ସୁସ୍ଥ ହୋଇ ଫେରିଲେ ଘନଶ୍ୟାମ, ଡାକ୍ତରଙ୍କୁ ମୁଖ୍ୟମନ୍ତ୍ରୀଙ୍କ ଧନ୍ୟବାଦ

ଭୁବନେଶ୍ୱର, ୧୧ା୨(ବ୍ୟୁରୋ): ମସ୍ତିଷ୍କ ମୃତ୍ୟୁ ଘଟିଥିବା ଗଞ୍ଜାମର ପି. ପ୍ରିୟଙ୍କାରାଣୀ ପାତ୍ରଙ୍କ କିଡ୍‌ନୀକୁ ସଫଳତାର ସହ ପ୍ରତିରୋପଣ କରାଯିବା ପରେ ଘନଶ୍ୟାମ ଜେନା ଏକ ନୂଆ ଜୀବନ ପାଇଛନ୍ତି। ଗତ ୪ ତାରିଖରେ ଆପୋଲୋ ହସ୍ପିଟାଲରେ ଦୀର୍ଘ ୬ଘଣ୍ଟା ଅସ୍ତ୍ରୋପଚାର ହୋଇଥିଲା। ବର୍ତ୍ତମାନ ସୁସ୍ଥ ହୋଇ ଘନଶ୍ୟାମ ସୋମବାର ହସ୍ପିଟାଲରୁ ଡିସ୍‌ଚାର୍ଜ ହୋଇ ଘରକୁ ଫେରିଛନ୍ତି। କେବଳ ଘନଶ୍ୟାମ ନୁହନ୍ତି, ପ୍ରିୟଙ୍କାଙ୍କ ଆଉ ଏକ କିଡ୍‌ନୀ ମଧ୍ୟ କଟକ ଏସ୍‌ସିବିରେ ଫିରୋଜ ସାହୁଙ୍କ ଶରୀରରେ ପ୍ରତିରୋପଣ କରାଯାଇଥିଲା ଏବଂ ସେ ମଧ୍ୟ ସୁସ୍ଥ ଥିବା ଜଣାପଡ଼ିଛି। ପ୍ରିୟଙ୍କାଙ୍କ ପରିବାର ଏଭଳି ଏକ ମହତ୍‌ ନିଷ୍ପତ୍ତି ନେଇ ଦୁଇଜଣଙ୍କ ଜୀବନ ବଞ୍ଚାଇବା ପରେ ଚାରିଆଡ଼ୁ ତାଙ୍କୁ ପ୍ରଶଂସାର ସୁଅ ଛୁଟିବାରେ ଲାଗିଛି। ଏହି ପରିପ୍ରେକ୍ଷୀରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଦୁଇଜଣଙ୍କ ଜୀବନ ରକ୍ଷା କରିଥିବା ଏସ୍‌ସିବି ମେଡିକାଲ ଓ ଆପୋଲୋ ହସ୍ପିଟାଲ ଭୁବନେଶ୍ୱରର ଡାକ୍ତରମାନଙ୍କୁ ସୋମବାର ଲୋକସେବା ଭବନରେ ଆୟୋଜିତ ଏକ ବୈଠକରେ ସେମାନଙ୍କ ସଫଳତା ପାଇଁ ଧନ୍ୟବାଦ ଜଣାଇଛନ୍ତି। ଏହି ପ୍ରଥମ କାଡାଭାରିକ୍‌ କିଡ୍‌ନୀ ପ୍ରତିରୋପଣକୁ ରାଜ୍ୟରେ ସ୍ବାସ୍ଥ୍ୟ ସେବା କ୍ଷେତ୍ରରେ ଏକ ମାଇଲଖୁଣ୍ଟ ଭାବେ ବର୍ଣ୍ଣନା କରି ମୁଖ୍ୟମନ୍ତ୍ରୀ ଡାକ୍ତରମାନଙ୍କ ଦକ୍ଷତାର ଉଚ୍ଚପ୍ରଶଂସା କରିଥିଲେ। ଆଗାମୀ ଦିନରେ ଅଙ୍ଗ ପ୍ରତିରୋପଣ ପାଇଁ ରାଜ୍ୟ ସରକାର ସବୁ ପ୍ରକାର ସାହାଯ୍ୟ ଓ ସହଯୋଗ ଯୋଗାଇବେ ବୋଲି ମୁଖ୍ୟମନ୍ତ୍ରୀ କହିଛନ୍ତି। ସେହିଭଳି ସ୍ବାସ୍ଥ୍ୟ ମନ୍ତ୍ରୀ ନବ ଦାସ ମଧ୍ୟ ସଫଳ ଅସ୍ତ୍ରୋପଚାର ଲାଗି ଡାକ୍ତରମାନଙ୍କୁ ଶୁଭେଚ୍ଛା ଜଣାଇଛନ୍ତି। ‘୫ ଟି’ ସଚିବ ଭି. କେ. ପାଣ୍ଡିଆନ କହିଥିଲେ, ମୃତ ବ୍ୟକ୍ତିଙ୍କ ଅଙ୍ଗଦାନ ଏକ ମହତ୍‌ ଦାନ। ଏହାଦ୍ୱାରା ଅନ୍ୟମାନଙ୍କ ଜୀବନ ରକ୍ଷା ଯେପରି ହୋଇପାରିବ ସେଥିପାଇଁ ଆବଶ୍ୟକ ପଡ଼ିଲେ ହେଲିକପ୍ଟର ସୁବିଧା ମଧ୍ୟ ଯୋଗାଇ ଦିଆଯିବ ବୋଲି ସେ କହିଛନ୍ତି। କଟକ ଏସ୍‌ସିବି ମେଡିକାଲ କଲେଜର ନେଫ୍ରୋଲୋଜି ବିଭାଗ ମୁଖ୍ୟ ପ୍ରଫେସର ଡା. ଚିତ୍ତରଞ୍ଜନ କର ଏବଂ ଆପୋଲୋ ହସ୍ପିଟାଲର ୟୁରୋଲୋଜି ବିଭାଗ ମୁଖ୍ୟ ଡା. ସମୀରନ୍‌ ଦାସ ଅଧିକାରୀ ମୃତ ବ୍ୟକ୍ତିଙ୍କ ଅଙ୍ଗ ସଂଗ୍ରହ ଏବଂ ପ୍ରତିରୋପଣ ସମ୍ପର୍କରେ ବିସ୍ତୃତ ସୂଚନା ଦେଇଥିଲେ। କଟକ ଏସ୍‌ସିବି ମେଡିକାଲ କଲେଜର ଟ୍ରାନ୍ସପ୍ଲାଣ୍ଟ ସର୍ଜନ ଓ ୟୁରୋଲୋଜି ବିଭାଗ ପ୍ରଫେସର ଡା. ଦତ୍ତେଶ୍ୱର ହୋତା, ପ୍ରଫେସର ଜୟଶ୍ରୀ ମହାନ୍ତି, ପ୍ରଫେସର ସରୋଜକାନ୍ତ ସାହୁ, ଡା. ସବ୍ୟସାଚୀ ପଣ୍ଡା, ଡା. ସଞ୍ଜୟ ଚୌଧୁରୀ, ଡା. କଲ୍ୟାଣୀବାଳା ନାୟକ, ଡା. ରୁଦ୍ରାଶିଷ ସାମଲ, ଅନିନ୍ଦିତା ସାବତ, ସୁମନ ସିଂ, ରମାକାନ୍ତ ପଣ୍ଡା, ସାବିତ୍ରୀ ଦାସ ଓ ଡା. ଏଲ୍‌. ଏନ୍‌. ବେହେରା ଏବଂ ଆପୋଲୋ ହସ୍ପିଟାଲ ସେଣ୍ଟ୍ରାଲ ରିଜିଅନ ସିଇଓ ସୁଧୀର ଏମ୍‌. ଦିଗିକର, ଡା. ସମୀରୋନ୍ଦାସ ଅଧିକାରୀ, ଡା. ଶର୍ମିଲୀ ସିହ୍ନା, ଡା. ବିବେକାନନ୍ଦ ପଣ୍ଡା, ଡା. ଦେବବ୍ରତ ଦାଶ, ଡା. ସୁବ୍ରତ ସାହୁ, ଡା. ନୀତିଶ ମହାନ୍ତି ଓ ଅଶୋକ ନାୟକ ପ୍ରମୁଖ ଉପସ୍ଥିତ ଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ବିଳମ୍ବିତ ରାତିରେ ଖବରଦାତାଙ୍କୁ ଆକ୍ରମଣ

ଭୁବନେଶ୍ୱର,୧୯।୪(ସତ୍ୟଜିତ ରାଉତ):ବିଳମ୍ବିତ ରାତିରେ ଅସୁରକ୍ଷିତ ହୋଇପଡ଼ିଛି ରାଜଧାନୀ। ଅସାମାଜିକ ଯୁବକମାନେ ପଥଚାରୀଙ୍କୁ ଆକ୍ରମଣ କରିବାକୁ ପଛାଉ ନାହାନ୍ତି। ଗୁରୁବାର ରାତି ପ୍ରାୟ ୧୨ଟା ୫୫ ବେଳେ...

‘କ୍ରୁଜ୍‌’ କ୍ଷେପଣାସ୍ତ୍ରର ସଫଳ ପରୀକ୍ଷଣ

ବାଲେଶ୍ୱର, ୧୯।୪(ମାନସ ବିଶ୍ୱାଳ):ବାଲେଶ୍ୱର ଚାନ୍ଦିପୁରସ୍ଥିତ ପ୍ରତିରକ୍ଷା ଗବେଷଣା ଓ ବିକାଶ ସଙ୍ଗଠନ (ଡିଆରଡିଓ) ପକ୍ଷରୁ ଇଣ୍ଟିଗ୍ରେଟେଡ୍‌ ଟେଷ୍ଟ ରେଞ୍ଜ (ଆଇଟିଆର୍‌)ରୁ ସ୍ବଦେଶୀ ଜ୍ଞାନକୌଶଳରେ ନିର୍ମିତ ‘କ୍ରୁଜ୍‌’...

ନବୀନ ନିବାସରେ ବିଜେଡି ପ୍ରାର୍ଥୀଙ୍କ ଭିଡ଼

ଭୁବନେଶ୍ୱର,୧୯ା୪(ଅନିଲ ଦାସ):ପଞ୍ଚମ ପର୍ଯ୍ୟାୟ ବିଧାନସଭା ଟିକେଟ ଘୋଷଣା ପରେ ଗୁରୁବାର ନବୀନ ନିବାସରେ ବିଜେଡି ଲୋକ ସଭା ଓ ବିଧାନସଭା ପ୍ରାର୍ଥୀଙ୍କ ଭିଡ଼ ଦେଖିବାକୁ ମିଳିଛି।...

ରାଜ୍ୟବାସୀଙ୍କ ମତାମତ ଲୋଡ଼ିଲେ ପାଣ୍ଡିଆନ

ଭୁବନେଶ୍ୱର,୧୯ା୪(ଅନିଲ ଦାସ):୫-ଟି ଓ ନବୀନ ଓଡ଼ିଶା ଅଧ୍ୟକ୍ଷ କାର୍ତ୍ତିକ ପାଣ୍ଡିଆନ ବିଜେଡି ଇସ୍ତାହାର ପାଇଁ ରାଜ୍ୟବାସୀଙ୍କ ମତାମତ ଲୋଡ଼ିଛନ୍ତି। ଗୁରୁବାର ସାମାଜିକ ଗଣମାଧ୍ୟମ ଜରିଆରେ ସେ...

୪ ସଂସଦୀୟ କ୍ଷେତ୍ରରେ ମହିଳା ଭୋଟର ଅଧିକ

ଭୁବନେଶ୍ୱର,୧୯ା୪(ଅନିଲ ଦାସ):ଆସନ୍ତା ମେ’ ୧୩ ତାରିଖରେ ରାଜ୍ୟରେ ପ୍ରଥମ ପର୍ଯ୍ୟାୟ ଭୋଟ ଗ୍ରହଣ ହେବ। ଏହି ପର୍ଯ୍ୟାୟରେ କଳାହାଣ୍ଡି, ନବରଙ୍ଗପୁର, କୋରାପୁଟ ଏବଂ ବ୍ରହ୍ମପୁର ସଂସଦୀୟ...

ଜଙ୍ଗଲ ନିଆଁ: ୯୯ ପ୍ରତିଶତ ମନୁଷ୍ୟକୃତ

ଭୁବନେଶ୍ୱର, ୧୯।୪(ଅସମାପିକା ସାହୁ):ରାଜ୍ୟରେ ତାତି ସାଙ୍ଗକୁ ବଢୁଛି ଜଙ୍ଗଲ ନିଆଁ ବିପଦ। ଚଳିତବର୍ଷ ଜଙ୍ଗଲରେ ଲାଗିଥିବା ନିଆଁ ବର୍ତ୍ତମାନ ଚିନ୍ତାଜନକ ରହିଛି। ଗତବର୍ଷ ତୁଳନାରେ ଚଳିତବର୍ଷ...

ଜଳୁଛି ଓଡ଼ିଶା:୪୦ ଡିଗ୍ରୀ ଉପରେ ୩୨ ସହର ତାପମାତ୍ରା

ଭୁବନେଶ୍ୱର, ୧୯ା୪(ଅସମାପିକା ସାହୁ):ଡହ ଡହ ଖରାରେ ସିଝୁଛି ସାରା ଓଡ଼ିଶା। ଉପକୂଳରୁ ଆଭ୍ୟନ୍ତରୀଣ, ଉତ୍ତରରୁ ଦକ୍ଷିଣ ଓଡ଼ିଶା ସବୁଠି ପାରଦ ଉପରମୁହାଁ ହୋଇଯାଇଛି। ଗୁରୁବାର ରାଜ୍ୟର...

ରାଜ୍ୟରେ ଆରମ୍ଭ ହେଲା ନାମାଙ୍କନ ପ୍ରକ୍ରିୟା

ଭୁବନେଶ୍ୱର,୧୯ା୪(ଅନିଲ ଦାସ):ରାଜ୍ୟର ପ୍ରଥମ ପର୍ଯ୍ୟାୟ (ସମଗ୍ର ଦେଶର ଚତୁର୍ଥ ପର୍ଯ୍ୟାୟ) ନିର୍ବାଚନ ମେ’ ୧୩ରେ ଅନୁଷ୍ଠିତ ହେବ। ଏଥିପାଇଁ ଗୁରୁବାର ମୁଖ୍ୟ ନିର୍ବାଚନ ଅଧିକାରୀଙ୍କ କାର୍ଯ୍ୟାଳୟ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri