Posted inଖେଳ

ସୁଷମା ସ୍ବରାଜଙ୍କ ବିୟୋଗ: ଶୋକାକୁଳ କ୍ରୀଡ଼ା ଜଗତ

ନୂଆଦିଲ୍ଲୀ,୭।୮- ପୂର୍ବତନ ବହିର୍ବ୍ୟାପାର ମନ୍ତ୍ରୀ ତଥା ପୂର୍ବତନ ଦିଲ୍ଲୀ ମୁଖ୍ୟମନ୍ତ୍ରୀ ସୁଷମା ସ୍ବରାଜଙ୍କ ବିୟୋଗ ପରେ ଶୋକାକୁଳ ହୋଇପଡ଼ିଛି ଦେଶର କ୍ରୀଡ଼ା ଜଗତ। ମଙ୍ଗଳବାର ହୃଦ୍‌ଘାତ ପରେ ୬୭ ବର୍ଷୀୟା ସ୍ବରାଜଙ୍କ ମୃତ୍ୟୁ ଘଟିଥିଲା। ହଠାତ୍‌ ତାଙ୍କ ବିୟୋଗ ପରେ ବହୁ କ୍ରୀଡ଼ା ବ୍ୟକ୍ତିତ୍ୱ ସୋସିଆଲ ମିଡିଆରେ ନିଜ ଦୁଃଖ ପ୍ରକାଶ କରି ସ୍ବରାଜଙ୍କ ସହ ତାଙ୍କ ଅନ୍ତିମ ସାକ୍ଷାତ୍‌କାରକୁ ମନେ ପକାଇଛନ୍ତି। ଭେଟେରାନ ଭାଜପା ନେତା ସୁଷମାଙ୍କ ବିୟୋଗରେ ମୁଁ ଅତ୍ୟନ୍ତ ଦୁଃଖିତ। ତାଙ୍କୁ ସମସ୍ତେ ଭଲ ପାଆନ୍ତି। ସେ ସର୍ବଦା ସାହାଯ୍ୟକାରୀ ରାଜନେତା ଭାବେ ସଭିଙ୍କ ମନେ ରହିବେ। ତାଙ୍କ ପରିବାର ଓ ବନ୍ଧୁଙ୍କ ପ୍ରତି ମୁଁ ସମବେଦନା ଜଣାଉଛି। ତାଙ୍କ ବିୟୋଗ ଦେଶରେ ଏକ ବଡ଼ ଶୂନ୍ୟସ୍ଥାନ ସୃଷ୍ଟି କରିଛି ବୋଲି ଟୁଇଟ୍‌ କରିଛନ୍ତି ପୂର୍ବତନ ଭାରତୀୟ ଓପ୍‌ନର ତଥା ଏବେକାର ଏମ୍‌ପି ଗୌତମ ଗମ୍ଭୀର। ଅନ୍ୟତମ ପୂର୍ବତନ ଓପ୍‌ନର ବୀରେନ୍ଦ୍ର ସେହ୍ବାଗ ସ୍ବରାଜଙ୍କ ଫଟୋ ପୋଷ୍ଟ କରିିବା ସହ ଲେଖିଛନ୍ତି, ପରିବାର ଓ ବନ୍ଧୁଙ୍କ ସହ ମୋର ସମବେଦନା ରହିଛି। ଅଲିମ୍ପିକ୍ସ ରୌପ୍ୟ ପଦକ ବିଜେତା ତଥା ପୂର୍ବତନ କ୍ରୀଡ଼ାମନ୍ତ୍ରୀ ରାଜ୍ୟବର୍ଦ୍ଧନ ସିଂ ରାଠୋର କହିଛନ୍ତି ଯେ, ସୁଷମାଙ୍କ ହଠାତ୍‌ ବିୟୋଗରେ ମୁଁ ଦୁଃଖିତ। ୫୦ ବର୍ଷର ଲମ୍ବା ରାଜନୈତିକ କ୍ୟାରିୟରରେ ସେ ନିଜର ଧୈର୍ଯ୍ୟ ଓ ସାହସ ଯୋଗୁ ବହୁ ହୃଦୟ ଛୁଇଁଛନ୍ତି। ଜଣେ ବହିର୍ବ୍ୟାପାର ମନ୍ତ୍ରୀ ଭାବେ ତାଙ୍କ କାର୍ଯ୍ୟ ସର୍ବଦା ମନେରହିବ। ଭେଟେରାନ ଭାଜପା ନେତାଙ୍କ ବିୟୋଗରେ ଶୋକ ପ୍ରକାଶ କରିଥିବା ତାଲିକାରେ ସୁରେଶ ରାଇନା, ସାନିଆ ମିର୍ଜା, ଆକାଶ ଚୋପ୍ରା ଓ ମହମ୍ମଦ କୈଫଙ୍କ ଭଳି ଖେଳାଳି ରହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଆଜିଠୁ ମାଟ୍ରିକ ପରୀକ୍ଷା, ସ୍ଥିତି ପରଖିଲେ ଗଞ୍ଜାମ ଜିଲାପାଳ

ଛତ୍ରପୁର,୧୯ା୨(ଦିଲ୍ଲୀପ ସାମଲ): ଗୁରୁବାରଠୁ ଆରମ୍ଭ ହେଉଛି ମାଟ୍ରିକ ପରୀକ୍ଷା। ମାର୍ଚ୍ଚ ୨ ତାରିଖ ପର୍ଯ୍ୟନ୍ତ ଚାଲିବ। ଆଜି ମାତୃଭାଷାରେ ପରୀକ୍ଷା ଦେଲେ ଛାତ୍ରୀଛାତ୍ର । ସକାଳ ୯…

ନାନା ସମସ୍ୟା ଦେଇ ଗତି କରୁଛି ବଳରାମପୁର ଗାଁ, ଅଭିଯୋଗ କରି ଗ୍ରାମବାସୀ…

ଗଞ୍ଜାମ,୧୯ା୨(ବିଦ୍ୟାଧର ସାହୁ): ଗଞ୍ଜାମ ବ୍ଲକ ଖଣ୍ଡଦେଉଳି ପଞ୍ଚାୟତ ବଳରାମପୁର ଗ୍ରାମ ବିଭିନ୍ନ ସମସ୍ୟା ଦେଇ ଗତି କରୁଛି। ରାସ୍ତାଘାଟଠାରୁ ଆରମ୍ଭ କରି ବହୁ କ୍ଷେତ୍ରରେ ଅବହେଳିତ ହୋଇରହିଛି।…

କରଡ଼ା ଘାଟିରେ ଦୁର୍ଘଟଣା: ନିୟନ୍ତ୍ରଣ ହରାଇ ୫୦ ଫୁଟ ଗାତକୁ ଖସିଲା ଟ୍ରକ

ରାଇକିଆ,୧୯।୨(ପ୍ରଦୀପ ବେହେରା)- କନ୍ଧମାଳ ଜିଲା ରାଇକିଆ ବ୍ଳକର କରଡ଼ା ଘାଟିଠାରେ ନିୟନ୍ତ୍ରଣ ହରାଇ ଏକ ମହୁଲ ବୋଝେଇ ଟ୍ରକ ଘାଟିର ୫୦ ଫୁଟ ଘାଟି ତଳକୁ ଖସିଯାଇଛି।…

୧୫ ବର୍ଷ କ୍ୟାରିଅରର ଅନ୍ତ, 30 ବର୍ଷ ବୟସରେ ଅବସର ଘୋଷଣା କଲେ ଏହି ଖୋଳାଳି

ନୂଆଦିଲ୍ଲୀ,୧୯ା୨: ନ୍ୟୁଜିଲାଣ୍ଡ ମହିଳା କ୍ରିକେଟରୁ ଏକ ବଡ଼ ଖବର ସାମ୍ନାକୁ ଆସିଛି । ନ୍ୟୁଜିଲାଣ୍ଡ ମହିଳା କ୍ରିକେଟ ଦଳର ଜଣେ ନିର୍ଭରଯୋଗ୍ୟ ବ୍ୟାଟ୍ସମ୍ୟାନ୍ ଲରେନ୍ ଡାଉନ୍ କ୍ରିକେଟରୁ…

ବିଦ୍ୟୁତ୍‌ ସଂସ୍ପର୍ଶରେ ଆସି ଜଣଙ୍କ ଜୀବନ ଗଲା: ତଦନ୍ତ ଆରମ୍ଭ

ପଟ୍ଟାଙ୍ଗି,୧୯।୨(ଶରତ କୁମାର ଧଳ): କୋରାପୁଟ ଜିଲା ପଟ୍ଟାଙ୍ଗି ବ୍ଲକ ଅନ୍ତର୍ଗତ ଦେଓପଟ୍ଟାଙ୍ଗି ପଞ୍ଚାୟତ ଅଧିନସ୍ଥ ପାଟଖଣ୍ଡା ଦେବତା ନିକଟରେ ବିଦ୍ୟୁତ୍‌ ସଂସ୍ପର୍ଶରେ ଆସି ଜଣେ ଯୁବକଙ୍କ ମୃତ…

୧୦ ଗ୍ରାମ ସୁନା ବନ୍ଧକ ରଖିଲେ କେଉଁ ବ୍ୟାଙ୍କ ଦେବ ଅଧିକ ଲୋନ? ଜାଣନ୍ତୁ…

ନୂଆଦିଲ୍ଲୀ,୧୯ା୨: ୨୨ କ୍ୟାରେଟ୍ ସୁନାର ବର୍ତ୍ତମାନର ମୂଲ୍ୟ ପ୍ରତି ୧୦ ଗ୍ରାମ ୧,୪୩,୩୪୦ ଟଙ୍କା। ଏହି ମୂଲ୍ୟରେ ଆପଣ ସୁନା ଜମା କରି ଋଣ ନେଇପାରିବେ। ତଥାପି,…

ଟ୍ରେଲରକୁ ପଛପଟୁ ଧକ୍କା ଦେଲା ଟିପର, ଚାଳକ ଗୁରୁତର

ପରଜଙ୍ଗ,୧୯ା୨(ନିଗମାନନ୍ଦ ଦଳବେହେରା): ଢେଙ୍କାନାଳ ଜିଲା ପରଜଙ୍ଗ ଥାନା ଦେଇ ଯାଇଥିବା ୫୩ ନଂ ଜାତୀୟ ରାଜପଥର ପରଜଙ୍ଗ ବାଇପାସ୍ ରାସ୍ତାରେ ଦୁର୍ଘଟଣା । ଗୁରୁବାର ଭୋର ଏକ…

ସ୍ତ୍ରୀଙ୍କ ବେକରେ ଟଓ୍ବେଲ୍‌ ବାନ୍ଧି ମାରିଦେଲେ ଅବସରପ୍ରାପ୍ତ ଇସ୍ରୋ ଅଧିକାରୀ: କାରଣ ଜାଣିଲେ…

ବେଙ୍ଗାଲୁରୁ,୧୯ା୨:ଭାରତୀୟ ମହାକାଶ ଗବେଷଣା ସଂସ୍ଥା(ଇସ୍ରୋ)ରୁ ଅବସର ଗ୍ରହଣ କରିଥିବା ଜଣେ ୬୫ ବର୍ଷୀୟ ଅଧିକାରୀ ତାଙ୍କ ସ୍ତ୍ରୀଙ୍କୁ ହତ୍ୟା କରିଛନ୍ତି। ନାଗେଶ୍ୱର ରାଓ ତାଙ୍କ ପରିବାର ସହ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri