ସୁଷମା ସ୍ବରାଜଙ୍କ ପରଲୋକ

ନୂଆଦିଲ୍ଲୀ,୬।୮(ପି.ଟି.)-ପୂର୍ବତନ ବହିର୍ବ୍ୟାପାର ମନ୍ତ୍ରୀ, ଦିଲ୍ଲୀର ପୂର୍ବତନ ମୁଖ୍ୟମନ୍ତ୍ରୀ ତଥା ବରିଷ୍ଠ ଭାଜପା ନେତା ସୁଷମା ସ୍ବରାଜ ଆଉ ନାହାନ୍ତି। ନୂଆଦିଲ୍ଲୀସ୍ଥିତ ଏମ୍ସରେ ମଙ୍ଗଳବାର ରାତିରେ ହୃଦ୍‌ଘାତରେ ତାଙ୍କର ପରଲୋକ ଘଟିଛି। ୬୭ ବର୍ଷୀୟା ସ୍ବରାଜଙ୍କୁ ଗୁରୁତର ଅବସ୍ଥାରେ ରାତି ୧୦ଟା ୧୫ ମିନିଟରେ ଏମ୍ସର ଏମର୍ଜେନ୍ସସି ଓ୍ବାର୍ଡରେ ଭର୍ତ୍ତି କରାଯାଇଥିଲା। ସେଠାରେ ବରିଷ୍ଠ ଡାକ୍ତରମାନେ ତାଙ୍କୁ ଚିକିତ୍ସା କରୁଥିବାବେଳେ ସୁଷମା ଆଖି ବୁଜିଦେଇଥିଲେ। ମୃତୃ୍ୟ ବେଳକୁ ତାଙ୍କ ନିକଟରେ ସ୍ବାମୀ ସ୍ବରାଜ କୌଶଲଙ୍କ ସମେତ କେନ୍ଦ୍ରମନ୍ତ୍ରୀ ଡ. ହର୍ଷବର୍ଦ୍ଧନ, ପୀୟୂଷ ଗୋୟଲ, ପ୍ରହ୍ଲାଦ ଜୋଷୀ, ନୀତୀନ ଗଡ଼କରୀ ପ୍ରମୁଖ ଉପସ୍ଥିତ ଥିଲେ।
ସମ୍ବିଧାନର ଅନୁଚ୍ଛେଦ ୩୭୦ ଉଚ୍ଛେଦ ଏବଂ ଜମ୍ମୁ-କଶ୍ମୀରକୁ ଦୁଇଭାଗ କରି ଦୁଇଟି କେନ୍ଦ୍ରଶାସିତ ଅଞ୍ଚଳରେ ପରିଣତ କରିବା ନେଇ ସୁଷମା ମୃତୃ୍ୟର କିଛି ଘଣ୍ଟା ପୂର୍ବରୁ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କୁ ଅଭିନନ୍ଦନ ଓ ଧନ୍ୟବାଦ ଜଣାଇଥିଲେ। ଏହି ଦିନକୁ ଦେଖିବା ପାଇଁ ସେ ଅପେକ୍ଷା କରିଥିଲେ ବୋଲି ସୁଷମା ଟୁଇଟ୍‌ କରିଥିଲେ। ୨୦୧୬ରେ ସୁଷମାଙ୍କ କିଡ୍‌ନୀ ପ୍ରତିରୋପଣ କରାଯାଇଥିଲା। ସ୍ବାସ୍ଥ୍ୟଗତ ସମସ୍ୟା ଯୋଗୁ ସେ ୨୦୧୯ ଲୋକ ସଭା ନିର୍ବାଚନ ନ ଲଢ଼ିବା ପାଇଁ ନିଜଆଡ଼ୁ ନିଷ୍ପତ୍ତି ନେଇଥିଲେ।
ସୁଷମାଙ୍କ ପରଲୋକ ଖବର ପ୍ରଚାରିତ ହେବା ପରେ ବହୁ ବିଶିଷ୍ଟ ବ୍ୟକ୍ତି ବିଳମ୍ବିତ ରାତିରେ ଏମ୍ସ ଯାଇ ତାଙ୍କର ଶେଷଦର୍ଶନ କରିଥିଲେ। ତାଙ୍କ ବିୟୋଗରେ କେବଳ ଭାଜପା ନୁହେଁ, ବରଂ ସମଗ୍ର ଜାତୀୟ ରାଜନୀତିରେ ଏକ ବିରାଟ ଶୂନ୍ୟସ୍ଥାନ ସୃଷ୍ଟି ହୋଇଛି। ଏହି ଅବସରରେ ଅନେକ ରାଜନୈତିକ ଦଳ ଓ ନେତା ଶୋକବ୍ୟକ୍ତ କରିଛନ୍ତି। ସୁଷମାଙ୍କ ପରଲୋକ ଖବର ଶୁଣି ମର୍ମାହତ ଓ ଦୁଃଖିତ। ତାଙ୍କ ପରିବାର ଲୋକଙ୍କୁ ସମବେଦନା ଜଣାଉଛୁ ବୋଲି କଂଗ୍ରେସ ପକ୍ଷରୁ ଟୁଇଟ୍‌ କରାଯାଇଛି।
ପୂର୍ବତନ ପ୍ରଧାନମନ୍ତ୍ରୀ ଇନ୍ଦିରା ଗାନ୍ଧୀଙ୍କ ପରେ ଦେଶର ଦ୍ୱିତୀୟ ମହିଳା ଭାବେ ସେ ବହିର୍ବ୍ୟାପାର ମନ୍ତ୍ରଣାଳୟ ସମ୍ଭାଳିବାର ସୌଭାଗ୍ୟ ଅର୍ଜନ କରିଥିଲେ। ପାର୍ଲାମେଣ୍ଟକୁ ସେ ୭ ଥର ଓ ବିଧାନସଭାକୁ ୩ ଥର ନିର୍ବାଚିତ ହୋଇଥିଲେ। ସୁପ୍ରିମକୋର୍ଟର ପୂର୍ବତନ ଓକିଲ ସୁଷମା ମାତ୍ର ୨୫ ବର୍ଷ ବୟସରେ ଦେଶର ସର୍ବକନିଷ୍ଠ କ୍ୟାବିନେଟ ମନ୍ତ୍ରୀ (ହରିୟାଣା) ହେବାର କୀର୍ତ୍ତି ଅର୍ଜନ କରିଥିଲେ। ଦିଲ୍ଲୀର ୫ମ ମୁଖ୍ୟମନ୍ତ୍ରୀଭାବେ ସେ ଦାୟିତ୍ୱ ଗ୍ରହଣ କରିଥିଲେ। ୨୦୧୪ ସାଧାରଣ ନିର୍ବାଚନରେ ସେ ମଧ୍ୟପ୍ରଦେଶର ବିଦିଶା ଆସନରୁ ୪ ଲକ୍ଷରୁ ଊର୍ଦ୍ଧ୍ୱ ଭୋଟରେ ବିଜୟୀ ହୋଇଥିଲେ। ୧୯୫୨ ଫେବୃୟାରୀ ୧୪ରେ ହରିୟାଣାର ଅମ୍ବାଲାରେ ସେ ଜନ୍ମଗ୍ରହଣ କରିଥିଲେ। ତାଙ୍କ ପିତା ହରଦେବ ଶର୍ମା ଆର୍‌ଏସ୍‌ଏସ୍‌ର ଜଣେ ପ୍ରମୁଖ ସଦସ୍ୟ ଥିଲେ। ସେ ୧୯୭୫ରେ ବରିଷ୍ଠ ଆଇନଜୀବୀ ସ୍ବରାଜ କୌଶଳଙ୍କୁ ବିବାହ କରିଥିଲେ। ତାଙ୍କର ଏକମାତ୍ର କନ୍ୟା ବାଂଶୁରୀ ସ୍ବରାଜ ମଧ୍ୟ ସୁପ୍ରିମକୋର୍ଟର ଜଣେ ଆଇନଜୀବୀ।


Enter your email to get our daily news in your inbox.

All Right Reserved By Dharitri.Com

ବାଂଲାଦେଶ ନିର୍ବାଚନରେ ପୁରୁଣା ହୋଇଗଲା ‘ବ୍ୟାଟେଲ ଅଫ ବେଗମ୍ସ’, ଏବେ ରହମାନଙ୍କ ମଧ୍ୟରେ ସିଧା ଟକ୍କର

ଢାକା,୧୧।୨: ବାଂଲାଦେଶରେ ଫେବୃଆରୀ ୧୨, ୨୦୨୬ ରେ ସାଧାରଣ ନିର୍ବାଚନ ଅନୁଷ୍ଠିତ ହେବାକୁ ଯାଉଛି। ଏଥର, ପାରମ୍ପରିକ ‘ଦୋ ବେଗମ’ ରାଜନୀତି ପରିବର୍ତ୍ତେ, ଦୁଇ ରହମାନଙ୍କ ମଧ୍ୟରେ…

ଟ୍ରେଡ ଡିଲରେ ଆମେରିକା ଚୁପଚାପ କରିଦେଲା ଘୋଟାଲା! କ’ଣ ପରିବର୍ତ୍ତନ ହେଲା? ଜାଣନ୍ତୁ ସମ୍ପୂର୍ଣ୍ଣ ଖବର

ଓ୍ବାଶିଂଟନ,୧୧।୨: ଭାରତ ଏବଂ ଆମେରିକା ମଧ୍ୟରେ ସମ୍ପ୍ରତି ଘୋଷିତ ମଧ୍ୟବର୍ତ୍ତୀକାଳୀନ ବାଣିଜ୍ୟ ଚୁକ୍ତିନାମାକୁ ନେଇ ଏକ ନୂଆ ବିବାଦ ସୃଷ୍ଟି ହୋଇଛି। ହ୍ବାଇଟ ହାଉସ ଚୁପ ଚାପ…

ଆସନ୍ତାକାଲି ଦେଶବ୍ୟାପୀ ଧର୍ମଘଟ: ବାହାରକୁ ଯିବା ପୂର୍ବରୁ କ’ଣ ଖୋଲା, କ’ଣ ବନ୍ଦ, ଦେଖନ୍ତୁ…

ନୂଆଦିଲ୍ଲୀ/ଭୁବନେଶ୍ୱର,୧୧।୨: ଆସନ୍ତାକାଲି ଭାରତ ବନ୍ଦ ଡାକରା। କେନ୍ଦ୍ରୀୟ ଶ୍ରମ ଆଇନକୁ ବିରୋଧ କରି କେନ୍ଦ୍ର ସରକାର ବିରୋଧରେ ଦେଶବ୍ୟାପୀ ହରତାଳ ଓ ଧର୍ମଘଟ କରିବେ ବିଭିନ୍ନ ଶ୍ରମିକ…

ଟ୍ରମ୍ପଙ୍କ ସାଂସଦ ଆଣିଲେ H1B ଭିଜା ଶେଷ କରିବାର ପ୍ଲାନ, ଜାଣନ୍ତୁ ଭାରତୀୟଙ୍କ ଉପରେ କ’ଣ ପଡ଼ିବ ପ୍ରଭାବ

ଓ୍ବାଶିଂଟନ,୧୧।୨: ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପଙ୍କ ନିକଟତର ଜଣେ ସାଂସଦ ଏକ ବିଲ ଆଗତ କରିଛନ୍ତି ଯାହା ଭାରତୀୟମାନଙ୍କ ପାଇଁ ଏକ ବଡ଼ ଆଘାତ। ସୋମବାର (ଫେବୃଆରୀ…

ଭାରତ ସହ ଟ୍ରେଡ୍‌ ଡିଲ୍‌ ମଧ୍ୟରେ ଆମେରିକା ନେଲା ବଡ଼ ପଦକ୍ଷେପ: ହଟିଲା…

ଓ୍ବାଶିଂଟନ୍‌,୧୧।୨: ଆମେରିକା ବାଣିଜ୍ୟ ପ୍ରତିନିଧିଙ୍କ କାର୍ଯ୍ୟାଳୟ (USTR) ଭାରତର ଏକ ମାନଚିତ୍ର ହଟାଇ ଦେଇଛି। ଏଥିରେ ପାକିସ୍ତାନ ଅଧିକୃତ କଶ୍ମୀର (PoK) ଏବଂ ଅକ୍ସାଇ ଚାଇନାକୁ ଭାରତର…

କ୍ରାଶ ହେଉଥିଲା ବିମାନ, ପତ୍ନୀଙ୍କ ପାଇଁ ଏମିତି ବାର୍ତ୍ତା ଦେଲେ ପାଇଲଟ, ଭିଡ଼ିଓ ହେଉଛି ଭାଇରାଲ

ଜର୍ଜିଆ,୧୧।୨: ଆମେରିକାର ଜର୍ଜିଆ ରାଜ୍ୟର ଏକ ବ୍ୟସ୍ତବହୁଳ ରାସ୍ତାରେ ଏକ ଛୋଟ ବିମାନ ଦୁର୍ଘଟଣାଗ୍ରସ୍ତ ହୋଇଛି। ସୌଭାଗ୍ୟବଶତଃ, ଏଥିରେ କୌଣସି କ୍ଷତି ହୋଇନାହିଁ। ଏହି ଘଟଣା ଘଟିଥିଲା…

ଭାରତରେ ୪୦୦କୋଟିରୁ ଅଧିକ ଆୟ କରେ ପେଙ୍ଗୁଇନ, ପ୍ରତିବର୍ଷ ଛପାଯାଏ ମାତ୍ର ଏତିକି ବହି…

ନୂଆଦିଲ୍ଲୀ,୧୧।୨: ଗତ କିଛି ଦିନ ଧରି ପୂର୍ୱତନ ସେନା ମୁଖ୍ୟ ଜେନେରାଲ ମନୋଜ ମୁକୁନ୍ଦ ନାରଭାଣେଙ୍କ ପୁସ୍ତକ “ଫୋର୍‌ ଷ୍ଟାର୍‌ ଅଫ ଡେଷ୍ଟିନି” ସମ୍ପର୍କରେ ଜାତୀୟ ରାଜନୀତି…

ରିଲ୍ସ ନିଶାରେ ବନ୍ଧୁକ ଧରି ଡ୍ୟାନ୍ସ କଲେ କଂଗ୍ରେସ ବିଧାୟକ, ଭିଡିଓ ଭାଇରାଲ

ବେଙ୍ଗାଲୁରୁ,୧୧।୨: ବ୍ଲକବଷ୍ଟର ଫିଲ୍ମ ଧୁରନ୍ଧରର ଲୋକପ୍ରିୟ ଗୀତ ‘Fa9la’ ଉପରେ ଆଧାରିତ ଏକ ରିଲ ତିଆରି କରି ଜଣେ କଂଗ୍ରେସ ନେତା ଅଡୁଆରେ ଫସି ଯାଇଛନ୍ତି। କର୍ନାଟକ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri