ସୁରଟ୍‌ରୁ ଆସିଲା ଆଲୋକଙ୍କ ମୃତଦେହ

ପରଜଙ୍ଗ, ୧।୫(ଡି.ଏନ୍‌.ଏ.)-ସୁରଟ୍‌ରେ ରହି କାର୍ଯ୍ୟ କରୁଥିବାବେଳେ ୪ ମହଲା କୋଠାରୁ ଖସି ପ୍ରାଣ ହରାଇଥିବା ଢେଙ୍କାନାଳ ଜିଲା ପରଜଙ୍ଗ ବ୍ଲକ କଙ୍କିଳି ଗ୍ରାମର ଆଲୋକ ନାୟକଙ୍କ ମୃତଦେହ ଶୁକ୍ରବାର ଗଁ।ରେ ପହଞ୍ଚତ୍ଛି। ମରଶରୀରକୁ ଏକ ସ୍ବତନ୍ତ୍ର ଆମ୍ବୁଲାନ୍ସରେ ପୈତୃକ ଗଁ।କୁ ଅଣାଯାଇଥିଲା। ପରିବାର ଲୋକେ ପୁଅକୁ ଶେଷଥର ଲାଗି ଦେଖିବାକୁ ଚାହିଁ ରହିଥିବାବେଳେ ମୃତଦେହ ପହଞ୍ଚତ୍ବା ପରେ ସୃଷ୍ଟି ହୋଇଥିଲା ଶୋକାକୁଳ ପରିବେଶ। ଅନ୍ୟପଟେ ମୃତଦେହ ସହ ଆସିଥିବା ଆଲୋକଙ୍କ ୪ ସହଯୋଗୀଙ୍କୁ ପଞ୍ଚାୟତ ପକ୍ଷରୁ କରାଯାଇଥିବା କ୍ୱାରାଣ୍ଟାଇନ୍‌ ସେଣ୍ଟରରେ ରଖାଯାଇଛି।
ସୂଚନାଯୋଗ୍ୟ, ଆଲୋକ ସୁରଟ୍‌ର ପାଣ୍ଡେସରସ୍ଥିତ ସୁଧା କଲୋନୀର ଚତୁର୍ଥ ମହଲାରେ ଘର ଭଡ଼ା ନେଇ ରହୁଥିଲେ। ଗତ ଏପ୍ରିଲ ୨୮ ରାତି ପ୍ରାୟ ୧୧ଟାରେ ମା’ଙ୍କ ସହ ମୋବାଇଲ୍‌ରେ କଥା ହେଉଥିବାବେଳେ ସେ କୌଣସି କାରଣରୁ ଖସିପଡ଼ିଥିଲେ। ଡାକ୍ତରଖାନାରେ ଚିକିତ୍ସାଧୀନ ଅବସ୍ଥାରେ ତାଙ୍କର ମୃତ୍ୟୁ ଘଟିଥିଲା। ଅନ୍ୟପଟେ ଲକ୍‌ଡାଉନ୍‌ ସମୟରେ ପୁଅର ମୃତଦେହ କିପରି ଗଁ।କୁ ଆସିବ ସେ ନେଇ ପରିବାର ଲୋକେ ଚିନ୍ତିତ ହୋଇପଡ଼ିଥିଲେ। ଏପରି ବିପତ୍ତି ସମୟରେ ମୃତକଙ୍କ ପରିବାରକୁ ଆଶ୍ୱାସନା ଦେଇଥିଲେ ବରିଷ୍ଠ ଭାଜପା ନେତା ବିଭୂତି ପ୍ରଧାନ। ସେ ଘଟଣା ସମ୍ପର୍କରେ କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନଙ୍କ ସହ ଆଲୋଚନା କରିଥିଲେ। କେନ୍ଦ୍ରମନ୍ତ୍ରୀଙ୍କ ସହଯୋଗରେ ମୃତଦେହ ସୁରଟ୍‌ରୁ କଙ୍କିଳିକୁ ଆସିପାରିଛି। ସୁରଟ୍‌ ଜିଲା ପ୍ରଶାସନ ଏବଂ ଆଲୋକ କାମ କରୁଥିବା ରାଜ କ୍ରିଏଶନ କମ୍ପାନୀର ମାଲିକ ଆମ୍ବୁଲାନ୍ସରେ ଆଲୋକଙ୍କ ମୃତଦେହ ଓଡ଼ିଶା ପଠାଇବାର ବ୍ୟବସ୍ଥା କରିଥିଲେ। ପୂର୍ବାହ୍ନ ୯ଟାରେ ମରଶରୀର ଗଁ।ରେ ପହଞ୍ଚତ୍ଥିଲା। ଭାଜପା ନେତା ବିଭୂତି ପ୍ରଧାନ, ଯୁବ ବିଜେଡି ସଭାପତି ସୁବ୍ରତ ଦାସ, ସରପଞ୍ଚ ପ୍ରିୟଜିତ୍‌ ସାମଲ ଏବଂ ପ୍ରଶାସନିକ ଅଧିକାରୀଙ୍କ ଉପସ୍ଥିତିରେ ଗଁ। ଶ୍ମଶାନରେ ଆଲୋକଙ୍କ ଶେଷକୃତ୍ୟ ସମ୍ପନ୍ନ ହୋଇଛି। ତହସିଲଦାର ଜୟନ୍ତ କୁମାର ଜୟସିଂ ରେଡ୍‌କ୍ରସ୍‌ ତରଫରୁ ମୃତ ଯୁବକଙ୍କ ପରିବାରକୁ ୧୦ ହଜାର ଟଙ୍କା ସହାୟତା ପ୍ରଦାନ କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଢେଙ୍କାନାଳ ସଂସଦୀୟ କ୍ଷେତ୍ରରେ ବଢ଼ିଲା ଉଷ୍ମତା, ଲଢ଼େଇରେ ସାମିଲ ୨ ନୂଆ ମୁହଁ

ଢେଙ୍କାନାଳ,୧୫ା୪(ରତନ ନାୟାର): ଢେଙ୍କାନାଳ ଲୋକ ସଭା ଆସନ ପାଇଁ ୩ ପ୍ରମୁଖ ରାଜନୈତିକ ଦଳ ବିଜେଡି, ଭାଜପା ଓ କଂଗ୍ରେସ ପକ୍ଷରୁ ପ୍ରାର୍ଥୀ ଘୋଷଣା ସରିଛି।...

ଅବିନାଶ, ରୁଦ୍ର ପାଣିଙ୍କୁ ଟକ୍କର ଦେବେ ସସ୍ମିତା ବେହେରା

ଢେଙ୍କାନାଳ,୧୪ା୪(ରତନ ନାୟାର)ଅଖିଳ ଭାରତ କଂଗ୍ରେସ କମିଟି (ଏଆଇସିସି)ର ସମ୍ପାଦିକା ତଥା ବରିଷ୍ଠ କଂଗ୍ରେସ ନେତ୍ରୀ ସସ୍ମିତା ବେହେରାଙ୍କୁ କଂଗ୍ରେସ ଢେଙ୍କାନାଳ ଲୋକ ସଭା ଆସନରୁ ପ୍ରାର୍ଥୀ...

ନିର୍ବାଚନୀ ତାତି ବଢ଼ାଉଛି ୫୫ନଂ. ଜାତୀୟ ରାଜପଥ

ଢେଙ୍କାନାଳ,୧୨ା୪(ରତନ ନାୟାର): କଟକରୁ ଢେଙ୍କାନାଳ ଓ ଅନୁଗୋଳ ଦେଇ ସମ୍ବଲପୁରକୁ ଲମ୍ବିଥିବା ୫୫ନଂ. ଜାତୀୟ ରାଜପଥର ଅଧାପନ୍ତରିଆ ଅବସ୍ଥା ଏବେ ନିର୍ବାଚନୀ ପ୍ରସଙ୍ଗ ପାଲଟିଛି। ଢେଙ୍କାନାଳ,...

ହିନ୍ଦୋଳ ଆସନକୁ ନେଇ ଅଙ୍କ ଛିଡୁନି

ଢେଙ୍କାନାଳ,୧୧ା୪(ରତନ ନାୟାର)ଢେଙ୍କାନାଳ ଏମ୍‌ପି ନିର୍ବାଚନ ପାଇଁ ବିଜେଡି ଓ ଭାଜପା ପକ୍ଷରୁ ପ୍ରାର୍ଥୀ ଘୋଷଣା କରାଯାଇସାରିଛି। ସେହିପରି ଜିଲାର ୪ ବିଧାନସଭା ନିର୍ବାଚନମଣ୍ଡଳୀ ମଧ୍ୟରୁ ଢେଙ୍କାନାଳ,...

ସନ୍ଦିଗ୍ଧ ପାରା ଉଦ୍ଧାର:ଗୋଡ଼ରେ ଲାଗିଛି ଜିପିଏସ୍‌ ଟ୍ରାକର ଭଳି ଚିପ୍‌

ଢେଙ୍କାନାଳ,୯ା୪(ରତନ ନାୟାର):ଢେଙ୍କାନାଳ ଜିଲା ଗଁଦିଆ ବ୍ଲକ ନିହଲପ୍ରସାଦ ଥାନା ଲାଉଲଇ ଗ୍ରାମର ଏକ ମନ୍ଦିର ପରିସରରୁ ସୋମବାର ଏକ ପାରାକୁ ଅଞ୍ଚଳବାସୀ ଉଦ୍ଧାର କରିଛନ୍ତି। ଉକ୍ତ...

ବୋମାମାଡ଼ କରି ଲୁଟିନେଲେ ୧୪ ଲକ୍ଷ ଟଙ୍କା

କାମାକ୍ଷାନଗର,୫।୪(ସୁଧୀର କୁମାର ପରିଡା): ଢେଙ୍କାନାଳ ଜିଲା କାମାକ୍ଷାନଗର ଥାନା ଜିରାଳ ସାପ୍ତାହିକ ହାଟରୁ ଶୁକ୍ରବାର ସକାଳେ ଏକ ବଡ଼ ଲୁଟ୍‌ ହୋଇଛି। ୫ ଜଣ ଦୁର୍ବୃତ୍ତ...

୨ ନେତ୍ରୀଙ୍କ ସହ ଭାଜପା ଛାଡ଼ିଲେ ନିରୋଜ ନଳିନୀ

ଢେଙ୍କାନାଳ,୪ା୪(ରତନ ନାୟାର): ରାଜ୍ୟ ଭାଜପା କାର୍ଯ୍ୟକାରିଣୀ ସଦସ୍ୟା ନିରୋଜ ନଳିନୀ ମହାଳିକ ବୁଧବାର ଭାଜପାରୁ ଇସ୍ତଫା ଦେଇଛନ୍ତି। ତାଙ୍କ ସହିତ ଢେଙ୍କାନାଳ ଜିଲା ଭାଜପା ସମ୍ପାଦିକା...

ବିଜେଡି ଛାଡିଲେ ରାଜ୍ୟ ସମ୍ପାଦକ ହର୍ଷବର୍ଦ୍ଧନ

ଢେଙ୍କାନାଳ,୩ା୪(ରତନ ନାୟାର): ଢେଙ୍କାନାଳ ଜିଲା ବିଜେଡିର ବରିଷ୍ଠ ନେତା ତଥା ରାଜ୍ୟ ବିଜେଡି ସମ୍ପାଦକ ହର୍ଷବର୍ଦ୍ଧନ ସିଂହଦେଓ ମଙ୍ଗଳବାର ବିଜେଡିରୁ ଇସ୍ତଫା ଦେଇଛନ୍ତି। ସେ ନିଜ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri