Posted inଖେଳ

ସୁଲତାନ ଜୋହର କପ୍‌ ହକି: ଭାରତର କ୍ରମାଗତ ଦ୍ୱିତୀୟ ବିଜୟ ନ୍ୟୁଜିଲାଣ୍ଡ ୮-୨ ଗୋଲ୍‌ରେ ପରାସ୍ତ

ଜୋହର ବାହରୁ,୧୩।୧୦(ପି.ଟି.)- ଏଠାରେ ଚାଲିଥିବା ସୁଲତାନ ଜୋହାର କପ୍‌ ହକି ଟୁର୍ନାମେଣ୍ଟରେ ଭାରତୀୟ ଜୁନିୟର ଦଳ କ୍ରମାଗତ ଦ୍ୱିତୀୟ ବିଜୟ ହାସଲ କରିଛି। ଶନିବାର ପ୍ରଥମ ମ୍ୟାଚ୍‌ରେ ଭାରତ ଆୟୋଜକ ମାଲେସିଆକୁ ୪-୨ ଗୋଲରେ ହରାଇ ଅଭିଯାନ ଆରମ୍ଭ କରିଥିଲା। ରବିବାର ଭାରତ ତା’ର ଦ୍ୱିତୀୟ ମ୍ୟାଚ୍‌ରେ ଜବରଦସ୍ତ ଖେଳ ପ୍ରଦର୍ଶନ କରି ନ୍ୟୁଜିଲାଣ୍ଡକୁ ୮-୨ ଗୋଲରେ ହରାଇଛି। ଭାରତ ତରଫରୁ ସଞ୍ଜୟ ଦୁଇଟି ଗୋଲ ସ୍କୋର କରିଥିଲେ। ସଞ୍ଜୟ ୧୭ ଓ ୨୨ତମ ମିନିଟ୍‌ରେ ଦୁଇଟି ଗୋଲ ସ୍କୋର କରିଥିଲେ। ତେବେ ଦିଲପ୍ରୀତ ସିଂ ଷଷ୍ଠ ମିନିଟ୍‌ରେ ପ୍ରଥମ ଗୋଲ ଦେଇ ଭାରତ ପାଇଁ ଖାତା ଖୋଲିଥିଲେ। ସେହପରି ଓଡ଼ିଆ ତାରକା ଶିଳାନନ୍ଦ ଲାକ୍ରା ୧୪ତମ ମିନିଟ୍‌ରେ ଗୋଲ ଦେଇଥିବା ବେଳେ ଅଧିନାୟକ ମନଦୀପ ମୋର ୨୨ତମ ମିନିଟ୍‌ ସ୍କୋର କରିଥିଲେ। ଅନ୍ୟତମ ଓଡ଼ିଆ ଖେଳାଳି ସୁମନ ବେକ୍‌ ଓ ସୁଦୀପ ଚିର୍ମାକୋ ଯଥାକ୍ରମେ ୪୫ ଓ ୫୧ତମ ମିନିଟ୍‌ ଗୋଲ ସ୍କୋର କରିଥିଲେ। ତେବେ ନ୍ୟୁଜିଲାଣ୍ଡ ପାଇଁ ଡାଇଲାନ ଥୋମାସ ୨୮ ଓ ୪୪ତମ ମିନିଟରେ ଦୁଇଟି ଗୋଲ ସ୍କୋର କରି ପରାଜୟ ବ୍ୟବଧାନ କାମାଇଥିଲେ। ମଙ୍ଗଳବାର ଭାରତ ତା’ର ପରବର୍ତ୍ତୀ ରାଉଣ୍ଡ ରବିନ୍‌ ପର୍ଯ୍ୟାୟ ମ୍ୟାଚ୍‌ରେ ଜାପାନକୁ ଭେଟିବ। ସାରା ମ୍ୟାଚ୍‌ରେ ଭାରତୀୟ ଖେଳାଳିମାନେ ପ୍ରଭାବ ବିସ୍ତାର କରି ଖେଳିଥିଲା। ଭାରତୀୟ ଖେଳାଳିମାନେ ନ୍ୟୁଜିଲାଣ୍ଡ ଡିଫେନ୍ସ ଦୁର୍ବଳତାର ଫାଇଦା ଉଠାଇଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଗ୍ଲୋକାଲ ବାଇପାସ ନିକଟରେ ଦୁର୍ଘଟଣା, ଘଟଣାସ୍ଥଳରେ ଚାଲିଗଲା ଜଣଙ୍କର ଜୀବନ

ଜୟପୁର,୧୮।୨(ପବନ ପାଣିଗ୍ରାହୀ): ଜୟପୁର ଗ୍ଲୋକାଲ ହସପିଟାଲ ବାଇପାସ ରୋଡ ନିକଟରେ ଏକ ବାଇକ ଧକ୍କାରେ ଘଟଣାସ୍ଥଳରେ ଜଣେ ଯୁବକଙ୍କର ମୃତ୍ୟୁ ହୋଇଛି । ଅନ୍ୟଜଣେ ଗୁରୁତର ଅବସ୍ଥାରେ…

T20 ବିଶ୍ୱକପ୍‌ ୨୦୨୬: ଶିବମ ଦୁବେଙ୍କ ବିସ୍ଫୋରକ ଅର୍ଦ୍ଧଶତକ, ନେଦରଲାଣ୍ଡ ଆଗରେ ୧୯୪ ରନ୍‌ର ଲକ୍ଷ୍ୟ

ଅହମ୍ମଦାବାଦ,୧୮।୨: T20 ବିଶ୍ୱକପ୍‌ ୨୦୨୬ର ଶେଷ ଗ୍ରୁପ୍‌ ମ୍ୟାଚ୍‌ରେ ଭାରତୀୟ ଦଳ ନେଦରଲାଣ୍ଡ ବିପକ୍ଷରେ ୬ ୱିକେଟ୍ ହରାଇ ୧୯୩ ରନ୍‌ର ଏକ ବଡ ସ୍କୋର ଛିଡ଼ା…

ଜନସେବା କ୍ଷେତ୍ରରେ କଳାହାଣ୍ଡି ପ୍ରଶାସନର ବଡ଼ ପଦକ୍ଷେପ, ଲୋକାର୍ପିତ ହେଲା ଏଆଇ ଚାଟବଟ୍ ‘ଆମର ସହାୟକ’

ଭବାନୀପାଟଣା,୧୮।୨(ଉତ୍ତମ କୁମାର ଦାଶ): ଡିଜିଟାଲ୍ ଶାସନ ଏବଂ ଜନକୈନ୍ଦ୍ରିକ ପ୍ରଶାସନ ଦିଗରେ ଏକ ବଡ଼ ପଦକ୍ଷେପ ସ୍ୱରୂପ କଳାହାଣ୍ଡି ଜିଲା ପ୍ରଶାସନ ପକ୍ଷରୁ ବୁଧବାର ଅତ୍ୟାଧୁନିକ ଏଆଇ…

ଦୋଷୀ ସାବ୍ୟସ୍ତ ହେଲେ ପାଷ୍ଟିକୁଡ଼ି ପିଇଓ, ୩ ବର୍ଷ କାରାଦଣ୍ଡ ସହ ୫୦ ହଜାର ଜରିମାନା…

କେସିଙ୍ଗା,୧୮।୨(ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ବ୍ଲକ ପାଷ୍ଟିକୁଡି ଗ୍ରାମ ପଞ୍ଚାୟତରେ  କାର୍ଯ୍ୟରତ  ପିଇଓ କ୍ଷମା ପ୍ରସାଦ ଦୁରିଆଙ୍କୁ  ମଙ୍ଗଳବାର ଭବାନୀପାଟଣା ଭିଜିଲାନ୍ସର ସ୍ବତନ୍ତ୍ର ବିଚାରପତି ୩…

କଳିଯୁଗର ସାବିତ୍ରୀ… ସ୍ବାମୀ ପାଇଁ ଭାଲୁ ସହ ଲଢ଼ି ବଞ୍ଚାଇଲେ ଜୀବନ

କରଞ୍ଜିଆ,୧୮।୨(କବିତା ମହାନ୍ତ): ମୟୂରଭଞ୍ଜ ଜିଲା କରଞ୍ଜିଆ ବନଖଣ୍ଡ ଅଧୀନ ହାତୀସାଲବେଡ଼ା ଜଙ୍ଗଲରେ ଭାଲୁ ଆକ୍ରମଣରେ ଜଣେ ଯୁବକ ଗୁରୁତର ହୋଇଛନ୍ତି । ସେ ହେଲେ ମାଲଦେ ସୋରେନ(୪୫)।…

ଶାନଦାର ବିଜୟ ସହ ସୁପର-୮ରେ ପାକିସ୍ତାନ, ପୁଣି ଭାରତ ସହ…

ନୂଆଦିଲ୍ଲୀ,୧୮।୨: କର ବା ମର ମୁକାବିଲାରେ ନାମ୍ବିୟାକୁ ୧୦୨ ରନ୍‌ର ବିଶାଳ ବ୍ୟବଧାନରେ ପରାସ୍ତ କରି ପାକିସ୍ତାନ ସୁପର-୮ରେ ନିଜର ସ୍ଥାନ ପକ୍କା କରିଛି। ଏହି ବିଜୟ…

T20 ବିଶ୍ୱକପ୍‌ ୨୦୨୬: ନେଦରଲାଣ୍ଡ ବିପକ୍ଷରେ ଟସ୍‌ ଜିତି ଭାରତର ବ୍ୟାଟିଂ ନିଷ୍ପତ୍ତି

ଅହମ୍ମଦାବାଦ,୧୮।୨: ଟି-୨୦ ବିଶ୍ୱକପ୍‌ ୨୦୨୬ର ଗ୍ରୁପ୍‌-ଏ ମୁକାବିଲାରେ ଭାରତ ଓ ନେଦରଲାଣ୍ଡ ମଧ୍ୟରେ ଲଢ଼େଇ ଆରମ୍ଭ ହୋଇଛି। ଅଧିନାୟକ ସୂର୍ଯ୍ୟକୁମାର ଯାଦବ ଟସ୍‌ ଜିତି ପ୍ରଥମେ ବ୍ୟାଟିଂ…

କଟକରେ ଫୁଟିଲା ଗୁଳି, ସାଙ୍ଗର ଗୁଳିମାଡ଼ରେ ସାଙ୍ଗର ମୃତ୍ୟୁ

କଟକ,୧୮।୨(କାର୍ତ୍ତିକ ସାହୁ): ଭୋଜି ଚାଲିଥିଲା ବେଳେ ଗୁଳିମାଡ଼ । ସାଙ୍ଗର ଗୁଳିମାଡ଼ରେ ସାଙ୍ଗର ମୃତ୍ୟୁ । କଟକ ମଧୁପାଟଣା ଥାନା ନୂଆପଡ଼ା ପ୍ରେସ୍‌ କଲୋନୀରେ ଫାୟାରିଂ ହୋଇଥିବା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri