ସୁଷମାଙ୍କ ପ୍ରତି ଶ୍ରଦ୍ଧାଞ୍ଜଳି ଜଣାଇଲେ ରାଜ୍ୟପାଳ

ପୁରୀ ଅଫିସ, ୭ା୮: ପୂର୍ବତନ ବହିର୍ବ୍ୟାପାର ମନ୍ତ୍ରୀ ତଥା ବରିଷ୍ଠ ଭାଜପା ନେତା ସୁଷମା ସ୍ବରାଜଙ୍କ ପରଲୋକରେ ଦେଶବ୍ୟାପୀ ବହୁ ବିଶିଷ୍ଟ ବ୍ୟକ୍ତି ଗଭୀର ଶ୍ରଦ୍ଧାଞ୍ଜଳି ଜଣାଇଛନ୍ତି। ଓଡ଼ିଶାର ରାଜ୍ୟପାଳ ପ୍ରଫେସର ଗଣେଶୀ ଲାଲ୍‌ ମଧ୍ୟ ସୁଷମାଙ୍କ ଅମର ଆତ୍ମାର ସଦ୍‌ଗତି ପାଇଁ ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ନିକଟରେ ପ୍ରାର୍ଥନା କରିଛନ୍ତି। ବୁଧବାର ଅପରାହ୍ନରେ ପତ୍ନୀଙ୍କ ସହିତ ରାଜ୍ୟପାଳ ଶ୍ରୀମନ୍ଦିରକୁ ଆସି ଚତୁର୍ଦ୍ଧାବିଗ୍ରହଙ୍କୁ ଦର୍ଶନ କରିବା ସହ କଳ୍ପବଟ ମୂଳରେ ବସି କିଛି ସମୟ ପ୍ରାର୍ଥନା କରିଥିଲେ। ପ୍ରାୟ ଅଧଘଣ୍ଟା ପରେ ରାଜ୍ୟପାଳ ଶ୍ରୀମନ୍ଦିରରୁ ବାହାରି ଗଣମାଧ୍ୟମକୁ କହିଥିଲେ, ସୁଷମା ତାଙ୍କର ପ୍ରିୟ ଭଉଣୀ ଥିଲେ। ଏହିପରି ଜଣେ ମହୀୟସୀଙ୍କୁ ମହାପ୍ରଭୁ ଏ ପୃଥିବୀକୁ ଆହୁରି ସୁନ୍ଦର କରିବା ଲାଗି ପଠାଇଥିଲେ। ସେହି ସୁନ୍ଦର ମଣିଷଙ୍କୁ ଠାକୁର ପୁଣି ନିଜ ପାଖକୁ ନେଇଗଲେ। ସୁଷମାଙ୍କ ଅମର ଆତ୍ମାର ସଦ୍‌ଗତି ନିମନ୍ତେ ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କୁ ପ୍ରାର୍ଥନା କରିବା ଲାଗି ସପରିବାର ଆସିଥିବା ରାଜ୍ୟପାଳ କହିଥିଲେ। ତାଙ୍କ ସହ ଏକ ସ୍ମୃତିକୁ ମନେ ପକାଇ ରାଜ୍ୟପାଳ କହିଥିଲେ, ଯେତେବେଳେ ମୁଁ ଓଡ଼ିଶାର ରାଜ୍ୟପାଳ ଭାବେ ନିଯୁକ୍ତି ପାଇଲି ସେତେବେଳେ ସୁଷମାଙ୍କୁ ସାକ୍ଷାତ୍‌ କରିବାକୁ ଚାହିଁଥିଲି। କିନ୍ତୁ ସେ କହିଥିଲେ ଆପଣ ଶପଥ ନେଇ ସାଥୀରେ ଏଡିସିଙ୍କୁ ଆଣି ଆସିଲେ ମୁଁ ସାକ୍ଷାତ୍‌ କରିବି। ଏହାପରେ ମୁଁ ଶପଥ ନେଇ ଏଡିସିଙ୍କୁ ସାଙ୍ଗରେ ଧରି ଯାଇଥିଲି। ସୁଷମା ବହୁତ ସ୍ନେହୀ ଏବଂ ମେଳାପୀ ଥିଲେ ବୋଲି ରାଜ୍ୟପାଳ କହିଥିଲେ। ଶ୍ରୀଜୀଉଙ୍କ ଦର୍ଶନ ପରେ ରାଜ୍ୟପାଳ ସପରିବାର ସମୁଦ୍ର ବେଳାଭୂମିକୁ ଯାଇ ଅନ୍ତର୍ଜାତୀୟ ବାଲୁକା ଶିଳ୍ପୀ ପଦ୍ମଶ୍ରୀ ସୁଦର୍ଶନ ପଟ୍ଟନାୟକଙ୍କ ଦ୍ୱାରା ସୁଷମା ସ୍ବରାଜଙ୍କ ସ୍ମୃତି ଉଦ୍ଦେଶ୍ୟରେ ତିଆରି ହୋଇଥିବା ବାଲୁକା କଳା ଦେଖିଥିଲେ। ଏଥିସହ ସୁଷମାଙ୍କ ପ୍ରତି ଶ୍ରଦ୍ଧାଞ୍ଜଳି ଜଣାଇଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ପାଣି ପାଇଁ ତାତିଲେ ମହିଳା, ହାଣ୍ଡି-ମାଠିଆ ଧରି ରାସ୍ତାରେ ବସିଲେ

ପୁରୁଷୋତ୍ତମପୁର,୩୦ା୯(ସବିତା ପାଣି): ପାଣି ପାଇଁ ଫୁଟିଲା ଅସନ୍ତୋଷ। ହାଣ୍ଡି-ମାଠିଆ ଧରି ରାଜରାସ୍ତାକୁ ଓହ୍ଲାଇଲେ ମହିଳା। ଦୁଇ ମାସ ଧରି ପାନୀୟଜଳ ମିଳୁ ନ ଥିବା ଅଭିଯୋଗରେ ଗଞ୍ଜାମ…

ବଦଳିବ ରାହୁ-କେତୁଙ୍କ ଚାଲି: କନ୍ୟା,ମୀନ ରାଶିଙ୍କ ସମେତ ୬ ରାଶିଙ୍କ ଗୋଲଡେନ ଟାଇମ୍‌ ଆରମ୍ଭ, ଧନବର୍ଷା ସହ ବଡ଼ ଚାକିରିର ଅଫର୍‌

ରାହୁ ମକର ରାଶିକୁ ଏବଂ କେତୁ କର୍କଟ ରାଶିକୁ ଆସିବା ଫଳରେ ଡିସେମ୍ୱର ମାସରେ ଅନେକ ରାଶିଙ୍କ ପାଇଁ ଭଲ ସମୟ ଆରମ୍ଭ ହେବ। ଭାଗ୍ୟଶାଳୀ ରାଶିମାନଙ୍କ…

ବିଦ୍ୟାଭାରତୀଙ୍କୁ ସୁପ୍ରିମକୋର୍ଟରୁ ମିଳିଲା ବଡ଼ ଝଟ୍‌କା: ଆବେଦନ ଖାରଜ

ଭୁବନେଶ୍ୱର,୩୦।୯: : ବହୁଚର୍ଚ୍ଚିତ ACF ସୌମ୍ୟରଞ୍ଜନ ମହାପାତ୍ରଙ୍କ ମୃତ୍ୟୁ ମାମଲାରେ ତାଙ୍କ ପତ୍ନୀ ବିଦ୍ୟାଭାରତୀ ମହାପାତ୍ରଙ୍କୁ ସୁପ୍ରିମକୋର୍ଟରୁ ବଡ଼ ଝଟ୍‌କା ଲାଗିଛି। ବିଦ୍ୟାଭାରତୀଙ୍କ ପକ୍ଷରୁ ଦାଖଲ ହୋଇଥିବା…

ମେସେଜ ପାଇଁ ଟଙ୍କା ନେବ ହ଼୍ବାଟସଆପ୍‌! ୧ ଅକ୍ଟୋବରରୁ ବଦଳିବ ନିୟମ; ସାଧାରଣ ୟୁଜର୍ସଙ୍କୁ ପଡ଼ିବ ପ୍ରଭାବ?

ନୂଆଦିଲ୍‌ଲୀ,୩୦।୯: ଯଦି ଆପଣ ହ଼୍ବାଟସଆପ (WhatsApp)ରେ କୌଣସି କମ୍ପାନୀଠାରୁ ଅର୍ଡର ଅପଡେଟ, ଡେଲିଭରି ସୂଚନା କିମ୍ୱା କଷ୍ଟମର ସର୍ଭିସ ନେଉଛନ୍ତି, ତେବେ ଆପଣଙ୍କ ପାଇଁ ଏକ ଆଶ୍ୱସ୍ତିକର…

ଲୋଇସିଂହାର ଗର୍ବ ଇଫ୍ରାତା: ‘ଇଣ୍ଡିଆ ଟ୍ୟାଲେଣ୍ଟ ଫାଇଟ’ରେ ଚମକିଲେ

ଲୋଇସିଂହା,୩୦।୯(ସୁଶାନ୍ତ ବାରିକ):ଜାତୀୟସ୍ତରୀୟ ରିଆଲିଟି ଶୋ’ ଟ୍ୟାଲେଣ୍ଟ ଫାଇଟସୁପର ମଡେଲ’ ଜୁନିୟର କାଟାଗୋରିରେ ଚାମ୍ପିୟନ ହୋଇ ଲୋଇସିଂହା ତଥା ବଲାଙ୍ଗୀର ଜିଲା ପାଇଁ ଗୌରବ ଆଣିଛନ୍ତି ଇଫ୍ରାତା। ତାଙ୍କ…

ଟ୍ରେନଯାତ୍ରୀଙ୍କ ପାଇଁ ବଡ଼ ସୂଚନା: ଅକ୍ଟୋବର ୧ରୁ କଡ଼ା ଚେକିଂ, ଟିକେଟ୍‌ ସାଙ୍ଗରେ ଏହି ID ନ ରଖିଲେ ଫସିବେ!

ନୂଆଦିଲ୍ଲୀ,୩୦।୯: ଯଦି ଆପଣ ଆଗାମୀ ଦିନରେ ଟ୍ରେନରେ ଯାତ୍ରା କରିବାକୁ ଯୋଜନା କରୁଛନ୍ତି, ତେବେ ଏହି ଖବରଟି ଆପଣଙ୍କ ପାଇଁ ଅତ୍ୟନ୍ତ ଜରୁରୀ। କେନ୍ଦ୍ରୀୟ ରେଳବାଇ ପକ୍ଷରୁ…

ବ୍ୟବସାୟୀ ଗୁଣ୍ଡା ସାହୁ ଅପହରଣ ମାମଲା: ସରିଲା କ୍ଷୀତିଶଙ୍କ ରିମାଣ୍ଡ ଅବଧି, ପୋଲିସ ହାତରେ ଲାଗିଲା କିଛି ନୂଆ ତଥ୍ୟ

ବଲାଙ୍ଗୀର,୩୦ା୯(ସୁନିଲ କୁମାର ମହାନ୍ତି): ବଲାଙ୍ଗୀରର ଜଣାଶୁଣା ବ୍ୟବସାୟୀ ଗୁଣ୍ଡା ଓରଫ ନରେନ୍ଦ୍ର ସାହୁ ଅପହରଣ ଏବଂ ନିସ୍ତୁକ ମାଡ଼ ମାମଲାର ମୁଖ୍ୟ ଅଭିଯୁକ୍ତ କ୍ଷୀତିଶ ଚନ୍ଦ୍ର ସାହୁଙ୍କ…

ବିବାଦ ଭିତରେ ନିର୍ବାଚନ କମିଶନରଙ୍କ ବଡ଼ ନିଷ୍ପତ୍ତି, ଭୋଟର ଲିଷ୍ଟକୁ ନେଇ କହିଲେ ବଡ଼କଥା…

ନୂଆଦିଲ୍ଲୀ,୩୦।୯: ନିର୍ବାଚନ ଆୟୋଗ ‘ସ୍ପେଶାଲ ଇଣ୍ଟେନସିଭ ରିଭିଜନ’ (SIR) ପ୍ରକ୍ରିୟା ଶେଷ କରିସାରିଥିବା ରାଜ୍ୟଗୁଡ଼ିକରେ ନୂଆ ଭୋଟରମାନଙ୍କ ପାଇଁ ଫର୍ମ-୬ ସହିତ ଯୋଡ଼ା ଯାଇଥିବା ଅତିରିକ୍ତ ଘୋଷଣାନାମା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?