CORONAVIRUS UPDATE: ରାଜ୍ୟରେ ସୁସ୍ଥ ହେଲେ ଆଉ ୧୧୯ କରୋନା ଆକ୍ରାନ୍ତ; ଯାଜପୁରରୁ ସର୍ବାଧିକ

ଭୁବନେଶ୍ୱର, ୧।୬(ବ୍ୟୁରୋ): ଓଡ଼ିଶାରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ବୃଦ୍ଧି ପାଇ ଚାଲିଥିବା ବେଳେ ବହୁ ଆକ୍ରାନ୍ତ ସୁସ୍ଥ ହୋଇ ଘରକୁ ଫେରିବା ଆଶ୍ୱସ୍ତି ଆଣିଛି। ରାଜ୍ୟରେ ସୋମବାର ୧୧୯ କରୋନା ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି। ଏ ନେଇ ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ମିଳିଛି। ଏମାନଙ୍କ ମଧ୍ୟରେ ଯାଜପୁର ଜିଲାରୁ ସର୍ବାଧିକ ୬୦ ଜଣ ସୁସ୍ଥ ହୋଇଛନ୍ତି। କଟକରୁ ୧୩, କେନ୍ଦ୍ରାପଡ଼ାରୁ ୧୨, ଗଜପତିରୁ ୯, ନୟାଗଡ଼ରୁ ୬, ସୁନ୍ଦରଗଡ଼ରୁ ୫ ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି। ସେହିପରି ବାଲେଶ୍ୱର, ପୁରୀ ଓ ଖୋର୍ଦ୍ଧାରୁ ୩ଜଣ ଲେଖାଏ ସୁସ୍ଥ ହୋଇଥିବା ବେଳେ ଗଞ୍ଜାମ ଓ ବଲାଙ୍ଗୀରରୁ ୨ ଜଣେ ଲେଖାଏ ଏବଂ ସମ୍ବଲପୁରରୁ ଜଣେ ସୁସ୍ଥ ହୋଇଛନ୍ତି। ଏଯାବତ୍‌ ରାଜ୍ୟରେ ୧୨୪୫ ଆକ୍ରାନ୍ତ ଆରୋଗ୍ୟ ହୋଇଛନ୍ତି।