ରଥ ପ୍ରମୁଖ ଉତ୍ତମ ପରିବେଶ ପ୍ରତିଷ୍ଠା ନିମନ୍ତେ କାର୍ଯ୍ୟ କରିବାକୁ ପରାମର୍ଶ ଦେବା ସହ ସ୍ମୃତି ସମାରୋହ ସମ୍ପର୍କରେ ବକ୍ତବ୍ୟ ପ୍ରଦାନ କରିଥିଲେ। ଚନ୍ଦ୍ରମୋହନ ପଟ୍ଟନାୟକ, ରାକେଶ ତ୍ରିପାଠୀ କାର୍ଯ୍ୟକ୍ରମରେ ସହଯୋଗ କରିଥିଲେ। ମୋ ସ୍କୁଲ ଅଭିଯାନର ସମ୍ପାଦକ ବୀରେନ୍ଦ୍ର ପଟ୍ଟନାୟକ ଧନ୍ୟବାଦ ଅର୍ପଣ କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଜୁଲାଇ ୨ରୁ ମାଟ୍ରିକ ସପ୍ଲିମେଣ୍ଟାରୀ ପରୀକ୍ଷା, ଜୁଲାଇ ୨ରୁ ୧୦ ପର୍ଯ୍ୟନ୍ତ ଚାଲିବ; ସମ୍ପୂର୍ଣ୍ଣ କାର୍ଯ୍ୟସୂଚୀ

କଟକ,୨୭ା୫ (କାର୍ତ୍ତିକ ସାହୁ): ମାଧ୍ୟମିକ ଶିକ୍ଷା ପରିଷଦ (ବୋର୍ଡ) ଦ୍ୱାରା ପରିଚାଳିତ ଚଳିତ ବର୍ଷର ସପ୍ଲିମେଣ୍ଟାରୀ ହାଇସ୍କୁଲ ସାର୍ଟିଫିକେଟ ପରୀକ୍ଷା ଆଗାମୀ ଜୁଲାଇ ୨ ତାରିଖରୁ ଆରମ୍ଭ…

ଡେଣ୍ଟାଲ ସର୍ଜନ ପରୀକ୍ଷା ବିଜ୍ଞପ୍ତି ପ୍ରତ୍ୟାହାର କଲା ଓପିଏସ୍‌ସି, ଆଶାୟୀଙ୍କ ସମସ୍ତ ଆବେଦନ ବାତିଲ

କଟକ,୨୭ା୫(କାର୍ତ୍ତିକ ସାହୁ) ଓଡ଼ିଶା ପବ୍ଲିକ ସର୍ଭିସ କମିଶନ (ଓପିଏସ୍‌ସି) ଡେଣ୍ଟାଲ ସର୍ଜନ ପଦବୀରେ ନିଯୁକ୍ତି ପରୀକ୍ଷା ନିମନ୍ତେ ୨୦୨୫-୨୬ରେ ପ୍ରକାଶ କରିଥିବା ବିଜ୍ଞପ୍ତି ନଂ-୭କୁ ପ୍ରତ୍ୟାହାର କରିଛି।…

ପାଟଣାଗଡ଼ରେ ଘୋଷିତ ପାୱାର୍ କଟ୍‌: ପ୍ରତିବାଦରେ ବିଦ୍ୟୁତ୍ ଅଫିସ୍ ଘେରାଉ କରିବ ବିଜେଡି

ବଲାଙ୍ଗୀର,୨୭।୫(ସୁନୀଲ କୁମାର ମହାନ୍ତି): ପାଟଣାଗଡ଼ ନିର୍ବାଚନ ମଣ୍ଡଳୀରେ ଉଗ୍ର ରୂପ ନେଉଛି ବିଦ୍ୟୁତ ସମସ୍ୟା। ଅଘୋଷିତ ବିଦ୍ୟୁତ୍‌ କାଟ ପ୍ରତିବାଦରେ ଆଗାମୀ ଦିନରେ ବିଦ୍ୟୁତ ଅଫିସ ଘେରାଉ…

ବରଗଡ଼ରେ ଚଳିବନି ଅପରାଧୀଙ୍କ ଦାଦାଗିରି, ଦାୟିତ୍ୱ ନେଇ କଡ଼ା ଚେତାବନୀ ଦେଲେ ନୂତନ SP

ବରଗଡ଼,୨୭।୫(ପ୍ରେମାନନ୍ଦ ଖମାରୀ)- ବରଗଡ଼ ଜିଲାରେ ଆଉ ଚଳିବନି ଅପରାଧୀଙ୍କ ଦାଦାଗିରି କିମ୍ବା ବେଆଇନ ନିଶା କାରବାର। ବରଗଡ଼ର ନୂତନ ଆରକ୍ଷୀ ଅଧୀକ୍ଷକ (ଏସ୍‌ପି) ଭାବେ ବୁଧବାର ଦାୟିତ୍ୱ…

କେନ୍ଦୁଝରରେ କାଳବୈଶାଖୀ ତାଣ୍ଡବ; ଛିଣ୍ତିଲା ବିଦ୍ୟୁତ୍ ତାର, ଗଛ ପଡ଼ି ବୃଦ୍ଧା ଗୁରୁତର

କେନ୍ଦୁଝର,୨୭।୫ (ନରେଶ ଚନ୍ଦ୍ର ପଟ୍ଟନାୟକ): କେନ୍ଦୁଝର ସଦର ବ୍ଲକରେ ତାଣ୍ତବ ରଚିଛି କାଳବୈଶାଖୀ । ବୁଧବାର ସନ୍ଧ୍ୟାରେ ଜୋରରେ ପବନ ହେବାରୁ ପନିପରିବା ଫସଲ ସମେତ ଗଛ ଉପୁଡିଵା…

୨୪ ଦିନରେ ମା’ ରାମାୟାଣାମ୍ମାଙ୍କ ଠାକୁରାଣୀ ଯାତ୍ରା: ଯାତ୍ରା ମ୍ୟାନେଜରଙ୍କ ସ୍ବତନ୍ତ୍ର ପୂଜା, ବିରାଟ ପଟୁଆରରେ ସହର ପରିକ୍ରମା କଲେ…

ଛତ୍ରପୁର,୨୭।୫(ଦିଲ୍ଲୀପ ସାମଲ): ଗଞ୍ଜାମ ଜିଲା ଛତ୍ରପୁରର ଆରାଧ୍ୟ ଦେବୀ ମା’ ରାମାୟାଣାମ୍ମାଙ୍କ ପ୍ରସିଦ୍ଧ ଠାକୁରାଣୀ ଯାତ୍ରା ପାଇଁ ଏବେ ସାରା ସହର ଉଠୁଛି ପଡୁଛି। ମା’ଙ୍କ ଆଗମନରେ…

ତୈଳଦର ବୃଦ୍ଧି; ପାରଳାଖେମୁଣ୍ଡିରେ ବିଜେଡିର ବିକ୍ଷୋଭ ପ୍ରଦର୍ଶନ, ଟାୟାର ଜାଳି….

ଗଜପତି,୨୭।୫(ଗିରିଧାରୀ ପରିଛା): ଗଜପତି ଜିଲା ପାରଳାଖେମୁଣ୍ଡି ଠାରେ ପେଟ୍ରୋଲ ଓ ଡିଜେଲର ବର୍ଦ୍ଧିତ ଦର ପ୍ରତିବାଦରେ ଆଜି ବିଜେଡି ପକ୍ଷରୁ ବିକ୍ଷୋଭ ପ୍ରଦର୍ଶନ କରାଯାଇଛି । ଜିଲା ସଭାପତି…

ଗୃହ ନିର୍ମାଣ ବେଳେ ଗୋଟିଏ ମହଲାରୁ ପଡ଼ି ଚାଲିଗଲା ମହିଳା ଶ୍ରମିକଙ୍କ ଜୀବନ, ବିଦ୍ୟୁତ ସଂସ୍ପର୍ଶରେ ଆସି….

ଦାରିଙ୍ଗବାଡି,୨୭।୫(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡି ଥାନା ଅଞ୍ଚଳରେ ଏକ ଗୃହ ନିର୍ମାଣ ସମୟରେ ଏକ ବଡ଼ ଅଘଟଣ ଘଟିଯାଇଛି । ବୁଧବାର ପୂର୍ବାହ୍ନ ୧୧ ଟା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri