ପରଲୋକରେ ବିଜେଡି ନେତା ସୁବାସ ଚୌହାନ

ଭୁବନେଶ୍ୱର/ ବରଗଡ ଅଫିସ, ୧୦।୫:(ବ୍ୟୁରୋ)-  ପରଲୋକରେ ପଶ୍ଚିମ ଓଡ଼ିଶା ଉନ୍ନୟନ ପରିଷଦର ଅଧ୍ୟକ୍ଷ ତଥା ବରିଷ୍ଠ ବିଜେଡି ନେତା ସୁବାସ ଚୌହାନ। ଶନିବାର ବିଳମ୍ବିତ ରାତି ୩ଟା ୫ ମିନିଟ୍‌ ସମୟରେ ଭୁବନେଶ୍ୱରର ଏକ ଘରୋଇ ହସ୍ପିଟାଲରେ ତାଙ୍କର ମୃତ୍ୟୁ ଘଟିଛି। ମୃତ୍ୟୁ ବେଳକୁ ତାଙ୍କୁ ୫୪ ବର୍ଷ ହୋଇଥିଲା। ତେବେ ସେ ଲିଭର(ଯକୃତ) କ୍ୟାନ୍‌ସରରେ ପୀଡ଼ିତ ଥିଲେ। ଅସୁସ୍ଥତା ନେଇ ଏପ୍ରିଲ ୩୦ ତାରିଖରୁ ସେ ଭୁବନେଶ୍ୱରରେ ଚିକିତ୍ସିତ ହେଉଥିବା ସୂଚନା ମିଳିଛି।
ତେବେ ୧୯୬୬ ଜନ୍ମିତ ସୁବାସ ପ୍ରାରମ୍ଭିକ ସମୟରେ ଆର୍‌ଏସ୍‌ଏସ୍‌ ଓ ବଜରଙ୍ଗ ଦଳରେ ସେ ଯୋଗଦେଇଥିବା ବେଳେ ପରେ ଭାଜପା ସହ ଜଡ଼ିତ ହୋଇଥିଲେ। ୨୦୧୯ ସାଧାରଣ ନିର୍ବାଚନ ସମୟରେ ସେ ଭାଜପା ହାତ ଛାଡ଼ି ବିଜେଡିରେ ଯୋଗଦେଇଥିଲେ। ୨୦୧୯ ସେପ୍ଟେମ୍ବରରେ ତାଙ୍କୁ ଡବ୍ଲୁଓଡିସିର ଅଧ୍ୟକ୍ଷ ଭାବେ ନିଯୁକ୍ତ କରାଯାଇଥିଲା। ଏପରିକି ସେ ଦଳ ପକ୍ଷରୁ କଳାହାଣ୍ଡି, ବଲାଙ୍ଗୀର, ବରଗଡ଼ ଏବଂ ସମ୍ବଲପୁର ଜିଲା ପାଇଁ ସାଧାରଣ ସମ୍ପାଦକ ମଧ୍ୟ ଥିଲେ। ସେ ୨୦୧୪ ଲୋକ ସଭା ନିର୍ବାଚନରେ ବରଗଡ଼ ଲୋକ ସଭା କ୍ଷେତ୍ରରୁ ଭାଜପା ପକ୍ଷରୁ ପ୍ରାର୍ଥୀ ହୋଇଥିଲେ ହେଁ ଖୁବ୍‌ କମ୍‌ ବ୍ୟବଧାନରେ ହାରି ଯାଇଥିଲେ। ପରେ ତାଙ୍କୁ ୨୦୧୯ରେ ଭାଜପା ଟିକେଟ ଦେଇ ନ ଥିଲା। ଯାହାକୁ ନେଇ ସେ ବିଜେଡିରେ ଯୋଗଦେଇଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଦ୍ରୁତଗତିରେ ଆସି ଗ୍ୟାରେଜ୍‌ରେ ପଶିଗଲା ଥାର୍‌, ଆଉ ତା’ପରେ..

ଭୁବନେଶ୍ୱର,୨୩ା୫: ରାଜଧାନୀ ଭୁବନେଶ୍ୱରରେ ପୁଣି ଥାର୍‌ ଆତଙ୍କ। ଦ୍ରୁତଗତିରେ ଏକ ଥାର୍‌ ଆସି ନୟାପଲ୍ଲୀ ଥାନା ଅଞ୍ଚଳରେ ଥିବା ଏକ ଗ୍ୟାରେଜ ଭିତରକୁ ପଶିଯାଇଥିଲା। ଫଳରେ ଗ୍ୟାରେଜ…

ମେ ୩୧ରେ BEd ପ୍ରବେଶିକା ପରୀକ୍ଷା

ଭୁବନେଶ୍ୱର,୨୩ା୫: ଆସନ୍ତା ୩୧ ତାରିଖରେ ଦୁଇବର୍ଷିଆ ବି.ଏଡ୍‌(BEd)ପାଠ୍ୟକ୍ରମର ପ୍ରବେଶିକା ପରୀକ୍ଷା ଅନୁଷ୍ଠିତ ହେବ। ସକାଳ ୧୦ଟାରୁ ୧୨ଟା ପର୍ଯ୍ୟନ୍ତ ପରୀକ୍ଷା ଚାଲିବ। ସେହିପରି ବି.ଏଚ୍‌.ଏଡ଼ (ହିନ୍ଦୀ) ଓ…

ମୁଖ୍ୟମନ୍ତ୍ରୀଙ୍କୁ ଚିଠି ଲେଖିଲେ ନବୀନ: ରଣେନ୍ଦ୍ର ପ୍ରତାପଙ୍କୁ ଆକ୍ରମଣ କରିଥିବା ଅଭିଯୁକ୍ତଙ୍କ ବିରୋଧରେ…

ଭୁବନେଶ୍ୱର,୨୩।୫(ସୁନିତ୍‌ ମିଶ୍ର): ଆଠଗଡ଼ ବିଧାୟକ ରଣେନ୍ଦ୍ର ପ୍ରତାପ ସ୍ବାଇଁ(ରାଜା)ଙ୍କ ଉପରେ ଗତ ଶୁକ୍ରବାର ହୋଇଥିବା ଆକ୍ରମଣକୁ ବିଜେଡି ସଭାପତି ତଥା ବିରୋଧୀ ଦଳ ନେତା ନବୀନ ପଟ୍ଟନାୟକ…

ଗାଁରେ ମଦ ବିକିବା ପଡିଲା ମହଙ୍ଗା

କୋକସରା,୨୩ା୫(ଦୁଷ୍ମନ୍ତ କୁମାର ପାଟ୍ଟଯୋଷୀ): କୋକସରା ଅବକାରୀ ଥାନା ପକ୍ଷରୁ ଶନିବାର ମହାଜନଗୁଡା ଗ୍ରାମରେ ଚଢ଼ାଉ କରାଯାଇ ଦେଶୀ ଓ ବିଦେଶୀ ମଦ ଜବତ ସହ ୨ ଜଣଙ୍କୁ…

ଭଟଲି ରାଇସ୍‌ ମିଲ୍‌ରୁ ଧରାପଡ଼ିଲା ଛତିଶଗଡ଼ ଧାନ, ଥାନାରେ ଅଟକ ରଖି ପୋଲିସର ତଦନ୍ତ, ଦାବିଦାର ଆସୁ ନଥିବାରୁ…

ବରଗଡ଼,୨୩।୫(ପ୍ରେମାନନ୍ଦ ଖମାରୀ)-ବରଗଡ଼ ଜିଲାରେ ରବିଧାନ ସଂଗ୍ରହ ପ୍ରକ୍ରିୟକୁ ଦିନକ ପରେ ୨ସପ୍ତାହ ପୂରିବ। କିନ୍ତୁ ଜିଲାରେ ଧାନ କିଣାବିକା ଶୀଥିଳ ହୋଇ ପଡ଼ିଛି। ମଣ୍ଡିକୁ ଧାନ ଆସୁଛି,…

ଗଣ୍ଡ ସମାଜର ସାଙ୍ଗଠନିକ ସଭା

କୋକସରା,୨୩ା୫ (ଦୁଷ୍ମନ୍ତ କୁମାର ପାଟ୍ଟଯୋଷୀ): କଳାହାଣ୍ଡି ଜିଲା କୋକସରା ବ୍ଲକ ଖପ୍ରାମାଲ ଗ୍ରାମର ଆମ୍ବପଡ଼ା ମହାଭାରତ ଆମ୍ବତୋଟାଠାରେ ବ୍ଲକ ଗଣ୍ଡ ସମାଜର ସାଙ୍ଗଠନିକ ସଭା ଶନିବାର ଅନୁଷ୍ଠିତ…

ସନାତନ ଧର୍ମକୁ ଅପମାନ ବିରୋଧରେ ବଲାଙ୍ଗୀରରେ ଗର୍ଜିଲା ରାଷ୍ଟ୍ରୀୟ ହିନ୍ଦୁ ପରିଷଦ: ଉଦୟନିଧି ଷ୍ଟାଲିନଙ୍କ ଗିରଫଦାରୀ ଦାବି

ବଲାଙ୍ଗୀର,୨୩।୫(ସୁନୀଲ କୁମାର ମହାନ୍ତି): ବଲାଙ୍ଗୀର ଜିଲାପାଳଙ୍କ କାର୍ଯ୍ୟାଳୟ ସମ୍ମୁଖରେ ଶନିବାର ସଂଧ୍ୟାରେ ରାଷ୍ଟ୍ରୀୟ ହିନ୍ଦୁ ପରିଷଦ ଓଡ଼ିଶା, ବଲାଙ୍ଗୀର ଜିଲ୍ଲା କମିଟି ପକ୍ଷରୁ ଏକ ବିଶାଳ ବିକ୍ଷୋଭ…

ଅଂଶୁଘାତ ନେଲା ୧୬ ଜୀବନ

ହାଇଦ୍ରାବାଦ,୨୩ା୫: ତେଲଙ୍ଗାନାରେ ପ୍ରବଳ ଗ୍ରୀଷ୍ମଲହରି ଜାରି ରହିଥିବାବେଳେ ଅଂଶୁଘାତରେ ୧୬ ଜଣଙ୍କର ମୃତ୍ୟୁ ଘଟିଥିବା ରାଜ୍ୟ ରାଜସ୍ବ ମନ୍ତ୍ରୀ ପୋଙ୍ଗୁଲେଟି ଶ୍ରୀନିବାସ ରେଡ୍ଡୀ ଶନିବାର ପ୍ରକାଶ କରିଛନ୍ତି।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri