ସୁରଟ ଫେରନ୍ତାଙ୍କୁ ନେଇ ଗଞ୍ଜାମ ଆତଙ୍କିତ

ବ୍ରହ୍ମପୁର ଅଫିସ,୧୦ା୫- ବିଶ୍ୱରେ କରୋନା ଏବେ ଆତଙ୍କ ସୃଷ୍ଟି କରିଛି। ଏହାକୁ ନେଇ ଲୋକେ ଭୟଭୀତ ହେବା ସହ ଆଶା ଆଶଙ୍କାରେ ଦିନ କାଟୁଛନ୍ତି। ଏହି ଧାରାରେ ଓଡ଼ିଶାରେ କରୋନା ସଂକ୍ରମଣ ବୃଦ୍ଧି ପାଉଥିବା ବେଳେ ଗ୍ରୀନ୍‌ଜୋନରେ ଥିବା ଗଞ୍ଜାମ ଜିଲାରେ ଆକ୍ରାନ୍ତଙ୍କ ସଂଖ୍ୟା ଦିନକୁ ଦିନ ବୃଦ୍ଧି ପାଇବାରୁ ରେଡ୍‌ଜୋନ ଭାବେ ଘୋଷଣା କରାଯାଇଛି। ଏବେ ଗଞ୍ଜାମ ସ୍ଥିତି ଦିନକୁ ଦିନ ସାଙ୍ଘାତିକ ହେବାରେ ଲାଗିଛି। ସୁରାଟ ଫେରନ୍ତା ଜିଲାବାସୀଙ୍କ ଚିନ୍ତା ବଢାଇଛିନ୍ତି। ଏପ୍ରିଲ ୨୯ରୁ ସୁରଟ ଫେରାନ୍ତା ଜିଲାରେ ପହଞ୍ଚିବା ଆରମ୍ଭ କରିଥିଲେ। ମେ ୩ରେ ଜିଲାରେ ପ୍ରଥମେ ୨ ଜଣ କରୋନା ସଂକ୍ରମିତ ଚିହ୍ନଟ ହୋଇଥିବା ରିପୋର୍ଟ ମିଳିଥିବା ବେଳେ ୫ ରେ ଜଣେ ଓ ୬ରେ ଜଣେ ଲେଖାଏ ଚିହ୍ନଟ ହୋଇଥିଲେ। ସେହିପରି ୭ ରେ ୨୪ ଜଣ, ୮ରେ ୪୩ ଜଣ, ୯ରେ ୧୮ ଜଣ ଚିହ୍ନଟ ହୋଇଥିବା ସ୍ବାସ୍ଥ୍ୟ ବିଭାଗ ୱେବ୍‌ସାଇଟରେ ଉଲ୍ଲେଖ ରହିଛି। ଏହିପରି ସଂଖ୍ୟା ୮୯ରେ ପହଞ୍ଚଛି। ଏମାନଙ୍କ ମଧ୍ୟରୁ ଜଣେ କେରଳରୁ ଫେରିଥିବା ବେଳେ ଅନ୍ୟ ୮୮ଜଣ ସୁରଟ ଫେରନ୍ତା ବୋଲି ଜଣାପଡିଛି। ଅନ୍ୟପଟେ ସୁରଟରୁ ଫେରୁଥିବା ଲୋକଙ୍କୁ ନେଇ ଜିଲାବାସୀଙ୍କ ଚିନ୍ତା ବଢିଛି। ଫଳରେ ଜିଲାର ସ୍ଥିତି ଏବେ ଅସମ୍ଭାଳ ହୋଇପଡିଛି।
ଗଞ୍ଜାମ ଜିଲାକୁ ଏହା ଭିତରେ ହଜାର ହଜାର ଶ୍ରମିକ ଫେରିଛନ୍ତି। ଯାହାକି ଆଗାମୀ ଦିନରେ ଅଧିକ ଭୟଙ୍କର ପରିସ୍ଥିତି ସୃଷ୍ଟି କରିବ ବୋଲି ଆଶଙ୍କା କରାଯାଉଛି। ଗଞ୍ଜାମ ଜିଲାକୁ ଆସିଥିବା ୩୦ ହଜାରରୁ ଅଧିକ ସୁରଟ ଫେରନ୍ତାଙ୍କ ନମୁନା ପରୀକ୍ଷା କରିବାର ଆବଶ୍ୟକ ରହିଛି। ଏପରିକି ସଂଗରୋଧ କେନ୍ଦ୍ର ଅଞ୍ଚଳକୁ ସମ୍ପୂର୍ଣ୍ଣ ଭାବେ ସଟ୍‌ଡାଉନ୍‌ କରାଯାଉ ବୋଲି ଏମ୍‌କେସିଜି ମେଡିକାଲ ଅଧୀକ୍ଷକ ପ୍ରଫେସର ଡାକ୍ତର ସନ୍ତୋଷ କୁମାର ମିଶ୍ର ସୂଚନା ଦେଇଛନ୍ତି। ସେହିପରି ବହୁ ଲୋକ ବସ୍‌ରେ ମଧ୍ୟ ଆସିଛନ୍ତି। ସେମାନେ ସେଥିରେ ସାମାଜିକ ଦୂରତା ରକ୍ଷା କରିନାହାନ୍ତି। ସେମାନେ ମିଳିମିଶି କରି ଯାତ୍ରା କରିଥିବାରୁ ସେମାନଙ୍କ ଫୋମାଇଟ ଓ ଡ୍ରପ୍‌ଲେଟ ଜନିତ ସଂକ୍ରମଣ ଆଶଙ୍କା ଅଧିକ ରହିଛି ବୋଲି ସେ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ବଜ୍ରକୋଟ ଗ୍ରାମ ନିକଟରେ କଲରାପତରିଆ ବାଘଛୁଆର ମୃତଦେହ: ଘଟଣାସ୍ଥଳରେ ଡିଏଫ୍ଓ…

ଭଞ୍ଜନଗର,୧୮।୨(ବାବୁଲା ପ୍ରଧାନ)- ଗଞ୍ଜାମ ଜିଲା ଭଞ୍ଜନଗର ଘୁମୁସର ଉତ୍ତର ବନଖଣ୍ଡ ମୁଜାଗଡ ରେଞ୍ଜ ବଜ୍ରକୋଟ ଗ୍ରାମ ନିକଟରେ ବୁଧବାର ସନ୍ଧ୍ୟାରେ ଏକ କଲରାପତରିଆ ବାଘ ଛୁଆ ମରି…

ଗଞ୍ଜାମ ପୋଲିସ ଜିଲା ହାବିଲଦାର-କନଷ୍ଟେବଳ ସଂଘ ନିର୍ବାଚନ: ପୁଣି ସଭାପତି ହେଲେ ଗୋରାଚାନ୍ଦ, ସମ୍ପାଦକ ହେଲେ ସୁବାଷ

ଛତ୍ରପୁର,୧୮।୨(ଦିଲୀପ ସାମଲ): ଗଞ୍ଜାମ ପୋଲିସ ଜିଲା ହାବିଲଦାର ଓ କନଷ୍ଟେବଳ ସଂଘର କର୍ମକର୍ତ୍ତା ନିର୍ବାଚନର ବୁଧବାର ଗଣତି ସହିତ ଫଳାଫଳ ଘୋଷଣା ହୋଇଯାଇଛି। ପୁଣି ନିର୍ବାଚନରେ ଗୋରାଚାନ୍ଦ…

ଭୁତପ୍ରେତ ଭୟରେ ମାରୀଗୁଡା ଗ୍ରାମବାସୀ: ରାତିରେ ଶୁଭୁଛି ବିକଟାଳ ଶବ୍ଦ, ଲୋକଙ୍କ ଘରେ ଚୁଲି ଜଳୁନି

ରାୟଗଡା, ୧୮।୨(ଆଶିଷ ରଞ୍ଜନ ପଣ୍ଡା)- ଦକ୍ଷିଣ ଓଡିଶାର ଉପାନ୍ତ ରାୟଗଡା ଜିଲ୍ଲାର ଗ୍ରାମାଞ୍ଚଳରେ ଏବେ ବି ଭରି ରହିଛି ଅନ୍ଧବିଶ୍ବାସ । ଭୂତପ୍ରେତକୁ ନେଇ ଆଜି ମଧ୍ୟ…

ମାର୍ଚ୍ଚ ୧୦ରୁ ମା’ ତାରାତାରିଣୀଙ୍କ ଚୈତ୍ର ପର୍ବ: ପ୍ରାକ୍‌ ପ୍ରସ୍ତୁତିକୁ ତ୍ୱରାନ୍ବିତ କରିବାକୁ…

ଛତ୍ରପୁର, ୧୮ା୨(ଦିଲୀପ ସାମଲ)- ଚଳିତବର୍ଷ ମାର୍ଚ୍ଚ ମାସ ୧୦ ତାରିଖରୁ ଗଞ୍ଜାମର ଅଧିଷ୍ଠାତ୍ରୀ ଦେବୀ ମା’ ତାରାତାରିଣୀଙ୍କ ଚୈତ୍ର ପର୍ବ ଆରମ୍ଭ ହେବ। ଗଞ୍ଜାମ ଜିଲାପାଳ ଭି.କୀର୍ତ୍ତି…

ମହତ୍ କାମ: ବାଲୁଙ୍କୀ ଦାଶ ସ୍ମୃତି ପାଠାଗାର ଜମିକୁ ଜିଲା ପ୍ରଶାସନକୁ ହସ୍ତାନ୍ତରଣ କଲେ…

ବରଗଡ଼,୧୮।୨(ପ୍ରେମାନନ୍ଦ ଖମାରୀ) – ବରଗଡ଼ ଅଗ୍ରଗାମୀ ଯୁବକ ସଂଘ ଅଧିନରେ ରହିଥିବା ସ୍ଥାନୀୟ ସରକାରୀ ଡ଼ାକ୍ତରଖାନା ସମ୍ମୁଖସ୍ଥ ବାଲୁଙ୍କୀ ଦାଶ ସ୍କୃତି ପାଠାଗାର ଜମିକୁ ବୁଧବାର ଜିଲା…

ଏପ୍ରିଲ ୨୬ରୁ ଭଞ୍ଜନଗର ଠାକୁରାଣୀ ଯାତ୍ରା: ମାର୍ଚ୍ଚ ୧୧ରେ ଶୁଭଖୁଣ୍ଟି ସ୍ଥାପନ,ମେ’ ୨୦ରେ…

ଭଞ୍ଜନଗର,୧୮।୨(ବାବୁଲା ପ୍ରଧାନ)-ଗଞ୍ଜାମ ଜିଲା ଭଞ୍ଜନଗର ଐତିହାସିକ ଠାକୁରାଣୀ ଯାତ୍ରାର ପ୍ରସ୍ତୁତି ବୈଠକ ବୁଧବାର ସନ୍ଧ୍ୟାରେ ସ୍ଥାନୀୟ ରଘୁନାଥ ମନ୍ଦିର ପରିସରରେ ଅନୁଷ୍ଠିତ ହୋଇଯାଇଛି। ସଭାପତି ରାଜେନ୍ଦ୍ର ବିଷୋୟୀ…

ଗ୍ଲୋକାଲ ବାଇପାସ ନିକଟରେ ଦୁର୍ଘଟଣା, ଘଟଣାସ୍ଥଳରେ ଚାଲିଗଲା ଜଣଙ୍କର ଜୀବନ

ଜୟପୁର,୧୮।୨(ପବନ ପାଣିଗ୍ରାହୀ): ଜୟପୁର ଗ୍ଲୋକାଲ ହସପିଟାଲ ବାଇପାସ ରୋଡ ନିକଟରେ ଏକ ବାଇକ ଧକ୍କାରେ ଘଟଣାସ୍ଥଳରେ ଜଣେ ଯୁବକଙ୍କର ମୃତ୍ୟୁ ହୋଇଛି । ଅନ୍ୟଜଣେ ଗୁରୁତର ଅବସ୍ଥାରେ…

ବଲାଙ୍ଗୀର: ଭଡ଼ା ଘରେ ଚାଲିଥିଲା ସେକ୍ସ ରାକେଟ, ଚଢ଼ାଉ କରି ୨ ଦେହଜୀବିଙ୍କ ସହ ୪ ଗ୍ରାହକଙ୍କୁ…

ବଲାଙ୍ଗୀର,୧୮।୨(ସୁନୀଲ କୁମାର ମହାନ୍ତି)- ବଲାଙ୍ଗୀର ସହର ସୁଦପଡା ଗ୍ୟାସ ଗୋଦାମ ନିକଟ ଏକ ଭଡ଼ା ଘରେ ସେକ୍ସ ରାକେଟ ଠାବ ହୋଇଛି। ବିଶ୍ୱସ୍ତ ସୂତ୍ରରୁ ଖବର ପାଇ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri