ସୁରଟ ଫେରନ୍ତା ନାବାଳକଙ୍କ ମୃତ୍ୟୁ

ବ୍ରହ୍ମପୁର ଅଫିସ,୧୩ା୧୦-ସୁରଟରୁ ବ୍ରହ୍ମପୁର ଫେରୁଥିବା ଜଣେ ନାବାଳକଙ୍କର ଏମ୍‌କେସିଜିରେ ଶନିବାର ମୃତ୍ୟୁ ଘଟିଛି। ମୃତକ ହେଉଛନ୍ତି ଗଞ୍ଜାମ ଜିଲା ବଡଗଡ ଗୌଡ଼ ସାହିର ରଘୁନାଥ ଗୌଡ଼ଙ୍କ ପୁଅ କୃଷ୍ଣ (୧୬)। ମେଡିକାଲ ଫାଣ୍ଡି ପୋଲିସ ମୃତଦେହ ଜବତ କରି ନଂ.୫୩୪/୧୯ରେ ଏକ ଅପମୃତ୍ୟୁ ମାମଲା ରୁଜୁ କରିଛି। ପ୍ରକାଶଯେ, ବଡଗଡର ରଘୁନାଥ ସୁରଟର ଏକ କପଡା କମ୍ପାନୀରେ କାମ କରୁଥିଲେ। ଗତ ୬ ମାସ ତଳେ କୃଷ୍ଣ ବାପା ରଘୁନାଥଙ୍କ ସହ ସୁରଟ ଯାଇଥିଲେ। କିଛିଦିନ ତଳେ କୃଷ୍ଣ ସେଠାରେ ଜ୍ୱରରେ ପୀଡିତ ହୋଇଥିଲେ। ସେଠାରେ ତାଙ୍କର ଚିକିତ୍ସା କରାଯାଇଥିଲା, କିନ୍ତୁ ସେ ସୁସ୍ଥ ନ ହେବାରୁ ପୁଅଙ୍କୁ ଧରି ରଘୁନାଥ ବ୍ରହ୍ମପୁର ଫେରିଥିଲେ। ରାସ୍ତାରେ ବିଜୟୱାଡା ନିକଟରେ କୃଷ୍ଣ ଗୁରୁତର ହୋଇ ପଡ଼ିଥିଲେ। ସେଠାରେ ରଘୁନାଥ କୃଷ୍ଣଙ୍କୁ କିଛି ଔଷଧ ଖାଇବାକୁ ଦେଇଥିଲେ। ସେମାନେ ଶନିବାର ସକାଳେ ଅହମଦାବାଦ-ପୁରୀ ଏକ୍ସପ୍ରେସରେ ବ୍ରହ୍ମ୍ମପୁରରେ ପହଞ୍ଚିଥିଲେ। ପରେ ରଘୁନାଥ ଏମ୍‌କେସିଜି ମେଡିକାଲରେ କୃଷ୍ଣଙ୍କୁ ଭର୍ତ୍ତି କରିଥିଲେ। ସେଠାରେ ଡାକ୍ତର ତାଙ୍କୁ ମୃତ ଘୋଷଣା କରିଥିଲେ। ଟ୍ରେନରେ ହିଁ କୃଷ୍ଣଙ୍କ ମୃତ୍ୟୁ ଘଟିଥିବା ସନ୍ଦେହ କରାଯାଉଛି।

 


Enter your email to get our daily news in your inbox.

All Right Reserved By Dharitri.Com

ଘୋଡ଼ାହାଡ଼ ନଦୀରେ ଗାଧୋଇବା ବେଳେ ବୃଦ୍ଧ ନିଖୋଜ: କୂଳରେ ପଡ଼ିଛି ଆଶାବାଡ଼ି, କୁମ୍ଭୀର ଭୟରେ…

ଦିଗପହଣ୍ଡି,୯|୪(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଳକ କଇଠଖଣ୍ଡି ଗ୍ରାମ ସାଉଁଟିଆ ସାହିର ହରି ସାହୁ(୮୧) ନାମକ ଜଣେ ବୃଦ୍ଧ ଗାଁ ନିକଟ ଘୋଡାହାଡ ନଦୀକୁ…

ଦଣ୍ଡନାଚ ଦେଖି ଫେରିବା ବେଳେ ବାଇକ୍ ଦୁର୍ଘଟଣା, କଲଭର୍ଟରେ ପିଟି ହୋଇ ଶ୍ରମିକ ମୃତ

ଭଞ୍ଜନଗର,୯ା୪(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ଥାନା ଅନ୍ତର୍ଗତ କୋଟିବିରାଡ଼ି ନିକଟରେ ଏକ କଲଭର୍ଟରେ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା । ବୁଧବାର ବିଳମ୍ବିତ ରାତିରେ ଏକ ବାଇକ୍…

ଓଡ଼ିଆ ପକ୍ଷ: ପାଠକଙ୍କ ମନମୋହିଲା ମହାପୁରୁଷଙ୍କ ଜୀବନିକାହାଣୀ

ପୁରୁଷୋତ୍ତମପୁର,୯ା୪(ସବିତା ମିଶ୍ର): ଓଡ଼ିଆ ପକ୍ଷ ପାଳନ ଅବସରରେ ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ଏନଏସି ପକ୍ଷରୁ ନିର୍ବାହୀଅଧିକାରୀ ସଙ୍ଗିତା ସେଠୀଙ୍କ ତତ୍ତ୍ବାବଧନରେ ଆସ ବହିଟିଏ କିଣିବା କାର୍ଯ୍ଯକ୍ରମ ଅନୁଷ୍ଠିତ…

ଶିକ୍ଷାବିଭାଗର ବିକଳ ଚିତ୍ର; ଗୋଟିଏ ଶ୍ରେଣୀ ଗୃହରେ ଚାଲିଛି ୬କ୍ଲାସ, ଫାଟକରେ ତାଲା ପକାଇ ଖରାରେ ଆନ୍ଦୋଳନ…

ଦିଗପହଣ୍ଡି,୯।୪(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ଚଷାନିମଖଣ୍ଡି ପଞ୍ଚାୟତରେ ଶିକ୍ଷା ବିଭାଗର ବିକଳ ଚିତ୍ର ଦେଖିବାକୁ ମିଳିଛି । ପଞ୍ଚାୟତ ଅଧିନ ଶ୍ୟାମସୁନ୍ଦର ପଲ୍ଲୀ…

ଭାଣିଜୀଙ୍କୁ ମାରିଦେଲେ ମାଇଁ! ପାଇଖାନାରୁ ମିଳିଲା…

ଜଗନ୍ନାଥପ୍ରସାଦ,୯।୪(ବିଭୁପ୍ରସାଦ ପଟ୍ଟନାୟକ): ଗଞ୍ଜାମ ଜିଲା ଜଗନ୍ନାଥପ୍ରସାଦ ଥାନା ଅନ୍ତର୍ଗତ ଛାମୁଣ୍ଡା ଗ୍ରାମ ଲକ୍ଷ୍ମଣ ପଲ୍ଲୀ ଗ୍ରାମର ଗଣେଶ ମହାରଣାଙ୍କ ବାରିପଟେ ଥିବା ଅସ୍ଥାୟୀ ପାଇଖାନା ଭିତରୁ ତାଙ୍କ…

ଚାଲି ଚାଲି ଯାଉଥିଲେ, ଧକ୍କା ଦେଇ ଚାଲିଗଲା ଗାଡ଼ି; ମହିଳା…

ଛତ୍ରପୁର,୮।୪(ଦିଲ୍ଲୀପ ସାମଲ):  ଗଞ୍ଜାମ ଜିଲା ଚମାଖଣ୍ଡି ଥାନା ଅଧିନ ଜାତୀୟ ରାଜପଥ ରଘୁନାଥପୁରଠାରେ ଟାଟା ଏସିଇ ଧକ୍କାରେ ଜଣେ ମହିଳା ମୃତ୍ୟୁ ହୋଇଛି । ମୃତକ ଜଣକ…

ଦିଗପହଣ୍ଡିରେ ଆଇନ ମନ୍ତ୍ରୀଙ୍କୁ ସମ୍ବର୍ଦ୍ଧନା, ଉନ୍ନତିକରଣ କାର୍ଯ୍ୟ…

ଦିଗପହଣ୍ଡି,୮।୪(ଅଶେଷ ନାଥ ମିଶ୍ର): ଦିଗପହଣ୍ଡି ଗସ୍ତରେ ମନ୍ତ୍ରୀ ପୃଥ୍ୱୀରାଜ ହରିଚନ୍ଦନ । ଗଞ୍ଜାମ ଜିଲା ଦିଗପହଣ୍ଡି ଠାରେ ବୁଧବାର ରାଜ୍ୟ ଆଇନ, ପୂର୍ତ୍ତ ଓ ଅବକାରୀ ମନ୍ତ୍ରୀ…

ଦିଗପହଣ୍ଡି ଏନଏସି କାଉନସିଲ ପକ୍ଷରୁ ପରିବର୍ଦ୍ଧିତ ସଭାରେ ଯୋଗଦେଲେ ବିଧାୟକ, ବିଦ୍ୟୁତ-ପାନୀୟ….

ଦିଗପହଣ୍ଡି,୮।୪(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ଏନଏସି କାଉନସିଲର ୨୨ ତମ ପରିବର୍ଦ୍ଧିତ ଆଲୋଚନା ସଭା ବୁଧବାର ଅନୁଷ୍ଠିତ ହୋଇଯାଇଛି । କାର୍ଯ୍ୟାଳୟ ସମ୍ମିଳନୀ କକ୍ଷରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri