Categories: ଜାତୀୟ

ସୁରକ୍ଷାକର୍ମୀଙ୍କ ଏନ୍‌କାଉଣ୍ଟର: ୩ ଆତଙ୍କବାଦୀ ନିହତ

ଶ୍ରୀନଗର,୧୯।୨: ଜମ୍ମୁ-କଶ୍ମୀର ତ୍ରାଲର ଅଓ୍ବନ୍ତିପୋରାରେ ସୁରକ୍ଷାକର୍ମୀଙ୍କ ଏନ୍‌କାଉଣ୍ଟରରେ ୩ ଆତଙ୍କବାଦୀଙ୍କ ମୃତ୍ୟୁ ଘଟିଛି। ସେମାନେ ଗଜବତ୍‌-ଅଲ୍‌- ହିନ୍ଦ୍‌ର ସଦସ୍ୟ ବୋଲି ସ୍ଥାନୀୟ ପୋଲିସ ପକ୍ଷରୁ ସୂଚନା ଦିଆଯାଇଛି। ଏଠାରେ କିଛି ଆତଙ୍କବାଦୀ ଲୁଚିଥିବା ଖବର ମିଳିବା ପରେ ମିଳିତ ସୁରକ୍ଷାକର୍ମୀଙ୍କ ପକ୍ଷରୁ ଘେରାବନ୍ଦୀ ଆରମ୍ଭ ହୋଇଥିଲା। ଆତଙ୍କବାଦୀଙ୍କୁ ଆତ୍ମ ସମର୍ପଣ ପାଇଁ ସତର୍କ ସୂଚନା ଦିଆଯାଇଥିଲା। ତେବେ ସେମାନେ ସୁରକ୍ଷାକର୍ମୀଙ୍କ ଉପରକୁ ପ୍ରଥମେ ଗୁଳିଚାଳନା କରିଥିଲେ। ଏହାର ଜବାବରେ ସୁରକ୍ଷାକର୍ମୀଙ୍କ ପକ୍ଷରୁ ପାଲଟା ଆକ୍ରମର ହୋଇଥିଲା। ସୂଚନାଯୋଗ୍ୟ, ଗତ ଏକମାସ ମଧ୍ୟରେ ସୁରକ୍ଷାକର୍ମୀଙ୍କ ପକ୍ଷରୁ ୫ ଥର ସର୍ଚ୍ଚଅପରେଶନ୍‌ ହୋଇଛି। ଏଥିରେ ୧୨ ଜଣ ଆତଙ୍କବାଦୀଙ୍କ ମୃତ୍ୟୁ ଘଟିଥିବା ଜମ୍ମୁ-କଶ୍ମୀର ଜୋନ୍‌ ପୋଲିସ ପକ୍ଷରୁ ସୂଚନା ଦିଆଯାଇଛି।

Share