Posted inଖେଳ

ସୁଯୋଗ ହାତଛଡ଼ା କଲା ଭାରତ

ଖ୍ରୀଷ୍ଟଚର୍ଚ୍ଚ,୧ା୩- ଏଠାରେ ଚାଲିଥିବା ନ୍ୟୁଜିଲାଣ୍ଡ ବିପକ୍ଷ ଖ୍ରୀଷ୍ଟଚର୍ଚ୍ଚ ଟେଷ୍ଟରେ ଭାରତୀୟ ଦଳ ବଡ଼ ସୁଯୋଗ ହାତଛଡ଼ା କରିଛି। ପ୍ରଥମ ଇନିଂସରେ ଅଗ୍ରଣୀ ହାସଲ କରି ବିରାଟ କୋହଲିଙ୍କ ନେତୃତ୍ୱାଧୀନ ଭାରତୀୟ ଦଳ ମ୍ୟାଚ୍‌କୁ ଫେରିବାକୁ ସୁଯୋଗ ପାଇଥିଲା। କିନ୍ତୁ ଦ୍ୱିତୀୟ ଇନିଂସରେ ବ୍ୟାଟିଂ ବିପର୍ଯ୍ୟୟ ଦଳର ଚିନ୍ତା ବଢ଼ାଇ ଦେଇଛି। ମ୍ୟାଚ୍‌ର ଦ୍ୱିତୀୟ ଦିନରେ ଉଭୟ ଦଳର ୧୬ ଉଇକେଟ ପତନ ଘଟିଛି। ଭାରତୀୟ ଦଳ ପ୍ରଥମ ଇନିଂସରେ ୨୪୨ ରନ୍‌ କରିଥିଲା। ଜବାବରେ ଘରୋଇ ନ୍ୟୁଜିଲାଣ୍ଡ ବିନା କ୍ଷତିରେ ୬୩ ରନ୍‌ରୁ ବ୍ୟାଟିଂ ଆରମ୍ଭ କରି ୨୩୫ ରନ୍‌ରେ ଅଲଆଉଟ୍‌ ହୋଇଯାଇଥିଲା। ଟମ୍‌ ଲଥାମ (୫୨), କାଇଲ ଜେମିସନ (୪୯)ଙ୍କୁ ଛାଡ଼ି ଦେଲେ ଅନ୍ୟ କୌଣସି ବ୍ୟାଟ୍ସମ୍ୟାନ ସଫଳ ହୋଇ ନ ଥିଲେ। ଭାରତୀୟ ବୋଲରଙ୍କ ମଧ୍ୟରେ ମହମ୍ମଦ ଶାମି ୪, ଯଶପ୍ରୀତ ବୁମରା ୩, ରବୀନ୍ଦ୍ର ଜାଡେଜା ୨ ଓ ଉମେଶ ଯାଦବ ଗୋଟିଏ ଉଇକେଟ ନେଇଥିଲେ। ଫଳରେ ୭ ରନ୍‌ର ଅଗ୍ରଣୀ ହାସଲ କରିଥିବା ଭାରତୀୟ ଦଳ ଦ୍ୱିତୀୟ ଇନିଂସରେ ମଧ୍ୟ ଆରମ୍ଭରୁ ବିପର୍ଯ୍ୟୟର ସମ୍ମୁଖୀନ ହୋଇଛି। ଏଥିଯୋଗୁ ଷ୍ଟମ୍ପ ଅପସାରଣ ବେଳକୁ ଟିମ୍‌ ଇଣ୍ଡିଆ ୬ ଉଇକେଟ ହରାଇ ମାତ୍ର ୯୦ ରନ୍‌ କରିଛି। ଦଳର କୌଣସି ବ୍ୟାଟ୍ସମ୍ୟାନ ଘରୋଇ ବୋଲରଙ୍କ ସଫଳ ମୁକାବିଲା କରିପାରି ନ ଥିଲେ। ଦଳ ଏବେ ୯୭ ରନ୍‌ରେ ଆଗୁଆ ଥିବାବେଳେ ହାତରେ ୪ ଉଇକେଟ ରହିଛି। ହନୁମା ବିହାରୀ (୫) ଓ ରିଷବ ପନ୍ତ (୧) କରି ଅପରାଜିତ ଅଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଅମରନାଥଙ୍କୁ ପିଟିଲା କାର୍‌, ଚାଲିଗଲା ଜୀବନ

ଗୁଣପୁର,୩୧।୮ ( ସୁଜାତା ପାଢ଼ୀ): ରାୟଗଡ଼ା ଜିଲା ଗୁଣପୁର ସହର ବଳରାମ ନଗର ପୋଲାକି ଅମରନାଥ ପାତ୍ର(୨୭) (ପିତା- ମୋହନ ରାଓ ପାତ୍ର)ଙ୍କ ଏକ ମର୍ମନ୍ତୁଦ ସଡ଼କ…

ଦମ୍‌ଦାର ଜବାବ ଦେଲେ ବୈଭବ ସୂର୍ଯ୍ୟବଂଶୀ: କିଛି କହିବା ପୂର୍ବରୁ ୧୦୦୦ ଥର ଭାବିବେ କ୍ରିକେଟ ପଣ୍ଡିତ!

ନୂଆଦିଲ୍ଲୀ, ୩୧।୮: ଦୁଲୀପ ଟ୍ରଫି ଡେବ୍ୟୁ ମ୍ୟାଚରେ ବୈଭବ ସୂର୍ଯ୍ୟବଂଶୀ ମାତ୍ର ୮ ରନ କରି ଆଉଟ ହେବା ପରେ ତାଙ୍କ ରେଡ ବଲ ଟେମ୍ପରାମେଣ୍ଟକୁ ନେଇ…

ଅନ୍ତର୍ଜାତୀୟ ଫୁଟବଲ୍‌ରୁ ଅବସର ଘୋଷଣା କଲେ ଲିଓନେଲ ମେସି: କହିଲେ- ଏହି କାରଣ ପାଇଁ…

ନୂଆଦିଲ୍ଲୀ, ୩୧।୮: ଫୁଟବଲ ଜଗତର ପ୍ରଶଂସକଙ୍କ ପାଇଁ ଆସିଛି ବଡ଼ ଖବର। ଆର୍ଜେଣ୍ଟିନାର ମହାନ ଫୁଟବଲର୍‌ ଲିଓନେଲ ମେସି ଅନ୍ତର୍ଜାତୀୟ ଫୁଟବଲ୍‌ରୁ ଅବସର ଘୋଷଣା କରିଛନ୍ତି। ଏଣିକି…

ପୁଷ୍ଟିହୀନ ଶିଶୁଙ୍କ ସନ୍ଧାନରେ ଯିବେ ୬୦୦୦ ଏନଏସଏସ ଛାତ୍ରୀ: ଦୁଇଜଣିଆ ଟିମ କରିବେ ସର୍ଭେ

ଭଞ୍ଜନଗର,୩୧।୮(ବାବୁଲା ପ୍ରଧାନ): ସୁପୋଷିତ ଓଡ଼ିଶା ମିଶନ ଅଧୀନରେ ପୁଷ୍ଟିହୀନ ଶିଶୁଙ୍କ ସର୍ଭେ କାର୍ଯ୍ୟରେ ସାମିଲ ହେବାକୁ ଥିବା ଜାତୀୟ ସେବା ଯୋଜନା (ଏନଏସଏସ) ସ୍ବେଚ୍ଛାସେବୀଙ୍କୁ ନେଇ ସୋମବାର…

ବୈଭବଙ୍କ ବୋଲିଂ ଆକ୍ସନ ଦେଖି ଯୁବରାଜଙ୍କ ମଜାଦାର କମେଣ୍ଟ, କହିଲେ ଏମିତି…ପଡିଗଲା ଚହଳ

ନୂଆଦିଲ୍ଲୀ, ୩୧।୮: ଭାରତୀୟ କ୍ରିକେଟର ଯୁବ ତାରକା ବୈଭବ ସୂର୍ଯ୍ୟବଂଶୀ ଏବେ ୨୦୨୬ ଦୁଲୀପ ଟ୍ରଫିରେ ନିଜ ପ୍ରତିଭାର ଝଲକ ଦେଖାଉଛନ୍ତି। ମାତ୍ର ୧୫ ବର୍ଷ ବୟସର…

ରାତିରେ ହେଲା ସ୍ବାମୀ-ସ୍ତ୍ରୀ ପାଟିତୁଣ୍ଡ: ସକାଳୁ ମିଳିଲା…

ଲାଞ୍ଜିଗଡ, ୩୧।୮(ରମେଶ ଚନ୍ଦ୍ର ନାୟକ): କଳାହାଣ୍ଡି ଜିଲା ଲାଞ୍ଜିଗଡ ବ୍ଲକ ଲାଞ୍ଜିଗଡ ଥାନା ଅନ୍ତର୍ଗତ ଭାଟଗୁଡ଼ା ଗ୍ରାମରେ ଏକ ଘରୁ ମହିଳାଙ୍କ ମୃତଦେହ ଉଦ୍ଧାର କରାଯାଇଥିବାବେଳେ ମୃତ୍ୟୁର…

ଝିଆରୀଙ୍କୁ ଲିଫ୍ଟ ଦେଇ ବଳାତ୍କାର ଉଦ୍ୟମ କଲେ ଦାଦା: ବାନ୍ଧିଲା ପୋଲିସ

ପାଟଣା,୩୧।୮(ବୀର କିଶୋର ଦାଶ): ଯୁକ୍ତ୨ ପଢୁଥିବା ଜଣେ ୧୬ ବର୍ଷୀୟା ନାବାଳିକାଙ୍କୁ ସମ୍ପର୍କୀୟ ଦାଦା ବଳାତ୍କାର ଉଦ୍ୟମ କରିଥିବା ଅଭିଯୋଗ ହୋଇଛି। ସୋମବାର ପାଟଣା ପୋଲିସ ଦାଦାଙ୍କୁ…

ଭଞ୍ଜନଗର ସହରର ବିକାଶ ଉପରେ ଗୁରୁତ୍ୱ: ବିଧାୟକ କହିଲେ, ମିଳିତ ପ୍ରୟାସ ଆବଶ୍ୟକ

ଭଞ୍ଜନଗର,୩୧।୮(ବାବୁଲା ପ୍ରଧାନ): ଭଞ୍ଜନଗର ମ୍ୟୁନିସିପାଲିଟି ପକ୍ଷରୁ ସୋମବାର ସ୍ବାୟତ୍ତ ଶାସନ ଦିବସ ଉତ୍ସାହ ଓ ଉଦ୍ଦୀପନାର ସହ ପାଳିତ ହୋଇଛି। ଏହି ଅବସରରେ ମ୍ୟୁନିସିପାଲିଟି କାର୍ଯ୍ୟାଳୟ ପରିସରରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri