Categories: ଜାତୀୟ

ସୁରକ୍ଷାକର୍ମୀଙ୍କ ଏନ୍‌କାଉଣ୍ଟରରେ ଟଳିପଡ଼ିଲେ ୫ଆତଙ୍କବାଦୀ

ଶ୍ରୀନଗର,୧୦।୬: ଜମ୍ମୁ-କଶ୍ମୀର ଶୋପିଆନ ଜିଲାରେ ବୁଧବାର ସୁରକ୍ଷାକର୍ମୀଙ୍କୁ ବଡ଼ ସଫଳତା ମିଳିଛି। ସୁରକ୍ଷାକର୍ମୀଙ୍କ ଏନ୍‌କାଉଣ୍ଟରରେ ୫ ଆତଙ୍କବାଦୀଙ୍କ ମୃତ୍ୟୁ ହୋଇଥିବା ଜଣାପଡ଼ିଛି। ଆଉ ଆତଙ୍କବାଦୀ ଲୁଚି ରହିଥିବା ସନ୍ଦେହରେ ସ୍ଥାନୀୟ ଅଞ୍ଚଳକୁ ଘେରାବନ୍ଦୀ କରାଯାଇ ସର୍ଚ୍ଚ ଅପରେଶନ୍‌ ଜାରି ରହିଛି। ସୂଚନାଯୋଗ୍ୟ, ଦକ୍ଷିଣ କଶ୍ମୀର ଶୋପିଆନ ଜିଲାର ସୁଗୁ ଅଞ୍ଚଳରେ କିଛି ଆତଙ୍କବାଦୀ ଲୁଚି ରହିଥିବା ଖବର ବିଶ୍ୱସ୍ତ ସୂତ୍ରରୁ ସୁରକ୍ଷାକର୍ମୀଙ୍କୁ ସୂଚନା ମିଳିଥିଲା। ଏହାପରେ ସୁରକ୍ଷାକର୍ମୀ ଉକ୍ତ ଅଞ୍ଚଳକୁ ଘେରାବନ୍ଦୀ କରି ସର୍ଚ୍ଚ ଅପରେଶନ୍‌ କରିଥିଲେ। ଏହି ସମୟରେ ଆତଙ୍କବାଦୀ ଭୟଭୀତ ହୋଇ ସୁରକ୍ଷାକର୍ମୀଙ୍କ ଉପରେ ଆଖିବୁଜା ଗୁଳି ଚାଳନା କରିଥିଲେ। ଏହାର ପ୍ରତି ଜବାବରେ ସୁରକ୍ଷାକର୍ମୀ ମଧ୍ୟ ପାଲଟା ଆକ୍ରମଣ କରିଥିଲେ। ତେବେ ସୁରକ୍ଷାକର୍ମୀଙ୍କ ଏହି ଗୁଳିବିନିମୟରେ ୫ଜଣ ଆତଙ୍କବାଦୀ ନିପାତ ହୋଇଥିବା ସୂଚନା ରହିଛି।

Share