Posted inଖେଳ

ସୁଷମା ସ୍ବରାଜଙ୍କ ବିୟୋଗ: ଶୋକାକୁଳ କ୍ରୀଡ଼ା ଜଗତ

ନୂଆଦିଲ୍ଲୀ,୭।୮- ପୂର୍ବତନ ବହିର୍ବ୍ୟାପାର ମନ୍ତ୍ରୀ ତଥା ପୂର୍ବତନ ଦିଲ୍ଲୀ ମୁଖ୍ୟମନ୍ତ୍ରୀ ସୁଷମା ସ୍ବରାଜଙ୍କ ବିୟୋଗ ପରେ ଶୋକାକୁଳ ହୋଇପଡ଼ିଛି ଦେଶର କ୍ରୀଡ଼ା ଜଗତ। ମଙ୍ଗଳବାର ହୃଦ୍‌ଘାତ ପରେ ୬୭ ବର୍ଷୀୟା ସ୍ବରାଜଙ୍କ ମୃତ୍ୟୁ ଘଟିଥିଲା। ହଠାତ୍‌ ତାଙ୍କ ବିୟୋଗ ପରେ ବହୁ କ୍ରୀଡ଼ା ବ୍ୟକ୍ତିତ୍ୱ ସୋସିଆଲ ମିଡିଆରେ ନିଜ ଦୁଃଖ ପ୍ରକାଶ କରି ସ୍ବରାଜଙ୍କ ସହ ତାଙ୍କ ଅନ୍ତିମ ସାକ୍ଷାତ୍‌କାରକୁ ମନେ ପକାଇଛନ୍ତି। ଭେଟେରାନ ଭାଜପା ନେତା ସୁଷମାଙ୍କ ବିୟୋଗରେ ମୁଁ ଅତ୍ୟନ୍ତ ଦୁଃଖିତ। ତାଙ୍କୁ ସମସ୍ତେ ଭଲ ପାଆନ୍ତି। ସେ ସର୍ବଦା ସାହାଯ୍ୟକାରୀ ରାଜନେତା ଭାବେ ସଭିଙ୍କ ମନେ ରହିବେ। ତାଙ୍କ ପରିବାର ଓ ବନ୍ଧୁଙ୍କ ପ୍ରତି ମୁଁ ସମବେଦନା ଜଣାଉଛି। ତାଙ୍କ ବିୟୋଗ ଦେଶରେ ଏକ ବଡ଼ ଶୂନ୍ୟସ୍ଥାନ ସୃଷ୍ଟି କରିଛି ବୋଲି ଟୁଇଟ୍‌ କରିଛନ୍ତି ପୂର୍ବତନ ଭାରତୀୟ ଓପ୍‌ନର ତଥା ଏବେକାର ଏମ୍‌ପି ଗୌତମ ଗମ୍ଭୀର। ଅନ୍ୟତମ ପୂର୍ବତନ ଓପ୍‌ନର ବୀରେନ୍ଦ୍ର ସେହ୍ବାଗ ସ୍ବରାଜଙ୍କ ଫଟୋ ପୋଷ୍ଟ କରିିବା ସହ ଲେଖିଛନ୍ତି, ପରିବାର ଓ ବନ୍ଧୁଙ୍କ ସହ ମୋର ସମବେଦନା ରହିଛି। ଅଲିମ୍ପିକ୍ସ ରୌପ୍ୟ ପଦକ ବିଜେତା ତଥା ପୂର୍ବତନ କ୍ରୀଡ଼ାମନ୍ତ୍ରୀ ରାଜ୍ୟବର୍ଦ୍ଧନ ସିଂ ରାଠୋର କହିଛନ୍ତି ଯେ, ସୁଷମାଙ୍କ ହଠାତ୍‌ ବିୟୋଗରେ ମୁଁ ଦୁଃଖିତ। ୫୦ ବର୍ଷର ଲମ୍ବା ରାଜନୈତିକ କ୍ୟାରିୟରରେ ସେ ନିଜର ଧୈର୍ଯ୍ୟ ଓ ସାହସ ଯୋଗୁ ବହୁ ହୃଦୟ ଛୁଇଁଛନ୍ତି। ଜଣେ ବହିର୍ବ୍ୟାପାର ମନ୍ତ୍ରୀ ଭାବେ ତାଙ୍କ କାର୍ଯ୍ୟ ସର୍ବଦା ମନେରହିବ। ଭେଟେରାନ ଭାଜପା ନେତାଙ୍କ ବିୟୋଗରେ ଶୋକ ପ୍ରକାଶ କରିଥିବା ତାଲିକାରେ ସୁରେଶ ରାଇନା, ସାନିଆ ମିର୍ଜା, ଆକାଶ ଚୋପ୍ରା ଓ ମହମ୍ମଦ କୈଫଙ୍କ ଭଳି ଖେଳାଳି ରହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

Posted inଖେଳ View All

ଟି୨୦ ବିଶ୍ୱକପ୍‌ ଲାଗି ସିକ୍ସର କିଙ୍ଗ ଯୁବରାଜଙ୍କୁ ମିଳିଲା ବଡ଼ ଦାୟିତ୍ୱ

ନୂଆଦିଲ୍ଲୀ,୨୬।୪: ଆଇସିସି ପୁରୁଷ ଟି-୨୦ ବିଶ୍ୱକପ୍‌ ୨୦୨୪ ଜୁନ୍‌ରେ ଆରମ୍ଭ ହେବ। ଆମେରିକା ଓ ୱେଷ୍ଟଇଣ୍ଡିଜରେ ଜୁନ ପହିଲାରୁ ଜୁନ୍‌ ୨୯ ଯାଏ ଏହା ଖେଳାଯିବ।...

ପୂର୍ବତନ ଅଷ୍ଟ୍ରେଲିଆ ଅଧିନାୟକ ପଣ୍ଟିଂଙ୍କ ଖୁଲାସା: ଯେଉଁ ବ୍ୟାଟ୍‌ରେ ଶତକ ମାରୁଥିଲେ…

ନୂଆଦିଲ୍ଲୀ,୨୬।୪: ଦୁଇ ଥର ବିଶ୍ୱକପ୍‌ ବିଜେତା ଅଷ୍ଟ୍ରେଲିଆ ଅଧିନାୟକ ରିକି ପଣ୍ଟିଂ ଏବେ ଦିଲ୍ଲୀ କ୍ୟାପିଟାଲ୍ସର ମୁଖ୍ୟ କୋଚ୍‌ ଭାବେ ଦାୟିତ୍ୱ ସମ୍ପାଦନ କରୁଛନ୍ତି। ଦିନ...

ପାକିସ୍ତାନକୁ ହରାଅ, ତୁମକୁ ଭୂରି ଭୋଜନ ମୁଁ ଦେବି- ବିଶ୍ୱକପ୍‌ରେ ଟିମ୍‌ ଇଣ୍ଡିଆ ଖେଳାଳିଙ୍କୁ କିଛି ଏଭଳି କହିଥିଲେ ସଚିନ…

ନୂଆଦିଲ୍ଲୀ,୨୬।୪: କୌଣସି ଫର୍ମାଟ ହେଉ ନା କାହିଁକି ଭାରତ ପାକିସ୍ତାନ ମ୍ୟାଚ୍‌ କଥା ପଡ଼ିଲେ ପ୍ରଶଂସକଙ୍କ ଉତ୍କଣ୍ଠା ବଢ଼ିଯାଇଥାଏ। ହେଲେ ଦୁଇ ଦେଶ ଏବେ କେବଳ...

ଆଇପିଏଲ୍‌ ମଝିରେ ପୁଣି ଥରେ ବାପା ହେଲେ ପାଣ୍ଡ୍ୟା !

ନୂଆଦିଲ୍ଲୀ,୨୬।୪: ପୁଣି ଥରେ ବାପା ହୋଇଛନ୍ତି ହାର୍ଦ୍ଦିକ ପାଣ୍ଡ୍ୟାଙ୍କ ବଡ଼ ଭାଇ ତଥା ଆଇପିଏଲ୍‌ରେ ଲକ୍ଷ୍ନୌ ସୁପର ଜିଆଣ୍ଟସ୍‌ ପାଇଁ ଖେଳୁଥିବା କ୍ରୁଣାଳ ପାଣ୍ଡ୍ୟା। କ୍ରୁଣାଳଙ୍କ...

ଭୋଟ ଦେଲେ କ୍ରିକେଟ୍‌ର ଜେଣ୍ଟଲମ୍ୟାନ୍‌: ମତଦାନ କେନ୍ଦ୍ରରେ ହୃଦୟ ଜିତିଲେ

ବେଙ୍ଗାଲୁରୁ,୨୬।୪: ଭାରତୀୟ କ୍ରିକେଟ ଦଳର ପୂର୍ବତନ ଅଧିନାୟକ ତଥା ବର୍ତ୍ତମାନର କୋଚ ରାହୁଲ ଦ୍ରାବିଡ ଶୁକ୍ରବାର ବେଙ୍ଗାଲୁରୁର ମତଦାନ କେନ୍ଦ୍ରରେ ପହଞ୍ଚି ଭୋଟ ଦେଇଛନ୍ତି। ଭୋଟ...

ମିଚେଲ୍‌ ମାର୍ଶଙ୍କ ରିପ୍ଲେସମେଣ୍ଟ ଘୋଷଣା କଲା ଦିଲ୍ଲୀ କ୍ୟାପିଟାଲ୍ଡ: ଏହି ଖେଳାଳିଙ୍କୁ ଦଳରେ କଲା ସାମିଲ

ନୂଆଦିଲ୍ଲୀ, ୨୬ା୪: ଇଣ୍ଡିଆନ ପ୍ରିମିୟର ଲିଗ୍‌(ଆଇପିଏଲ୍‌) ୨୦୨୪ର ଅବଶିଷ୍ଟାଂଶ ପାଇଁ ଦିଲ୍ଲୀ କ୍ୟାପିଟାଲ୍ସ ମିଚେଲ ମାର୍ଶଙ୍କ ସ୍ଥାନରେ ଆଫଗାନିସ୍ତାନ ଅଲରାଉଣ୍ଡର ଗୁଲ୍‌ବଦିନ ନାଇବଙ୍କୁ ଦଳରେ ସାମିଲ...

ଏହି କାରଣ ପାଇଁ ଦୁବେଙ୍କ ବଦଳରେ ହାର୍ଦ୍ଦିକଙ୍କୁ ଟି-୨୦ ବିଶ୍ୱକପ ଦଳରେ ମିଳିବ ସ୍ଥାନ: ରିପୋର୍ଟ

ନୂଆଦିଲ୍ଲୀ,୨୬।୪: ଭାରତ ଷ୍ଟାର ଅଲରାଉଣ୍ଡର ହାର୍ଦ୍ଦିକ ପାଣ୍ଡ୍ୟା ଭଲ ଫର୍ମ ନଥାଇ ପାରନ୍ତି କିନ୍ତୁ ତାଙ୍କର ପୂର୍ବ ପ୍ରଦର୍ଶନ ବଳରେ ବା ତାଙ୍କ ପ୍ରତିବଦଳ ଖେଳାଳି...

ସବୁ ମ୍ୟାଚ୍‌ ଜିତିପାରିବୁ ନାହିଁ…କାହିଁକି ଏମିତି କହିଲେ ୨୦.୫ କୋଟି ଟଙ୍କାର ଖେଳାଳି

ହାଇଦ୍ରାବାଦ୍‌,୨୬।୪: ଆଇପିଏଲ ୨୦୨୪ର ୪୧ତମ ମ୍ୟାଚରେ ସନରାଇଜର୍ସ ହାଇଦ୍ରାବାଦକୁ ରୟାଲ ଚ୍ୟାଲେଞ୍ଜର୍ସ ବେଙ୍ଗାଲୁରୁ ବିପକ୍ଷରେ ପରାଜୟର ସମ୍ମୁଖୀନ ହେବାକୁ ପଡଛି। ବେଙ୍ଗାଲୁରୁ ନିଜ ଘରେ ହାଇଦ୍ରାବାଦକୁ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri