ସୁରଟରୁ ୧୬୦୦ କିମି ସାଇକେଲ ଯାତ୍ରା କରି ଫେରିଲେ ପ୍ରବାସୀ

ଖୋର୍ଦ୍ଧା ଅଫିସ,୧୩।୫: କରୋନା ଭୁତାଣୁ ସଂକ୍ରମଣ ମୁକାବିଲା ଲାଗି ଦେଶରେ ଲକ୍‌ଡାଉନ୍‌ ଜାରି ରହିଛି । ରାଜ୍ୟ ସରକାରଙ୍କ ଘୋଷଣା ପରେ ବାହାର ରାଜ୍ୟରୁ ପ୍ରବାସୀ ଗା ମୁହଁା ହେବାରେ ଲାଗିଛନ୍ତି। ବୁଧବାର ସାଇକେଲରେ ୧୬୦୦ କିଲୋମିଟର ଯାତ୍ରା କରିଛନ୍ତି ୫ ଜଣ ପ୍ରବାସୀ ଓଡିଆ। ସେମାନେ ସୁରଟର ଭେଣ୍ଡାନ ସହରରୁ ସାଇକେଲରେ ବାହାରି ବୁଧବାର ବେଗୁନିଆ ବ୍ଳକ ଦେଉଳି ପଞ୍ଚାୟତରେ ପହଞ୍ଚିଛନ୍ତି। ପ୍ରବାସୀ ଓଡିଆ ମାନେ ଖୋର୍ଦ୍ଧା ଜିଲା ବେଗୁନିଆ ଓ ପୁରୀ ଜିଲା କଣାସ ଅଞ୍ଚଳର ବୋଲି ଜଣାପଡିଛି । ସେମାନେ ସୁରଟର ଭେଣ୍ଡାନ ସହରରେ ଏକ ସୁତା ମିଲରେ ରହି କାମ କରୁଥିଲେ । ଲକଡାଉନ ପାଇଁ ସୂତା ମିଲ ବନ୍ଦ ରହିଛି । ଫଳରେ ସୁରଟରେ ରହିଯାଇଥିଲେ। ପାଖରେ ଥିବା ଟଙ୍କାରେ କିଛି ଦିନ ଚଳି ଯାଇଥିଲେ ୟ। ମିଲ ବନ୍ଦ ଯୋଗୁ ମାଲିକ ଦରମା ପ୍ରଦାନ ଲାଗି ମନା କରିଥିଲେ। ପାଖରେ ଥିବା ଟଙ୍କା ସରି ଆସିଥିଲା। ସେମାନଙ୍କ ପାଖ ଘରେ କରୋନା ଆକ୍ରାନ୍ତ ବାହାରିଲା ପରେ ସେମାନେ ଭୟଭିତ ହୋଇଘରକୁ ଫେରିବାକୁ ନିଷ୍ପତ୍ତି ନେଇଥିଲେ। ବସ କି ଟ୍ରେନରେ ଆସିଲେ ସଂକ୍ରମଣର ଆଶଙ୍କା ଥିବାରୁ ନିଜ ସାଇକେଲରେ ସୁଦୂର ସୁରତରୁ ନିଜ ଗାଁ ଅଭିମୁଖେ ବାହାରିଥିଲେ। ୧୦ ଦିନ ସାଇକେଲରେ ଯାତ୍ରା କରି ବେଗୁନିଆ ପହଞ୍ଚିବା ପରେ କିଛି ସାମାଜିକ କର୍ମୀ ସେମାନଙ୍କ ଖାଇବା ପିଇବା ବ୍ୟବସ୍ଥା କରିଥିଲେ । ପରେ ସେମାନଙ୍କୁ ସରକାରୀ କାରାଣ୍ଟାଇନ୍‌ରେ ରଖାଯାଇଥିବା ସୂଚନା ମିଳିଛି।


Enter your email to get our daily news in your inbox.

All Right Reserved By Dharitri.Com

ବିଳମ୍ବିତ ରାତି ପର୍ଯ୍ୟନ୍ତ ଚାଲିଲା ଭାଜପା କୋର କମିଟି ବୈଠକ, ଖୁବଶୀଘ୍ର ଘୋଷଣା ହେବ ଲୋକ ସଭା-ବିଧାନସଭା ପ୍ରାର୍ଥୀ ତାଲିକା

ଭୁବନେଶ୍ୱର,୨୯ା୩: ଆଗାମୀ ବିଧାନସଭା ପାଇଁ ଭାଜପାର ପ୍ରାର୍ଥୀ ତାଲିକା ଏବଂ ଓଡିଶାରେ ଅବଶିଷ୍ଟ ଲୋକସଭା ଆସନ ଖୁବ ଶୀଘ୍ର ପ୍ରକାଶ ପାଇବ। ସୂତ୍ରରୁ ପ୍ରକାଶ ଯେ...

ଶ୍ୱଶୁରଙ୍କୁ ଛୁରି ଭୁସି ହତ୍ୟା କଲେ ଜ୍ୱାଇଁ

କୋରାପୁଟ,୨୯ା୩: ଶ୍ୱଶୁରଙ୍କୁ ଛୁରି ଭୁସି ଜ୍ୱାଇଁ  ହତ୍ୟା କରିଥିବା ଅଭିଯୋଗ ହୋଇଛି। ଏମିତି ଏକ ଦୁଃଖଦ ଘଟଣା ଦେଖିବାକୁ ମିଳିଛି କୋରାପୁଟ ଜିଲା ନାରାୟଣପାଟଣା ଥାନା...

ଫୁଲଚାଷ ପ୍ରତି ବଢୁଛି ଆଗ୍ରହ

ସମ୍ବଲପୁର,୨୯ା୩ (ଭବାନୀ ଶଙ୍କର ଭୋଇ): ସମ୍ବଲପୁର ଜିଲାରେ ଧାନଫସଲରେ ପୂର୍ବଭଳି ଲାଭ ହେଉ ନ ଥିବାବେଳେ ଚାଷୀମାନେ ପନିପରିବା ଓ ଅନ୍ୟ ଅର୍ଥକରୀ ଫସଲ ଚାଷ...

ଭାଜପା ଆଶାୟୀ ପ୍ରାର୍ଥୀଙ୍କ ନିଦ ଗାଏବ

ଅନୁଗୋଳ,୨୯ା୩(ଅମିତ କୁମାର ସାମଲ): ବିଜେଡି-ଭାଜପା ମଧ୍ୟରେ ମେଣ୍ଟ ହେବ ବୋଲି ପ୍ରଥମେ ଶୁଣାଗଲା। ଏହାକୁ ନେଇ ଉଭୟ ଦଳ ପକ୍ଷରୁ ଘନ ଘନ ବୈଠକ ହେଲା।...

କେନ୍ଦୁଝର ବଳଦେବଜୀଉ ମନ୍ଦିର ହୁଣ୍ଡି ଟେକିନେଲେ ଦୁର୍ବୃତ୍ତ

କେନ୍ଦୁଝର,୨୯ା୩: କେନ୍ଦୁଝରର ଆରାଧ୍ୟ ଦେବତା ପ୍ରଭୁ ବଳଦେବଜୀଉଙ୍କ ମନ୍ଦିର ହୁଣ୍ଡିରୁ ଚୋରି ଅଭିଯୋଗ ଆସିଛି। ଗୁରୁବାର ମଧ୍ୟରାତ୍ରରେ ହୁଣ୍ଡି ଭାଙ୍ଗି ସେଥିରେ ଥିବା ଟଙ୍କା ଏବଂ...

ଭାଜପାରେ ଯୋଗ ଦେଲେ ଭର୍ତ୍ତୃହରି, ଇସ୍ତଫା ଦେଲେ ଜିଲା ସଭାପତି ପ୍ରକାଶ ବେହେରା

କଟକ,୨୯।୩: ସାଧାରଣ ନିର୍ବାଚନ ଆଗରୁ କଟକ ରାଜନୀତିରେ ଜାରି ରହିଛି ଦଳ ବଦଳ ପର୍ବ। ଅରିନ୍ଦମ ରାୟଙ୍କ ପଛେ ପଛେ ଏମପି ଭର୍ତ୍ତୃହରି ମହତାବ ଗୁରୁବାର...

ବିଧାନସଭା ନିର୍ବାଚନକୁ ଫେରିପାରନ୍ତି ମହେଶ

ଅନୁଗୋଳ,୨୯ା୩ (ଅମିତ କୁମାର ସାମଲ): ଢେଙ୍କାନାଳ ସଂସଦୀୟ କ୍ଷେତ୍ର ପାଇଁ ବିଜେଡି ଡା. ଅବିନାଶ ସାମଲଙ୍କ ନାମ ଘୋଷଣା କରିବା ପରେ ଅନୁଗୋଳ ଜିଲାର ପୁରୁଖା...

ପ୍ରାର୍ଥୀ ଘୋଷଣା ନେଇ ବିଜେଡିରେ ହୋଇପାରୁନି ନିଷ୍ପତ୍ତି

ଢେଙ୍କାନାଳ,୨୯ା୩(ରତନ ନାୟାର): ଢେଙ୍କାନାଳ ଲୋକ ସଭା କ୍ଷେତ୍ର ଅଧୀନରେ ଆସୁଥିବା ଢେଙ୍କାନାଳ ଓ ଅନୁଗୋଳ ଜିଲାର ୭ ବିଧାନସଭା ନିର୍ବାଚନମଣ୍ଡଳୀରୁ ଢେଙ୍କାନାଳ ଜିଲାରେ ରହିଛି ୪ଟି...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri