ସୁରଟରୁ ୧୬୦୦ କିମି ସାଇକେଲ ଯାତ୍ରା କରି ଫେରିଲେ ପ୍ରବାସୀ

ଖୋର୍ଦ୍ଧା ଅଫିସ,୧୩।୫: କରୋନା ଭୁତାଣୁ ସଂକ୍ରମଣ ମୁକାବିଲା ଲାଗି ଦେଶରେ ଲକ୍‌ଡାଉନ୍‌ ଜାରି ରହିଛି । ରାଜ୍ୟ ସରକାରଙ୍କ ଘୋଷଣା ପରେ ବାହାର ରାଜ୍ୟରୁ ପ୍ରବାସୀ ଗା ମୁହଁା ହେବାରେ ଲାଗିଛନ୍ତି। ବୁଧବାର ସାଇକେଲରେ ୧୬୦୦ କିଲୋମିଟର ଯାତ୍ରା କରିଛନ୍ତି ୫ ଜଣ ପ୍ରବାସୀ ଓଡିଆ। ସେମାନେ ସୁରଟର ଭେଣ୍ଡାନ ସହରରୁ ସାଇକେଲରେ ବାହାରି ବୁଧବାର ବେଗୁନିଆ ବ୍ଳକ ଦେଉଳି ପଞ୍ଚାୟତରେ ପହଞ୍ଚିଛନ୍ତି। ପ୍ରବାସୀ ଓଡିଆ ମାନେ ଖୋର୍ଦ୍ଧା ଜିଲା ବେଗୁନିଆ ଓ ପୁରୀ ଜିଲା କଣାସ ଅଞ୍ଚଳର ବୋଲି ଜଣାପଡିଛି । ସେମାନେ ସୁରଟର ଭେଣ୍ଡାନ ସହରରେ ଏକ ସୁତା ମିଲରେ ରହି କାମ କରୁଥିଲେ । ଲକଡାଉନ ପାଇଁ ସୂତା ମିଲ ବନ୍ଦ ରହିଛି । ଫଳରେ ସୁରଟରେ ରହିଯାଇଥିଲେ। ପାଖରେ ଥିବା ଟଙ୍କାରେ କିଛି ଦିନ ଚଳି ଯାଇଥିଲେ ୟ। ମିଲ ବନ୍ଦ ଯୋଗୁ ମାଲିକ ଦରମା ପ୍ରଦାନ ଲାଗି ମନା କରିଥିଲେ। ପାଖରେ ଥିବା ଟଙ୍କା ସରି ଆସିଥିଲା। ସେମାନଙ୍କ ପାଖ ଘରେ କରୋନା ଆକ୍ରାନ୍ତ ବାହାରିଲା ପରେ ସେମାନେ ଭୟଭିତ ହୋଇଘରକୁ ଫେରିବାକୁ ନିଷ୍ପତ୍ତି ନେଇଥିଲେ। ବସ କି ଟ୍ରେନରେ ଆସିଲେ ସଂକ୍ରମଣର ଆଶଙ୍କା ଥିବାରୁ ନିଜ ସାଇକେଲରେ ସୁଦୂର ସୁରତରୁ ନିଜ ଗାଁ ଅଭିମୁଖେ ବାହାରିଥିଲେ। ୧୦ ଦିନ ସାଇକେଲରେ ଯାତ୍ରା କରି ବେଗୁନିଆ ପହଞ୍ଚିବା ପରେ କିଛି ସାମାଜିକ କର୍ମୀ ସେମାନଙ୍କ ଖାଇବା ପିଇବା ବ୍ୟବସ୍ଥା କରିଥିଲେ । ପରେ ସେମାନଙ୍କୁ ସରକାରୀ କାରାଣ୍ଟାଇନ୍‌ରେ ରଖାଯାଇଥିବା ସୂଚନା ମିଳିଛି।


Enter your email to get our daily news in your inbox.

All Right Reserved By Dharitri.Com

ବନ୍ୟା ସ୍ଥିତିର ସମୀକ୍ଷା କଲେ ରାଜସ୍ବ ମନ୍ତ୍ରୀ, କହିଲେ ଏହି ଜିଲାକୁ…

ଭୁବନେଶ୍ୱର,୩୧ା୭: ଓଡ଼ିଶାରେ ଲାଗି ରହିଥିବା ବର୍ଷା ଓ ସୃଷ୍ଟି ହୋଇଥିବା ବନ୍ୟା ପରିସ୍ଥିତିକୁ ନେଇ ଲୋକ ସେବା ଭବନରେ ଏକ ଗୁରୁତ୍ୱପୂର୍ଣ୍ଣ ଉଚ୍ଚସ୍ତରୀୟ ସମୀକ୍ଷା ବୈଠକ ଅନୁଷ୍ଠିତ…

ବଢୁଛି ବନ୍ୟାପାଣି: ଶହଶହ ହେକ୍ଟର ଚାଷଜମି ଜଳମଗ୍ନ, ଚିନ୍ତାରେ ଚାଷୀ

ନିରାକାରପୁର,୩୧ା୭(ମାନସ ଚନ୍ଦ୍ର ପଟ୍ଟନାୟକ): ଉପରମୁଣ୍ଡରେ ଲଗାଣ ବର୍ଷା ଜାରି ରହିଛି। ଏହାର ପ୍ରଭାବରେ ନିକଟସ୍ଥ ରାଜୁଆ, ମକରା, ଦୟା, ଲୁଣା, ମଲାଗୁଣୀ ନଦୀ ଓ ନାଳରେ ପ୍ରଚୁର…

ଆତଙ୍କିତ ଅବସ୍ଥାରେ ରାତି କାଟିଲେ କୁମିଆପାଲି ଗାଁ ଲୋକେ: ସାଂଘାତିକ ପରିସ୍ଥିିିତି ସୃଷ୍ଟି

ବଲାଙ୍ଗୀର,୩୧ା୭(ବୀରେନ୍ଦ୍ର କୁମାର ଝାଙ୍କର):ବଲାଙ୍ଗୀର ଲୋୟର ସୁକ୍‌ତେଲ ଜଳଭଣ୍ଡାର ଭିତରୁ ବିସ୍ଥାପିତ ହୋଇନଥିବା କୁମିଆପାଲି ଗାଁର ପ୍ରାୟ ୧୦୦ ପରିବାର ଏବେ ବି ଗାଁରେ ରହିଛନ୍ତି। ବୁଧବାର ରାତିରେ…

ବନ୍ୟା ସଙ୍କଟକୁ ନେଇ ଚିନ୍ତା ପ୍ରକଟ କଲେ ଧମେନ୍ଦ୍ର ପ୍ରଧାନ, ସମ୍ବଲପୁରବାସୀଙ୍କୁ…

ଭୁବନେଶ୍ୱର,୩୧।୭: ଉତ୍ତର-ପଶ୍ଚିମ ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ଗଭୀର ଅବପାତ ଏବେ ଓଡ଼ିଶାର ୬ ଜିଲାରେ ବନ୍ୟା ସଙ୍କଟ ସୃଷ୍ଟି କରିଥିବାବେଳେ ୯ ଜିଲାରେ ବିଶେଷ ପ୍ରଭାବ ପକାଇଛି।…

ବର୍ଷାରେ ଭାଙ୍ଗିଲା ଝାଟିମାଟି ଘର: ସାହାରା ଖୋଜୁଛନ୍ତି ସମସ୍ତ ସରକାରୀ ଯୋଜନାରୁ ବଞ୍ଚିତ ସନ୍ତୋଷ

ନୂଆପଡା,୩୧ା୭ (ମକାରୁ ବେମାଲ): କୋମନା ବ୍ଲକ ଅନ୍ତର୍ଗତ ଜଡାମୁଣ୍ଡା ଗଁାର ସନ୍ତୋଷ ପ୍ରଧାନୀ (୬୮) ବର୍ଷ ବର୍ଷ ଧରି ଏକ ଝାଟିମାଟି ବାଉଁଶ ଓ ପଲିଥିନରେ ତିଆରି…

ଭତ୍ତାରୁ ବଞ୍ଚିତ ହେଉଛନ୍ତି ୭୫% ଭିନ୍ନକ୍ଷମ ଛାତ୍ରୀ, ଗୁହାରି କରିବା ପରେ ବି…

ମୋହନା,୩୧।୭(ମନ୍ମଥ ମିଶ୍ର): ସରକାରୀ ସହାୟତା ଅପେକ୍ଷାରେ ଭିନ୍ନକ୍ଷମ ଛାତ୍ରୀ । ୭୫% ଭିନ୍ନକ୍ଷମ ହୋଇ ମଧ୍ୟ ଭିନ୍ନକ୍ଷମ ଭତ୍ତାରୁ ଦୀର୍ଘ ବର୍ଷ ହେବ ବଞ୍ଚିତ ଅଛନ୍ତି ।…

ନିଶା କାରବାରୀଙ୍କୁ ଝଟକା: ୨୭ କେଜି ଗଞ୍ଜେଇ ସହ ଜଣଙ୍କୁ ବାନ୍ଧିଲା ପୋଲିସ

ଭଞ୍ଜନଗର, ୩୧୭(ବାବୁଲା ପ୍ରଧାନ):ନିଶା କାରବାର ବିରୋଧରେ ଗଞ୍ଜାମ ପୋଲିସର କଡ଼ା ଅଭିଯାନ ଜାରି ରହିଥିବାବେଳେ ଭଞ୍ଜନଗର ପୋଲିସକୁ ମିଳିଛି ବଡ଼ ସଫଳତା। ଏକ ବେଆଇନ ଗଞ୍ଜେଇ ଚାଲାଣ…

ଫେରୁଥିଲେ ବ୍ୟବସାୟୀ, ବାଟରେ ଛକିଥିଲା ଯମ: ଘଟିଗଲା ଏମିତି କିଛି…

ଭଞ୍ଜନଗର,୩୧।୭(ବାବୁଲା ପ୍ରଧାନ):ଗଞ୍ଜାମ ଜିଲା ବେଲଗୁଣ୍ଠ ଥାନା ଅନ୍ତର୍ଗତ ନୂଆଗାଁ ବ୍ରିଜ ନିକଟରେ ଡିମିରି ପଲ୍ଲୀ ଛକରେ ଥିବା ବ୍ରିଜ ତଳକୁ ଶୁକ୍ରବାର ସକାଳୁ ଏକ କାର ଓଲଟି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri