ସୁରଟରୁ ବସ୍‌ ନୁହେଁ, ଟ୍ରେନ୍‌ରେ ଫେରିବେ ଶ୍ରମିକ

ଭୁବନେଶ୍ୱର,୬ା୫(ବ୍ୟୁରୋ): ଗୁଜରାଟର ସୁରଟରୁ ଓଡ଼ିଶା ଫେରୁଥିବା ଶ୍ରମିକମାନେ ଆଉ ବସ୍‌ରେ ଆସିବେ ନାହିଁ। ଦୀର୍ଘବାଟ ହୋଇଥିବାରୁ ଫେରିବା ସମୟରେ ଖାଇବା ପିଇବାରେ ଅସୁବିଧା, ଅଂଶୁଘାତ, ଦୁର୍ଘଟଣା ଭଳି ସମସ୍ୟା ଦେଖାଦେଉଛି। ମହିଳା ଓ ଶିଶୁମାନେ ବହୁ ଅସୁବିଧାର ସମ୍ମୁଖୀନ ହେଉଛନ୍ତି। ଏହାକୁ ଦୃଷ୍ଟିରେ ରଖି ସୁରଟ ଫେରନ୍ତାଙ୍କୁ ବସ୍‌ରେ ଆସିବା ପାଇଁ ସମ୍ପୂର୍ଣ୍ଣ ବାରଣ କରାଯାଇଛି। ଶ୍ରମିକମାନେ କେବଳ ଟ୍ରେନ୍‌ରେ ଆସିବେ ବୋଲି ନିଷ୍ପତ୍ତି ହୋଇଛି। ମଙ୍ଗଳବାର କୋଭିଡ୍‌-୧୯ ସଂକ୍ରମଣ ଓ ଏହାଦ୍ୱାରା ଉପୁଜୁଥିବା ସମସ୍ୟା ସମ୍ପର୍କରେ ସମୀକ୍ଷା କରିବା ପରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଏହି ନିର୍ଦ୍ଦେଶ ଦେଇଛନ୍ତି। ଏଥିସହିତ ରାଜ୍ୟରେ କୋଭିଡ୍‌ ନମୁନା ପରୀକ୍ଷା ଦିନକୁ ୧୫ ହଜାର ବୃଦ୍ଧି କରାଯିବ। ଗ୍ରୀନ୍‌ ଜୋନ୍‌ରେ କୃଷି କାର୍ଯ୍ୟ, ଶିଳ୍ପ, ଜୀବନଜୀବିକା ଓ ପରିବହନ ସ୍ବାଭାବିକ ହେବ। ଶିଳ୍ପସଂସ୍ଥାଗୁଡ଼ିକର ସମସ୍ୟାର ସମାଧାନ ପାଇଁ ଏକ ଆଦର୍ଶ ନୀତି ପ୍ରଣୟନ କରାଯିବ ବୋଲି ମୁଖ୍ୟମନ୍ତ୍ରୀ କହିଛନ୍ତିି। ଚାଷୀ ଓ ସ୍ବୟଂ ସହାୟିକା ଗୋଷ୍ଠୀ(ଏସ୍‌ଏଚ୍‌ଜି)ଗୁଡ଼ିକର ଋଣ ସହାୟତା ରାଶି ବୃଦ୍ଧି କରାଯିବ। ମିଶନ ଶକ୍ତି ମହିଳାମାନେ କଠିନ ପରିସ୍ଥିତିରେ ୧ କୋଟିରୁ ଅଧିକ ମିଲ୍‌ ଯୋଗାଇ ସାରିଲେଣି। ପ୍ରତି ମିଲ୍‌ ପିଛା ସେମାନଙ୍କୁ ୨ଟଙ୍କା ଲେଖାଏ ପ୍ରୋତ୍ସାହନମୂଳକ ରାଶି ମୁଖ୍ୟମନ୍ତ୍ରୀଙ୍କ ରିଲିଫ ପାଣ୍ଠିରୁ ପ୍ରଦାନ କରାଯିବ ବୋଲି ମୁଖ୍ୟମନ୍ତ୍ରୀ ଘୋଷଣା କରିଛନ୍ତି। ଗଞ୍ଜାମ, କେନ୍ଦ୍ରାପଡ଼ା, ବଲାଙ୍ଗୀର, ଭଦ୍ରକ, ଯାଜପୁର ଓ ବାଲେଶ୍ୱର ଭଳି ଜିଲାରୁ ଅଧିକ ଲୋକ ବାହାର ରାଜ୍ୟରେ କାମ କରୁଛନ୍ତି। ସେମାନଙ୍କ ପ୍ରତି ସ୍ବତନ୍ତ୍ର ଦୃଷ୍ଟି ଦିଆଯିବ। ଆଗାମୀ ଖରିଫ ଋତୁ ପାଇଁ ବିହନ ଓ ଅନ୍ୟାନ୍ୟ କୃଷି ଉପକରଣ ଯେପରି ସୁବିଧାରେ ଚାଷୀମାନେ ପାଇପାରିବେ ସେ ଦିଗରେ ପଦକ୍ଷେପ ନେବାକୁ ବୈଠକରେ ମୁଖ୍ୟମନ୍ତ୍ରୀ ବରିଷ୍ଠ ଅଧିକାରୀମାନଙ୍କୁ ନିର୍ଦ୍ଦେଶ ଦେଇଛନ୍ତି।
ସମୀକ୍ଷାରୁ ଜଣାପଡ଼ିଛି, ରାଜ୍ୟରେ ଏବେ ସୁଦ୍ଧା ଦୈନିକ ୩୫ ଶହ କୋଭିଡ ନମୁନା ପରୀକ୍ଷା କରାଯାଉଛି। ଆଗାମୀ ଦିନରେ ବାରିପଦା, ବାଲେଶ୍ୱର, କୋରାପୁଟ ଏବଂ ବଲାଙ୍ଗୀରରେ ମଧ୍ୟ କୋଭିଡ୍‌ ପରୀକ୍ଷା କେନ୍ଦ୍ର ଖୋଲିବ। ସାରା ଦେଶରେ ପ୍ରତି ୧୦ ଲକ୍ଷରେ ୮୮୩ ଟେଷ୍ଟିଂ ହେଉଥିବା ବେଳେ ଓଡ଼ିଶାରେ ପ୍ରତି ୧୦ ଲକ୍ଷରେ ୧୦୦୦ ଟେଷ୍ଟିଂ କରାଯାଉଥିବା ସୂଚନା ଦିଆଯାଇଛି।
ରାଜ୍ୟ ବାହାରୁ ଆସୁଥିବା ଲୋକଙ୍କ ପାଇଁ ଗ୍ରାମାଞ୍ଚଳରେ ପଞ୍ଚାୟତିରାଜ ବିଭାଗ ପକ୍ଷରୁ ୧୦, ୭୫୧ ଅସ୍ଥାୟୀ ଚିକିତ୍ସା ଶିବିର ପ୍ରତିଷ୍ଠା କରାଯାଇଛି। ସେଥିରେ ୪.୬୮ ଲକ୍ଷ ଲୋକଙ୍କର ରହିବା ବ୍ୟବସ୍ଥା ହୋଇଛି। ସେମାନଙ୍କ ଖାଦ୍ୟ ପାଇଁ ଦୈନିକ ମୁଣ୍ଡପିଛା ୧୨୦ଟଙ୍କା ଲେଖାଏ ବ୍ୟବସ୍ଥା କରାଯାଇଥିବା ବେଳେ ବ୍ୟକ୍ତିଗତ ପରିଚ୍ଛନ୍ନତା ପାଇଁ ଟୁଥ୍‌ ବ୍ରଶ, ପେଷ୍ଟ ଏବଂ ଅନ୍ୟାନ୍ୟ ଉପକରଣ ସହିତ ପାଣିବୋତଲ ଯୋଗାଇ ଦିଆଯାଉଛି। ସେହିପରି ସହରାଞ୍ଚଳରେ ନଗର ଉନ୍ନୟନ ବିଭାଗ ପକ୍ଷରୁ ୪୧୫ କ୍ୱାରାଣ୍ଟାଇନ୍‌ ସେଣ୍ଟରରେ ୩୨,୫୨୪ ଜଣ ରହିବା ବ୍ୟବସ୍ଥା ହୋଇଛି।
କ୍ୱାରାଣ୍ଟାଇନ୍‌ ସେଣ୍ଟରରେ ରହିଥିବା ଲୋକମାନେ କଡ଼ାକଡ଼ି ଭାବେ ନିୟମ ପାଳନ କରିବା ପାଇଁ ମୁଖ୍ୟମନ୍ତ୍ରୀ ପରାମର୍ଶ ଦେଇଛନ୍ତି। କାୈଣସି ପ୍ରକାର ବିଶୃଙ୍ଖଳିତ ଆଚରଣକୁ ବରଦାସ୍ତ କରାଯିବ ନାହିଁ ବୋଲି ସତର୍କ କରିଦିଆଯାଇଛି। ବର୍ତ୍ତମାନର ଅସାଧାରଣ ପରିସ୍ଥିତିରେ ସମସ୍ତଙ୍କୁ ତ୍ୟାଗ ସ୍ବୀକାର କରିବାକୁ ପଡ଼ିବ ବୋଲି ମୁଖ୍ୟମନ୍ତ୍ରୀ କହିଛନ୍ତି। ଆଗାମୀ ଦିନରେ ବିଦେଶରୁ ପ୍ରବାସୀ ଓଡ଼ିଆ ଫେରିବେ। ଓଡ଼ିଶା ଆସିବା ପୂର୍ବରୁ ସେମାନଙ୍କ ପାଇଁ ପଞ୍ଜୀକରଣ ସହିତ ଟେଷ୍ଟିଂ ଓ କ୍ୱାରାଣ୍ଟାଇନ ବାଧ୍ୟତାମୂଳକ କରାଯିବ ବୋଲି ବୈଠକରେ ସୂଚନା ଦିଆଯାଇଛି। ସ୍ବାସ୍ଥ୍ୟ ବିଭାଗ ପକ୍ଷରୁ ଦିଆଯାଇଥିବା ସୂଚନା ଅନୁଯାୟୀ ରାଜ୍ୟର ୧୬ ଜିଲାରେ କରୋନା ସଂକ୍ରମଣ ରହିଛି। ସେଥିପାଇଁ ୬୨ ସ୍ଥାନକୁ ସଂକ୍ରମିତ ଅଞ୍ଚଳ ଭାବେ ଘୋଷଣା କରାଯାଇଥିଲା। ସେଥିମଧ୍ୟରୁ ୪୭ ସକ୍ରିୟ ଜୋନ୍‌ ରହିଛି। ସଂକ୍ରମିତ ଅଞ୍ଚଳରୁ ସଂଗୃହୀତ ୬୩୭୬ଟି ନମୁନା ମଧ୍ୟରୁ ୧୩୬ ପଜିଟିଭ ବାହାରିଛିି। ବରିଷ୍ଠ ଅଧିକାରୀମାନଙ୍କ ସହ ଭିଡିଓ କନ୍‌ଫରେନ୍ସିଂ ଜରିଆରେ ଆଲୋଚନା ବେଳେ ରାଜ୍ୟରେ କରୋନା ସ୍ଥିତି ଅପେକ୍ଷାକୃତ ଭଲ ରହିଥିବାରୁ ଡାକ୍ତର, ସ୍ବାସ୍ଥ୍ୟକର୍ମୀଙ୍କ ସହ ଉତ୍ସର୍ଗୀକୃତ ଭାବେ କାମ କରୁଥିବା ପ୍ରଶାସନ, ପୋଲିସ, ଶିକ୍ଷକ, ପଞ୍ଚାୟତିରାଜ ବିଭାଗ, ନଗର ଉନ୍ନୟନ ବିଭାଗ ଓ ପୌର ସଂସ୍ଥାର କର୍ମଚାରୀମାନଙ୍କୁ ମୁଖ୍ୟମନ୍ତ୍ରୀ ଧନ୍ୟବାଦ ଦେଇଛନ୍ତିି। ବର୍ତ୍ତମାନ ପର୍ଯ୍ୟନ୍ତ ହାସଲ କରାଯାଇଥିବା ସଫଳତାରେ ଆତ୍ମସନ୍ତୋଷ ଲାଭ ନ କରି ଆଗାମୀ ଦିନର ପରିସ୍ଥିତିର ମୁକାବିଲା ପାଇଁ ପ୍ରସ୍ତୁତି ଜୋରଦାର କରିବାକୁ ମୁଖ୍ୟମନ୍ତ୍ରୀ ନିର୍ଦ୍ଦେଶ ଦେଇଛନ୍ତି। ହସ୍ତଶିଳ୍ପ ଉପରେ ନିର୍ଭର କରୁଥିବା ୨.୫ ଲକ୍ଷ ପରିବାର ସମସ୍ୟା ବିଷୟରେ ବୈଠକରେ ଆଲୋଚନା କରାଯାଇଥିଲା। ଏହି ବୈଠକରେ ମୁଖ୍ୟମନ୍ତ୍ରୀଙ୍କ କାର୍ଯ୍ୟାଳୟର ମୁଖ୍ୟ ଉପଦେଷ୍ଟା, ମୁଖ୍ୟ ଶାସନ ସଚିବ ଓ ଅନ୍ୟ ବରିଷ୍ଠ ଅଧିକାରୀମାନେ ଯୋଗ ଦେଇଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଗ୍ରୀଷ୍ମଛୁଟି ସତ୍ତ୍ୱେ ଚାଲିଲା ସ୍କୁଲ

ମଙ୍ଗୁଳି-ଜଗତପୁର,୨୬।୪(ମାନସ ସାମଲ): ପ୍ରଚଣ୍ଡ ଗ୍ରୀଷ୍ମ ପ୍ରବାହ ଯୋଗୁ ରାଜ୍ୟ ସରକାର ଏପ୍ରିଲ ୨୫ରୁ ସମସ୍ତ ସରକାରୀ ଓ ବେସରକାରୀ ବିଦ୍ୟାଳୟଗୁଡ଼ିକୁ ଗ୍ରୀଷ୍ମଛୁଟି ଘୋଷଣା କରିଛନ୍ତି। ତେବେ...

ଦ୍ୱିତୀୟ ପର୍ଯ୍ୟାୟ ନିର୍ବାଚନ ପାଇଁ ବିଜ୍ଞପ୍ତି ପ୍ରକାଶ

ଭୁବନେଶ୍ୱର,୨୬ା୪: ଓଡ଼ିଶାରେ ଦ୍ୱିତୀୟ ପର୍ଯ୍ୟାୟ ନିର୍ବାଚନ ପାଇଁ ଶୁକ୍ରବାର ବିଜ୍ଞପ୍ତି ପ୍ରକାଶ ପାଇଛି। ଆଜି ବିଧିବଦ୍ଧ ଭାବେ ବିଜ୍ଞପ୍ତି ପ୍ରକାଶ କରିଛନ୍ତି ଭାରତୀୟ ନିର୍ବାଚନ କମିଶନ।...

ବିଜେଡିରୁ ପ୍ରାର୍ଥୀ ଦୌଡ଼ରେ ୪ ମହିଳା

ଖୋର୍ଦ୍ଧା,୨୬ା୪(ପ୍ରଭାତ ପାଣିଗ୍ରାହୀ): ରାଜ୍ୟରେ ପ୍ରଥମ ପର୍ଯ୍ୟାୟ ନିର୍ବାଚନ ପାଇଁ ପ୍ରକ୍ରିୟା ଆରମ୍ଭ ହୋଇସାରିଛି। ଆସନ୍ତା ମେ’୨୫ତାରିଖରେ ଭୁବନେଶ୍ୱର ଲୋକ ସଭା ସଂସଦୀୟ କ୍ଷେତ୍ରରେ ନିର୍ବାଚନ ହେବ।...

୮ ବର୍ଷ ହେଲା ସରୁନି ବିଦ୍ୟୁତ୍‌ ସବ୍‌ଷ୍ଟେଶନ କାର୍ଯ୍ୟ

କୋଣାର୍କ,୨୬।୪(ଜ୍ୟୋତିରାଜ ମହାନ୍ତି): କୋଣାର୍କ ନିକଟସ୍ଥ ସୁତନ ପଞ୍ଚାୟତର ୬ଟି ଗ୍ରାମକୁ ନିରବଛିନ୍ନ ବିଦ୍ୟୁତ୍‌ ଯୋଗାଣ ନିମନ୍ତେ ୨୦୧୬ରେ ଓପିଟିସିଏଲ୍‌ ମାଧ୍ୟମରେ ଆରମ୍ଭ ହୋଇଥିବା ସୁତନ ୩୩...

ଭାଜପା ରାଜ୍ୟ ସମ୍ପାଦକ ଦଳ ଛାଡ଼ିଲେ, ଆଜି ବିଜେଡିରେ ମିଶିବେ

ଭଞ୍ଜନଗର/ସୋରଡ଼ା,୨୬।୪(ବାବୁଲା ପ୍ରଧାନ/ଲମ୍ବୋଦର ପାଣିଗ୍ରାହୀ): ଗଞ୍ଜାମ ଜିଲା ସୋରଡ଼ା ନିର୍ବାଚନ ମଣ୍ଡଳୀର ପୂର୍ବତନ ଭାଜପା ବିଧାୟକ ପ୍ରାର୍ଥୀ ତଥା ବର୍ତ୍ତମାନର ଭାଜପା ରାଜ୍ୟ କୃଷକ ମୋର୍ଚ୍ଚା ସମ୍ପାଦକ...

୨୦୧୯ରେ ମିଳିଥିଲା ୩୪% ଭୋଟ୍, ୨୦୨୪ରେ ଗଠନ ହେବ ସରକାର: କାର୍ଯ୍ୟକର୍ତ୍ତାଙ୍କୁ ଶାହାଙ୍କ ଗୁରୁମନ୍ତ୍ର

ଭୁବନେଶ୍ୱର,୨୬ା୪: କେନ୍ଦ୍ର ଗୃହମନ୍ତ୍ରୀ ଅମିତ ଶାହା ଗୁରୁବାର ଓଡ଼ିଶାର ବରିଷ୍ଠ ନେତା ତଥା ସଦସ୍ୟମାନଙ୍କୁ ଆତ୍ମବିଶ୍ୱାସର ସହ କାର୍ଯ୍ୟ କରିବାକୁ ଉତ୍ସାହିତ କରିଛନ୍ତି। ଏହାସହ କହିଛନ୍ତି...

୩ ଜଣଙ୍କୁ ଚାପିଦେଲା ଟ୍ରକ୍‌

ସୁନ୍ଦରଗଡ଼,୨୬ା୪: ସୁନ୍ଦରଗଡ଼ ଜିଲା ଭସ୍ମା ଥାନା ଅନ୍ତର୍ଗତ ଦର୍ଲିପାଲି ଏନ୍‌ଟିପିସି ପାଓ୍ବାର ପ୍ଲାଣ୍ଟ ନିକଟରେ ଏକ ଟ୍ରକ୍‌ ୩ ବାଇକ୍‌ ଆରୋହୀଙ୍କ ଉପରେ ମାଡ଼ିଯିବାରୁ ଘଟଣାସ୍ଥଳରେ...

ଚାଷୀ ଦେଉଛନ୍ତି ଜଳକର, ଜମିରେ ମାଡୁନି ପାଣି

ନୂଆଗାଁ,୨୬।୪( ଧନେଶ୍ୱର ସାହୁ): ଚାଷ ଜମିକୁ ଜଳସେଚନର ସୁବିଧା ଯୋଗାଇ ଦେବା ପାଇଁ ସରକାର ଅନେକ କୋଟି ଟଙ୍କା ବ୍ୟୟ କରୁଛନ୍ତି। ଜଳସେଚନ ପ୍ରକଳ୍ପ ନିର୍ମାଣ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri