ସୁରଟରୁ ଗଞ୍ଜାମରେ ପହଞ୍ଚିଲା ୪ ବସ୍‌

ଛତ୍ରପୁର,୩୦।୪(ଡି.ଏନ୍‌.ଏ.): ବାହାର ରାଜ୍ୟରେ ଫସିଥିବା ଲୋକେ ସ୍ଥଳପଥ ଓ ଜଳପଥରେ ଗଞ୍ଜାମ ଜିଲାକୁ ଫେରିବାରେ ଲାଗିଛନ୍ତି। ଜିଲା ସୀମା ସିଲ୍‌ ଓ ସମୁଦ୍ରପଥକୁ ପୋଲିସ, କୋଷ୍ଟଗାର୍ଡ ନଜର ରଖୁଥିବା କୁହାଯାଉଥିଲେ ମଧ୍ୟ ବହୁ ସଂଖ୍ୟକ ଲୋକ ଆସୁଛନ୍ତି। ଗୁଜରାଟର ସୁରଟ ଜିଲା ପ୍ରଶାସନର ଅନୁମତିକ୍ରମେ ସେଠାରୁ ବୁଧବାର ମଧ୍ୟାହ୍ନ ସୁଦ୍ଧା ୨ ପର୍ଯ୍ୟାୟରେ ୮ଟି ବସ୍‌ରେ ଲୋକେ ଫେରୁଛନ୍ତି। ସେମାନେ ନିଜ ଖର୍ଚ୍ଚରେ ଆସୁଛନ୍ତି। ପ୍ରଥମ ପର୍ଯ୍ୟାୟରେ ୪ଟି ବସ୍‌ରେ ଆସିଥିବା ୨୨୮ ଜଣ ବୁଧବାର ବିଳମ୍ବିତ ରାତିରେ ଗଞ୍ଜାମରେ ପହଞ୍ଚିଥିବା ସୂଚନା ମିଳିଛି। ଅନ୍ୟପଟେ ବାହାର ରାଜ୍ୟରୁ ଫେରୁଥିବା ଲୋକଙ୍କୁ ଆଇସୋଲେଶନ କେନ୍ଦ୍ରରେ ୧୪ଦିନ ପାଇଁ କ୍ୱାରାଣ୍ଟାଇନ୍‌ରେ ରଖିବାକୁ ଗଞ୍ଜାମ ଜିଲା ପ୍ରଶାସନ ପ୍ରସ୍ତୁତ ରହିଛି। ତେବେ ଏହି କେନ୍ଦ୍ର ନିକଟକୁ ଅନ୍ୟ କେହି ନ ଯିବାକୁ ଜିଲାପାଳ କୁଲାଙ୍ଗେ ଅନୁରୋଧ କରିଛନ୍ତି।
ବୁଧବାର ଜିଲାପାଳ ବିଜୟ ଅମୃତା କୁଲାଙ୍ଗେ ଜିଲାବାସୀଙ୍କ ଉଦ୍ଦେଶ୍ୟରେ ଏକ ଭିଡିଓ ବାର୍ତ୍ତା ଜାରି କରିଛନ୍ତି। ସେ କହିଛନ୍ତି, ଗଞ୍ଜାମ ଜନସାଧାରଣ ଲକ୍‌ଡାଉନ୍‌ ନିୟମକୁ ମାନିଛନ୍ତି। ସେଥିପାଇଁ ଜିଲାରେ ଏ ପର୍ଯ୍ୟନ୍ତ ଗୋଟିଏ ବି କରୋନା ପଜିଟିଭ ବାହାରିନି। ବାହାର ରାଜ୍ୟରୁ ଆସୁଥିବା ଲୋକଙ୍କ ପାଇଁ ପ୍ରତ୍ୟେକ ପଞ୍ଚାୟତ ଓ ସହରାଞ୍ଚଳରେ ଆଇସୋଲେଶନ କେନ୍ଦ୍ର କରାଯାଇଛି। ସେଠାରେ ସେମାନଙ୍କୁ ୧୪ ଦିନ ପାଇଁ କ୍ୱାରାଣ୍ଟାଇନ୍‌ରେ ରଖାଯିବ। କରୋନା ହଟ୍‌ସ୍ପଟ୍‌ ଅଞ୍ଚଳରୁ ପ୍ରବାସୀ ଫେରୁଥିବାରୁ ସେମାନଙ୍କ ଠାରୁ ସଂକ୍ରମଣ ବ୍ୟାପିବା ଆଶଙ୍କା ରହିଛି। ତେଣୁ ଆଇସୋଲେଶନ ସେଣ୍ଟରଠାରୁ ଦୂରେଇ ରହିବା ଜରୁରୀ। ଯଦି କେହି ଏହି ଅନୁଶାସନ ଭାଙ୍ଗିବେ ସେମାନଙ୍କ ବିରୋଧରେ ଆଇନ ଅନୁସାରେ କାର୍ଯ୍ୟାନୁଷ୍ଠାନ ନିଆଯିବ ବୋଲି ଜିଲାପାଳ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ହତ୍ୟା ଉଦ୍ୟମ ଘଟଣା: ବର୍ଷେ ପରେ ୨ ନାବାଳକ ଜେଜେବିରେ ହାଜର

ଦିଗପହଣ୍ଡି, ୭।୯ (ଅଶେଷ ନାଥ ମିଶ୍ର):ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ଅନ୍ତର୍ଗତ ବିଜୟ ଲକ୍ଷ୍ମୀନାରାୟଣପୁର ଗ୍ରାମର ବେନୁ ସାହୁଙ୍କୁ ହତ୍ୟା ଉଦ୍ୟମ ଘଟଣାରେ ପ୍ରାୟ ଏକ ବର୍ଷ…

ଗଛରେ ପିଟିହେଲା ବାଇକ: ଚାଲିଗଲା ୨ ଜୀବନ

ଅତାବିରା, ୭।୯(ଯୁଧିଷ୍ଠିର ମହାପାତ୍ର): ବରଗଡ଼ ଜିଲା ଅତାବିରା ଥାନା ତଥା ଗୋଡ଼ଭଗା ଫାଣ୍ଡି ଅଧିନସ୍ଥ କାଦୋବାହାଲରେ ସୋମବାର ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଛି। ଏଥିରେ ୨ବାଇକ…

ମୋବାଇଲ ଦେଖୁଥିଲେ ରାଜକୁମାର, ହଠାତ୍‌ ଘରେ ପଶିଲେ ଚୋର: ଆଉ ତା’ପରେ ଘଟିଲା…

ମାର୍ଶାଘାଇ,୭।୯(ଶୁଭେନ୍ଦୁ ପ୍ରସାଦ ଚୌଧୁରୀ):କେନ୍ଦ୍ରାପଡ଼ା ଜିଲା ମାର୍ଶାଘାଇ ଥାନା ଅନ୍ତର୍ଗତ ଗରଜଙ୍ଗା ଗ୍ରାମରେ ଏକ ବଡ଼ଧରଣର ଲୁଟ ଘଟଣା ଘଟିଛି। ଚାରିଜଣ ମୁଖାପିନ୍ଧା ଦୁର୍ବୃତ୍ତ ଘରେ ପଶି ଦମ୍ପତିଙ୍କ…

କୈଶବ ବିହାରୀଙ୍କୁ ମିଳିଲା ବଡ଼ ଦାୟିତ୍ୱ: କଳାହାଣ୍ଡିରେ ଖୁସିର ଲହରୀ

ଭବାନୀପାଟଣା,୭।୯(ଉତ୍ତମ କୁମାର ଦାଶ):ଭାରତ ସରକାରଙ୍କ ସାମାଜିକ ନ୍ୟାୟ ଏବଂ ସଶକ୍ତିକରଣ ବିଭାଗ ପକ୍ଷରୁ ରବିବାର ରାଷ୍ଟ୍ରୀୟ ସଫେଇ କର୍ମଚାରୀ ଆୟୋଗ (ଏନସିଏସକେ)ର ଅଧ୍ୟକ୍ଷ, ଉପାଧ୍ୟକ୍ଷ ଏବଂ ସଦସ୍ୟମାନଙ୍କୁ…

ଦାଦାବଟି ପାଇଁ ହତ୍ୟା ଉଦ୍ୟମ ମାମଲା: ୨ ଅଭିଯୁକ୍ତଙ୍କୁ ବାନ୍ଧିଲା ପୋଲିସ

ଦିଗପହଣ୍ଡି,୭।୯ (ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ପାଟପୁର ଥାନା ପୋଲିସ ଦାଦାବଟି ମାଗି ଜଣେ ବ୍ୟକ୍ତିଙ୍କୁ ମାଡ଼ ମାରି ହତ୍ୟା ଉଦ୍ୟମ ଓ ଟଙ୍କା ଛଡ଼ାଇ…

ରାଜ୍ୟ କ୍ୟାବିନେଟ୍‌ରେ ବଡ଼ ଘୋଷଣା: ପେନସନ୍‌ ବିଳମ୍ବ ହେଲେ ମିଳିବ ସୁଧ

ଭୁବନେଶ୍ୱର, ୭।୯: ୧୮ ପ୍ରସ୍ତାବକୁ ମିଳିଲା ରାଜ୍ୟ କ୍ୟାବିନେଟ୍‌ର ଅନୁମୋଦନ। ୧୨ ଟି ବିଭାଗର ୧୮ଟି ପ୍ରସ୍ତାବକୁ ସୋମବାର ଅନୁମୋଦନ ମିଳିଛି। ଏଥିରେ ଓଡ଼ିଶା ଜନ ବିଶ୍ୱାସ…

୨୦ ବର୍ଷ ସଶ୍ରମ କାରାଦଣ୍ଡ ଭୋଗୁଥିବା କଏଦୀ ଫେରାର୍‌: ସୁରକ୍ଷାକର୍ମୀଙ୍କୁ ଚକ୍‌ମା ଦେଖାଇ…

ନୂଆପଡ଼ା,୭ା୯ (ମକାରୁ ବେମାଲ):ନୂଆପଡ଼ା ଉପକାରାଗାରରୁ ସୋମବାର ଜଣେ କଏଦୀ ଫେରାର ହୋଇଯାଇଛନ୍ତି। ସେ ହେଲେ ସିନାପାଲି ଥାନା କେନ୍ଦୁମୁଣ୍ଡା ପଞ୍ଚାୟତ କାନ୍ଦୁଲକୋନା ଗଁାର ବିଶ୍ୱବିହାରୀ ମାଝି (୩୦)।…

ଆରଆଇ କାର୍ଯ୍ୟାଳୟରେ ତାଲା: ପଲିଥିନ୍‌ରୁ ବଞ୍ଚିତ ବନ୍ୟା ପ୍ରଭାବିତ

ହାଟଡିହୀ/ଛେନାପଦୀ, ୭।୯ (ଶୁଭକାନ୍ତ ନାୟକ/ନିରାକାର ପରିଡ଼ା):କେନ୍ଦୁଝର ଜିଲା ହାଟଡିହୀ ତହସିଲ ଅଧୀନ ସମଣା ରାଜସ୍ବ ନିରୀକ୍ଷକ (ଆରଆଇ) କାର୍ଯ୍ୟାଳୟରେ ଦୀର୍ଘଦିନ ଧରି ତାଲା ଝୁଲୁଥିବା ଅଭିଯୋଗ ହୋଇଛି।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri