Posted inଜାତୀୟ

ସୁରକ୍ଷାକର୍ମୀ ଏବଂ ସରକାରୀ କାର୍ଯ୍ୟାଳୟ ଉପରେ ଆତଙ୍କବାଦୀଙ୍କ ନଜର: ବଡ଼ ଧରଣର ଆକ୍ରମଣ ଷଡ଼ଯନ୍ତ୍ର

ଶ୍ରୀନଗର,୩୦।୧୦: ଜମ୍ମୁ-କଶ୍ମୀରରେ ବଡ଼ ଧରଣର ଆତଙ୍କବାଦୀ ଆକ୍ରମଣ କରିବା ପାଇଁ ପାକିସ୍ତାନ ଆର୍ମି ଏବଂ ଆଇଏସ୍‌ଆଇ ସହାୟତାରେ ଷଡ଼ଯନ୍ତ୍ର ରଚାଯାଇଛି। ସୁରକ୍ଷାକର୍ମୀ ଅପହରଣ ଏବଂ ବିଭିନ୍ନ ଗୁରୁତ୍ୱପୂର୍ଣ୍ଣ ସରକାରୀ କାର୍ଯ୍ୟାଳୟ ଉପରେ କବ୍‌ଜା କରିବା ଲାଗି ଯୋଜନା କରାଯାଇଥିବା ଭାରତୀୟ ଗୋଇନ୍ଦା ବିଭାଗ ପକ୍ଷରୁ ସତର୍କ ସୂଚନା ଜାରି କରାଯାଇଛି। ଏନେଇ ପାକିସ୍ତାନ ଆର୍ମି ଏବଂ ଆଇଏସ୍‌ଆଇ ଜୈଶ୍‌-ଇ-ମହମ୍ମଦ୍‌, ଲଶ୍କର-ଇ-ତୋଏବା ଏବଂ ହିଜ୍‌ବୁଲ୍‌ ମୁଜାହିଦ୍ଦିନ୍‌ ଆଦି ଆତଙ୍କବାଦୀ ସଂଗଠନ ସହିତ ଯୋଗାଯୋଗରେ ରହିଛନ୍ତି। ଜୋନାକର, ରୈନାବାଡ଼ି, ସଫାକଦଲ୍‌, ଧର୍ମଶାଳା ଆଦି ଅଞ୍ଚଳରେ ଥିବା ସୁରକ୍ଷାକର୍ମୀଙ୍କ ଶିବିର ଉପରେ ଆତଙ୍କବାଦୀମାନେ ତୀକ୍ଷ୍‌ଣ ନଜର ରଖିଥିବା ଗୋଇନ୍ଦା ବିଭାଗ ପକ୍ଷରୁ କୁହାଯାଇଛି। ସେହିପରି ଅଓ୍ବନ୍ତିପୁରା, ଶ୍ରୀନଗର ଏବଂ ରଙ୍ଗେଥ୍‌ ବିମାନ ବନ୍ଦରରେ ଆକ୍ରମଣ ପାଇଁ ଆତଙ୍କବାଦୀମାନେ ଷଡ଼ଯନ୍ତ୍ର ରଚିଥିବା ଗୋଇନ୍ଦା ରିପୋର୍ଟରେ ପ୍ରକାଶ ପାଇଛି।


Enter your email to get our daily news in your inbox.

All Right Reserved By Dharitri.Com

କଣ୍ଠଶିଳ୍ପୀ ସୌରିନ ଭଟ୍ଟଙ୍କ ଅଡୁଆ ବଢ଼ିଲା: ଜାମିନ ବିହୀନ ଗିରଫ ପରୱାନା ରହିତାଦେଶ ହଟାଇଲେ…

କଟକ,୨୫।୮(କାର୍ତ୍ତିକ ସାହୁ): ବାରମ୍ବାର ସମୟ ନେଇ ନିମ୍ନ ଅଦାଲତରେ ହାଜର ନ ହେବା କଣ୍ଠଶିଳ୍ପୀ ସୌରିନ ଭଟ୍ଟଙ୍କ ପାଇଁ ମହଙ୍ଗା ସାବ୍ୟସ୍ତ ହୋଇଛି। ଫଳରେ ଗିରଫଦାରିକୁ ନେଇ…

୩୦ ଯାଏ ବଢ଼ିଲା ଓଏସ୍‌ଏସ୍‌ଟିଇଟି ପଞ୍ଜୀକରଣ, ସେପ୍ଟେମ୍ବର ୩୦…

କଟକ,୨୫।୮(କାର୍ତ୍ତିକ ସାହୁ): ମାଧ୍ୟମିକ ଶିକ୍ଷା ପରିଷଦ (ବୋର୍ଡ) ଦ୍ୱାରା ପରିଚାଳିତ ଓଡ଼ିଶା ସେକେଣ୍ଡାରି ସ୍କୁଲ ଟିଚର୍ସ ଇଲିଜିବିଲିଟି ଟେଷ୍ଟ (ଓଏସ୍‌ଏସ୍‌ଟିଇଟି) ୨୦୨୬ ନିମନ୍ତେ ପଞ୍ଜୀକରଣ ଅବଧିକୁ ଅଗଷ୍ଟ…

ପୁଣି ଲଘୁଚାପ: ୨୮ରୁ ଆହୁରି ବଢ଼ିବ ବର୍ଷା, ଏସବୁ ଜିଲାକୁ ଓ୍ବାର୍ନିଂ…

ଭୁବନେଶ୍ୱର, ୨୫ା୮(ବନ୍ଦନା ସେଠୀ) – ବଙ୍ଗୋପସାଗରରେ ସୃଷ୍ଟ ଲଘୁଚାପ ଆସନ୍ତା ୨୪ ଘଣ୍ଟାରେ ଉତ୍ତର ପଶ୍ଚିମ ଆଡ଼କୁ ଗତି କରିବା ସହ ଝାଡ଼ଖଣ୍ଡ ଓ ଉତ୍ତର ଓଡ଼ିଶା…

“ବିବାହ ନ କଲେ ଆତ୍ମହତ୍ୟା କରିବି” କହି ନେଇଗଲେ, ପ୍ରେମିକା ୩ ମାସର ଗର୍ଭବତୀ ହେବା ପରେ ଫେରାର୍; ପରିଶେଷରେ…

ଦେବଗଡ଼,୨୫।୮(ଶଶାଙ୍କ ଶେଖର ଝାଙ୍କର): ବିବାହର ମିଛ ପ୍ରତିଶ୍ରୁତି ଦେଇ ପ୍ରେମିକାଙ୍କ ସହ ବାରମ୍ବାର ଶାରୀରିକ ସମ୍ପର୍କ ସ୍ଥାପନ କରିବା ଏବଂ ପରବର୍ତ୍ତୀ ସମୟରେ ପ୍ରତାରଣା କରିବା ଅଭିଯୋଗରେ…

ସାଂଘାତିକ! ଶେଷରେ ପାରାଦୀପ ସମୁଦ୍ରରୁ ମିଳିଲା ନିଖୋଜ ଜାହାଜର…

ନୂଆଦିଲ୍ଲୀ,୨୫।୮: ସମୁଦ୍ର ଗର୍ଭରେ ବିରାଟ ବଡ଼ MV ଓସେନ ୱିନର ଜାହାଜ ଗାଏବ ହୋଇଯିବା ଘଟଣା ସମସ୍ତଙ୍କୁ ଆଶ୍ଚର୍ଯ୍ୟ କରିଛି । ଏତେ ବଡ଼ ସର୍ଚ୍ଚ ଅପରେସନ୍…

ଏକାଠି ହେଲେ ଭାରତ-ଚାଇନା ସେନା, ଓଡ଼ିଶା ସମୁଦ୍ରରେ ଚାଲିଛି ଜୋର୍‌ ଅପରେଶନ

ନୂଆଦିଲ୍ଲୀ,୨୫।୮: ସମୁଦ୍ର ଗର୍ଭରେ ବିରାଟ ବଡ଼ MV ଓସେନ ୱିନର ଜାହାଜ ଗାଏବ ହୋଇଯିବା ଘଟଣା ସମସ୍ତଙ୍କୁ ଆଶ୍ଚର୍ଯ୍ୟ କରିଛି । ଏତେ ବଡ଼ ସର୍ଚ୍ଚ ଅପରେସନ୍…

ହଠାତ୍‌ ଏତେ ଟଙ୍କା କମିଗଲା ଚିନିଦର! ଜାଣନ୍ତୁ କେବେଠୁ ଲାଗୁ ହେବ…

ନୂଆଦିଲ୍ଲୀ,୨୫।୮: କେନ୍ଦ୍ର ସରକାରଙ୍କ କହିବା ଅନୁସାରେ, ସରକାର ଚିନି ଆମଦାନୀ ପାଇଁ ଅନୁମତି ଦେବା ଏବଂ କଳାବଜାରୀ ଉପରେ କଡ଼ା ପଦକ୍ଷେପ ନେବା ପରେ ଚିନିର ଏକ୍ସ-ମିଲ୍…

ଟ୍ରେନରେ ଆସୁଛି ୮୦୦ଟନ୍‌ ପିଆଜ, କିଲୋ ପ୍ରତି ଏତେ କମିଯିବ ପିଆଜ ଦର?

ନୂଆଦିଲ୍ଲୀ,୨୫।୮: ଏହି ଦିନଗୁଡ଼ିକରେ ପିଆଜ ଦର ଆକାଶଛୁଆଁ ହେଉଛି। ପିଆଜ କିଣିବା ଦାମ୍‌ରେ ହାରାହାରି ୫୯ ପ୍ରତିଶତରୁ ଅଧିକ ବୃଦ୍ଧି ରେକର୍ଡ କରାଯାଇଛି। ଏଭଳି ପରିସ୍ଥିତିରେ କେନ୍ଦ୍ର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri