Posted inଖେଳ

ସୁଯୋଗ ହାତଛଡ଼ା କଲା ଭାରତ

ଖ୍ରୀଷ୍ଟଚର୍ଚ୍ଚ,୧ା୩- ଏଠାରେ ଚାଲିଥିବା ନ୍ୟୁଜିଲାଣ୍ଡ ବିପକ୍ଷ ଖ୍ରୀଷ୍ଟଚର୍ଚ୍ଚ ଟେଷ୍ଟରେ ଭାରତୀୟ ଦଳ ବଡ଼ ସୁଯୋଗ ହାତଛଡ଼ା କରିଛି। ପ୍ରଥମ ଇନିଂସରେ ଅଗ୍ରଣୀ ହାସଲ କରି ବିରାଟ କୋହଲିଙ୍କ ନେତୃତ୍ୱାଧୀନ ଭାରତୀୟ ଦଳ ମ୍ୟାଚ୍‌କୁ ଫେରିବାକୁ ସୁଯୋଗ ପାଇଥିଲା। କିନ୍ତୁ ଦ୍ୱିତୀୟ ଇନିଂସରେ ବ୍ୟାଟିଂ ବିପର୍ଯ୍ୟୟ ଦଳର ଚିନ୍ତା ବଢ଼ାଇ ଦେଇଛି। ମ୍ୟାଚ୍‌ର ଦ୍ୱିତୀୟ ଦିନରେ ଉଭୟ ଦଳର ୧୬ ଉଇକେଟ ପତନ ଘଟିଛି। ଭାରତୀୟ ଦଳ ପ୍ରଥମ ଇନିଂସରେ ୨୪୨ ରନ୍‌ କରିଥିଲା। ଜବାବରେ ଘରୋଇ ନ୍ୟୁଜିଲାଣ୍ଡ ବିନା କ୍ଷତିରେ ୬୩ ରନ୍‌ରୁ ବ୍ୟାଟିଂ ଆରମ୍ଭ କରି ୨୩୫ ରନ୍‌ରେ ଅଲଆଉଟ୍‌ ହୋଇଯାଇଥିଲା। ଟମ୍‌ ଲଥାମ (୫୨), କାଇଲ ଜେମିସନ (୪୯)ଙ୍କୁ ଛାଡ଼ି ଦେଲେ ଅନ୍ୟ କୌଣସି ବ୍ୟାଟ୍ସମ୍ୟାନ ସଫଳ ହୋଇ ନ ଥିଲେ। ଭାରତୀୟ ବୋଲରଙ୍କ ମଧ୍ୟରେ ମହମ୍ମଦ ଶାମି ୪, ଯଶପ୍ରୀତ ବୁମରା ୩, ରବୀନ୍ଦ୍ର ଜାଡେଜା ୨ ଓ ଉମେଶ ଯାଦବ ଗୋଟିଏ ଉଇକେଟ ନେଇଥିଲେ। ଫଳରେ ୭ ରନ୍‌ର ଅଗ୍ରଣୀ ହାସଲ କରିଥିବା ଭାରତୀୟ ଦଳ ଦ୍ୱିତୀୟ ଇନିଂସରେ ମଧ୍ୟ ଆରମ୍ଭରୁ ବିପର୍ଯ୍ୟୟର ସମ୍ମୁଖୀନ ହୋଇଛି। ଏଥିଯୋଗୁ ଷ୍ଟମ୍ପ ଅପସାରଣ ବେଳକୁ ଟିମ୍‌ ଇଣ୍ଡିଆ ୬ ଉଇକେଟ ହରାଇ ମାତ୍ର ୯୦ ରନ୍‌ କରିଛି। ଦଳର କୌଣସି ବ୍ୟାଟ୍ସମ୍ୟାନ ଘରୋଇ ବୋଲରଙ୍କ ସଫଳ ମୁକାବିଲା କରିପାରି ନ ଥିଲେ। ଦଳ ଏବେ ୯୭ ରନ୍‌ରେ ଆଗୁଆ ଥିବାବେଳେ ହାତରେ ୪ ଉଇକେଟ ରହିଛି। ହନୁମା ବିହାରୀ (୫) ଓ ରିଷବ ପନ୍ତ (୧) କରି ଅପରାଜିତ ଅଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଚପଲ ପିନ୍ଧି ମହାପ୍ରସାଦ ବାଣ୍ଟିଲେ, ଠିଆହୋଇ ଖାଇଲେ

ପୁରୀ,୩୧ା୧୨(ଅଜିତ୍‌ କୁମାର ମହାନ୍ତି): ମହାପ୍ରସାଦ ଓ ମହାପ୍ରଭୁଙ୍କୁ ଅପମାନ କଲାଭଳି ଦୃଶ୍ୟ ପୁଣି ଦେଖିବାକୁ ମିଳିଛି। ଏନେଇ ବିଭିନ୍ନ ମହଲରେ ଅସନ୍ତୋଷ ପ୍ରକାଶ ପାଇଛି। କେତେଜଣ...

ଘରକୁ ଫେରିବା ବାଟରେ ଭୟଙ୍କର ଦୁର୍ଘଟଣା: ବାଇକ୍‌କୁ ଧକ୍କା ଦେଇ ଟ୍ରକ୍‌କୁ ପିଟିଲା ବୋଲେରୋ; ଯୁବକ ଗୁରୁତର; ଡ୍ରାଇଭର…

କେସିଙ୍ଗା,୩୧।୧୨( ତୁମେଶ୍ୱର ସାହୁ): ରାତି ପାହିଲେ ନୂଆବର୍ଷ। ଗାଁଠୁ ନେଇ ସହର ଯାଏ ନୂଆବର୍ଷ ପାଳନ ପାଇଁ ଚାଲିଛି ସଜ ବାଜ। ଏଭଳି ସମୟରେ କେସିଙ୍ଗା...

ବରିଷ୍ଠ IAS ଅରବିନ୍ଦ ପାଢ଼ୀଙ୍କୁ ମିଳିଲା ପ୍ରମୋଶନ

ଭୁବନେଶ୍ବର,୩୧ା୧୨: ଓଡ଼ିଶା ପ୍ରଶାସନିକ ସ୍ତରରେ ଏକ ବଡ଼ ପରିବର୍ତ୍ତନ ହୋଇଛି। କୃଷି ଓ କୃଷକ ସଶକ୍ତିକରଣ ବିଭାଗର ପ୍ରମୁଖ ସଚିବ ତଥା ଶ୍ରୀମନ୍ଦିର ମୁଖ୍ୟ ପ୍ରଶାସକ...

ରୁଷକୁ ବିଶ୍ବାସ ଯେ… ୨୦୨୫ ବର୍ଷର ଶେଷ ଭାଷଣରେ ଜେଲେନ୍ସକିଙ୍କ ବିଷୟରେ କଣ କହିଲେ ପୁଟିନ୍

ନୂଆଦିଲ୍ଲୀ,୩୧।୧୨: ରୁଷ ରାଷ୍ଟ୍ରପତି ପୁଟିନ ନୂତନ ବର୍ଷ ପୂର୍ବ ସନ୍ଧ୍ୟାରେ ଦେଶକୁ ସମ୍ବୋଧିତ କରିଛନ୍ତି । ୟୁକ୍ରେନରେ ଚାଲିଥିବା ଯୁଦ୍ଧ ସମ୍ପର୍କରେ ସେ କହିଥିଲେ ଯେ...

ଭୂତକୋଠା ପାଲଟିଛି ଶିକ୍ଷକ ଭବନ, ରାତି-ଦିନରେ ଜମୁଛି ମଦର ଆସର

ମୋହନା,୩୧/୧୨(ମନ୍ମଥ ମିଶ୍ର): ଗଜପତି ଜିଲା ମୋହନା ବ୍ଲକ ଏକ ଆଦିବାସୀ ଅଧ୍ୟୁଷିତ ଅଞ୍ଚଳ । ଏହା ୩୯ଟି ପଞ୍ଚାୟତକୁ ନେଇ ଗଠିତ । ଏହି ବ୍ଲକର...

ପ୍ରଭାକର ସ୍ମାରକୀ ଭଲିବଲ ଟୁର୍ନାମେଣ୍ଟ, ଡେଙ୍ଗାପଦର ଭଲିବଲ ଟିମ୍ ବିଜୟୀ

ଦିଗପହଣ୍ଡି, ୩୧|୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ମିନି ଷ୍ଟାଡିୟମରେ ସ୍ବର୍ଗତ ବି.ପ୍ରଭାକର ରେଡ୍ଡୀ ସ୍ମାରକୀ ଭଲିବଲ ଟୁର୍ନାମେଣ୍ଟର ୪ର୍ଥ ଦିବସ ଆଜି ଆୟୋଜିତ...

ଭଞ୍ଜନଗରରେ ପରିବେଶ ଆଇନ୍ ସଚେତନତା ଶିବିର, ସାମିଲ ହେଲେ….

ଭଞ୍ଜନଗର,୩୧/୧୨(ବାବୁଲା ପ୍ରଧାନ)- ଗଞ୍ଜାମ ଜିଲା ଭଞ୍ଜନଗର ନିୟନ୍ତ୍ରିତ ବଜାର କମିଟି ସମ୍ମିଳନୀ ହଲ୍‌ରେ ବୁଧବାର “Protect Today, Secure Tomorrow” ଶୀର୍ଷକ ଅଧୀନରେ ଏକ ପରିବେଶ...

ଭିଜିଲାନ୍ସ ଜାଲରେ ଛେଣ୍ଡିପଦା ଅତିରିକ୍ତ ତହସିଲଦାର, ୯ ହଜାର ଟଙ୍କା ପାଇଁ…

ଅନୁଗୋଳ,୩୧ା୧୨: ଜମି ମ୍ୟୁଟେସନ କେସ୍‌ ପାଇଁ ଲାଞ୍ଚ ନେବା ଅତିରିକ୍ତ ତହସିଲଦାରଙ୍କୁ ମହଙ୍ଗା ପଡ଼ିଛି। ବୁଧବାର ଅନୁଗୋଳ ଜିଲା ଛେଣ୍ଡିପଦା ତହସିଲର ଅତିରିକ୍ତ ତହସିଲଦାର ପ୍ରକାଶ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri