Posted inଜାତୀୟ

ସୁରଟର କୋଚିଂ ସେଣ୍ଟରରେ ଭୟାବହ ଅଗ୍ନିକାଣ୍ଡ

ସୁରଟ,୨୪।୫: ଗୁଜରାଟରେ ହୀରା ସହର କୁହାଯାଉଥିବା ସୁରଟରେ ଭୟାବହ ଅଗ୍ନିକାଣ୍ଡ ଘଟିଛି। ଶୁକ୍ରବାର ସରଥାନା ଅଞ୍ଚଳରେ ଥିବା ତକ୍ଷଶୀଳା କମପ୍ଲେକ୍ସରେ ଅଗ୍ନିକାଣ୍ଡ ଘଟିଛି। ସେଠାରେ ଥିବା ଏକ କୋଚିଂ ସେଣ୍ଟରରେ ନିଅଁ। ଲାଗିଯାଇ ଧୀରେ ଧୀରେ ଚାରିଆଡେ ବ୍ୟାପିଯାଇଥିଲା। ଏହି ଅଗ୍ନିକାଣ୍ଡରେ ୧୫ରୁ ଊର୍ଦ୍ଧ୍ୱ ଛାତ୍ରଙ୍କ ମୃତ୍ୟୁ ହୋଇଥିବା ବେଳେ କିଛି ଛାତ୍ର ଆହତ ହୋଇଥିବା ସୂଚନା ମିଳିଛି। ତେବେ ମୃତ୍ୟୁ ସଂଖ୍ୟା ଆହୁରି ବୃଦ୍ଧି ପାଇବ ବୋଲି ଆଶଙ୍କା କରାଯାଉଛି। ଅପରପକ୍ଷରେ ବିଲଡିଂରେ କିଛି ଛାତ୍ର ଫଶି ରହିଥିବା ବେଳେ ନିଜ ଜୀବନ ବଞ୍ଚାଇବାକୁ ଯାଇ ୨ ମହଲା ଛାତରୁ ଡେଇଁପଡ଼ିଥିବା ଜଣାପଡ଼ିଛି। ଅଗ୍ନିକାଣ୍ଡର ଏହି ଦୃଶ୍ୟ ସୋସିଆଲ ମିଡିଆରେ ଏବେ ଭାଇରାଲ ହୋଇଛି। ଘଟଣାସ୍ଥଳରେ ୧୮ଟି ଦମକଳ ବାହିନୀ ପହଞ୍ଚି ନିଅଁ।କୁ ଆୟତ୍ତ କରିବାକୁ ଉଦ୍ୟମ ଚଳାଇଥିବା ଜଣାପଡ଼ିଛି। ଏହି ଅଗ୍ନକାଣ୍ଡ ସର୍ଟ ସର୍କିଟ ଯୋଗୁ ହୋଇଥିବା କୁହାଯାଉଛି। ଅପରପକ୍ଷରେ ଏହି ଘଟଣାକୁ ନେଇ ଗୁଜରାଟ ମୁଖ୍ୟମନ୍ତ୍ରୀ ବିଜୟ ରୁପାନୀ ଦୁଃଖ ପ୍ରକାଶ କରିଥିବା ବେଳେ ମୃତକଙ୍କ ପରିବାରଙ୍କୁ ୪ଲକ୍ଷ ଟଙ୍କାର ସହାୟତା ରାଶି ପ୍ରଦାନ କରିଛନ୍ତି। ଏଥିସହ ସେ ଏହି ଘଟଣାର ପୁଙ୍ଖାନୁପୁଙ୍ଖ ଭାବେ ଶୀଘ୍ର ଯାଞ୍ଚ କରିବାକୁ ନିର୍ଦ୍ଦେଶ ଦେଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

IPL 2026: ଚେପକ୍‌ରେ ପଞ୍ଜାବ କିଙ୍ଗସର ଐତିହାସିକ ବିଜୟ; ଚେନ୍ନାଇକୁ ୫ ୱିକେଟରେ ହରାଇ ରଚିଲା ଇତିହାସ

ଚେନ୍ନାଇ,୩/୪ : ଆଇପିଏଲ୍ ୨୦୨୬ର ସପ୍ତମ ମ୍ୟାଚ୍‌ରେ ପଞ୍ଜାବ କିଙ୍ଗସ ଏକ ଚମତ୍କାର ପ୍ରଦର୍ଶନ କରି ଚେନ୍ନାଇ ସୁପର କିଙ୍ଗସକୁ ତା’ର ଘରୋଇ ଗ୍ରାଉଣ୍ଡ୍ ଏମ୍.ଏ. ଚିଦାମ୍ବରମ୍…

ଭୂକମ୍ପ ଝଟ୍‌କାରେ ଥରିଲା ଜମ୍ମୁ-କଶ୍ମୀରରୁ ନେଇ ଦିଲ୍ଲୀ, ଭୟରେ ଘରୁ ବାହାରକୁ ଦୌଡ଼ିଲେ ଲୋକେ…

ନୂଆଦିଲ୍ଲୀ,୩।୪: ଭାରତର ରାଜଧାନୀ ଦିଲ୍ଲୀ-ଏନ୍‌ସିଆର (Delhi-NCR), ଜମ୍ମୁ-କାଶ୍ମୀର ଏବଂ ଚଣ୍ଡିଗଡ଼ ସମେତ ଉତ୍ତର ଭାରତର ବିଭିନ୍ନ ସ୍ଥାନରେ ଶକ୍ତିଶାଳୀ ଭୂକମ୍ପ ଝଟକା ଅନୁଭୂତ ହୋଇଛି। ଜମ୍ମୁ-କାଶ୍ମୀରରେ ପରସ୍ପର…

ଇଣ୍ଡକ୍ସନରେ ରୋଷେଇ କରୁଛନ୍ତି କି? ଭୁଲରେ ବି କରନ୍ତୁ ନାହିଁ ଏହି ୫ ଜିନିଷ ରୋଷେଇ, ନଚେତ…

ନୂଆଦିଲ୍ଲୀ,୩।୪: ମଧ୍ୟପ୍ରାଚ୍ୟରେ ଜାରି ରହିଥିବା ଯୁଦ୍ଧ ପରିସ୍ଥିତିର ପ୍ରଭାବ ଏବେ ଭାରତୀୟ ରୋଷେଇ ଘର ପର୍ଯ୍ୟନ୍ତ ପହଞ୍ଚିଛି। ତୈଳ ଏବଂ ଗ୍ୟାସ ଯୋଗାଣ ବାଧାପ୍ରାପ୍ତ ହେବା ଯୋଗୁଁ…

କୁଆପଥର ବର୍ଷା: ଗଛ ଉପୁଡ଼ିବା ସହ ଉଡ଼ିଲା ଛପର

ନନ୍ଦପୁର,୩ା୪(ତୁଷାର କାନ୍ତ ମହାନ୍ତି)-କୋରାପୁଟ ଜିଲା ନନ୍ଦପୁର ବ୍ଲକ ଅଞ୍ଚଳରେ କୁଆପଥର ବର୍ଷା ପବନ ପ୍ରଭାବରେ ମାଳିବେଲଗାଁ ପଞ୍ଚାୟତ ରାସ୍ତାରେ ୨ଗଛ ଉପୁଡ଼ି ପଡ଼ିଥିବାରୁ ଯାତାୟାତ ବାଧାପ୍ରାପ୍ତ ହୋଇଛି।…

ରିଲ୍ସ ପାଇଁ ବନ୍ଧୁକ ଧରି ଯୁବକଙ୍କ ଫାଙ୍କା ଗୁଳିଚାଳନା ଭିଡିଓ ଭାଇରାଲ, ଏସ୍‌ପି କହିଲେ ତଦନ୍ତ ଚାଲିଛି

ପୁରୀ,୩ା୪(ଅଜିତ୍‌ କୁମାର ମହାନ୍ତି): ରିଲ୍ସ ପାଇଁ ଜଣେ ଯୁବକ ବନ୍ଧୁକ ଧରି ଫାଙ୍କା ଗୁଳିଚାଳନା କରୁଥିବାର ଏକ ଭିଡିଓ ଶୁକ୍ରବାର ସୋସିଆଲ ମିଡିଆରେ ଦେଖିବାକୁ ମିଳିଛି। ଏହି…

ପୋଖରୀରେ ବୁଡ଼ିଲେ ଜଣଙ୍କ ପରେ ଜଣେ …

ଦିଗପହଣ୍ଡି,୩ା୪(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ କୁଶପଡ଼ା ଗ୍ରାମ ନିକଟସ୍ଥ ଏକ ପୋଖରୀରେ ଶୁକ୍ରବାର ୩ଜଣ ମହିଳା ବୁଡି ଯାଉଥିବା ବେଳେ ସେମାନଙ୍କୁ ଉଦ୍ଧାର…

ଛେଳି ଖାଇଲା ଟମାଟୋ ଗଛ: ମାଡ଼ ଖାଇଲେ ଦମ୍ପତି, ମାମଲା ଏବେ…

ଦିଗପହଣ୍ଡି,୩।୪(ଅଶେଷ ନାଥ ମିଶ୍ର): ଦିଗପହଣ୍ଡି ବ୍ଲକ ବାସୁଦେବପୁର ପଞ୍ଚାୟତ ବଜାପଲ୍ଲୀ ଗ୍ରାମ ନିକଟରେ ଜି.ଦୁର୍ଯ୍ୟ ରେଡ୍ଡୀଙ୍କ ଜମିରେ ଲାଗିଥିବା ଟମାଟୋ ଗଛ ଗୁଡ଼ିକୁ ଶୁକ୍ରବାର ମଧ୍ୟାହ୍ନରେ କିଛି…

ଆଦେଶ ପାଳନ କଲେ ଜିଲାପାଳ, ପିଛିଲା ତାରିଖ ପକାଇ ୨୧ ଦିନ ପରେ ଅର୍ଡର ପ୍ରେରଣ

କେନ୍ଦୁଝର/ହାଟଡିହୀ,୩l୪(ନରେଶ ଚନ୍ଦ୍ର ପଟ୍ଟନାୟକ/ଶୁଭକାନ୍ତ ନାୟକ):ଓଡ଼ିଶା ହାଇକୋର୍ଟଙ୍କ ନିର୍ଦ୍ଦେଶ ଧାର୍ଯ୍ୟ ସମୟରେ ପାଳନ ନ କରିବା ଫଳରେ ଅଦାଲତ ଅବମାନନା ମାମଲା ଦାୟର ହେବା ଏବଂ ଏ ନେଇ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri