ସୁରଟରେ ଓଡ଼ିଆ ଯୁବକ ମୃତ

ପରଜଙ୍ଗ, ୩୦ା୪(ଡି.ଏନ.ଏ.) – ଗୁଜରାଟର ସୁରଟରେ କାମ କରୁଥିବା ଢେଙ୍କାନାଳ ଜିଲା ପରଜଙ୍ଗ ବ୍ଲକ କଙ୍କିଳି ଗ୍ରାମର ଜଣେ ଯୁବକଙ୍କ ମଙ୍ଗଳବାର ରାତିରେ ମୃତ୍ୟୁ ଘଟିଛି। ମୃତକ ହେଲେ କୁମୁଦ ନାୟକ ଓ ଅନୁଡି ନାୟକଙ୍କ ସାନ ପୁଅ ଆଲୋକ। କୌଣସି କାରଣରୁ ରହୁଥିବା କଲୋନୀର ୪ ମହଲା ଛାତରୁ ଖସିପଡିବାରୁ ତାଙ୍କର ମୃତ୍ୟୁ ଘଟିଥିବା କୁହାଯାଉଛି। ଲକ୍‌ଡାଉନ୍‌ ସମୟରେ ପୁଅର ଏପରି ମୃତ୍ୟୁରେ ପରିବାର ଲୋକେ ଭାଙ୍ଗିପଡ଼ିଛନ୍ତି। ପୁଅର ମୃତଦେହ ଆଣିବା ଲାଗି ବ୍ୟବସ୍ଥା କରିବାକୁ ସେମାନେ ସରକାରଙ୍କୁ ଆକୁଳ ନିବେଦନ କରିଛନ୍ତି।
ପରିବାର ପକ୍ଷରୁ ମିଳିଥିବା ସୂଚନା ଅନୁଯାୟୀ, ଉଚ୍ଚଶିକ୍ଷା ପରେ ଆଲୋକ ପରିବାର ପ୍ରତିପୋଷଣ ପାଇଁ ସୁରଟ ପଳାଇଥିଲେ। ସେଠାରେ ଏକ ସୂତା କମ୍ପାନୀରେ ଶ୍ରମିକ ଭାବେ କାମ କରୁଥିଲେ। ସୁରଟର ପାଣ୍ଡେସରସ୍ଥିତ ସୁଧା କଲୋନୀରେ ଏକ ୪ ମହଲା କୋଠାରେ ରୁମ ନେଇ ରହୁଥିଲେ। ଲକ୍‌ଡାଉନ୍‌ ଯୋଗୁ ସେ ଘରକୁ ଆସି ପାରି ନ ଥିଲେ ହେଁ ପରିବାର ସହ ଯୋଗାଯୋଗରେ ଥିଲେ। ମଙ୍ଗଳବାର ରାତିରେ ମଧ୍ୟ ସେ ଫୋନରେ ଘର ଲୋକଙ୍କ ସହ କଥା ହୋଇଥିଲେ। ହେଲେ କଥା ହେବାର କିଛି ସମୟ ପରେ ଆଲୋକ ଛାତରୁ ଖସି ପଡିଥିବା ପରିବାର ନିକଟରେ ଖବର ପହଞ୍ଚତ୍ଥିଲା। ତାଙ୍କ ସହଯୋଗୀ ଓ କେତେଜଣ କମ୍ପାନୀ କର୍ମଚାରୀ ଆଲୋକଙ୍କୁ ସୁରଟ ସ୍ମିମରସ୍ଥିତ ଏକ ହସ୍ପିଟାଲରେ ଭର୍ତ୍ତି କରାଇଥିଲେ। ମଧ୍ୟରାତିରେ ଚିକିତ୍ସାଧୀନ ଅବସ୍ଥାରେ ତାଙ୍କର ମୃତ୍ୟୁ ଘଟିଥିଲା। ପୁଅକୁ ଶେଷଥର ଦେଖିବାକୁ ମୃତଦେହକୁ ଘରକୁ ଆଣିବା ଲାଗି ତାଙ୍କ ମା’ ଉଭୟ କେନ୍ଦ୍ର ଓ ରାଜ୍ୟ ସରକାରଙ୍କୁ ଅନୁରୋଧ କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ବୃଦ୍ଧଙ୍କୁ ପଥରରେ ଛେଚି ହତ୍ୟା

ପାଇକମାଳ,୧୯ା୪(ବଡ଼ ଶତପଥୀ): ବରଗଡ଼ ଜିଲା ପାଇକମାଳ ବ୍ଲକ ଅନ୍ତର୍ଗତ ଭୁବନେଶ୍ୱରପୁର(ଚେରିମୁଣ୍ଡା) ଗ୍ରାମରେ ଏକ ଅଭାବନୀୟ ଘଟଣା ଘଟିଛି। ଜଣେ ୬୫ ବର୍ଷର ବୃଦ୍ଧଙ୍କୁ ପଥରରେ ଛେଚି...

ଗଞ୍ଜେଇ ଚାଲାଣକାରୀଙ୍କୁ ୧୦ ବର୍ଷ ଜେଲ

ବ୍ରହ୍ମପୁର,୧୯।୪(ସୁବାସ ଚନ୍ଦ୍ର ପାଢ଼ୀ): ଅତିରିକ୍ତ ଜିଲା ଦୌରା ଜଜ୍‌(ଏଡିଜେ)-୩ ଡ. ଇନ୍ଦୁ ଶର୍ମା ଶୁକ୍ରବାର ଦୁଇ ଗଞ୍ଜେଇ ଚାଲାଣକାରୀଙ୍କୁ ଦୋଷୀ ସାବ୍ୟସ୍ତ କରିଛନ୍ତି। ସେମାନେ ହେଲେ...

ପୋଲିସ ପରିଚୟ ଦେଇ ଲକ୍ଷାଧିକ ଟଙ୍କା ଲୁଟିନେଲେ ଦୁର୍ବୃତ୍ତ

କଟକ,୧୯ା୪(କାର୍ତ୍ତିକ ସାହୁ): ପୋଲିସ ପରିଚୟ ଦେଇ ଦୁଇ ଜଣଙ୍କଠାରୁ ଲକ୍ଷାଧିକ ଟଙ୍କା ଲୁଟିନେଇଛନ୍ତି ଦୁର୍ବୃତ୍ତ। ଦୁଇଜଣଙ୍କଠାରୁ ଦୁର୍ବୃତ୍ତମାନେ ସାଢ଼େ ୩ ଲକ୍ଷ ଟଙ୍କା ଲୁଟି ନେଇଛନ୍ତି।...

ଭିଜିଲାନ୍ସ ଜାଲରେ କିରାଣି

ବୌଦ୍ଧ,୧୯ା୪(ଅଜିତ ବାରିକ): ବୌଦ୍ଧ ଜିଲା ହରଭଙ୍ଗା ବ୍ଲକ ଶିକ୍ଷାଧିକାରୀଙ୍କ କାର୍ଯ୍ୟାଳୟର ବରିଷ୍ଠ କିରାଣି ରବୀନ୍ଦ୍ର ନାଥ ପାଢ଼ୀ ୨୦ ହଜାର ଟଙ୍କା ଲାଞ୍ଚ ନେଉଥିବାବେଳେ ବୌଦ୍ଧ...

ପୋଲିସ ଅଧିକାରୀଙ୍କୁ ଭର୍ତ୍ତୃହରିଙ୍କ ଦୁର୍ବ୍ୟବହାର ମାମଲା: କୋର୍ଟରେ ହାଜର ହେଲେ ଅମିତାଭ

କଟକ,୧୯।୪(କାର୍ତ୍ତିକ ସାହୁ): କଟକ ଏମ୍‌ପି ଭର୍ତ୍ତୃହରି ମହତାବ ପୋଲିସ ଅଧିକାରୀଙ୍କୁ ଦୁର୍ବ୍ୟବହାର କରିବା ମାମଲା ପୁଣି ଉଠିଛି। କଟକ ଜେଏମ୍‌ଏଫ୍‌ସି ଅଦାଲତରେ ଶୁକ୍ରବାର ସାକ୍ଷ୍ୟ ଗ୍ରହଣ...

ନାମାଙ୍କନପତ୍ର ଦାଖଲ କଲେ କୋରାପୁଟ କଂଗ୍ରେସ ଏମ୍‌ପି ପ୍ରାର୍ଥୀ

କୋରାପୁଟ,୧୯ା୪(ଅମିତାଭ ବେହେରା): ଶୁକ୍ରବାର ମଧ୍ୟାହ୍ନରେ କୋରାପୁଟ ଜିଲାପାଳ ଭି. କୀର୍ତ୍ତି ଭାସନଙ୍କ ନିକଟରେ କଂଗ୍ରେସର କୋରାପୁଟ ଏମ୍‌ପି ପ୍ରାର୍ଥୀ ସପ୍ତଗିରି ଶଙ୍କର ଉଲାକା ନାମାଙ୍କନପତ୍ର ଦାଖଲ...

ବାଇକ୍‌ଆରୋହୀଙ୍କଠାରୁ ଲକ୍ଷାଧିକ ଟଙ୍କା ଜବତ, ନିର୍ବାଚନ ସମୟରେ ଏତେ ଟଙ୍କା କେଉଁଠୁ ଆସିଲା ଚାଲିଛି ତନାଘନା

ଝାରବନ୍ଧ,୧୯ା୪(ଦେବେନ୍ଦ୍ର ସାହୁ): ବରଗଡ଼ ଜିଲା ଝାରବନ୍ଧ ଥାନା ପୋଲିସ ଗୁରୁବାର ରାତିରେ ଡଭାଛକଠାରେ ଚେକିଂ କରୁଥିବା ସମୟରେ ୨ ବାଇକ୍‌ଆରୋହୀଙ୍କଠାରୁ ୬ଲକ୍ଷ ୫୨ହଜାର ୮୦୦ ଟଙ୍କା...

ବିଜେଡି ଛାଡ଼ି ପାରନ୍ତି ପୂର୍ବତନ ଏମପି ପ୍ରସନ୍ନ ପାଟ୍ଟଶାଣୀ!

ଭୁବନେଶ୍ୱର,୧୯।୪: ଓଡ଼ିଶା ରାଜନୀତିରେ ଏବେ କେବଳ ଦଳ ବଦଳ ଚାଲିଛି। ଦଳରେ ଅନେକ ଦିନରୁ ଥିବା ବରିଷ୍ଠ ନେତାମାନେ ମଧ୍ୟ ଟିକେଟ ନ ମିଳିବାରୁ ଓ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri