Posted inଖେଳ

ସୁମରିଓ୍ବାଲା ଆଇଏଏଏଫ୍‌ କାଉନସିଲ ମେମ୍ବର ନିର୍ବାଚିତ

ଦୋହା,୨୬।୯(ପି.ଟି.)- ଆଥଲେଟିକ ଫେଡେରେଶନ ଅଫ୍‌ ଇଣ୍ଡିଆ (ଏଏଫ୍‌ଆଇ) ଅଧ୍ୟକ୍ଷ ଆଦିଲେ ସୁମରିଓ୍ବାଲା କ୍ରମାଗତ ଦ୍ୱିତୀୟ ଥର ପାଇଁ ଅନ୍ତର୍ଜାତୀୟ ଆସୋସିଏଶନ ଅଫ୍‌ ଆଥଲେଟିକ୍ସ ଫେଡେରେଶନ (ଆଇଏଏଏଫ୍‌) କାଉନସିଲ ସଦସ୍ୟ ଭାବେ ନିର୍ବାଚିତ ହୋଇଛନ୍ତି। ସେ ଆଗାମୀ ୪ ବର୍ଷ ପାଇଁ ଏହି ଦାୟିତ୍ୱ ତୁଲାଇବେ। ଏଠାରେ ଆୟୋଜିତ ଆଇଏଏଏଫ୍‌ ଗଭର୍ନିଂ ବଡିର ୫୨ତମ କଂଗ୍ରେସ୍‌ରେ ମତଦାନ ମାଧ୍ୟମରେ ସେ ନିର୍ବାଚିତ ହୋଇଛନ୍ତି। ଆଇଏଏଏଫ୍‌ କାଉନସିଲ୍‌ରେ ୧୩ଜଣ ସଦସ୍ୟ ରହିଛନ୍ତି। ସୁମରିଓ୍ବାଲା ୧୨୧ଟି ଭୋଟ ପାଇଥିଲେ। ପୂର୍ବତନ ଅଲିମ୍ପିୟାନ ସୁମରିଓ୍ବାଲା ଉପ ସଭାପତି ପଦ ପାଇଁ ପ୍ରାର୍ଥତ୍ପତ୍ର ଦାଖଲ କରିଥିଲେ। ୪ଟି ଉପ ସଭାପତି ପଦ ରହିଥିବା ବେଳେ ସେ ଗୋଟିଏ ପଦ ପାଇଁ ପ୍ରାର୍ଥତ୍ପତ୍ର ଦାଖଲ କରିଥିଲେ। ତେବେ ବୁଧବାର ଶେଷ ମୁହୂର୍ତ୍ତରେ ସେ ପ୍ରାର୍ଥତ୍ପତ୍ର ପ୍ରତ୍ୟାହାର କରିନେଇଥିଲେ। ସଭାପତି ଓ ୩ଜଣ ପେସାଦାର ଅଧିକାରୀଙ୍କ ସମେତ ୪ଜଣ ଉପ ସଭାପତି କ୍ଷମତାଶାଳୀ ଆଇଏଏଏଫ୍‌ କାର୍ଯ୍ୟକାରୀ ବୋର୍ଡରେ ସ୍ଥାନ ପାଇବେ।
ଶୁକ୍ରବାର ବିଶ୍ୱ ଚାମ୍ପିୟନଶିପ୍‌ ଆରମ୍ଭ ହେବା ପୂର୍ବରୁ ଏହି କଂଗ୍ରେସର ବୈଠକ ବସିଥିଲା। ବ୍ରିଟେନର ସେବାଷ୍ଟିଆନ କୋ ବିନା ପ୍ରତିଦ୍ୱନ୍ଦ୍ୱିତାରେ ଆଇଏଏଏଫ୍‌ର ଅଧ୍ୟକ୍ଷ ହିସାବରେ ଦ୍ୱିତୀୟଥର ପାଇଁ ପୁନଃ ନିର୍ବାଚତ ହୋଇଛନ୍ତି। ସେହିପରି ଉପ ସଭାପତିଭାବେ ସର୍ଗେଇ ବୁବ୍‌କା, ଜିଓଫ୍ରି ଗର୍ଡନର, ନଓ୍ବାଫ୍‌ ବିନ ମହମ୍ମଦ ଅଲ ସୌଦ ଓ ଜିମେନା ରେଷ୍ଟେପୋ ନିର୍ବାଚିତ ହୋଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

Posted inଖେଳ View All

ଦୁଲୀପ ଟ୍ରଫି ଖେଳିବାର ୩ ଦିନ ମଧ୍ୟରେ ଟି୨୦ ଖେଳିବା ଚାଲେଞ୍ଜିଂ ହେବ: ଇଶାନ

ଚେନ୍ନାଇ,୫ା୯: ଦୁଲୀପ ଟ୍ରଫି ଫାଇନାଲ ଶେଷ ହେବାର ୩ ଦିନ ମଧ୍ୟରେ ଭାରତୀୟ ଦଳ ପାଇଁ ଟି୨୦ ଖେଳିବା ଚାଲେଞ୍ଜିଂ ହେବ ବୋଲି ତିଲକ ବର୍ମା ଏବଂ…

ପରିବର୍ତ୍ତନ ହେବ କି RCBର ନାମ? ମୁହଁ ଖୋଲିଲେ ଚେୟାରମ୍ୟାନ ଆର୍ଯ୍ୟମାନ ବିର୍ଲା

ନୂଆଦିଲ୍ଲୀ,୫।୯: ରୟାଲ ଚ୍ୟାଲେଞ୍ଜର୍ସ ବେଙ୍ଗାଲୁରୁ (RCB) IPL 2026 ଟାଇଟଲ ଜିତିଲା। ଏହା ଦଳର ଲଗାତାର ଦ୍ୱିତୀୟ ଟ୍ରଫି। ପୂର୍ବ ସିଜିନ ଆରମ୍ଭ ହେବା ପୂର୍ବରୁ ଫ୍ରାଞ୍ଚାଇଜର…

Teachers Dayରେ ଭାବପ୍ରବଣ ହେଲେ ସଚିନ ତେନ୍ଦୁଲକର; ପିତାଙ୍କ ସ୍ମୃତିରେ ଆରମ୍ଭ କଲେ ଏକ ଅନନ୍ୟ ପ୍ରୟାସ

ମୁମ୍ବାଇ,୫।୯: ‘କ୍ରିକେଟର ଭଗବାନ’ ଭାବରେ ସମ୍ମାନିତ ସଚିନ ତେନ୍ଦୁଲକର ଆଜି ତାଙ୍କ ପିତାଙ୍କୁ ମନେ ପକାଇ ଭାବପ୍ରବଣ ହୋଇଗଲେ। ଶିକ୍ଷକ ଦିବସ ଅବସରରେ, ସେ ତାଙ୍କ ପିତା…

ଫାଇନାଲ ମ୍ୟାଚ ପୂର୍ବରୁ ବୈଭବଙ୍କୁ ନେଇ ଏ କ’ଣ କହିଦେଲେ ଇଶାନ କିଶନ, ଚାରିଆଡେ ହେଲାଣି ଚର୍ଚ୍ଚା

ନୂଆଦିଲ୍ଲୀ, ୫।୯: ଇଷ୍ଟ ଜୋନ ଓ ସାଉଥ ଜୋନ ମଧ୍ୟରେ ରବିବାରଠାରୁ ଦୁଲୀପ ଟ୍ରଫି ୨୦୨୬ର ଫାଇନାଲ ମ୍ୟାଚ ଖେଳାଯିବ। ଚେନ୍ନାଇର ଏମଏ ଚିଦମ୍ବରମ ଷ୍ଟାଡିୟମରେ ଏହି…

ରୋହିତ ଶର୍ମାଙ୍କ ଭବିଷ୍ୟତ ବିଷୟରେ BCCI କେବେ ନେବ ନିଷ୍ପତ୍ତି? ସାମ୍ନାକୁ ଆସିଲା ତାରିଖ

ନୂଆଦିଲ୍ଲୀ,୫।୯: ଭାରତୀୟ ODI ଦଳରେ ରୋହିତ ଶର୍ମାଙ୍କ ଭବିଷ୍ୟତ କ’ଣ ଅଛି, ଏବଂ ସେ କ’ଣ 2027 ODI ବିଶ୍ୱକପ ପାଇଁ ଯୋଜନାର ଅଂଶ ହେବେ? ଏହି…

ଆଜି ଭାରତ-ପାକିସ୍ତାନ ମ୍ୟାଚ: କିଏ ଜିତିବ ବାଜି

ଦୁବାଇ, ୫।୯ (ପି.ଟି.):ଚଳିତ ଏସିଆ କପ୍‌ ମହିଳା କ୍ରିକେଟରେ ପ୍ରତୀକ୍ଷିତ ଭାରତ-ପାକିସ୍ତାନ ମ୍ୟାଚ ଶନିବାର ଅନୁଷ୍ଠିତ ହେବ। ପ୍ରଥମ ଦୁଇ ମ୍ୟାଚରେ ବିଜୟୀ ହୋଇ ସେମିଫାଇନାଲରେ ପ୍ରବେଶ…

‘ମୋ ପତ୍ନୀ ମଧ୍ୟ…’, ବୈଭବ ସୂର୍ଯ୍ୟବଂଶୀଙ୍କୁ ନେଇ ଏମିତି କାହିଁକି କହିଲେ ପୂର୍ବତନ ଭାରତୀୟ କ୍ରିକେଟର, ବଢିଲା ଚର୍ଚ୍ଚା

ନୂଆଦିଲ୍ଲୀ,୫।୯: ମାତ୍ର ୧୫ ବର୍ଷ ବୟସରେ କ୍ରିକେଟ ଜଗତରେ ନିଜର ଗଭୀର ଛାପ ଛାଡ଼ିଛନ୍ତି ବୈଭବ ସୂର୍ଯ୍ୟବଂଶୀ। ଏହି ଯୁବ କ୍ରିକେଟରଙ୍କ ପ୍ରତିଭାକୁ ନେଇ ଏବେ ପୂର୍ବତନ…

ବୈଭବ ସୂର୍ଯ୍ୟବଂଶୀଙ୍କ ସହ ଓପନିଂ କରିବେ ସଞ୍ଜୁ? ବୋଲରଙ୍କ ମୁଣ୍ଡବିନ୍ଧାର କାରଣ ସାଜିବେ ଏହି ଯୋଡ଼ି

ନୂଆଦିଲ୍ଲୀ,୪।୮: ଶ୍ରୀଲଙ୍କା ବିପକ୍ଷ ଟେଷ୍ଟ ସିରିଜ୍‌ ଶେଷ ହେବା ପରେ ଏବେ ପୁଣି ଥରେ ଟି-୨୦ ଫର୍ମାଟ୍‌ରେ ମଇଦାନକୁ ଓହ୍ଲାଇବାକୁ ପ୍ରସ୍ତୁତ ହେଉଛି ଭାରତୀୟ ଦଳ। ଏହି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri