ସୁଶାନ୍ତ ରାଜପୁତଙ୍କ ମୃତ୍ୟୁ ଖବର ସହି ପାରିଲେନି ଭାଉଜ, ମାନସିକ ଅବସାଦରେ ମୃତ୍ୟୁ

ଅଭିନେତା ସୁଶାନ୍ତ ସିଂ ରାଜପୁତଙ୍କ ମୃତ୍ୟୁରେ ସ୍ତବ୍ଧ ହୋଇଯାଇଛି ବଲିଉଡ୍‌। ତାଙ୍କ ହଠାତ୍‌ ମୃତ୍ୟୁରେ ପରିବାରବର୍ଗ ମଧ୍ୟ ହତବାକ୍‌ ହୋଇଯାଇଛନ୍ତି। ସୁଶାନ୍ତଙ୍କ ମୃତ୍ୟୁ ଖବର ଶୁଣି ତାଙ୍କ ଭାଉଜଙ୍କ ମୃତ୍ୟୁ ଘଟିଛି।
ସୁଶାନ୍ତ ସିଂ ରାଜପୁତ ବିହାରର ପୁର୍ନିଆ ଜିଲାର ମାଲଡିହା ଗ୍ରାମରେ ଜନ୍ମଗ୍ରହଣ କରିଥିଲେ। ସୁଶାନ୍ତଙ୍କ ଆତ୍ମହତ୍ୟା ଖବର ଗାଁରେ ପହଞ୍ଚିବା ମାତ୍ରେ ତାଙ୍କ ସମ୍ପର୍କୀୟ ଭାଉଜ ସୁଧା ଦେବୀ ଆଶ୍ଚର୍ଯ୍ୟ ହୋଇଯାଇଥିଲେ ଏବଂ ସେ ମଧ୍ୟ ଡିପ୍ରେସନର ଶିକାର ହୋଇଥିଲେ। ସେ ଖାଇବା ପିଇବା ଛାଡି ଦେଇଥିଲେ। ସୋମବାର ମୁମ୍ବାଇରେ ସୁଶାନ୍ତଙ୍କ ଅନ୍ତିମ ସଂସ୍କାର କରାଯାଉଥିବାବେଳେ ଭାଉଜଙ୍କ ମୃତ୍ୟୁ ଖବର ଆସିଥିଲା। ସୂଚନାଯୋଗ୍ୟ, ସୁଶାନ୍ତ ମୁମ୍ବାଇର ବାନ୍ଦ୍ରା ସ୍ଥିତ ତାଙ୍କ ବାସଭବନରେ ରବିବାର ଆତ୍ମହତ୍ୟା କରିଥିଲେ। ଟେଲି ସିରିଏଲ୍‌ରୁ ବଲିଉଡ୍‌କୁ ଆସି ବେଶ ସଫଳ ହୋଇଥିବା ସୁଶାନ୍ତଙ୍କୁ ମାତ୍ର ୩୪ ବର୍ଷ ହୋଇଥିଲା। ଶେଷଥର ପାଇଁ ୨୦୧୯ରେ ତାଙ୍କୁ ‘ଛିଛୋରେ’ ଫିଲ୍ମରେ ଦେଖିବାକୁ ମିଳିଥିଲା। ଏଥିରେ ସେ ଶ୍ରଦ୍ଧା କପୁରଙ୍କ ସହିତ ଅଭିନୟ କରିଥିଲେ। ତାଙ୍କ ଅଭିନୀତ ମୁକେଶ ଛାବ୍ରାଙ୍କ ‘ଦିଲ ବେଚାରା’ ଫିଲ୍ମ ରିଲିଜ୍‌ ଅପେକ୍ଷାରେ ଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ବାଂଲାଦେଶ ନିର୍ବାଚନରେ ପୁରୁଣା ହୋଇଗଲା ‘ବ୍ୟାଟେଲ ଅଫ ବେଗମ୍ସ’, ଏବେ ରହମାନଙ୍କ ମଧ୍ୟରେ ସିଧା ଟକ୍କର

ଢାକା,୧୧।୨: ବାଂଲାଦେଶରେ ଫେବୃଆରୀ ୧୨, ୨୦୨୬ ରେ ସାଧାରଣ ନିର୍ବାଚନ ଅନୁଷ୍ଠିତ ହେବାକୁ ଯାଉଛି। ଏଥର, ପାରମ୍ପରିକ ‘ଦୋ ବେଗମ’ ରାଜନୀତି ପରିବର୍ତ୍ତେ, ଦୁଇ ରହମାନଙ୍କ ମଧ୍ୟରେ…

କେଉଁଦିନ ହେବ ମହାବିନାଶକାରୀ ରାତି? ଜଣାପଡିଲା ପ୍ରଳୟର ତାରିଖ!

ବିଶ୍ୱାସ, ଇତିହାସ ଏବଂ ରାଜନୀତି ଉପରେ ହେଉଥିବା ବିତର୍କରେ ପ୍ରାୟତଃ ବିନାଶକାରୀ ରାତିର ଉଲ୍ଲେଖ କରାଯାଏ। ସମ୍ପ୍ରତି, ଉତ୍ତର ପ୍ରଦେଶ ମୁଖ୍ୟମନ୍ତ୍ରୀ ଯୋଗୀ ଆଦିତ୍ୟନାଥ କହିଛନ୍ତି ଯେ…

ବର ସାଜିବେ ସଚିନ ତେନ୍ଦୁଲକରଙ୍କ ପୁଅ: ଜାଣନ୍ତୁ ଅର୍ଜନୁଙ୍କ ମୋଟ ସମ୍ପତ୍ତି କେତେ

ନୂଆଦିଲ୍ଲୀ,୧୧।୨:ସଚିନ ତେନ୍ଦୁଲକରଙ୍କ ପୁଅ ଅର୍ଜୁନ ତେନ୍ଦୁଲକର ଖୁବ ଶୀଘ୍ର ବିବାହ କରିବାକୁ ଯାଉଛନ୍ତି। ବିବାହ କାର୍ଡ ବଣ୍ଟାଉଛି। ସଚିନ ରାଷ୍ଟ୍ରପତି ଏବଂ ପ୍ରଧାନମନ୍ତ୍ରୀଙ୍କ ସମେତ ଅନେକ ପ୍ରମୁଖ…

ଟ୍ରେଡ ଡିଲରେ ଆମେରିକା ଚୁପଚାପ କରିଦେଲା ଘୋଟାଲା! କ’ଣ ପରିବର୍ତ୍ତନ ହେଲା? ଜାଣନ୍ତୁ ସମ୍ପୂର୍ଣ୍ଣ ଖବର

ଓ୍ବାଶିଂଟନ,୧୧।୨: ଭାରତ ଏବଂ ଆମେରିକା ମଧ୍ୟରେ ସମ୍ପ୍ରତି ଘୋଷିତ ମଧ୍ୟବର୍ତ୍ତୀକାଳୀନ ବାଣିଜ୍ୟ ଚୁକ୍ତିନାମାକୁ ନେଇ ଏକ ନୂଆ ବିବାଦ ସୃଷ୍ଟି ହୋଇଛି। ହ୍ବାଇଟ ହାଉସ ଚୁପ ଚାପ…

ବିଜେଡିରୁ ଇସ୍ତଫା ଦେଲେ ଜିଲା ଉପସଭାପତି, ଏହି କାରଣ ଦର୍ଶାଇ…

ରାୟଗଡା,୧୧।୨(ଆଶିଷ ରଞ୍ଜନ ପଣ୍ଡା): ଜିଲାରେ ବିଜେଡି ପାଇଁ ବଢୁଛି ଅଡ଼ୁଆ। ଜିଲା କମିଟି ଘୋଷଣା ହେବା ପରେ ଦାୟିତ୍ୱ ପାଇଥିବା ଜଣେ ଉପସଭାପତି ତାଙ୍କ ପଦବୀରୁ ଇସ୍ତଫା…

ଆସନ୍ତାକାଲି ଦେଶବ୍ୟାପୀ ଧର୍ମଘଟ: ବାହାରକୁ ଯିବା ପୂର୍ବରୁ କ’ଣ ଖୋଲା, କ’ଣ ବନ୍ଦ, ଦେଖନ୍ତୁ…

ନୂଆଦିଲ୍ଲୀ/ଭୁବନେଶ୍ୱର,୧୧।୨: ଆସନ୍ତାକାଲି ଭାରତ ବନ୍ଦ ଡାକରା। କେନ୍ଦ୍ରୀୟ ଶ୍ରମ ଆଇନକୁ ବିରୋଧ କରି କେନ୍ଦ୍ର ସରକାର ବିରୋଧରେ ଦେଶବ୍ୟାପୀ ହରତାଳ ଓ ଧର୍ମଘଟ କରିବେ ବିଭିନ୍ନ ଶ୍ରମିକ…

ପୁଇଁହେବା ବେଳେ ବୃଦ୍ଧାଙ୍କ ଦେହରେ ଲାଗିଲା ନିଆଁ

ଆନନ୍ଦପୁର ୧୧।୨(ସୁଶାନ୍ତ କୁମାର ସାହୁ): ଶୀତରୁ ରକ୍ଷା ପାଇବା ପାଇଁ ନିଆଁ ପୁଇଁବା ବେଳେ ପୋଡିହୋଇ ବୃଦ୍ଧା ଜଣକ ଗୁରୁତର ହୋଇଛନ୍ତି। ଏଭଳି ଏକ ଘଟଣା ଘଟିଛି…

ଟ୍ରମ୍ପଙ୍କ ସାଂସଦ ଆଣିଲେ H1B ଭିଜା ଶେଷ କରିବାର ପ୍ଲାନ, ଜାଣନ୍ତୁ ଭାରତୀୟଙ୍କ ଉପରେ କ’ଣ ପଡ଼ିବ ପ୍ରଭାବ

ଓ୍ବାଶିଂଟନ,୧୧।୨: ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପଙ୍କ ନିକଟତର ଜଣେ ସାଂସଦ ଏକ ବିଲ ଆଗତ କରିଛନ୍ତି ଯାହା ଭାରତୀୟମାନଙ୍କ ପାଇଁ ଏକ ବଡ଼ ଆଘାତ। ସୋମବାର (ଫେବୃଆରୀ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri