ସୁରଟରୁ ୩ ବସ ଆସିକାରେ ପହଁଚିଲା: କ୍ୱାରାଣ୍ଟାଇନରେ ୧୧୪

ଆସିକା,୧ା୫(ଡି.ଏନ୍‌.ଏ.)- ଲକ୍‌ଡାଉନ୍‌ ସ୍ଥିତିରେ ସୁରଟରେ ଫସି ରହିଥିବା ପ୍ରବାସୀ ଓଡିଆଙ୍କ ଘର ବାହୁଡାର ଦ୍ୱିତୀୟ ପର୍ଯ୍ୟାୟରେ ଗୁରୁବାର ବିଳମ୍ବିତ ରାତିରେ ୩ ବସ୍‌ରେ ପ୍ରବାସୀ ଓଡିଆ ଆସି ଆସିକାରେ ପହଞ୍ଚତ୍ଛନ୍ତି। ରାତି ପ୍ରାୟ ସାଢେ ୨ଟାରେ ଏହି ବସ୍‌ ସବୁ ଏଠାରେ ପହଞ୍ଚତ୍ବା ପରେ ପ୍ରଶାସନ ପକ୍ଷରୁ ସମସ୍ତଙ୍କୁ କଲେଜ ଛକ ନିକଟସ୍ଥ ଡିପଲ୍‌ ସ୍କୁଲସ୍ଥିତ କ୍ୱାରାଣ୍ଟାଇନ୍‌ ସେଣ୍ଟରକୁ ନିଆଯାଇଥିଲା। କଡାସୁରକ୍ଷା ମଧ୍ୟରେ ସମସ୍ତଙ୍କ ସ୍କ୍ରିନିଂ ପରେ ସେମାନଙ୍କୁ ରଖାଯାଇଛି। ଏହି ୩ ବସରେ ସମୁଦାୟ ୧୧୪ ଜଣ ଆସିଥିବା ସୂଚନା ମିଳିଥିବାବେଳେ ସେଥି ମଧ୍ୟରୁ ୯୮ଜଣ ପୁରୁଷ ୧୦ ଜଣ ମହିଳା ଓ ୬ ଜଣ ଶିଶୁ ରହିଛନ୍ତି। ସେମାନଙ୍କ ଲାଗି ପ୍ରଶାସନ ପକ୍ଷରୁ ରହିବା ପାଇଁ ସମସ୍ତ ପ୍ରକାର ଆନୁସଙ୍ଗିକ ବ୍ୟବସ୍ଥା କରାଯାଇଛି। ଗୁରୁବାର ସନ୍ଧ୍ୟାରେ ଗଞ୍ଜାମ ଜିଲାପାଳ ବିଜୟ ଅମୃତା କୁଲାଙ୍ଗେ ଓ ଏସ୍‌ପି ବ୍ରିଜେଶ କୁମାର ରଏ ଓ ଭଞ୍ଜନଗର ଉପ ଜିଲାପାଳ ରାଜେନ୍ଦ୍ର ମିଞ୍ଜ ଏହି କ୍ୱାରାଣ୍ଟାଇନ ସେଣ୍ଟର ବୁଲି ସ୍ଥିତି ଅନୁଧ୍ୟାନ କରି ଫେରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଯୁଦ୍ଧ ବନ୍ଦ କରିବା ପରେ ପାକିସ୍ତାନର ପ୍ରଧାନମନ୍ତ୍ରୀଙ୍କ ବିସ୍ଫୋରକ ବୟାନ: ମୁଁ ଘୋଷଣା କରୁଛି ଯେ, ଆଗାମୀ ଦିନରେ…

ଇସଲାମାବାଦ,୮।୪: ମଧ୍ୟପ୍ରାଚ୍ୟରେ ଚାଲିଥିବା ଯୁଦ୍ଧ ମଧ୍ୟରେ, ଶେଷରେ ଆମେରିକା ଏବଂ ଇରାନ ଯୁଦ୍ଧବିରତି ଉପରେ ସହମତି ହୋଇଛନ୍ତି। ଡୋନାଲ୍ଡ ଟ୍ରମ୍ପ ଦୁଇ ସପ୍ତାହ ପାଇଁ ଯୁଦ୍ଧବିରତି ଘୋଷଣା…

ଇରାନ-ଆମେରିକା ଯୁଦ୍ଧବିରତିରେ ଏହି ଦେଶର ବଲ୍ଲେବଲ୍ଲେ, ଆଦାୟ କରିବ ହର୍ମୁଜ ଉପରେ ଶୁଳ୍କ

ଓ୍ବାଶିଂଟନ୍‌,୮।୪: ପଶ୍ଚିମ ଏସିଆରେ ପାଞ୍ଚ ସପ୍ତାହରୁ ଅଧିକ ସମୟ ଧରି ଲାଗି ରହିଥିବା ଯୁଦ୍ଧର ନିଆଁ ଶେଷରେ ଥଣ୍ଡା ପଡ଼ିଛି। ଆମେରିକା ଏବଂ ଇରାନ ଦୁଇ ସପ୍ତାହ…

ଆହ୍ବାନକାରୀ ଜେନ୍‌ ଜି ପ୍ରାର୍ଥୀ

ଚଳିତ ମାସ ୯ ତାରିଖରେ ଆସାମ ବିଧାନସଭାର ୧୨୬ ଆସନ ପାଇଁ ନିର୍ବାଚନ ଅନୁଷ୍ଠିତ ହେବ। ସେଠାକାର ଯେଉଁ କେତୋଟି ହାଇପ୍ରୋଫାଇଲ ଆସନ ରହିଛି ତନ୍ମଧ୍ୟରୁ ଚର୍ଚ୍ଚିତ…

ସଭ୍ୟତାର ସୁରକ୍ଷା, ଜଳର ଗୁଣବତ୍ତା

କୌଣସି ସଭ୍ୟତାର ଅଭ୍ୟୁଦୟ ଓ ବିନାଶର କାହାଣୀ ସେହି ସମୟର ଜଳସମ୍ପଦ ସହିତ ଜଡ଼ିତ। ମାନବ ଜାତିର ଅସ୍ତିତ୍ୱ ତଥା ସରଂକ୍ଷଣ ପାଇଁ ଜଳର ଗୁଣବତ୍ତା (ଶୁଦ୍ଧ…

ଜାଲ୍‌ ଶିକ୍ଷକ ନିଯୁକ୍ତି ଘଟଣା: ଉଚ୍ଚସ୍ତରୀୟ ତଦନ୍ତ ଦାବି

ନୂଆପଡ଼ା,୮ା୪ (ମକାରୁ ବେମାଲ):ନୂଆପଡ଼ା ଜିଲା ସିନାପାଲି ମହାବିଦ୍ୟାଳୟରେ ଜାଲ୍‌ ଖେଳ ଶିକ୍ଷକ ନିଯୁକ୍ତି ଘଟଣାରେ ଜିଲା ଶିକ୍ଷା ବିଭାଗ କାର୍ଯ୍ୟାନୁଷ୍ଠାନ ପାଇଁ ଚିଠି କରି କାମ ସାରିଦେଇଛି।…

ଯୁଦ୍ଧବିରତି ମଧ୍ୟରେ ଉତ୍ସବ ମନାଇଲା ଇରାନ: ପତାକା ଧରି ରାସ୍ତାକୁ ଓହ୍ଲାଇଲେ ଲୋକେ

ତେହରାନ୍‌,୮।୪: ୪୦ ଦିନ ପରେ ଆମେରିକା ଏବଂ ଇରାନ ମଧ୍ୟରେ ଦୁଇ ସପ୍ତାହର ଅସ୍ତ୍ରବିରତି ଘୋଷଣା କରାଯାଇଛି। ଏହା ପରେ ଇରାନ ଉତ୍ସବମୁଖର ହୋଇ ଉଠିଛି। ତେହରାନ୍‌ର…

ନିଜ ରାସ୍ତା କାମ ନିଜେ କଲେ ପଡ଼ାବାସୀ: ଚାନ୍ଦା ଆଦାୟକରି…

ନୂଆପଡ଼ା,୮ା୪ (ମକାରୁ ବେମାଲ): ନୂଆପଡ଼ା ଏନ୍‌ଏସି ସତ୍‌ସଙ୍ଗ ବିହାର ପଛପଟ ପଡ଼ା ରାସ୍ତାର ଡ୍ରେନ୍‌ ଉପରେ ପଡ଼ିଥିବା ଘୋଡ଼ଣି ଭାଙ୍ଗିଯାଇଥିବାରୁ ଲୋକେ ଯାତାୟାତରେ ଅସୁବିଧାର ସମ୍ମୁଖୀନ ହେଉଥିଲେ।…

ଏହି କାର୍ଯ୍ୟ ପାଇଁ ଦେଶରେ ପ୍ରଥମ ହେଲା ଓଡ଼ିଶା: ମିଳିଲା ଉଲ୍ଲେଖନୀୟ ସଫଳତା

ଭୁବନେଶ୍ୱର, ୮ା୪(ବନ୍ଦନା ସେଠୀ):ସହରାଞ୍ଚଳ ବିକାଶ କ୍ଷେତ୍ରରେ ଓଡ଼ିଶା ଆଉ ଏକ ସଫଳତା ହାସଲ କରିଛି। ‘ଅଟଳ ମିଶନ ଫର୍‌ ରିଜୁଭେନେଶନ ଆଣ୍ଡ୍‌ ଅର୍ବାନ ଟ୍ରାନ୍ସଫର୍ମେଶନ’(ଅମୃତ) ୨.୦ର ସଫଳ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri