ସୁଶାନ୍ତଙ୍କ ଉପରେ ନିର୍ମାଣ ହେବ ଫିଲ୍ମ, ପୋଷ୍ଟର ରିଲିଜ୍‌

ବହୁତ କମ ଦିନରେ ସଫଳତାର ଶୀର୍ଷରେ ପହଞ୍ଚିଥିବା ବଲିଉଡ ଷ୍ଟାର ସୁଶାନ୍ତ ସିଂହ ରାଜପୁତ ବେକରେ ଫାଶୀ ଲଗାଇ ଆତ୍ମହତ୍ୟା କରିଛନ୍ତି। ମାତ୍ର ୩୪ ବର୍ଷ ବୟସରେ ସେ କାହିଁକି ଏଭଳି ଚରମ ପଦକ୍ଷେପ ନେଲେ, ତା’ର କାରଣ ଏଯାଏ ଜଣାପଡିନାହିଁ। ତଥାପି ସେ ଦୀର୍ଘ ୬ ମାସ ହେଲା ବିଷାଦଗ୍ରସ୍ତ ଥିଲେ। ଏଥିପାଇଁ ତାଙ୍କର ଚିକିତ୍ସା ମଧ୍ୟ ଚାଲିଥିଲା। ହେଲେ ସେ କାହିଁକି ଡିପ୍ରେସନକୁ ଯାଇଥିଲେ, ସେକଥା କେହି ବି କହିପାରୁନାହାନ୍ତି। ସୁଶାନ୍ତ ସର୍ବଦା ହସହସ ମୁହଁରେ ସମସ୍ତଙ୍କୁ ଭେଟୁଥିଲେ। ମନ ଭିତରେ ଅନେକ ବ୍ୟଥା ରହିଥିଲେ ହେଁ ସେ କେବେ ହେଲେ ଏହାକୁ ନିଜ ମୁହଁରେ ଆସିବାକୁ ଦେଇ ନ ଥିଲେ। ଲକ୍ଷ ଲକ୍ଷ ଫ୍ୟାନ ଓ ବଲିଉଡକୁ ଏକା କରି ଚାଲିଯାଇଥିବା ସୁଶାନ୍ତଙ୍କ ଉପରେ ଫିଲ୍ମ ନିର୍ମାଣ ହେବ। ଫିଲ୍ମ ନିର୍ମାତା ବିଜୟ ଶେଖର ସୁଶାନ୍ତଙ୍କ ଆତ୍ମହତ୍ୟା ଉପରେ ଫିଲ୍ମ ନିର୍ମାଣ କରିବାକୁ ଯାଉଛନ୍ତି। ଯାହାର ନାଁ ରହିଛି ‘ସୁଇସାଇଡ୍‌ ଅର୍‌ ମର୍ଡର’। ଫିଲ୍ମର ପୋଷ୍ଟର ମଧ୍ୟ ସେ ରିଲିଜ୍‌ କରିଛନ୍ତି। ଫିଲ୍ମ ଜରିଆରେ ବଲିଉଡ୍‌ ଅସଲ ଗୁମର ପଦାକୁ ଆସିବ ବୋଲି ସେ କହିଛନ୍ତି। ବାରମ୍ବାର ତାଙ୍କୁ ଫିଲ୍ମ ବାହାର କରାଯାଉଥିଲା। ଏଥିପାଇଁ ସେ ଡିପ୍ରେସନରେ ଥିଲେ ବୋଲି କୁହାଯାଉଛି।


Enter your email to get our daily news in your inbox.

All Right Reserved By Dharitri.Com

କ୍ୟାନ୍‌ସରରେ ଆଖି ବୁଜିଲେ ଫେଶନ ଇନ୍‌ଫ୍ଲୁଏନ୍ସର ସୁରଭି ଜୈନ

ନୂଆଦିଲ୍ଲୀ,୨୧ା୪: ଲୋକପ୍ରିୟ ଫେଶନ ଇନ୍‌ଫ୍ଲୁଏନ୍ସର ସୁରଭି ଜୈନଙ୍କର ୩୦ ବର୍ଷ ବୟସରେ ମୃତ୍ୟୁ ଘଟିଛି। ସେ ଦୀର୍ଘଦିନ ହେଲା କ୍ୟାନ୍‌ସରରେ ପୀଡ଼ିତ ଥିଲେ। ଇନ୍‌ଷ୍ଟାଗ୍ରାମରେ ତାଙ୍କର...

ହିନ୍ଦୀ ନ କହିବାରୁ କନ୍ନଡ଼ ଅଭିନେତ୍ରୀଙ୍କୁ ଆକ୍ରମଣ

ବେଙ୍ଗାଲୁରୁ, ୨୦।୪: କନ୍ନଡ଼ ଅଭିନେତ୍ରୀ ହର୍ଷିକା ପୁନାଚାଙ୍କୁ ୨ ଦିନ ତଳେ କେତେଜଣ ଦୁର୍ବୃତ୍ତ ଆକ୍ରମଣ କରିଥିବା ଶୁକ୍ରବାର ସେ ନିଜ ଫେସବୁକରେ ପୋଷ୍ଟ କରି...

କଂଗ୍ରେସ ପ୍ରାର୍ଥୀଙ୍କ ପାଇଁ ପ୍ରଚାର କଲେ ଶାହାରୁଖ ଖାନ୍‌! ଭିଡିଓ ଭାଇରାଲ

ନୂଆଦିଲ୍ଲୀ,୧୯।୪: କଂଗ୍ରେସ ପାଇଁ ପ୍ରଚାର କଲେ ବଲିଉଡର କିଙ୍ଗ ଖାନ୍‌ ଶାହରୁଖ ଖାନ୍‌। ଆଗାମୀ ଲୋକ ସଭା ନିର୍ବାଚନ ପାଇଁ କଂଗ୍ରେସ ପ୍ରାର୍ଥୀଙ୍କ ପାଇଁ ଷ୍ଟାର...

ରଜନୀକାନ୍ତ, ଧନୁଷ, କମଲ ହାସନ ଚେନ୍ନାଇରେ ଦେଲେ ଭୋଟ, ସର୍ବପ୍ରଥମେ ପହଞ୍ଚିଲେ ଏହି ସୁପରଷ୍ଟାର

ଚେନ୍ନାଇ,୧୯।୪: ଶୁକ୍ରବାର ସକାଳୁ ଲୋକ ସଭା ନିର୍ବାଚନ ପାଇଁ ଭୋଟ ଗ୍ରହଣ ଆରମ୍ଭ ହୋଇଛି। ସମସ୍ତ ରାଜନୈତିକ ଦଳ ଭାଗ୍ୟ ପରୀକ୍ଷା କରିବାକୁ ରାଜନୈତିକ ମଞ୍ଚରେ...

ଖୁବ ଶୀଘ୍ର ଆଈ ହେବାକୁ ଯାଉଛନ୍ତି ନୀନା ଗୁପ୍ତା

ମୁମ୍ବାଇ: ବଲିଉଡ ଅଭିନେତ୍ରୀ ନୀନା ଗୁପ୍ତାଙ୍କ ଘରକୁ କୁନି ଅତିଥି ଆସିବାକୁ ଆଉ ବେଶୀ ସମୟ ବାକି ନାହିଁ। ଅଭିନେତ୍ରୀଙ୍କ ଝିଅ ମାସାବା ଖୁବଶୀଘ୍ର ମା’...

ଶଳା ସଲମାନ୍‌ ନୁହେଁ, ବରଂ ଫିଲ୍ମ କରିବା ପୂର୍ବରୁ ପୋଷାକୁକୁର ସହ କଥା ହୁଅନ୍ତି ଆୟୁଷ  

ବମ୍ବେ: ବଲିଉଡର ଦବଙ୍ଗ ଖାନ୍‌ଙ୍କ ସାନ ଉଭଣୀ ଅର୍ପିତା ଖାନ୍‌ଙ୍କ ସ୍ବାମୀ ହେଉଛନ୍ତି ଆୟୁଷ ଶର୍ମା। ଖ୍ୟାତନାମା ଫିଲ୍ମନିର୍ମାତା ସଲୀମ ଖାନ୍‌ଙ୍କ ସେ ଜ୍ୱାଇଁ ହୋଇଥିବାରୁ...

ନୂଆ ରେକର୍ଡ କଲା ଅଲୁ ଅର୍ଜୁନଙ୍କ ପୁଷ୍ପା ୨, ଏହି ପ୍ଲାଟଫର୍ମକୁ ୨୭୫ କୋଟି ଟଙ୍କାରେ ବିକ୍ରୀ କଲା ଡିଜିଟାଲ୍ ରାଇଟ୍

ମୁମ୍ବାଇ: ଅଲୁ ଅର୍ଜୁନଙ୍କ ପୁଷ୍ପା ୨ ଟିଜର ଆସିବା ପରଠାରୁ ଏହା ହେଡଲାଇନରେ ରହିଛି। ଏବେ ଖବର ଆସିଛି ଯେ, ବହୁ ପ୍ରତୀକ୍ଷିତ ସୁକୁମାରଙ୍କ ନିର୍ଦ୍ଦେଶିତ...

ରାଜ କୁନ୍ଦ୍ରାଙ୍କ ୯୭.୭୯ କୋଟିର ସମ୍ପତ୍ତି ଜବତ କଲା ଇଡି, ଶିଳ୍ପାଙ୍କ ବଙ୍ଗଳା ବି ହେଲା ସିଜ୍‌

ମୁମ୍ବାଇ,୧୮।୪: ବଲିଉଡ୍‌ ଅଭିନେତ୍ରୀ ଶିଳ୍ପା ସେଟ୍ଟୀଙ୍କ ସ୍ବାମୀ ରାଜ କୁନ୍ଦ୍ରା ପୁଣି ଏକ ବଡ଼ ଅଡ଼ୁଆରେ ଫସିଛନ୍ତି। ଇଡି ତାଙ୍କର ୯୭.୭୯ କୋଟି ଟଙ୍କାର ସମ୍ପତ୍ତିକୁ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri