ସୁସ୍ଥ ଅଛନ୍ତି ରାଜ୍ୟର ଏକମାତ୍ର କରୋନା ରୋଗୀ, ସାଧାରଣ ଲୋକେ ଅଯଥାରେ ମାସ୍କ ପିନ୍ଧନ୍ତୁ ନାହିଁ: ବାଗ୍‌ଚୀ

ଭୁବନେଶ୍ୱର,୧୮।୩(ବ୍ୟୁରୋ): ଓଡ଼ିଶାର ଏକମାତ୍ର କରୋନା ଚିହ୍ନଟ ରୋଗୀଙ୍କ ସ୍ବାସ୍ଥ୍ୟାବସ୍ଥା ସ୍ଥିର ରହିଛି। ସେ ସକାଳ ଭୋଜନ ଓ ଦ୍ୱିପ୍ରହର ଭୋଜନ ଠିକ୍‌ ଭାବେ ଖାଇଛନ୍ତି। ଏଣୁ ସେ ଧୀରେଧୀରେ ସୁସ୍ଥ ହେଉଥିବା ଆଶା କରାଯାଉଛି ବୋଲି ବୁଧବାର ଗୀତଗୋବିନ୍ଦ ସଦନରେ ଆୟୋଜିତ ଖବରଦାତା ସମ୍ମିଳନୀରେ ରାଜ୍ୟ ସରକାରଙ୍କ କରୋନା ଭୂତାଣୁ ସଂକ୍ରମଣ ସଚେତନତା କମିଟି ମୁଖ୍ୟ ପ୍ରବକ୍ତା ସୁବ୍ରତୋ ବାଗ୍‌ଚୀ ସୂଚନା ଦେଇ କହିଛନ୍ତି।

ବାଗ୍‌ଚୀ କହିଛନ୍ତି, ମହାପ୍ରଭୁ ମଧ୍ୟ ୧୪ ଦିନ ଅଣସରରେ ରହିଥାନ୍ତି। ହାଡ଼ଫୁଟି ହେଲେ ଲୋକେ ଘରେ ରହିଥାନ୍ତି। କରୋନାକୁ ସେଭଳି ମୁକାବିଲା କରିହେବ। ଜନଗହଳିପୂର୍ଣ୍ଣ ସ୍ଥାନରୁ ଦୂରେଇ ରହିବା ଆବଶ୍ୟକ। କରୋନା ସଂକ୍ରମିତ ହେବାର ସମ୍ଭାବନା ଲାଗିଲେ ଉକ୍ତ ବ୍ୟକ୍ତି ନିଜେ ଅନ୍ୟମାନଙ୍କଠାରୁ ଦୂରେଇ ନେବା ଉଚିତ। ଫଳରେ ଅନ୍ୟମାନଙ୍କୁ ସେ ସୁରକ୍ଷା ଦେଇପାରିବେ।
ଏହାଛଡ଼ା କେବଳ ଦେହ ଖରାପ ଥିବା ତଥା ସଂକ୍ରମଣର ଆଶଙ୍କା ଥିବା ବ୍ୟକ୍ତି ମାସ୍କ ବ୍ୟବହାର କରନ୍ତୁ। ଅଯଥାରେ ମାସ୍କ ପିନ୍ଧି ବୁଲନ୍ତୁ ନାହିଁ। ସାଧାରଣ ଲୋକର ମାସ୍କ ପିନ୍ଧିବାର ଆବଶ୍ୟକତା ନାହିଁ। ଔଷଧ ଦୋକାନରେ ବଞ୍ଚାଇ ରଖାଯାଉ। ହେଲେ ଏବେଠୁ ହଡ଼ବଡ଼ାଇ ଯାଇ ପିନ୍ଧିଲେ ଆବଶ୍ୟକ ସମୟରେ ମାସ୍କ ମିଳି ନ ପାରେ। କେବଳ ଯେ ନାକ ଓ ପାଟି ଦ୍ୱାରା କରୋନା ସଂକ୍ରମଣ ହେବ ତାହା ନୁହେଁ ଏହି ଭୂତାଣୁ ଆଖି, କାନ ମଧ୍ୟରେ ପ୍ରବେଶ କରିପାରିବ। ଏଣୁ ସଚେତନ ରହିବା ସହ ସରକାରଙ୍କ ପକ୍ଷରୁ ଦିଆଯାଉଥିବା ପରାମର୍ଶକୁ ଗ୍ରହଣ କରନ୍ତୁ। ଅଯଥାରେ ଭୟଭୀତ ନ ହୋଇ ରୋଗକୁ ମୁକାବିଲା କରିବା ଦିଗରେ ପ୍ରସ୍ତୁତ ରୁହନ୍ତୁ ବୋଲି ବାଗ୍‌ଚୀ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ମୋଦିଙ୍କ କାର୍ଯ୍ୟକ୍ରମ ସ୍ଥଳରୁ ବନ୍ଧୁକ ସହ ଧରାପଡିଲେ ୨ ସନ୍ଦିଗ୍ଧ

ମୁମ୍ବାଇ,୮।୯: ମୁମ୍ବାଇର ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଯେଉଁଠାରେ ଏକ କାର୍ଯ୍ୟକ୍ରମରେ ଯୋଗଦେବାକୁ ଯାଉଛନ୍ତି ସେହି ସ୍ଥାନ ନିକଟରୁ ଦୁଇଜଣଙ୍କୁ ଅଟକ ରଖାଯାଇଛି। ସେମାନଙ୍କ ମଧ୍ୟରୁ ଜଣଙ୍କଠାରୁ ଏକ…

ବାଘ ଛାଲ ଡିଲ୍‌ ବେଳେ ମାଡ଼ି ବସିଲା ଗୁଜରାଟ ଟିମ୍‌

ଜୟପୁର,୮।୯: ଗୁଜରାଟର ସ୍ବତନ୍ତ୍ର ଡିଆର୍‌ଆଇ ଟିମ୍‌କୁ ଓଡ଼ିଶାରେ ଏକ ବଡ଼ ସଫଳତା ମିଳିଛି। ଡିଆର୍‌ଆଇ ଟିମ୍‌ ଜୟପୁରରେ ଚଢ଼ାଉ କରି ଏକ କଲରା ପତରିଆ ବାଘ ଛାଲ…

ଏମଆରଏଫ୍‌ ୟୁନିଟ୍‌ରେ ପଶିଲା ୫ ଫୁଟର ଅଜଗର, ପରେ….

କୁଆଁରମୁଣ୍ଡା, ୮।୯ (ମହେନ୍ଦ୍ର କୁମାର ସାହୁ): ମଙ୍ଗଳବାର ମଧ୍ୟାହ୍ନରେ କୁଆଁରମୁଣ୍ଡା ବ୍ଲକ ଏମଆରଏଫ୍‌ ୟୁନିଟ୍‌ ଭିତରକୁ ଏକ ଅଜଗର ସାପ ପଶିଯାଇଥିଲା। ସାପଟିକୁ ଦେଖି କର୍ମଚାରୀମାନେ ଭୟଭୀତ…

ଯୁବ IAS କସ୍ତୁରୀ ଶାହାଙ୍କୁ ଭବାନୀପାଟଣା ଉପଜିଲାପାଳ ଦାୟିତ୍ୱ, ଛୁଟିଲା ଶୁଭେଚ୍ଛା…

ଭବାନୀପାଟଣା,୮।୯(ଉତ୍ତମ କୁମାର ଦାଶ): ଟ୍ରେନିଂ ଶେଷ ପରେ ୯ ଯୁବ IASଙ୍କୁ ଉପଜିଲାପାଳ ଭାବେ ନିଯୁକ୍ତି ମିଳିଛି। ଏନେଇ ରାଜ୍ୟ ସରକାରଙ୍କ ପକ୍ଷରୁ ବିଜ୍ଞପ୍ତି ଜାରି କରାଯାଇଛି।…

ପାକିସ୍ତାନର ଇଣ୍ଡିଆ ପ୍ରେମ! ବିରାଟ କୋହଲିଙ୍କ ବ୍ରାଣ୍ଡର ଜୋତା ପିନ୍ଧି ଖେଳୁଛନ୍ତି ପାକିସ୍ତାନୀ କ୍ରିକେଟର; ଫଟୋ ଭାଇରାଲ

ନୂଆଦିଲ୍ଲୀ,୮।୯: ପାକିସ୍ତାନ ଦଳର କେତେଜଣ ଖେଳାଳି ବିରାଟ କୋହଲିଙ୍କ ବ୍ରାଣ୍ଡ, One8 ର ଜୋତା ପିନ୍ଧି ମହିଳା ଏସିଆ କପରେ ଖେଳୁଛନ୍ତି; ଏହାର ଫଟୋ ଏବେ ଭାଇରାଲ…

‘କାଜି କ୍ୟାମ୍ପ ଉପରେ କ୍ଷେପଣାସ୍ତ୍ର ପକାଅ’: ଭୋପାଳ ଭାଜପା ବିଧାୟକଙ୍କ ବୟାନକୁ ନେଇ ରାଜନୈତିକ ମହଲରେ ହଇଚଇ

ଭୋପାଳ,୮।୯: ମଧ୍ୟପ୍ରଦେଶର ରାଜଧାନୀ ଭୋପାଳରେ ଭାରତୀୟ ଜନତା ପାର୍ଟି (ଭାଜପା) ବିଧାୟକ ରାମେଶ୍ୱର ଶର୍ମାଙ୍କ ଏକ ବୟାନ ରାଜନୈତିକ ବିବାଦ ସୃଷ୍ଟି କରିଛି। ହୁଜୁର ବିଧାନସଭା ନିର୍ବାଚନମଣ୍ଡଳୀର…

ପୁଣି ବଢ଼ିଗଲା BCCIର ରାଜକୋଷ; ୩୫ ମ୍ୟାଚ ଚୁକ୍ତିରୁ ମିଳିଲା ଏତିକି କୋଟି

ନୂଆଦିଲ୍ଲୀ,୮।୯: ବିଶ୍ୱର ସବୁଠାରୁ ଧନୀ କ୍ରିକେଟ ବୋର୍ଡ BCCI ଏକ ନୂତନ ଚୁକ୍ତି କରିଛି। ଟିମ ଇଣ୍ଡିଆ ଘରୋଇ ମାଟିରେ ଖେଳିବା ପାଇଁ ବୋର୍ଡ ଏବେ 3.71…

ରାଜଧାନୀରେ ମହିଳାଙ୍କୁ ବଳାତ୍କାର

ଭୁବନେଶ୍ୱର,୮।୯: ରାଜଧାନୀ ଭୁବନେଶ୍ୱର ଭରତପୁର ଥାନା ଅଞ୍ଚଳରୁ ଏକ ଲଜ୍ଜା ଜନକ ଘଟଣା ସାମ୍ନାକୁ ଆସିଛି। ଘରେ ପଶି ଜଣେ ମହିଳାଙ୍କୁ ବଳାତ୍କାର କରାଯାଇଥିବା ଅଭିଯୋଗ ହୋଇଛି।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri