ସୁଭଦ୍ରାଙ୍କ ରଥ ଟାଣିଲେ ମହିଳା

ତିହିଡ଼ି,୨୦୬ (ସଞ୍ଜିତ ବଳ)-ରଥଯାତ୍ରା ଅବସରରେ ମଙ୍ଗଳବାର ଭଦ୍ରକ ଜିଲା ତିହିଡ଼ି ବ୍ଲକ କେଶପୁରସ୍ଥିତ ହରିବୋଲ କ୍ଷେତ୍ରରୁ ତିନିଠାକୁର ଗୁଆମାଳ ପଞ୍ଚାୟତ ମୋଡ଼ସାହି ଗ୍ରାମସ୍ଥିତ ଶ୍ରୀଗୁଣ୍ଡିଚା ମନ୍ଦିରକୁ ବିଜେ କରିଛନ୍ତି। ସୁସଜ୍ଜିତ ରଥରେ ଶ୍ରୀଜୀଉ ଯାତ୍ରା କରିଛନ୍ତି। ସକାଳେ ଜଗନ୍ନାଥ ମନ୍ଦିରରେ ଦ୍ୱାରପାଳ ପୂଜା ପରେ ରଥ ସଂସ୍କାର ଓ ଧ୍ୱଜାରୋପଣ କରାଯାଇଥିଲା। ରଥରେ ଆଜ୍ଞାମାଳ ଲାଗି ହେବା ପରେ ମହାପ୍ରଭୁଙ୍କ ସ୍ନାନ, ପୂଜନ ଓ ନୈବେଦ୍ୟ କାର୍ଯ୍ୟ ଅନୁଷ୍ଠିତ ହୋଇଥିଲା। ୧୧ଟା ୪୫ରେ ପ୍ରଥମେ ମହାସୁଦର୍ଶନ, ପରେ ଶ୍ରୀବଳଭଦ୍ର, ଦେବୀ ସୁଭଦ୍ରା ଏବଂ ଜଗନ୍ନାଥ ମହାପ୍ରଭୁଙ୍କ ପହଣ୍ଡି କରାଯାଇ ରଥାରୁଢ଼ କରାଯାଇଥିଲା। ଦିନ ୧ଟା ୨୦ରେ ଜିଲାପାଳ ସିଦ୍ଧେଶ୍ୱର ବଳିରାମ ବୋନ୍ଦର ତିନି ରଥରେ ଛେରା ପହଁରା କରିଥିଲେ। ଜିଲାପାଳଙ୍କୁ ଏକ ସୁସଜ୍ଜିତ ପାଲିଙ୍କିରେ ମନ୍ଦିର ନିକଟକୁ ନିଆଯାଇଥିଲା। ମୁଖ୍ୟ ପୂଜକ ଜଗନ୍ନାଥ ପଣ୍ଡା ଓ କଳ୍ପତରୁ ଉଦ୍‌ଗାତା ଏଥିରେ ଜିଲାପାଳଙ୍କୁ ସହାୟତା କରିଥିଲେ। ପ୍ରଥମେ ବଳଭଦ୍ରଙ୍କ ରଥ ଟଣାଯିବା ପରେ ଦେବୀ ସୁଭଦ୍ରାଙ୍କ ରଥକୁ ମହିଳାମାନେ ଟାଣିଥିଲେ। ଶେଷରେ ଶ୍ରୀଜଗନ୍ନାଥଙ୍କ ରଥ ଟଣାଯାଇ ଶ୍ରୀଗୁଣ୍ଡିଚା ମନ୍ଦିରକୁ ନିଆଯାଇଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ମୋ ପୁଅକୁ ବଞ୍ଚାଇଦିଅ….କାଳିଆ ଦୁଆରେ ମା’ବାପା

ପୁରୀ,୧୬ା୫(ଅଜିତ୍‌ କୁମାର ମହାନ୍ତି):ଶ୍ରୀମନ୍ଦିର ସିଂହଦ୍ୱାର ସମ୍ମୁଖରେ ଏକ ଭାବବିହ୍ବଳ ଦୃଶ୍ୟ ଦେଖିବାକୁ ମିଳିଛି, ଯାହା ସୋସିଆଲ ମିଡିଆରେ ବେଶ୍‌ ଭାଇରାଲ ହେବାରେ ଲାଗିଛି। ମା’ବାପା ତାଙ୍କ ପୁଅର…

ଏହି ଦିନ ମାହିକା ଶର୍ମାଙ୍କୁ ବିବାହ କରିବେ ହାର୍ଦ୍ଦିକ ପାଣ୍ଡ୍ୟା! ସାମ୍‌ନାକୁ ଆସିଲା ତାରିଖ, IPL ମଝିରେ କରିବେ ଦ୍ୱିତୀୟ ବିବାହ

ମୁମ୍ବାଇ,୧୬।୫: ୨୦୨୬ ଇଣ୍ଡିଆନ ପ୍ରିମିୟର ଲିଗ ମଧ୍ୟରେ କ୍ରିକେଟର ହାର୍ଦ୍ଦିକ ପାଣ୍ଡ୍ୟାଙ୍କ ବ୍ୟକ୍ତିଗତ ଜୀବନକୁ ନେଇ ଏକ ବଡ଼ ଖବର ସାମ୍ନାକୁ ଆସୁଛି। ରିପୋର୍ଟ ଅନୁଯାୟୀ ହାର୍ଦ୍ଦିକ…

୨୫ରୁ ଅଧିକ ଶ୍ରମିକ ନେଇ ଆସୁଥିବା ପିକଅପ ଭ୍ୟାନ ଓଲଟିଲା, ଆହତ ହସ୍ପିଟାଲରେ ଭର୍ତ୍ତିି

ବାସୁଦେବପୁର,୧୬।୫(ନାରାୟଣ ପ୍ରସାଦ ବାରିକ): ଭଦ୍ରକ ଜିଲାର ସଦର ମହକୁମାରୁ ବାସୁଦେବପୁରକୁ ଏକ ଛାତ ଢାଳିବାକୁ ଏକ ପିକଅପରେ ଆସୁଥିବା ୨୫ରୁ ଅଧିକ ଶ୍ରମିକ ଶନିବାର ସଡ଼କ ଦୁର୍ଘଟଣାର…

ମହଙ୍ଗା ହୋଇଯିବ ବିଜୁଳି! ଗ୍ରାହକଙ୍କ ଉପରେ ପଡ଼ିବ ଅତିରିକ୍ତ ଆର୍ଥିକ ବୋଝ, ଜାଣନ୍ତୁ କାରଣ…

ନୂଆଦିଲ୍ଲୀ, ୧୬।୫: ମଧ୍ୟପ୍ରାଚ୍ୟ ସଙ୍କଟ ବିଶ୍ୱର ଅନେକ ଦେଶକୁ ପ୍ରଭାବିତ କରିଛି, ଏବଂ ଭାରତ ମଧ୍ୟ ଏହାର ବ୍ୟତିକ୍ରମ ନୁହେଁ। ଇରାନ ଉପରେ ଆମେରିକା ଏବଂ ଇସ୍ରାଏଲୀ…

ଆମ ବ୍ୟବସ୍ଥା ଓ ସାଧାରଣ ଜନତା

କେନ୍ଦୁଝରର ଜିତୁ ମୁଣ୍ଡା ଏବେ ସାରା ଭାରତ ଓ ବିଶ୍ୱରେ ଚର୍ଚ୍ଚିତ ହୋଇଛନ୍ତି। ନିଜ ମୃତ ଭଉଣୀଙ୍କ ନାମରେ ବ୍ୟାଙ୍କରେ ଥିବା ଟଙ୍କାକୁ ଉଠେଇବାକୁ ଯାଇ ବାରମ୍ବାର…

ପିଇବା ପାଣିର ବଜାରୀକରଣ

ବିଗତ ସତୁରି ଅଶୀ ଦଶକର କଥା। ବିନା ଦ୍ୱନ୍ଦ୍ୱରେ କୂଅ ଓ ନଳକୂଅରୁ ସିଧା ସଳଖ ଆମେ ପାଣି ପିଇ ଦେଉଥିଲୁ। ଏ କଥା ଏବେ ଭାବିଲା…

ଯୁକ୍ତିଯୁକ୍ତ ଦୃଷ୍ଟିକୋଣ

ଭାରତର ସଦ୍ୟତମ ବାବୁ ଅଦଳବଦଳ ପ୍ରକୃତରେ ବଦଳି କିମ୍ବା ନିଯୁକ୍ତି ବିଷୟକୁ ନୁହେଁ, ବରଂ ନୂଆଦିଲ୍ଲୀର ଶାସକୀୟ ଦୃଷ୍ଟିକୋଣର ଏକ ଗଭୀର ପରିବର୍ତ୍ତନକୁ ସୂଚିତ କରୁଛି। ସୂତ୍ରରୁ…

‘୨୦୨୯ ଲୋକ ସଭା ନିର୍ବାଚନରେ ରାହୁଲ ଗାନ୍ଧୀ ହେବେ INDIA ମେଣ୍ଟର ପ୍ରଧାନମନ୍ତ୍ରୀ ପ୍ରାର୍ଥୀ’: ବଡ଼ ଦାବି କଲେ…

ନୂଆଦିଲ୍ଲୀ, ୧୬।୫: ଲୋକ ସଭା ନିର୍ବାଚନ ୨୦୨୯ ପାଇଁ ଏବେ ବି ସମୟ ବାକି ଅଛି। ତେବେ କଂଗ୍ରେସ ମଧ୍ୟରେ ଏବେଠାରୁ ହିଁ ପ୍ରଧାନମନ୍ତ୍ରୀ ପ୍ରାର୍ଥୀଙ୍କୁ ନେଇ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri