Categories: ଜାତୀୟ

ସୁରକ୍ଷାକର୍ମୀଙ୍କ ଉପରକୁ ଗ୍ରେନେଡ ଆକ୍ରମଣ

ଶ୍ରୀନଗର,୮।୧: ଜମ୍ମୁ-କଶ୍ମୀରରେ ଶାନ୍ତି ଭଙ୍ଗ କରିବା ପାଇଁ ପାକିସ୍ତାନ ସବୁବେଳେ ଉଦ୍ୟମ ଚଳାଇଛି। କେତେବେଳେ ସୀମାରେ ଆତଙ୍କବାଦୀଙ୍କୁ ଅନୁପ୍ରବେଶ କରାଉଛି ତ କେତେବେଳେ ଅସ୍ତ୍ରବିରତି ଉଲ୍ଲଂଘନ ଆଉ କେତେବେଳେ ଆତଙ୍କବାଦୀ ଆକ୍ରମଣ। ଇତିମଧ୍ୟରେ ବୁଧବାର ଶ୍ରୀନଗରର ହବାକ ଅଞ୍ଚଳରେ ଆତଙ୍କବାଦୀମାନେ ସୁରକ୍ଷାକର୍ମୀଙ୍କୁ ଟାର୍ଗେଟ କରି ଗ୍ରେନେଡ ଆକ୍ରମଣ କରିଛନ୍ତି। ଜନଗହଳିପୂର୍ଣ୍ଣ ରାସ୍ତାରେ ସିଆର୍‌ପିଏଫ୍‌ ଟିମ୍‌ ଯାଉଥିବା ବେଳେ ହଠାତ୍‌ ଆତଙ୍କବାଦୀମାନେ ଗ୍ରେନେଡ ମାଡ଼ କରିଥିଲେ। ଏଥିରେ ୨ଜଣ ସାଧାରଣ ନାଗରିକ ଆହତ ହୋଇଥିବା ଜଣାପଡ଼ିଛି। ଆହତଙ୍କୁ ଉଦ୍ଧାର କରାଯାଇ ହସ୍ପିଟାଲରେ ଭର୍ତ୍ତି କରାଯାଇଛି। ଖବରପାଇ ଘଟଣାସ୍ଥଳରେ ପୋଲିସ ଓ ଯବାନ ପହଞ୍ଚି ସ୍ଥାନୀୟ ଅଞ୍ଚଳକୁ ଘେରାବନ୍ଦୀ କରି ସର୍ଚ୍ଚ ଅପରେଶନ୍‌ ଜାରି ରଖିଛନ୍ତି।

Share