Posted inଖେଳ

ସୁଲତାନ ଜୋହର କପ୍‌ ହକି: ବିଜୟରୁ ଭାରତର ଅଭିଯାନ

ଜୋହର ବାହରୁ, ୧୩।୧୦(ପି.ଟି.) – ଏଠାରେ ଶନିବାରଠାରୁ ଆରମ୍ଭ ହୋଇଥିବା ନବମ ସୁଲତାନ ଜୋହର ବାହରୁ କପ୍‌ରେ ଭାରତୀୟ ଜୁନିୟର ଦଳ ବିଜୟରୁ ଅଭିଯାନ ଆରମ୍ଭ କରିଛି। ଉଦ୍‌ଘାଟନୀ ମ୍ୟାଚ୍‌ରେ ଭାରତ ଓ ଆୟୋଜକ ମାଲେସିଆ ପରସ୍ପରକୁ ଭେଟିଥିଲେ। ଏହି ମ୍ୟାଚ୍‌ରେ ଭାରତ ୪-୨ ଗୋଲରେ ମାଲେସିଆକୁ ହରାଇଛି। ଭାରତ ତରଫରୁ ଓଡ଼ିଶାର ପ୍ରତାପ ଲାକ୍ରା ୧୯ ଓ ୩୩ତମ ମିନିଟ୍‌ରେ ଦୁଇଟି ଗୋଲ ସ୍କୋର କରିଥିଲେ। ସେହିପରି ଅନ୍ୟତମ ଓଡ଼ିଆ ଖେଳାଳି ଶିଳାନନ୍ଦ ଲାକ୍ରା ୩୯ତମ ମିନିଟ୍‌ରେ ଗୋଟିଏ ଗୋଲ ଦେଇଥିଲେ। ଉତ୍ତମ ସିଂ ୬୦ତମ ମିନିଟ୍‌ରେ ଭାରତ ପାଇଁ ଅନ୍ତିମ ଗୋଲ ସ୍କୋର କରିଥିଲେ।
ଅପରପକ୍ଷରେ ମାଲେସିଆ ତରଫରୁ ଅଷ୍ଟମ ମିନିଟ୍‌ରେ ମହମ୍ମଦ ହାସନ ଗୋଲ ଦେଇ ଦଳକୁ ଅଗ୍ରଣୀ କରାଇଥିଲେ। ଏହାର ଗୋଟିଏ ମିନିଟ ପରେ ମୁହମ୍ମଦ ଜାଇନୁଦ୍ଦିନ ଗୋଲ ଦେଇ ଦଳକୁ ୨-୦ରେ ଅଗ୍ରଣୀ କରାଇଥିଲେ। ଦୁଇଟି ଗୋଲ ବରଣ କରି ପଛରେଥିଲେ ମଧ୍ୟ ଭାରତ ପରେ ପ୍ରତ୍ୟାବର୍ତ୍ତନ କରିଥିଲା। ପ୍ରଥମ କ୍ୱାର୍ଟରରେ ମାଲେସିଆ ପ୍ରଭାବ ବିସ୍ତାର କରି ଖେଳିଥିଲା। ତେବେ ଦ୍ୱିତୀୟ କ୍ୱାର୍ଟରରେ ଭାରତ ପ୍ରତ୍ୟାବର୍ତ୍ତନ କରିଥିଲା। ପ୍ରଥମାର୍ଦ୍ଧ ଶେଷସୁଦ୍ଧା ମାଲେସିଆ ୨-୧ରେ ଅଗ୍ରଣୀ ରହିଥିଲା। ତେବେ ତୃତୀୟ ଓ ଚତୁର୍ଥ କ୍ୱାର୍ଟରରେ ଭାରତ ଆକ୍ରମଣାତ୍ମକ ଖେଳ ପ୍ରଦର୍ଶନ କରି ଗୋଟିଏ ପରେ ଗୋଟିଏ ଗୋଲ ଦେଇ ମ୍ୟାଚକୁ ହାତେଇ ନେଇଥିଲା। ଭାରତୀୟ ଜୁନିୟର ଦଳ ତା’ର ପରବର୍ତ୍ତୀ ରାଉଣ୍ଡ ରବିନ ମ୍ୟାଚ୍‌ରେ ରବିବାର ନ୍ୟୁଜିଲାଣ୍ଡକୁ ଭେଟିବ।


Enter your email to get our daily news in your inbox.

All Right Reserved By Dharitri.Com

Posted inଖେଳ View All

ଗୁଜରାଟକୁ ହରାଇ ରାଜସ୍ଥାନର ଦ୍ୱିତୀୟ ବିଜୟ

ଅହମଦାବାଦ,୪ା୪: ଯଶସ୍ୱି ଜୟସ୍ୱାଲ ଓ ଧ୍ରୁବ ଜୁରେଲଙ୍କ ଅର୍ଦ୍ଧଶତକ ପରେ ରବି ବିଷ୍ଣୋଇଙ୍କ ୪ ଉଇକେଟ ସଫଳତା ଯୋଗୁ ରାଜସ୍ଥାନ ରୟାଲ୍ସ ୬ ରନରେ ଗୁଜରାଟ ଟାଇଟନ୍ସକୁ…

ମୁମ୍ୱାଇକୁ ହରାଇଲା ଦିଲ୍ଲୀ

ନୂଆଦିଲ୍ଲୀ,୪ା୪: ସମୀର ରିଜ୍‌ଭୀଙ୍କ ବିସ୍ଫୋରକ ବ୍ୟାଟିଂ ବଳରେ ଦିଲ୍ଲୀ କ୍ୟାପିଟାଲ୍ସ (ଡିସି) ଶନିବାର ଅପରାହ୍ନରେ ଖେଳାଯାଇଥିବା ଆଇପିଏଲ୍‌ ମ୍ୟାଚ୍‌ରେ ମୁମ୍ୱାଇ ଇଣ୍ଡିଆନ୍ସ (ଏମ୍‌ଆଇ)କୁ ୬ ଉଇକେଟରେ ପରାସ୍ତ…

ଶ୍ରେୟଶଙ୍କୁ ୨୪ ଲକ୍ଷ ଟଙ୍କା ଜରିମାନା

ଚେନ୍ନାଇ, ୪ା୪: ସ୍ଥାନୀୟ ଏମ୍‌.ଏ. ଚିଦାମ୍ୱରମ ଷ୍ଟାଡିୟମରେ ଚେନ୍ନାଇ ସୁପର କିଙ୍ଗ୍ସ ବିପକ୍ଷ ଆଇପିଏଲ୍‌ ମ୍ୟାଚରେ ଏକ ସ୍ଲୋ-ଓଭର ରେଟ୍‌ ପାଇଁ ପଞ୍ଜାବ କିଙ୍ଗ୍ସ ଅଧିନାୟକ ଶ୍ରେୟସ…

ସିଏସ୍‌କେ ପରାଜୟର କାରଣ କହିଲେ ଗାଭାସ୍କର

ଚେନ୍ନାଇ,୪ା୪: ଭାରତର କିମ୍ୱଦନ୍ତୀ କ୍ରିକେଟର ସୁନୀଲ ଗାଭାସ୍କରଙ୍କ ମତରେ ୫ ଥରର ଚାମ୍ପିୟନ ଚେନ୍ନାଇ ସୁପର କିଙ୍ଗ୍ସ (ସିଏସ୍‌କେ) ପାଇଁ ସେମାନଙ୍କର ବୋଲିଂ ସବୁଠୁ ବଡ଼ ସମସ୍ୟା।…

IPL 2026: ସିଜନ ମଧ୍ୟ ଭାଗରୁ ଘରକୁ ଫରିଲେ ଏହି ଖେଳାଳି, ବଢିଲା SRHର ଟେନସନ!

ନୂଆଦିଲ୍ଲୀ,୪।୪: IPL 2026 ଆରମ୍ଭ ହେବାର ମାତ୍ର କିଛି ଦିନ ହୋଇଛି। ଦଳଗୁଡ଼ିକ ଏପର୍ଯ୍ୟନ୍ତ ସମ୍ପୂର୍ଣ୍ଣ ଲୟ ପାଇ ନଥିବା ବେଳେ, ଗୋଟିଏ ଫ୍ରାଞ୍ଚାଇଜ ପୂର୍ବରୁ ଏକ…

ଗୋଟିଏ IPL ମ୍ୟାଚ୍‌ ଖେଳିବାକୁ କେତେ ଟଙ୍କା ନିଅନ୍ତି ବିରାଟ କୋହଲି: ଜାଣିଲେ ଉଡିଯିବ ହୋଶ୍‌

ନୂଆଦିଲ୍ଲୀ,୪।୪: IPL ହେଉଛି ବିଶ୍ୱର ସବୁଠାରୁ ବଡ଼ କ୍ରୀଡା ଲିଗ ମଧ୍ୟରୁ ଗୋଟିଏ। ସାରା ବିଶ୍ୱରେ ଲକ୍ଷ ଲକ୍ଷ ଲୋକ ପ୍ରତିଦିନ ଇଣ୍ଡିଆନ ପ୍ରିମିୟର ଲିଗ ମ୍ୟାଚ…

ମାତ୍ର ୧୧ ବଲ୍‌ରେ ବାଜି ପଲଟାଇ ଦେଲେ ଶିକ୍ଷକଙ୍କ ପୁଅ: ରାତାରାତି ପାଲଟିଲେ ସୁପରଷ୍ଟାର

ନୂଆଦିଲ୍ଲୀ,୪।୪: ଆଇପିଏଲରେ ଅଜଣା ଏବଂ ନୂତନ ଖେଳାଳିମାନେ ସୁପରଷ୍ଟାର ମାନ୍ୟତା ହାସଲ କରିପାରିବେ। ଚେନ୍ନାଇ ସୁପର କିଙ୍ଗ୍ସ (ସିଏସକେ) ଏବଂ ପଞ୍ଜାବ କିଙ୍ଗ୍ସ (ପିବିକେଏସ) ମଧ୍ୟରେ ଆଇପିଏଲ…

RCBକୁ ପଛରେ ପକାଇ ମହାରେକର୍ଡ କଲା ଚେନ୍ନାଇ ସୁପର୍‌ କିଙ୍ଗ୍ସ: ପ୍ରଥମ ଦଳ ଭାବେ…

ନୂଆଦିଲ୍ଲୀ,୪।୪: ଚେନ୍ନାଇ ସୁପର କିଙ୍ଗସ IPLରେ ଏପରି ଏକ ସଫଳତା ହାସଲ କରିଛି ଯାହା ପୂର୍ବରୁ ଅନ୍ୟ କୌଣସି ଦଳ କରିପାରି ନାହିଁ। ଚେନ୍ନାଇ ଏବେ ଇଣ୍ଡିଆନ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri