ସୁବାସ ସିଂ, ଅରିନ୍ଦମଙ୍କ ଅନୁପସ୍ଥିତିକୁ ନେଇ ଚର୍ଚ୍ଚା

କଟକ,୫ା୨(ଶିଳ୍ପା ପ୍ରିୟଦର୍ଶିନୀ):ଘରେ ଘରେ ଶଙ୍ଖ କାର୍ଯ୍ୟକ୍ରମ ନେଇ ରବିବାର ବାରବାଟୀ-କଟକ ନିର୍ବାଚନମଣ୍ଡଳୀ ପକ୍ଷରୁ ଜିଲା ବିଜେଡି ସଭାପତି ଦେବାଶିଷ ସାମନ୍ତରାୟଙ୍କ ନେତୃତ୍ୱରେ ଏକ ପ୍ରସ୍ତୁତି ବୈଠକ ଅନୁଷ୍ଠିତ ହୋଇଥିଲା। ଏଥିରେ ବରିଷ୍ଠ ବିଜେଡି ନେତା, ବିଜୁ ଯୁବ ଛାତ୍ର ନେତା, ସମସ୍ତ ବିଜେଡି କର୍ପୋରେଟର ଓ ଶତାଧିକ କର୍ମୀ ଯୋଗ ଦେଇଥିଲେ। ହେଲେ ପ୍ରସ୍ତୁତି ବୈଠକରେ ଅନୁପସ୍ଥିତ ଥିଲେ ମେୟର ତଥା ବିଜେଡି ନେତା ସୁବାସ ସିଂ ଓ ବିଜେଡି ରାଜ୍ୟ ସାଧାରଣ ସମ୍ପାଦକ ଅରିନ୍ଦମ ରାୟ। ଏହି ଦୁଇ ଜଣଙ୍କୁ ବାଦ ଦେଇ ଏପରି ଭାବେ ଜିଲା ସଭାପତି ଦେବାଶିଷଙ୍କ ଦଳୀୟ କାର୍ଯ୍ୟକ୍ରମ କରିବା ଯେପରି ଦଳରେ ଏକ ପ୍ରକାର ବିବାଦ ଥିବା ନେଇ ସୂଚନା ମିଳୁଛି, ଯାହାକି କଟକ ରାଜନୀତିକୁ ନେଇ ସାଧାରଣ ଲୋକଙ୍କ ଚର୍ଚ୍ଚାକୁ ବେଶ ଖୋରାକ ଯୋଗାଇଛି। ତେବେ ଦେବାଶିଷ ଓ ଅରିନ୍ଦମ ଗତ କିଛିଦିନ ପୂର୍ବରୁ ଏକ କାର୍ଯ୍ୟକ୍ରମରେ ପରସ୍ପରକୁ ଆଲିଙ୍ଗନ କରି ହାତ ମିଳାଇ କଥାବାର୍ତ୍ତା ହୋଇଥିଲେ। ଏନେଇ ଦେବାଶିଷ ମନ୍ତବ୍ୟ ଦେଇ କହିଥିଲେ ଯେ, ରାଜନୈତିକ ସମ୍ପର୍କ ଅଲଗା ଓ ବ୍ୟକ୍ତିଗତ ସମ୍ପର୍କ ଅଲଗା ଥାଏ। ଅରିନ୍ଦମ ମୋ ସାନ ଭାଇ, ତାଙ୍କ ସହ ବ୍ୟକ୍ତିଗତ ସମ୍ପର୍କ ଅଲଗା ରହିଛି। ଅନ୍ୟପକ୍ଷରେ ଆଜିର ବୈଠକ ସ୍ପଷ୍ଟ କରି ଦେଉଛି ଯେ, ଦଳୀୟ କାର୍ଯ୍ୟକ୍ରମରେ ଉକ୍ତ ନିର୍ବାଚନମଣ୍ଡଳୀରେ ଥାଇ ମଧ୍ୟ ଅରିନ୍ଦମଙ୍କୁ ଦେବାଶିଷ ଅଣଦେଖା କରୁଥିବା ଏବେ ଲୋକେ ଚର୍ଚ୍ଚା କରୁଛନ୍ତି। ତେବେ ମେୟର ସୁବାସ ଓ ଅରିନ୍ଦମ କଣ ଦଳରେ ଥାଇ ମଧ୍ୟ ଅଲୋଡ଼ା ବୋଲି ଏପରି କିଛି ପ୍ରଶ୍ନ ସାଧାରଣ ଲୋକଙ୍କ ମନରେ ଉଙ୍କି ମାରିଛି। ଦଳୀୟ କାର୍ଯ୍ୟକ୍ରମରେ ଯୋଗଦେବା ପ୍ରସଙ୍ଗ ନେଇ ମେୟର ସୁବାସ ସିଂଙ୍କୁ ପଚାରିବାରୁ ସେ କହିଛନ୍ତି, ଦଳରେ କୌଣସି କନ୍ଦଳ ନାହିଁ। ବୈଠକ ନେଇ ସମସ୍ତ ଆଲୋଚନା ଜିଲା ସଭାପତି ଦେବାଶିଷ ସାମନ୍ତରାୟଙ୍କ ସହ କରିଛି। ବ୍ରହ୍ମପୁରରେ ଏକ କାର୍ଯ୍ୟକ୍ରମରେ ଯୋଗଦେଇଥିବାରୁ ଘରେ ଘରେ ଶଙ୍ଖ କାର୍ଯ୍ୟକ୍ରମ ପ୍ରସ୍ତୁତି ବୈଠକରେ ଯୋଗଦେଇପାରିନାହିଁ। ଅନ୍ୟପଟେ ରାଜ୍ୟ ସାଧାରଣ ସମ୍ପାଦକ ଅରିନ୍ଦମ ରାୟ କହିଛନ୍ତି, କୌଣସି ବୈଠକ ସମ୍ପର୍କରେ ମୋତେ ସୂଚନା ମିଳିନାହିଁ କି ମୁଁ ଅଗବତ ନ ଥିଲି। ଉକ୍ତ ନିର୍ବାଚନମଣ୍ଡଳୀରେ ଥାଇ ମଧ୍ୟ ହୁଏତ ଜିଲା ସଭାପତି ମୋତେ ରାଜ୍ୟ ସାଧାରଣ ସମ୍ପାଦକ ଭାବି ବୈଠକକୁ ଡାକି ନ ଥିବେ ବୋଲି ସେ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ରେଳ ଲାଇନ୍‌ ପାରି ହେଉଥିଲେ, ଧକ୍କା ଦେଲା ବାଙ୍ଗିରିପୋଷି-ରୁପ୍ସା ଟ୍ରେନ: ମୁଣ୍ଡରୁ ଗଣ୍ଡି ଅଲଗା…

ବୈଶିଙ୍ଗା, ୧।୪ (ରତନ ଦାଶ): ମୟୂରଭଞ୍ଜ ଜିଲା ବୈଶିଙ୍ଗା ଥାନା ଅନ୍ତର୍ଗତ ମଛପଦା ନିକଟରେ ବୁଧବାର ରାତିରେ ଏକ ମର୍ମନ୍ତୁଦ ରେଳ ଦୁର୍ଘଟଣା ଘଟିଯାଇଛି। ବାଙ୍ଗିରିପୋଷି-ରୁପ୍ସା ଡିଏମୟୁ…

ଗଜପତି ପୋଲିସର ବଡ଼ ସଫଳତା: ୧ କୋଟି ୮୦ ଲକ୍ଷ ଟଙ୍କାର ଗଞ୍ଜେଇ ଜବତ, ୩ ମାଫିଆ…

ମୋହନା, ୧।୪(ମନ୍ମଥ ମିଶ୍ର): ରାଜ୍ୟ ସରକାରଙ୍କ ଗଞ୍ଜେଇ ମୁକ୍ତ ଓଡ଼ିଶା ଅଭିଯାନ ମଧ୍ୟରେ ଗଜପତି ପୋଲିସକୁ ଏକ ବଡ଼ ସଫଳତା ମିଳିଛି। ଜିଲାର ଆର୍‌. ଉଦୟଗିରି ଥାନା…

IPL ୨୦୨୬: ଲକ୍ଷ୍ନୌକୁ ଲଗାତାର ୫ମ ଥର ପାଇଁ ହରାଇଲା ଦିଲ୍ଲୀ କ୍ୟାପିଟାଲ୍ସ; ଦଳକୁ ଦମ୍‌ଦାର ବିଜୟ ଦେଲେ ସମୀର ରିଜଭୀ…

ଲକ୍ଷ୍ନୌ, ୧ା୪: ଆଇପିଏଲ ୨୦୨୬ରେ ଦିଲ୍ଲୀ କ୍ୟାପିଟାଲ୍ସ ବିଜୟ ଅଭିଯାନ ଆରମ୍ଭ କରିଛି। ଲକ୍ଷ୍ନୌ ସୁପର ଜାଏଣ୍ଟସ (LSG) ବିପକ୍ଷ ମ୍ୟାଚରେ ଦିଲ୍ଲୀ ୧୪୨ ରନର ଲକ୍ଷ୍ୟକୁ…

ବ୍ୟାକଫୁଟରେ ସୁପରପାୱାର ଆମେରିକା, ଇରାନ ସହ ଯୁଦ୍ଧରୁ ଓହରିବ! ଟ୍ରମ୍ପଙ୍କ ବଡ଼ ବୟାନ…

ୱାଶିଂଟନ, ୧ା୪:ଇରାନ ଏବଂ ଆମେରିକା ମଧ୍ୟରେ ଚାଲିଥିବା ସଂଘର୍ଷ ଏବେ ଏକ ନୂଆ ମୋଡ଼ ନେଇଛି। ସୁପରପାୱାର ଆମେରିକାର ରଣନୀତି ଫେଲ ମାରୁଥିବା ବେଳେ ରାଷ୍ଟ୍ରପତି ଡୋନାଲ୍ଡ…

ରାସାୟନିକ ଦୁର୍ଘଟଣା ରୋକିବାରେ ‘ଗ୍ରାସିମ୍‌’ ତୁଲାଉଛି ଗୁରୁଦାୟିତ୍ୱ, ଜନସାଧାରଣଙ୍କ ମଧ୍ୟରେ…

ଗଞ୍ଜାମ,୧ା୪(ଅନାଥ ତରାଇ/ବିଦ୍ୟାଧର ସାହୁ)- ପରିବେଶ ସୁରକ୍ଷା ଏବଂ ଜନସାଧାରଣଙ୍କ ନିରାପତ୍ତା ପ୍ରତି ନିଜର ପ୍ରତିବଦ୍ଧତା ପ୍ରଦର୍ଶନ କରି ପୁଣିଥରେ ଚର୍ଚ୍ଚାରେ ଗ୍ରାସିମ୍‌ ଇଣ୍ଡଷ୍ଟ୍ରିଜ୍‌। ମଙ୍ଗଳବାର ଅପରାହ୍ନ ପ୍ରାୟ…

ଥୁଆମୂଳ ରାମପୁରରେ ମା’ ଠାକୁରାଣୀଙ୍କ ଚୈତ୍ର ଘଣ୍ଟଯାତ୍ରା ସମ୍ପନ୍ନ: ଭକ୍ତିମୟ ପରିବେଶରେ ନିଜ ଆସ୍ଥାନକୁ ଫେରିଲେ ମା’

ଥୁଆମୂଳ ରାମପୁର,୧।୪ (ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକ ମୁଖ୍ୟାଳୟରେ ଅତି ଆଡ଼ମ୍ବର ସହକାରେ ଅନୁଷ୍ଠିତ ହେଉଥିବା ମା’ ଠାକୁରାଣୀଙ୍କ ପବିତ୍ର ଚୈତ୍ର ଘଣ୍ଟଯାତ୍ରା…

ବଲାଙ୍ଗୀରରେ ଓଡ଼ିଶା ଦିବସ ପାଳନକୁ ବିରୋଧ: ସଂସ୍କୃତି ଭବନରେ କୋଶଲ ସମର୍ଥକଙ୍କ ହଙ୍ଗାମା, ୮ ଅଟକ

ବଲାଙ୍ଗୀର,୧।୪(ସୁନିଲ କୁମାର ମହାନ୍ତି): ଆଜି ସମଗ୍ର ରାଜ୍ୟରେ ଓଡ଼ିଶା ଦିବସ ବା ଉତ୍କଳ ଦିବସ ପାଳିତ ହେଉଥିବା ବେଳେ ବଲାଙ୍ଗୀରରେ ଏହାକୁ ନେଇ ଅଭାବନୀୟ ପରିସ୍ଥିତି ସୃଷ୍ଟି…

ଲଜ୍ଜା: ୧୩ ବର୍ଷର ନାବାଳିକାଙ୍କୁ ଗର୍ଭବତୀ କଲେ ଦୁଇ ସନ୍ତାନର ବାପା, ଅଭିଯୁକ୍ତଙ୍କୁ ପୋଲିସ ବାନ୍ଧି…

ପାତ୍ରପୁର, ୧।୪ (ଉମା ଚରଣ ନେପାକ): ବ୍ରହ୍ମପୁର ପୋଲିସ ଜିଲା ଅନ୍ତର୍ଗତ ଜରଡ଼ା ଥାନା ଅଞ୍ଚଳରେ ଏକ ଅଭାବନୀୟ ଘଟଣା ଘଟିଛି। ଆଙ୍କୁଲି ପଞ୍ଚାୟତର ଜଣେ ୧୩…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri