ସୁରଟ ଫେରନ୍ତାଙ୍କୁ ଅଣଦେଖା ଅଭିଯୋଗ: କ୍ୱାରାଣ୍ଟାଇନ୍‌ ସେଣ୍ଟରକୁ ନ ଯାଇ ରାସ୍ତାରେ ଠିଆ ହୋଇ ହଟହଟା

ପୁରୁଷୋତ୍ତମପୁର,୪ା୫(ଡି.ଏନ୍‌.ଏ.): ସୁରଟ ଓ କେରଳରୁ ଫେରୁଥିବା ପ୍ରବାସୀ ଓଡ଼ିଆଙ୍କୁ ନେଇ ଚିନ୍ତା ବଢ଼ିଛି। ଏଭଳି ସ୍ଥିତିରେ ଫେରୁଥିବା ଏହି ଓଡ଼ିଆଙ୍କୁ ତତ୍‌କ୍ଷଣାତ୍‌ କ୍ବାରାଣ୍ଟାଇନ୍‌ ସେଣ୍ଟରରେ ନେଇ ରଖି ବାହାରକୁ ନ ଛାଡ଼ିବା ଲାଗି ଅଞ୍ଚଳର ଲୋକେ ଦାବି କରୁଥିବା ବେଳେ ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ବ୍ଲକ ପ୍ରଶାସନ ଏଥିପ୍ରତି ଗୁରୁତ୍ୱ ଦେଉ ନଥିବା ଭଳି ଅଭିଯୋଗ ହେଉଛି। ଏହାକୁ ନେଇ ଅଞ୍ଚଳବାସୀଙ୍କ ମଧ୍ୟରେ ତୀବ୍ର ଅସନ୍ତୋଷ ପ୍ରକାଶ ପାଇଛି। ଯାହାକି ରବିବାର ରାତି ୧୧ଟାରୁ ସୁରଟରୁ ଏକ ବସ୍‌ ୪ ଶିଶୁ, ୪ ମହିଳାଙ୍କ ସମେତ ୫୬ ଜଣଙ୍କୁ ନେଇ ପୁରୁଷୋତ୍ତମପୁରରେ ପହଞ୍ଚିଥିଲା। ମାତ୍ର ଏମାନଙ୍କୁ ନେଇ କ୍ୱାରାଣ୍ଟାଇନ୍‌ ସେଣ୍ଟରରେ ରଖିବା ଲାଗି ବ୍ଲକ ପ୍ରଶାସନର ଆଦୌ ଦେଖା ମିଳି ନ ଥିଲା। ଫଳରେ ବସ୍‌ରେ ଦୀର୍ଘ ସମୟ ଭୋକ ଉପାସରେ ରହିବା ପରେ ଲୋକେ ବାହାରକୁ ଚାଲି ଆସିଥିଲେ। ଏହା ଦେଖି ସ୍ଥାନୀୟ ଲୋକେ ତହସିଲଦାର ଅରୁଣ କୁମାର ନାୟକଙ୍କୁ ଜଣାଇଥିଲେ। ମାତ୍ର ବ୍ଲକ ପ୍ରଶାସନର ଦେଖା ମିଳି ନ ଥିଲା। ସ୍ଥାନୀୟ ଲୋକେ, ତହସିଲଦାର ଓ ଥାନାଧିକାରୀ ଜଗନ୍ନାଥ ମଲ୍ଲିକ କିଛି ଶୁଖିଲା ଖାଦ୍ୟ,ପାଣି ଯୋଗାଇବା ସହ ସୁରକ୍ଷା ଦେଇ ସହର ଉପକଣ୍ଠ ରାସ୍ତା ପାର୍ଶ୍ୱରେ ରଖି ସୋମବାର ସକାଳେ ପ୍ରତାପୁର କ୍ବାରାଣ୍ଟାଇନ୍‌ ସେଣ୍ଟରକୁ ନେଇଥିଲେ। ସେହିପରି ସୋମବାର ସକାଳେ ବିଭିନ୍ନ ଗାଡ଼ିରେ ପୁରୁଷୋତ୍ତମପୁର ବ୍ଲକକୁ ଆସିଥିବା ବ୍ୟକ୍ତିମାନଙ୍କୁ ବ୍ଲକ ପ୍ରଶାସନ ପକ୍ଷରୁ କ୍ୱାରାଣ୍ଟାଇନ୍‌ ସେଣ୍ଟରକୁ ନେବା ଲାଗି ଜରୁରୀ ପଦକ୍ଷେପ ନିଆଯାଉ ନ ଥିବାରୁ ସହର ମଧ୍ୟରେ ଗାଡ଼ିଗୁଡ଼ିକ ଘଣ୍ଟା ଘଣ୍ଟା ଧରି ଠିଆ ହୋଇରହୁଛି। ଫଳରେ ଲୋକେ ଗାଡ଼ିରୁ ଓହ୍ଲାଇ ବିଭିନ୍ନ ଦୋକାନରୁ କିଣି ଖାଉଛନ୍ତି। ଏନେଇ ସ୍ଥାନୀୟ ଅଞ୍ଚଳରେ ତୀବ୍ର ପ୍ରତିକ୍ରିୟା ପ୍ରକାଶ ପାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଗଞ୍ଜେଇ ଚାଲାଣ କରୁଥିବା ଦୁଇ ମହିଳାଙ୍କୁ ୧୦ ବର୍ଷ ଜେଲ

ବ୍ରହ୍ମପୁର,୨୬।୪(ସୁବାସ ଚନ୍ଦ୍ର ପାଢ଼ୀ): ବ୍ରହ୍ମପୁର ଅତିରିକ୍ତ ଜିଲା ଦୌରା ଜଜ(ଏଡିଜେ)- ୧ ଡ଼.ଇନ୍ଦୁ ଶର୍ମା ଶୁକ୍ରବାର ଏକ ଗଞ୍ଜେଇ ଚାଲାଣ ମାମଲାର ଚୂଡ଼ାନ୍ତ ରାୟ ପ୍ରକାଶ...

ଧର୍ମେନ୍ଦ୍ରଙ୍କୁ ପାଣ୍ଡିଆନଙ୍କ ଡାଇରେକ୍ଟ ଆଟାକ୍‌, କହିଲେ…

ଭୁବନେଶ୍ୱର,୨୬।୪: ଉମରକୋଟ ଓ ଝରିଗାଁରେ ଜୋରଦାର ପ୍ରଚାର କରିଛନ୍ତି ବିଜୁ ଜନତା ଦଳର ନେତା କାର୍ତ୍ତିକ ପାଣ୍ଡିଆନ । ନବରଙ୍ଗପୁର ଲୋକ ସଭା ନିର୍ବାଚନ ମଣ୍ଡଳୀର...

ଜଙ୍ଗଲରେ ନିଆଁ ଲଗାଇ କରୁଥିଲେ ବନ୍ୟଜନ୍ତୁ ଶିକାର: ମାଡ଼ିବସିଲା ବନ ବିଭାଗ

ଦାରିଙ୍ଗବାଡି,୨୬।୪(ଅରୁଣ ସାହୁ): ଜଙ୍ଗଲରେ ନିଆଁ ଲଗାଇ ଧ୍ବଂସ କରିବା ଏବଂ ଗରମରେ ବନ୍ୟଜନ୍ତୁ ଆଉଟୁପାଉଟୁ ହୋଇ ପାଣି ପିଇବାକୁ ଆସିବା ବେଳେ ଶିକାର କରୁଥିବା ୩ଜଣ...

ସାନଖେମୁଣ୍ଡି ବିଧାନସଭା ପାଇଁ ନାମାଙ୍କନ ପତ୍ର ଦାଖଲ କଲେ ବିଜେଡି ପ୍ରାର୍ଥିନୀ ସୁଶ୍ରୀ

ଛତ୍ରପୁର ୨୬। ୪ (ଦିଲ୍ଲୀପ କୁମାର ସାମଲ) : ଗଞ୍ଜାମ ଜିଲାରେ ଦ୍ୱିତୀୟ ପର୍ଯ୍ୟାୟ ନିର୍ବାଚନ ଲାଗି ଆଜିଠାରୁ ନାମଙ୍କନ ପତ୍ର ଦାଖଲ ପ୍ରକ୍ରିୟା ଆରମ୍ଭ...

ଶ୍ରୀସନ୍ନ୍ୟାସୀ ଜୀଙ୍କୁ ରାଜ୍ୟସ୍ତରୀୟ ଆଧ୍ୟାତ୍ମିକ ପ୍ରବକ୍ତା ସମ୍ମାନ

କଟକ,୨୬ା୪: କଟକ ମହାନଗର ନିଗମର ୫୮ ନମ୍ବର ଓ୍ବାର୍ଡ ଅନ୍ତର୍ଗତ ପ୍ରତାପନଗରୀସ୍ଥିତ ମା’ ଧାକୁଲେଇଙ୍କ ପୀଠରେ ଗୁରୁବାର ଓଡ଼ିଶାର ପ୍ରସିଦ୍ଧ ବାଣଯାତ୍ରା ଅନୁଷ୍ଠିତ ହୋଇଯାଇଛି। ଯାତ୍ରା...

ସରିଲା ନାମାଙ୍କନ: ବିଧାନସଭା ପାଇଁ ନୂଆପଡ଼ାରେ ୯, ଖଡ଼ିଆଳରେ ୬ ପ୍ରାର୍ଥୀ

ନୂଆପଡ଼ା,୨୬ା୪(ମକାରୁ ବେମାଲ): ନାମାଙ୍କନର ଶେଷ ଦିନରେ ନୂଆପଡ଼ା ଏବଂ ଖଡିଆଳ ନିର୍ବାଚନ ମଣ୍ଡଳୀର ୪ ବିଧାୟକ ପ୍ରାର୍ଥୀ ନାମାଙ୍କନ ପତ୍ର ଦାଖଲ କରିଛନ୍ତି। ନୂଆପଡା ନିର୍ବାଚନ...

ଗାଁକୁ ଆସିପାରିଲା ନି ଆମ୍ବୁଲାନ୍ସ: ଖଟିଆରେ ବୁହାହେଲେ ଗର୍ଭବତୀ

ବାଲେଶ୍ୱର,(ମାନସ ବିଶ୍ୱାଳ)୨୬।୪: ବାଲେଶ୍ୱର ଜିଲା ସୋର ବ୍ଲକ ଅନନ୍ତପୁର ପଞ୍ଚାୟତରେ ସ୍ବାଧୀନତାର ୭୭ ବର୍ଷ ପରେ ମଧ୍ୟ ଗର୍ଭବତୀ ମହିଳାଙ୍କୁ ହସ୍ପିଟାଲ ଯିବା ପାଇଁ ଖଟିଆର...

ଏପଟେ ଜଙ୍ଗଲ ନିଆଁ ଉତ୍ତାପକୁ କରୁଛି ଦ୍ୱିଗୁଣିତ, ସେପଟେ ବିଦ୍ୟୁତ୍‌କାଟ୍‌ ଘୋଷଣା

ଦାରିଙ୍ଗବାଡ଼ି,୨୬ା୪(ଅରୁଣ): କନ୍ଧମାଳ ଜିଲାରେ ଭଞ୍ଜନଗରଠାରୁ ଫୁଲବାଣୀକୁ ଆସିଥିବା ଓଡ଼ିଶା ବିଦ୍ୟୁତ୍‌ ଶକ୍ତି ପରିବହନ ନିଗମ ଲିମିଟେଡ୍‌ (ଓପିଟିସିଏଲ୍‌) ଅଧୀନସ୍ଥ ୧୩୨ କେଭି ଲାଇନର ବାର୍ଷିକ ରକ୍ଷଣାବେକ୍ଷଣ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri