ସୁରଟ୍‌ରୁ ଆସିଲା ଆଲୋକଙ୍କ ମୃତଦେହ

ପରଜଙ୍ଗ, ୧।୫(ଡି.ଏନ୍‌.ଏ.)-ସୁରଟ୍‌ରେ ରହି କାର୍ଯ୍ୟ କରୁଥିବାବେଳେ ୪ ମହଲା କୋଠାରୁ ଖସି ପ୍ରାଣ ହରାଇଥିବା ଢେଙ୍କାନାଳ ଜିଲା ପରଜଙ୍ଗ ବ୍ଲକ କଙ୍କିଳି ଗ୍ରାମର ଆଲୋକ ନାୟକଙ୍କ ମୃତଦେହ ଶୁକ୍ରବାର ଗଁ।ରେ ପହଞ୍ଚତ୍ଛି। ମରଶରୀରକୁ ଏକ ସ୍ବତନ୍ତ୍ର ଆମ୍ବୁଲାନ୍ସରେ ପୈତୃକ ଗଁ।କୁ ଅଣାଯାଇଥିଲା। ପରିବାର ଲୋକେ ପୁଅକୁ ଶେଷଥର ଲାଗି ଦେଖିବାକୁ ଚାହିଁ ରହିଥିବାବେଳେ ମୃତଦେହ ପହଞ୍ଚତ୍ବା ପରେ ସୃଷ୍ଟି ହୋଇଥିଲା ଶୋକାକୁଳ ପରିବେଶ। ଅନ୍ୟପଟେ ମୃତଦେହ ସହ ଆସିଥିବା ଆଲୋକଙ୍କ ୪ ସହଯୋଗୀଙ୍କୁ ପଞ୍ଚାୟତ ପକ୍ଷରୁ କରାଯାଇଥିବା କ୍ୱାରାଣ୍ଟାଇନ୍‌ ସେଣ୍ଟରରେ ରଖାଯାଇଛି।
ସୂଚନାଯୋଗ୍ୟ, ଆଲୋକ ସୁରଟ୍‌ର ପାଣ୍ଡେସରସ୍ଥିତ ସୁଧା କଲୋନୀର ଚତୁର୍ଥ ମହଲାରେ ଘର ଭଡ଼ା ନେଇ ରହୁଥିଲେ। ଗତ ଏପ୍ରିଲ ୨୮ ରାତି ପ୍ରାୟ ୧୧ଟାରେ ମା’ଙ୍କ ସହ ମୋବାଇଲ୍‌ରେ କଥା ହେଉଥିବାବେଳେ ସେ କୌଣସି କାରଣରୁ ଖସିପଡ଼ିଥିଲେ। ଡାକ୍ତରଖାନାରେ ଚିକିତ୍ସାଧୀନ ଅବସ୍ଥାରେ ତାଙ୍କର ମୃତ୍ୟୁ ଘଟିଥିଲା। ଅନ୍ୟପଟେ ଲକ୍‌ଡାଉନ୍‌ ସମୟରେ ପୁଅର ମୃତଦେହ କିପରି ଗଁ।କୁ ଆସିବ ସେ ନେଇ ପରିବାର ଲୋକେ ଚିନ୍ତିତ ହୋଇପଡ଼ିଥିଲେ। ଏପରି ବିପତ୍ତି ସମୟରେ ମୃତକଙ୍କ ପରିବାରକୁ ଆଶ୍ୱାସନା ଦେଇଥିଲେ ବରିଷ୍ଠ ଭାଜପା ନେତା ବିଭୂତି ପ୍ରଧାନ। ସେ ଘଟଣା ସମ୍ପର୍କରେ କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନଙ୍କ ସହ ଆଲୋଚନା କରିଥିଲେ। କେନ୍ଦ୍ରମନ୍ତ୍ରୀଙ୍କ ସହଯୋଗରେ ମୃତଦେହ ସୁରଟ୍‌ରୁ କଙ୍କିଳିକୁ ଆସିପାରିଛି। ସୁରଟ୍‌ ଜିଲା ପ୍ରଶାସନ ଏବଂ ଆଲୋକ କାମ କରୁଥିବା ରାଜ କ୍ରିଏଶନ କମ୍ପାନୀର ମାଲିକ ଆମ୍ବୁଲାନ୍ସରେ ଆଲୋକଙ୍କ ମୃତଦେହ ଓଡ଼ିଶା ପଠାଇବାର ବ୍ୟବସ୍ଥା କରିଥିଲେ। ପୂର୍ବାହ୍ନ ୯ଟାରେ ମରଶରୀର ଗଁ।ରେ ପହଞ୍ଚତ୍ଥିଲା। ଭାଜପା ନେତା ବିଭୂତି ପ୍ରଧାନ, ଯୁବ ବିଜେଡି ସଭାପତି ସୁବ୍ରତ ଦାସ, ସରପଞ୍ଚ ପ୍ରିୟଜିତ୍‌ ସାମଲ ଏବଂ ପ୍ରଶାସନିକ ଅଧିକାରୀଙ୍କ ଉପସ୍ଥିତିରେ ଗଁ। ଶ୍ମଶାନରେ ଆଲୋକଙ୍କ ଶେଷକୃତ୍ୟ ସମ୍ପନ୍ନ ହୋଇଛି। ତହସିଲଦାର ଜୟନ୍ତ କୁମାର ଜୟସିଂ ରେଡ୍‌କ୍ରସ୍‌ ତରଫରୁ ମୃତ ଯୁବକଙ୍କ ପରିବାରକୁ ୧୦ ହଜାର ଟଙ୍କା ସହାୟତା ପ୍ରଦାନ କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

IPL 2026: ଚେପକ୍‌ରେ ପଞ୍ଜାବ କିଙ୍ଗସର ଐତିହାସିକ ବିଜୟ; ଚେନ୍ନାଇକୁ ୫ ୱିକେଟରେ ହରାଇ ରଚିଲା ଇତିହାସ

ଚେନ୍ନାଇ,୩/୪ : ଆଇପିଏଲ୍ ୨୦୨୬ର ସପ୍ତମ ମ୍ୟାଚ୍‌ରେ ପଞ୍ଜାବ କିଙ୍ଗସ ଏକ ଚମତ୍କାର ପ୍ରଦର୍ଶନ କରି ଚେନ୍ନାଇ ସୁପର କିଙ୍ଗସକୁ ତା’ର ଘରୋଇ ଗ୍ରାଉଣ୍ଡ୍ ଏମ୍.ଏ. ଚିଦାମ୍ବରମ୍…

ଇଣ୍ଡକ୍ସନରେ ରୋଷେଇ କରୁଛନ୍ତି କି? ଭୁଲରେ ବି କରନ୍ତୁ ନାହିଁ ଏହି ୫ ଜିନିଷ ରୋଷେଇ, ନଚେତ…

ନୂଆଦିଲ୍ଲୀ,୩।୪: ମଧ୍ୟପ୍ରାଚ୍ୟରେ ଜାରି ରହିଥିବା ଯୁଦ୍ଧ ପରିସ୍ଥିତିର ପ୍ରଭାବ ଏବେ ଭାରତୀୟ ରୋଷେଇ ଘର ପର୍ଯ୍ୟନ୍ତ ପହଞ୍ଚିଛି। ତୈଳ ଏବଂ ଗ୍ୟାସ ଯୋଗାଣ ବାଧାପ୍ରାପ୍ତ ହେବା ଯୋଗୁଁ…

କୁଆପଥର ବର୍ଷା: ଗଛ ଉପୁଡ଼ିବା ସହ ଉଡ଼ିଲା ଛପର

ନନ୍ଦପୁର,୩ା୪(ତୁଷାର କାନ୍ତ ମହାନ୍ତି)-କୋରାପୁଟ ଜିଲା ନନ୍ଦପୁର ବ୍ଲକ ଅଞ୍ଚଳରେ କୁଆପଥର ବର୍ଷା ପବନ ପ୍ରଭାବରେ ମାଳିବେଲଗାଁ ପଞ୍ଚାୟତ ରାସ୍ତାରେ ୨ଗଛ ଉପୁଡ଼ି ପଡ଼ିଥିବାରୁ ଯାତାୟାତ ବାଧାପ୍ରାପ୍ତ ହୋଇଛି।…

ରିଲ୍ସ ପାଇଁ ବନ୍ଧୁକ ଧରି ଯୁବକଙ୍କ ଫାଙ୍କା ଗୁଳିଚାଳନା ଭିଡିଓ ଭାଇରାଲ, ଏସ୍‌ପି କହିଲେ ତଦନ୍ତ ଚାଲିଛି

ପୁରୀ,୩ା୪(ଅଜିତ୍‌ କୁମାର ମହାନ୍ତି): ରିଲ୍ସ ପାଇଁ ଜଣେ ଯୁବକ ବନ୍ଧୁକ ଧରି ଫାଙ୍କା ଗୁଳିଚାଳନା କରୁଥିବାର ଏକ ଭିଡିଓ ଶୁକ୍ରବାର ସୋସିଆଲ ମିଡିଆରେ ଦେଖିବାକୁ ମିଳିଛି। ଏହି…

ପୋଖରୀରେ ବୁଡ଼ିଲେ ଜଣଙ୍କ ପରେ ଜଣେ …

ଦିଗପହଣ୍ଡି,୩ା୪(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ କୁଶପଡ଼ା ଗ୍ରାମ ନିକଟସ୍ଥ ଏକ ପୋଖରୀରେ ଶୁକ୍ରବାର ୩ଜଣ ମହିଳା ବୁଡି ଯାଉଥିବା ବେଳେ ସେମାନଙ୍କୁ ଉଦ୍ଧାର…

ଛେଳି ଖାଇଲା ଟମାଟୋ ଗଛ: ମାଡ଼ ଖାଇଲେ ଦମ୍ପତି, ମାମଲା ଏବେ…

ଦିଗପହଣ୍ଡି,୩।୪(ଅଶେଷ ନାଥ ମିଶ୍ର): ଦିଗପହଣ୍ଡି ବ୍ଲକ ବାସୁଦେବପୁର ପଞ୍ଚାୟତ ବଜାପଲ୍ଲୀ ଗ୍ରାମ ନିକଟରେ ଜି.ଦୁର୍ଯ୍ୟ ରେଡ୍ଡୀଙ୍କ ଜମିରେ ଲାଗିଥିବା ଟମାଟୋ ଗଛ ଗୁଡ଼ିକୁ ଶୁକ୍ରବାର ମଧ୍ୟାହ୍ନରେ କିଛି…

ଆଦେଶ ପାଳନ କଲେ ଜିଲାପାଳ, ପିଛିଲା ତାରିଖ ପକାଇ ୨୧ ଦିନ ପରେ ଅର୍ଡର ପ୍ରେରଣ

କେନ୍ଦୁଝର/ହାଟଡିହୀ,୩l୪(ନରେଶ ଚନ୍ଦ୍ର ପଟ୍ଟନାୟକ/ଶୁଭକାନ୍ତ ନାୟକ):ଓଡ଼ିଶା ହାଇକୋର୍ଟଙ୍କ ନିର୍ଦ୍ଦେଶ ଧାର୍ଯ୍ୟ ସମୟରେ ପାଳନ ନ କରିବା ଫଳରେ ଅଦାଲତ ଅବମାନନା ମାମଲା ଦାୟର ହେବା ଏବଂ ଏ ନେଇ…

ନମ୍ବର ସେଭ୍‌ ନ କରି କରିପାରିବେ WhatsAppରେ ଚାଟ୍‌, ଅନେକେ ଜାଣନ୍ତି ନାହିଁ ଏହି ସିକ୍ରେଟ୍‌…

ନୂଆଦିଲ୍ଲୀ,୩।୪: ସାଧାରଣତଃ ହାଟ୍ସଆପରେ କାହା ସହିତ କଥା ହେବାକୁ ହେଲେ ଆମକୁ ପ୍ରଥମେ ସେହି ବ୍ୟକ୍ତିଙ୍କ ନମ୍ବର ନିଜ ଫୋନରେ ସେଭ କରିବାକୁ ପଡ଼ିଥାଏ। କିନ୍ତୁ ଅନେକ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri