‘ସୁସ୍ଥ ଜୀବନ ଲାଗି ତମାଖୁ ବର୍ଜନ କର’

ବାଲେଶ୍ୱର ଅଫିସ, ୧ା୬-ବାଲେଶ୍ୱର ଫକୀରମୋହନ କନିଷ୍ଠ ମହାବିଦ୍ୟାଳୟ ପରିସରରେ ବିଶ୍ୱ ତମାଖୁ ବର୍ଜନ ଦିବସ ଜାତୀୟ ସେବା ଯୋଜନା ତରଫରୁ ଶୁକ୍ରବାର ପାଳିତ ହୋଇଯାଇଛି। ମହାବିଦ୍ୟାଳୟ ଅଧ୍ୟକ୍ଷା ଡ. ମିନତି ସେଠୀ ଏହାକୁ ଉଦ୍‌ଘାଟନ କରି ସୁସ୍ଥ ଜୀବନଯାପନ ପାଇଁ ତମାଖୁ ବର୍ଜନ ନିତାନ୍ତ ଆବଶ୍ୟକ ବୋଲି ମତବ୍ୟକ୍ତ କରିଥିଲେ। ମହାବିଦ୍ୟାଳୟ ଯୁଗ୍ମ ପ୍ରଶାସନିକ ଅଧିକାରୀ ଡ. ସନ୍ତୋଷ କୁମାର ରାଉତ ଓ ଡ. ଭାଗବତ ଭୂୟାଁ ବିଶ୍ୱତମାଖୁ ବର୍ଜନ ଦିବସର ତାତ୍ପର୍ଯ୍ୟ ଓ ଉପାଦେୟତା ସମ୍ପର୍କରେ ମତ ରଖିଥିଲେ। ଏହି ଉପଲକ୍ଷେ ଏନ୍‌ଏସ୍‌ଏସ୍‌ର ସ୍ବେଚ୍ଛାସେବୀ ଓ ଛାତ୍ରୀଛାତ୍ର ଶପଥପାଠ କରି ତମାଖୁ ବର୍ଜନ ପାଇଁ ବ୍ୟକ୍ତିଗତ ଓ ସାମାଜିକ ସଚେତନତା ଉପରେ ସେମାନଙ୍କର ପ୍ରତିକ୍ରିୟା ପ୍ରଦାନ କରିଥିଲେ। ଅଧ୍ୟାପକ ଅଶୋକ ପ୍ରିୟଦର୍ଶୀ, ପ୍ରଦୀପ କୁମାର ରଣା, ଶୁଭକାନ୍ତ ସେଠୀ, ଅଦୈତ ରଞ୍ଜନ ନାୟକ, ଆକାଉଣ୍ଟାଣ୍ଟ ପ୍ରଦୀପ ଶତପଥୀ, ସାମ୍‌ ଡିଇଓ ଅତନୁ ସାହୁଙ୍କ ସମେତ ଅନ୍ୟ କର୍ମଚାରୀ ସହଯୋଗ କରିଥିଲେ। ସାମାଜିକ ଏବଂ ବ୍ୟକ୍ତିଗତ ସଚେତନତା ସୃଷ୍ଟି ଏହି ଦିବସ ପାଳନର ମୁଖ୍ୟ ଲକ୍ଷ୍ୟ ଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ନିଜେ ପଞ୍ଚମ ଫେଲ୍, ଚାକିରି ଦେବା ଆଳରେ ଠକିନେଲେ ୨କୋଟିରୁ ଊର୍ଦ୍ଧ୍ୱ ଟଙ୍କା 

ସୋର, ୨୫।୪: (ଜନ୍ମେଜୟ ମିଶ୍ର): ଚାକିରି କରାଇ ଦେବାର ଆଳ ଦେଖାଇ ବାଲେଶ୍ୱର ଜିଲା ସୋର ଅଞ୍ଚଳର ଜଣେ ଯୁବକ ବିଭିନ୍ନ ଲୋକଙ୍କଠାରୁ ୨କୋଟିରୁ ଊର୍ଦ୍ଧ୍ୱ...

ପାଚିଲା ଧାନ କ୍ଷେତରେ ହାତୀପଲଙ୍କ ଉପଦ୍ରବ:ଚାଷୀ ମୁଣ୍ଡରେ ଚଡକ

ରୂପସା,୨୩।୪(ବାଞ୍ଛାନିଧି ଦେ)ବାଲେଶ୍ବର ଜିଲା ବସ୍ତା ଥାନା ସଦାନନ୍ଦପୁର ପଞ୍ଚାୟତ ଅନ୍ତର୍ଗତ ନାଇକୁଡି ଗ୍ରାମରେ ଝାଡଖଣ୍ତି ହାତୀପଲଙ୍କ ଉପଦ୍ରବ ଦେଖିବାକୁ ମିଳିଛି l ୫୦ରୁ ଊର୍ଦ୍ଧ ଝାଡଖଣ୍ତି...

ସରପଞ୍ଚରୁ ବିଧାୟିକା ପ୍ରାର୍ଥୀ

ବାଲେଶ୍ୱର,୨୧।୪(ମାନସ ବିଶ୍ୱାଳ)ବାଲେଶ୍ୱର ଜିଲାର ଦୁଇଟି ବିଧାନସଭା ଆସନର ପ୍ରାର୍ଥୀଙ୍କ ନାମ ବିଜେଡି ଷଷ୍ଠ ପର୍ଯ୍ୟାୟ ପ୍ରାର୍ଥୀ ତାଲିକାରେ ଘୋଷଣା କରିଛି। ରେମୁଣା ବିଧାନସଭା କ୍ଷେତ୍ରରୁ ବିଦ୍ୟାସ୍ମିତା...

କାମ ସାରି ଘରକୁ ଫେରୁଥିବା ବେଳେ ପଛପଟୁ ଧକ୍କା ଦେଲା ପିକଅପ୍‌ ଭ୍ୟାନ୍‌

ବାଲେଶର ଅଫିସ,୨୦।୪( ମାନସ ବିଶ୍ୱାଳ): ବାଲେଶ୍ବର ଜିଲା ନୀଳଗିରି ଥାନାରେ ହୋମଗାର୍ଡ ଭାବେ କାର୍ଯ୍ୟ କରୁଥିବା ଛୋଟକାନପୁର ଗ୍ରାମର ଲକ୍ଷ୍ମୀଧର ଜେନା ( ୫୬) ଶନିବାର...

ମତ୍ସ୍ୟଜୀବୀଙ୍କୁ ମିଳୁନି ମୌଳିକ ସୁବିଧା

କାଳିପଦା, ୨୦।୪(ରାଜଶ୍ରୀ ପାଣିଗ୍ରାହୀ)ନିର୍ବାଚନ ପୂର୍ବରୁ ସବୁବର୍ଗର ଲୋକଙ୍କୁ ଖୁସି କରିବା ଲାଗି ବିଭିନ୍ନ ଲୋଭନୀୟ ଯୋଜନା ମାଧ୍ୟମରେ ସରକାର ଲୋକଙ୍କ ପାଖରେ ପହଞ୍ଚାଇବାକୁ ଚେଷ୍ଟା କରୁଛନ୍ତି।...

ପର୍ଯ୍ୟବେକ୍ଷକଙ୍କ ଆଗରେ ଅସନ୍ତୋଷ ଝାଡ଼ିଲେ ଛାମୁଆ ନେତା

ବାଲେଶ୍ୱର, ୨୦୪(ମାନସ ବିଶ୍ୱାଳ):  ବାଲେଶ୍ୱର ଜିଲା ବାମପଦାସ୍ଥିତ ନୋସି ବିଜିନେସ ପାର୍କରେ ଶୁକ୍ରବାର ବିଜେଡିର ବାଲେଶ୍ୱର ସଂସଦୀୟ କ୍ଷେତ୍ରର ନିର୍ବାଚନୀ ପ୍ରସ୍ତୁତି ବୈଠକ ଅନୁଷ୍ଠିତ ହୋଇଥିଲା।...

ଅଶୁଂଘାତ ନେଲା ଜଣଙ୍କ ଜୀବନ

ଭୁବନେଶ୍ୱର,୧୯।୪: ଅଂଶୁଘାତରେ ରାଜ୍ୟରେ ଜଣଙ୍କର ମୃତ୍ୟୁ ଘଟିଛି। ମୃତ ବ୍ୟକ୍ତି ଜଣଙ୍କ ବାଲେଶ୍ୱରର ବୋଲି ଜଣାପଡିଛି। ଜନସ୍ବାସ୍ଥ୍ୟ ନିର୍ଦ୍ଦେଶକ ଡାକ୍ତର ନିରଞ୍ଜନ ମିଶ୍ର ଆଜି ଏହି...

‘କ୍ରୁଜ୍‌’ କ୍ଷେପଣାସ୍ତ୍ରର ସଫଳ ପରୀକ୍ଷଣ

ବାଲେଶ୍ୱର, ୧୯।୪(ମାନସ ବିଶ୍ୱାଳ):ବାଲେଶ୍ୱର ଚାନ୍ଦିପୁରସ୍ଥିତ ପ୍ରତିରକ୍ଷା ଗବେଷଣା ଓ ବିକାଶ ସଙ୍ଗଠନ (ଡିଆରଡିଓ) ପକ୍ଷରୁ ଇଣ୍ଟିଗ୍ରେଟେଡ୍‌ ଟେଷ୍ଟ ରେଞ୍ଜ (ଆଇଟିଆର୍‌)ରୁ ସ୍ବଦେଶୀ ଜ୍ଞାନକୌଶଳରେ ନିର୍ମିତ ‘କ୍ରୁଜ୍‌’...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri