Posted inଜାତୀୟ

ସୁରକ୍ଷାକର୍ମୀଙ୍କ ଟାର୍ଗେଟ୍‌ରେ ୨୭୩ ଆତଙ୍କବାଦୀ: ପ୍ରକାଶ ପାଇଲା ତାଲିକା

ଶ୍ରୀନଗର, ୧୯।୯: ଜମ୍ମୁ-କଶ୍ମୀରରୁ ଅନୁଚ୍ଛେଦ ୩୭୦ ଉଚ୍ଛେଦ ହେବା ପରେ ପ୍ରଥମ ଥର ପାଇଁ ଏଠାରେ ସକ୍ରିୟ ଥିବା ଆତଙ୍କବାଦୀଙ୍କ ତାଲିକା ପ୍ରକାଶ ପାଇଛି। ଏଠାରେ ଥିବା ୨୭୩ ଆତଙ୍କବାଦୀ ମିଳିତ ସୁରକ୍ଷାକର୍ମୀଙ୍କ ଟାର୍ଗେଟ୍‌ରେ ରହିଛନ୍ତି। ସେମାନଙ୍କ ମଧ୍ୟରୁ ସର୍ବାଧିକ ୧୫୮ ଆତଙ୍କବାଦୀ ଦକ୍ଷିଣ କଶ୍ମୀରରେ ସକ୍ରିୟ ରହିଥିବା ତାଲିକାରେ ଦର୍ଶାଯାଇଛି। ସେହିପରି ଉତ୍ତର କଶ୍ମୀରରେ ୯୬ ଏବଂ କେନ୍ଦ୍ରୀୟ କଶ୍ମୀରରେ ୧୯ ଆତଙ୍କବାଦୀ ବଡ଼ ଧରଣର ଆକ୍ରମଣ ପାଇଁ ଷଡ଼ଯନ୍ତ୍ର ରଚୁଥିବା କୁହାଯାଉଛି। ସେମାନଙ୍କ ମଧ୍ୟରେ ୧୬୬ ଜଣ ସ୍ଥାନୀୟ ଆତଙ୍କବାଦୀ ଥିବାବେଳେ ୧୦୭ ବିଦେଶୀ ଆତଙ୍କବାଦୀ ରହିଛନ୍ତି। ସର୍ବାଧିକ ୧୧୨ ଜଣ ଲଶ୍କର-ଇ-ତୋଏବା ଆତଙ୍କବାଦୀ ଜମ୍ମୁ-କଶ୍ମୀରରେ ଥିବା ତାଲିକାରେ ପ୍ରକାଶ ପାଇଛି। ଅପରପକ୍ଷରେ ୧୦୦ ହିଜବୁଲ୍‌ ମୁଜାହିଦ୍ଦିନ୍‌, ୫୮ ଜୈଶ୍‌-ଇ-ମହମ୍ମଦ୍‌ ଏବଂ ୩ ଜଣ ଅଲ୍‌ ବଦର୍‌ ଆତଙ୍କବାଦୀ ରହିଛନ୍ତି। ସୁଯୋଗ ଉଣ୍ଡି ସେମାନେ ଆତ୍ମଘାତୀ ଆକ୍ରମଣ କରିବାର ପ୍ରୟାସ କରୁଥିବା ସୁରକ୍ଷାକର୍ମୀଙ୍କ ପକ୍ଷରୁ ସୂଚନା ଦିଆଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଚାଷଜମିରୁ ଆଠ ଫୁଟର ଅଜଗରକୁ ଉଦ୍ଧାର କଲେ ଗ୍ରାମବାସୀ, ସରପଞ୍ଚ..

ବଡ଼ଗାଁ,୩୧।୮(ଅଶୋକ ଷଡ଼ଙ୍ଗୀ): ସୁନ୍ଦରଗଡ଼ ଜିଲା ବଡ଼ଗାଁ ଅଞ୍ଚଳରେ ବର୍ଷା ଋତୁରେ ଅଜଗର ସାପ ଗାଁ ସହ ଚାଷଜମିରେ ଦେଖାଯାଇଥାନ୍ତି। ଚଳିତବର୍ଷ ବଡ଼ଗାଁର ସାପ ଧରାଳି ମହେନ୍ଦ୍ର ନାଏକ…

ନେପାଳ ବନ୍ୟା ପରେ କନ୍ଦାଉଛି ଜମି ଯାଇଥିବା ପାଣି କାଦୁଅ, ISRO ଫଟୋ ଦେଲା ବଡ଼ ତଥ୍ୟ, ଭାରତ ଉପରେ ରହିଛି ବିପଦ!

କାଠମାଣ୍ଡୁ,୩୧।୮: ନେପାଳରେ ହୋଇଥିବା ବିନାଶକାରୀ ବନ୍ୟା ସମ୍ପର୍କରେ ଏକ ଗୁରୁତ୍ୱପୂର୍ଣ୍ଣ ଚିତ୍ର ପ୍ରକାଶ ପାଇଛି। ପ୍ରଥମେ ପ୍ରବଳ ବର୍ଷା ଏବଂ ହିମସ୍ଖଳନକୁ ପ୍ରାଥମିକ କାରଣ ଭାବରେ ବିବେଚନା…

ପାର୍ବଣ ଋତୁ ପୂର୍ବରୁ ବଡ଼ ଖୁସି ଖବର; କମିବ ଚିନି ଦର! ସରକାର ନେଲେ ବଡ଼ ପଦକ୍ଷେପ

ନୂଆଦିଲ୍ଲୀ,୩୧।୮: ଆଗାମୀ ପାର୍ବଣ ଋତୁ ପୂର୍ବରୁ ଆଶ୍ୱସ୍ତିକର ଖବର ସାମ୍ନାକୁ ଆସିଛି । ବଜାରରେ ଚିନିର ଦର ନିୟନ୍ତ୍ରଣ କରିବା ସହ କଳାବଜାରୀ ରୋକିବା ପାଇଁ କେନ୍ଦ୍ର…

ନେପାଳ ବନ୍ୟା: ୯୦୦ ଟପିଲା ମୃତ୍ୟୁ ସଂଖ୍ୟା, ୩ହଜାରରୁ ଅଧିକ ନିଖୋଜ

କାଠମାଣ୍ଡୁ,୩୧।୮: ନେପାଳରେ ଭୟଙ୍କର ବନ୍ୟାରେ ମୃତ୍ୟୁ ସଂଖ୍ୟା ପ୍ରାୟ ୯୦୦ ରେ ପହଞ୍ଚିଛି। ଏହି ସମୟରେ, ଭୋଟେ କୋଶି ନଦୀରେ ଜଳସ୍ତର ବୃଦ୍ଧି ପାଇବା ଯୋଗୁ ନୂତନ…

‘କେସିଙ୍ଗା ସହରକୁ ବିକାଶ କ୍ଷେତ୍ରରେ ରହିଛି ଟ୍ୟାକ୍ସର ଆବଶ୍ୟକତା’

କେସିଙ୍ଗା,୩୧ା୮(ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ଏନ୍‌ଏ୍‌ସି ଅଧ୍ୟକ୍ଷ ନୃପରାଜ ଯାଦବଙ୍କ ଅଧ୍ୟକ୍ଷତାରେ ନିଜକୁ ଶାସନ କରୁଥିବା ସ୍ବାୟତ୍ତ ଶାସନ ଦିବସ ସ୍ଥାନୀୟ କଲ୍ୟାଣମଣ୍ଡପ ପରିସରରେ ରବିବାର…

ମହିଳା ଏସିଆ କପ୍ ୨୦୨୬: ଇତିହାସ ରଚିଲେ ସ୍ମୃତି ମନ୍ଧାନା, ୨ୟ ସର୍ବାଧିକ…

ନୂଆଦିଲ୍ଲୀ,୩୧।୮: ମହିଳା ଏସିଆ କପ୍‌ ୨୦୨୬ରେ ଭାରତୀୟ ଦଳ ବିଜୟ ସହ ଅଭିଯାନ ଆରମ୍ଭ କରିଛି । ପ୍ରଥମ ମ୍ୟାଚ୍‌ରେ ଟିମ୍‌ ଇଣ୍ଡିଆ ଥାଇଲାଣ୍ଡକୁ ୯୪ ରନ୍‌ରେ…

ଗ୍ଲୋବାଲ ୱାର୍ମିଂ ଭାଙ୍ଗୁଛି ୨ ମହାସାଗରର ଜଳବାୟୁ ସମ୍ପର୍କ

ୱାଶିଂଟନ/ଲଣ୍ଡନ, ୩୧ା୮ ଗ୍ଲୋବାଲ ୱାର୍ମିଂ (ବିଶ୍ୱତାପନ ବୃଦ୍ଧି) ଏବଂ ମାନବକୃତ କାରଣ ଯୋଗୁ ପ୍ରଶାନ୍ତ ମହାସାଗର ଏବଂ ଭାରତ ମହାସାଗର ମଧ୍ୟରେ ଶତାବ୍ଦୀ ଶତାବ୍ଦୀ ଧରି ରହିଆସିଥିବା…

ତୁଳା ରାଶିକୁ ଗୋଚର କରିବେ ଶୁକ୍ର; ୨ ସେପ୍ଟେମ୍ବରରେ ସୃଷ୍ଟି ହେବ ଅଦ୍ଭୁତ ଯୋଗ, ୪ରାଶିର ବଢ଼ିବ ଧନ

ଜ୍ୟୋତିଷ ଶାସ୍ତ୍ରରେ ଶୁକ୍ର ଦେବଙ୍କୁ ପ୍ରେମ, ବିବାହ, ସୌନ୍ଦର୍ଯ୍ୟ, ସୁଖ-ସମୃଦ୍ଧି, କଳା, ଯାନବାହନ ଏବଂ ଧନର କାରକ ବୋଲି ବିଚାର କରାଯାଏ। ୨ ସେପ୍ଟେମ୍ବର ୨୦୨୬ରେ ଶୁକ୍ର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri