ସୁରଟରେ ପ୍ରବାସୀ ଶ୍ରମିକ-ପୋଲିସ ମୁହାଁମୁହିଁ

ସୁରଟ,୪।୫: କରୋନା ମହାମାରୀକୁ ରୋକିବା ପାଇଁ ସାରା ଦେଶରେ ତୃତୀୟ ଥର ଲକ୍‌ଡାଉନକୁ ବୃଦ୍ଧି କରାଯିବାରୁ ପ୍ରବାସୀ ଶ୍ରମିକମାନେ ଧର୍ଯ୍ୟହରା ହୋଇପଡ଼ିଛନ୍ତି। ଇତିମଧ୍ୟରେ ଗୁଜରାଟ ସୁରଟରେ  ପ୍ରବାସୀ ଶ୍ରମିକ ଓ ପୋଲିସ ସୋମବାର ମୁହାଁମୁହିଁ ହୋଇଛନ୍ତି। ଦେଖୁ ଦେଖୁ ପରିସ୍ଥିତି ଏଭଳି ଅଣାୟତ ହୋଇଯାଇଥିଲା ଯେ, ଶେଷରେ ଶ୍ରମିକଙ୍କ ଉପରେ ପୋଲିସକୁ ଲାଠିଚାର୍ଜ କରିବାକୁ ପଡ଼ିଥିଲା। ଏହାର ଏକ ଭିଡିଓ ଏବେ ଭାଇରାଲ ହେବାରେ ଲାଗିଛି। ସୂଚନାଯୋଗ୍ୟ, ଲକ୍‌ଡାଉନ ଯୋଗୁ ସୁରଟରେ ଫସିରହିଥିବା ପ୍ରବାସୀ ଶ୍ରମିକମାନେ ନିଜ ଘରକୁ ଯିବା ପାଇଁ ଦାବି କରିଥିଲେ। ଏଥିସହ ବରେଲି ବଜାରରେ ଏକତ୍ରିତ ହୋଇ ପାଲନପୁର ପଟିଆ ଅଞ୍ଚଳରେ ରାଜରାସ୍ତାକୁ ଓହ୍ଲାଇ ବିରୋଧ ପ୍ରଦର୍ଶନ କରିଥିଲେ। ଏହି ସମୟରେ ପୋଲିସ ସେମାନଙ୍କୁ ବୁଝାଇବାକୁ ଉଦ୍ୟମ କରୁଥିବା ବେଳେ ଶ୍ରମିକମାନେ ସେମାନଙ୍କ ଉପରକୁ ପଥରମାଡ଼ କରିଥିଲେ। ପରିସ୍ଥିତିକୁ ନିୟନ୍ତ୍ରଣାଧିନ କରିବା ପାଇଁ ପୋଲିସ ସେମାନଙ୍କ ଉପରକୁ ଲାଠିଚାର୍ଜ କରିବା ସହ ଲୁହବୁହା ଗ୍ୟାସ ପ୍ରୟୋଗ କରିଥିଲା। ସୂଚନାଯୋଗ୍ୟ, ସ୍ବରାଷ୍ଟ୍ର ମନ୍ତ୍ରଣାଳୟର ଅନୁମତି ପରେ ଶୁକ୍ରବାରଠାରୁ ମଧ୍ୟପ୍ରଦେଶ, ରାଜସ୍ଥାନ ଓ ଓଡ଼ିଶାର ରାଜ୍ୟ ସରକାର ଶହ ଶହ ପ୍ରବାସୀ ଶ୍ରମିକଙ୍କୁ ନିଜ ଘରକୁ ଫେରାଇ ନେବାକୁ ଯାତ୍ରା ଆରମ୍ଭ କରିଛନ୍ତି। ହେଲେ ସୁରଟରେ ଆହୁରି କେତେକ ରାଜ୍ୟର ଶ୍ରମିକମାନେ ଘରବାହୁଡା ପାଇଁ ଅନାଇବସିଛନ୍ତି। ଘରକୁ ଯିବା ପାଇଁ ବିଳମ୍ବ ହେବାରୁ ସେମାନେ ଧର୍ଯ୍ୟହରା ହୋଇପଡ଼ିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଗଛରେ ପିଟିହେଲା ବାଇକ: ଚାଲିଗଲା ୨ ଜୀବନ

ଅତାବିରା, ୭।୯(ଯୁଧିଷ୍ଠିର ମହାପାତ୍ର): ବରଗଡ଼ ଜିଲା ଅତାବିରା ଥାନା ତଥା ଗୋଡ଼ଭଗା ଫାଣ୍ଡି ଅଧିନସ୍ଥ କାଦୋବାହାଲରେ ସୋମବାର ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଛି। ଏଥିରେ ୨ବାଇକ…

ମୋବାଇଲ ଦେଖୁଥିଲେ ରାଜକୁମାର, ହଠାତ୍‌ ଘରେ ପଶିଲେ ଚୋର: ଆଉ ତା’ପରେ ଘଟିଲା…

ମାର୍ଶାଘାଇ,୭।୯(ଶୁଭେନ୍ଦୁ ପ୍ରସାଦ ଚୌଧୁରୀ):କେନ୍ଦ୍ରାପଡ଼ା ଜିଲା ମାର୍ଶାଘାଇ ଥାନା ଅନ୍ତର୍ଗତ ଗରଜଙ୍ଗା ଗ୍ରାମରେ ଏକ ବଡ଼ଧରଣର ଲୁଟ ଘଟଣା ଘଟିଛି। ଚାରିଜଣ ମୁଖାପିନ୍ଧା ଦୁର୍ବୃତ୍ତ ଘରେ ପଶି ଦମ୍ପତିଙ୍କ…

କୈଶବ ବିହାରୀଙ୍କୁ ମିଳିଲା ବଡ଼ ଦାୟିତ୍ୱ: କଳାହାଣ୍ଡିରେ ଖୁସିର ଲହରୀ

ଭବାନୀପାଟଣା,୭।୯(ଉତ୍ତମ କୁମାର ଦାଶ):ଭାରତ ସରକାରଙ୍କ ସାମାଜିକ ନ୍ୟାୟ ଏବଂ ସଶକ୍ତିକରଣ ବିଭାଗ ପକ୍ଷରୁ ରବିବାର ରାଷ୍ଟ୍ରୀୟ ସଫେଇ କର୍ମଚାରୀ ଆୟୋଗ (ଏନସିଏସକେ)ର ଅଧ୍ୟକ୍ଷ, ଉପାଧ୍ୟକ୍ଷ ଏବଂ ସଦସ୍ୟମାନଙ୍କୁ…

ରାଜ୍ୟ କ୍ୟାବିନେଟ୍‌ରେ ବଡ଼ ଘୋଷଣା: ପେନସନ୍‌ ବିଳମ୍ବ ହେଲେ ମିଳିବ ସୁଧ

ଭୁବନେଶ୍ୱର, ୭।୯: ୧୮ ପ୍ରସ୍ତାବକୁ ମିଳିଲା ରାଜ୍ୟ କ୍ୟାବିନେଟ୍‌ର ଅନୁମୋଦନ। ୧୨ ଟି ବିଭାଗର ୧୮ଟି ପ୍ରସ୍ତାବକୁ ସୋମବାର ଅନୁମୋଦନ ମିଳିଛି। ଏଥିରେ ଓଡ଼ିଶା ଜନ ବିଶ୍ୱାସ…

୨୦ ବର୍ଷ ସଶ୍ରମ କାରାଦଣ୍ଡ ଭୋଗୁଥିବା କଏଦୀ ଫେରାର୍‌: ସୁରକ୍ଷାକର୍ମୀଙ୍କୁ ଚକ୍‌ମା ଦେଖାଇ…

ନୂଆପଡ଼ା,୭ା୯ (ମକାରୁ ବେମାଲ):ନୂଆପଡ଼ା ଉପକାରାଗାରରୁ ସୋମବାର ଜଣେ କଏଦୀ ଫେରାର ହୋଇଯାଇଛନ୍ତି। ସେ ହେଲେ ସିନାପାଲି ଥାନା କେନ୍ଦୁମୁଣ୍ଡା ପଞ୍ଚାୟତ କାନ୍ଦୁଲକୋନା ଗଁାର ବିଶ୍ୱବିହାରୀ ମାଝି (୩୦)।…

ଆରଆଇ କାର୍ଯ୍ୟାଳୟରେ ତାଲା: ପଲିଥିନ୍‌ରୁ ବଞ୍ଚିତ ବନ୍ୟା ପ୍ରଭାବିତ

ହାଟଡିହୀ/ଛେନାପଦୀ, ୭।୯ (ଶୁଭକାନ୍ତ ନାୟକ/ନିରାକାର ପରିଡ଼ା):କେନ୍ଦୁଝର ଜିଲା ହାଟଡିହୀ ତହସିଲ ଅଧୀନ ସମଣା ରାଜସ୍ବ ନିରୀକ୍ଷକ (ଆରଆଇ) କାର୍ଯ୍ୟାଳୟରେ ଦୀର୍ଘଦିନ ଧରି ତାଲା ଝୁଲୁଥିବା ଅଭିଯୋଗ ହୋଇଛି।…

୧୮ ପ୍ରସ୍ତାବ ଉପରେ ବାଜିଲା କ୍ୟାବିନେଟ୍‌ ମୋହର: ଏହିସବୁ ଉପରେ ବଡ଼ ଘୋଷଣା

ଭୁବନେଶ୍ୱର, ୭।୯: ୧୮ ପ୍ରସ୍ତାବ ଉପରେ ବାଜିଲା କ୍ୟାବିନେଟ୍‌ ମୋହର। ୧୨ ଟି ବିଭାଗର ୧୮ଟି ପ୍ରସ୍ତାବକୁ ସୋମବାର ଅନୁମୋଦନ ମିଳିଛି। ଏଥିରେ ଓଡ଼ିଶା ଜନ ବିଶ୍ୱାସ…

ପଶ୍ଚିମବଙ୍ଗରେ ହେବ ଖେଳ! ଯେଉଁଠାରୁ ହାରିଥିଲେ, ସେଠାରୁ ପୁଣି ନିର୍ବାଚନ ଲଢିବେ ଦିଦି? ଆସିଲା ବଡ଼ ଖବର

କୋଲକାତା,୭।୯: ପଶ୍ଚିମବଙ୍ଗର ଦୁଇଟି ବିଧାନସଭା ଆସନ ନନ୍ଦୀଗ୍ରାମ ଓ ରେଜିନଗର ପାଇଁ ଉପନିର୍ବାଚନ ଘୋଷଣା କରିଛନ୍ତି ଭାରତୀୟ ନିର୍ବାଚନ କମିଶନ (ECI)। ସୋମବାର ଘୋଷିତ କାର୍ଯ୍ୟସୂଚୀ ଅନୁଯାୟୀ,…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri