ସୂଚନା ଅଧିକାର କର୍ମୀଙ୍କୁ ଗୁଳିକରି ହତ୍ୟା

ବାଲିଗୁଡ଼ା(ଡି.ଏନ୍‌.ଏ.)/ଫୁଲବାଣୀ ଅଫିସ,୧୧ା୧୨-କନ୍ଧମାଳ ଜିଲା ବାଲିଗୁଡ଼ା ଅଞ୍ଚଳର ଜଣେ ସୂଚନା ଅଧିକାର କର୍ମୀଙ୍କୁ ମଙ୍ଗଳବାର ସକାଳେ ଗୁଳିକରି ହତ୍ୟା କରାଯାଇଛି। ମୃତକ ହେଲେ ସ୍ଥାନୀୟ ପାତ୍ର ସାହିର ଅଭିମନ୍ୟୁ ପଣ୍ଡା ା ଦୁଇ ଦୁର୍ବୃତ୍ତ ଏକ ବାଇକ୍‌ରେ ଆସି ଅଭିମନ୍ୟୁଙ୍କୁ ତାଙ୍କ ଘର ସମ୍ମୁଖରେ ଗୁଳି କରିଥିଲେ। ବାଲିଗୁଡ଼ା ଥାନାଠାରୁ ମାତ୍ର ୧୦୦ ମିଟର ଦୂରରେ ପୋଲିସକୁ ଖୋଲା ଚ୍ୟାଲେଞ୍ଜ ଦେଇ ଦୁର୍ବୃତ୍ତ ଏପରି ହତ୍ୟାକାଣ୍ଡ ଭିଆଇବା ଘଟଣା ସମଗ୍ର ଜିଲାରେ ଚାଞ୍ଚଲ୍ୟ ସୃଷ୍ଟି କରିଛି ା ପୋଲିସ ୪ ଜଣଙ୍କୁ ଅଟକ ରଖି ପଚରାଉଚୁରା କରୁଛି। ଘଟଣାସ୍ଥଳରୁ ୨ଟି ଖୋକା ଜବତ କରାଯାଇଛି। ଗୁଳିକାଣ୍ଡକୁ ନେଇ ବାଲିଗୁଡା ଅଞ୍ଚଳରେ ତୀବ୍ର ଅସନ୍ତୋଷ ପ୍ରକାଶ ପାଇଛି ା କଂଗ୍ରେସ ପକ୍ଷରୁ ରାସ୍ତାରୋକୋ କରାଯିବା ସହ ଅପରାଧୀଙ୍କୁ ତୁରନ୍ତ ଗିରଫ କରିବା ନିମନ୍ତେ ଦାବି କରାଯାଇଛି ା
ଅଭିମନ୍ୟୁ କଂଗ୍ରେସର ଜଣେ ବରିଷ୍ଠ କର୍ମୀ। ସ୍ଥାନୀୟ ଜଗନ୍ନାଥ ମନ୍ଦିର ଟ୍ରଷ୍ଟ ବୋର୍ଡର ମଧ୍ୟ ସେ ସଦସ୍ୟ ଥିଲେ ା ସୂଚନା ଅଧିକାର ଆଇନ ବଳରେ ଜିଲାରେ ହେଉଥିବା ବଡ଼ ବଡ଼ ଠିକା ସଂସ୍ଥାର କାର୍ଯ୍ୟ, ବ୍ୟବସାୟୀ ନେଉଥିବା ଟେଣ୍ଡରର ତଥ୍ୟ ମାଗୁଥିଲେ। ଶନିବାର ସକାଳ ପ୍ରାୟ ୭ଟାରେ ଏକ ବାଇକ୍‌ରେ ଦୁଇ ଯୁବକ ଅଭିମନ୍ୟୁଙ୍କ ଘର ନିକଟକୁ ଆସିଥିଲେ। ସେମାନେ ଅଭିମନ୍ୟୁଙ୍କୁ ଡାକି କଥାବାର୍ତ୍ତା କରିବା ପରେ କିଛି କାଗଜପତ୍ର ମାଗିଥିଲେ। ଏହି ସମୟରେ ଜଣେ ଯୁବକ ଚାଲିଯାଇ ବାଇକ୍‌ରେ ବସିଥିଲେ ା ଅନ୍ୟ ଯୁବକ ଜଣକ ଗୁଳିମାଡ଼ କରି ଉକ୍ତ ବାଇକ୍‌ ପଛରେ ବସି ଫେରାର ହୋଇଯାଇଥିଲେ। ଅଭିମନ୍ୟୁଙ୍କ ଛାତିରେ ୨ଟି ଗୁଳି ବାଜିଥିବାରୁ ସେ ତଳେ ପଡ଼ି ଛଟପଟ ହେଉଥିଲେ। ସ୍ଥାନୀୟ ଲୋକେ ତାଙ୍କୁ ଉଦ୍ଧାର କରି ବାଲିଗୁଡା ମେଡିକାଲ ନେଇଥିଲେ ମଧ୍ୟ ଡାକ୍ତର ମୃତ ଘୋଷଣା କରିଥିଲେ। ପୋଲିସ ପହଞ୍ଚି ଘଟଣାର ତଦନ୍ତ ଆରମ୍ଭ କରିଛି। ମୃତଦେହ ବ୍ୟବଚ୍ଛେଦ କରାଯିବା ପରେ ଅପରାହ୍ନରେ ପରିବାର ଲୋକଙ୍କୁ ହସ୍ତାନ୍ତର କରାଯାଇଛି।
ରାଜନୈତିକ କାରଣ ନା ପୂର୍ବ ଶତ୍ରୁତା କିମ୍ବା ସୂଚନା ଅଧିକାର ବଳରେ ମାଗିଥିବା ତଥ୍ୟକୁ ନେଇ ଅଭିମନ୍ୟୁଙ୍କୁ ହତ୍ୟା କରାଯାଇଛି ତାହା ସ୍ପଷ୍ଟ ଜଣାପଡିନାହିଁ। ଅନ୍ୟପକ୍ଷରେ ଥାନା ଏବଂ ସିଆର୍‌ପିଏଫ କ୍ୟାମ୍ପଠାରୁ ମାତ୍ର ୧୦୦ ମିଟର ଦୂରରେ ଗୁଳିକାଣ୍ଡ ଘଟିବା ପୋଲିସର କାର୍ଯ୍ୟଦକ୍ଷତା ପ୍ରତି ପ୍ରଶ୍ନବାଚୀ ସୃଷ୍ଟି କରିଛି ା


Enter your email to get our daily news in your inbox.

All Right Reserved By Dharitri.Com

ଆରମ୍ଭ ହେଲା ପ୍ରସିଦ୍ଧ ବାଲିଗୁଡ଼ା ଦଣ୍ଡଯାତ୍ରା

ବାଲିଗୁଡା,୨।୪:(ସଞ୍ଜୟ କୁମାର ପାଣିଗ୍ରାହୀ): କନ୍ଧମାଳ ଜିଲାର ପ୍ରସିଦ୍ଧ ବାଲିଗୁଡ଼ା ଦଣ୍ଡଯାତ୍ରା ଆରମ୍ଭ ହୋଇଯାଇଛି। ଏନେଇ ଗାଁଠୁ ସହର ଉତ୍ସବମୁଖର ହୋଇପଡିଛି। ଶତାଧିକ ମାନସିକଧାରୀ ଦଣ୍ଡୁଆ ମା’ଙ୍କ ଦଣ୍ଡଯାତ୍ରାରେ…

ତାରାତାରିଣୀଙ୍କ ଚୈତ୍ର ମଙ୍ଗଳବାର ଯାତ୍ରାର ସମୀକ୍ଷା କଲେ ଜିଲାପାଳ: ନିର୍ବାହୀ ଅଧିକାରୀ ବିନୋଦ ବେହେରା ସମ୍ବର୍ଦ୍ଧିତ

ପୁରୁଷୋତ୍ତମପୁର, ୨।୪ (ସବିତା ମିଶ୍ର): ଗଞ୍ଜାମ ଜିଲାର ପ୍ରସିଦ୍ଧ ଶକ୍ତିପୀଠ ମା’ ତାରାତାରିଣୀଙ୍କ ଚୈତ୍ର ମଙ୍ଗଳବାର ଯାତ୍ରା ଚଳିତ ବର୍ଷ ଅତ୍ୟନ୍ତ ଶାନ୍ତିଶୃଙ୍ଖଳାର ସହ ସମାପ୍ତ ହୋଇଛି।…

ଘୁମୁସର ଉତ୍ତର ବନଖଣ୍ଡରେ ହାତୀ ଓ ଜଙ୍ଗଲ ନିଆଁ ସୁରକ୍ଷା ଚିନ୍ତା: କର୍ମଚାରୀ ଅଭାବ, ଅଧିକ…

ଭଞ୍ଜନଗର,୨।୪(ବାବୁଲା ପ୍ରଧାନ)-ଗଞ୍ଜାମ ଜିଲା ଭଞ୍ଜନଗର ଘୁମୁସର ଉତ୍ତର ବନଖଣ୍ଡରେ ହାତୀ ସମେତ ବିଭିନ୍ନ ପ୍ରାଣୀ ନିର୍ଦ୍ଧିଷ୍ଟ ଅଞ୍ଚଳ ମଧ୍ୟରେ ଅଧିକାଂଶ ସମୟ ବସବାସ କରନ୍ତି। ତେଣୁ ସେମାନଙ୍କ…

୨୫ ଫୁଟ ଉଚ୍ଚ ପାଣି ଟାଙ୍କିରେ ଚଢ଼ିଗଲେ ଛାତ୍ର, ସୁରକ୍ଷାକୁ ନେଇ ବଢ଼ିଲା ଚିନ୍ତା

ଖଜୁରିପଡ଼ା,୨ା୪(ବିଦୁର ବେହେରା): ଖଜୁରିପଡ଼ା ବ୍ଲକ୍‌ ପିରିକୁଡ଼ି ସରକାରୀ ଉଚ୍ଚ ବିଦ୍ୟାଳୟରେ ପ୍ରଥମରୁ ଦଶମ ଶ୍ରେଣୀ ପର୍ଯ୍ୟନ୍ତ ଶତାଧିକ ଛାତ୍ରୀଛାତ୍ର ହଷ୍ଟେଲରେ ରହି ପାଠପଢୁଥିବା ବେଳେ ସେମାନଙ୍କ ସୁରକ୍ଷାକୁ…

ମା’ ଦକ୍ଷିଣ କାଳୀଙ୍କ ୧୩ଦିନିଆ ଦଣ୍ଡ ଯାତ୍ରା ଆରମ୍ଭ, ଢହଢହ ଖରାରେ ଭୋକତା ଭୋଗିବେ….

ଗଞ୍ଜାମ,୧।୪(ବିଦ୍ୟାଧର ସାହୁ ): ଗଞ୍ଜାମ ସହର କଲେଜ ରୋଡ଼ ସ୍ଥିତ ମା’ ଦକ୍ଷିଣ କାଳୀଙ୍କ ତେର ଦିନିଆ ଦଣ୍ଡଯାତ୍ରା ଗୁରୁବାର ଶୁଭାରମ୍ଭ ହୋଇଛି । ମା’ ଦକ୍ଷିଣ…

ସରିଲା ମା’ ତାରାତାରିଣୀଙ୍କ ଚୈତ୍ର ପର୍ବ: ଅଧରପଣା ପାଇ ଫେରିଗଲେ ସର୍ବଦେବାଦେବୀ

ପୁରୁଷୋତ୍ତମପୁର,୨।୪ (ସବିତା ମିଶ୍ର): ଗଞ୍ଜାମ ଜିଲାର ଅଧିଷ୍ଟାତ୍ରୀ ଇଷ୍ଟଦେବୀ ମା’ ତାରାତାରିଣୀଙ୍କ ପୀଠରେ ଦୀର୍ଘ ଏକମାସ ଧରି ମହାଆଡମ୍ବର ସହକାରେ ପାଳିତ ହେଉଥିବା ପ୍ରସିଦ୍ଧ ଚୈତ୍ରପର୍ବ ଗୁରୁବାର…

ବିଧାୟକ ଅଖିଳ ନାଏକଙ୍କ ଠାରୁ ଆରମ୍ଭ ହେଲା ସ୍ବ ଜନଗଣନା: ପାଟଣାବାସୀଙ୍କୁ କଲେ ଏହି ଅପିଲ

ପାଟଣା,୨।୪(ବୀର କିଶୋର ଦାଶ):କେନ୍ଦୁଝର ଜିଲା ପାଟଣା ପ୍ରଶାସନ ପକ୍ଷରୁ ଗୁରୁବାର ପାଟଣା ବିଧାୟକ ଅଖିଳ ଚନ୍ଦ୍ର ନାଏକଙ୍କ ଠାରୁ ସ୍ବ ଜନଗଣନା ଶୁଭାରମ୍ଭ ହୋଇଛି। ପାଟଣା ତହସିଲ…

ଚତୁର୍ଥ ଥର ପାଇଁ ସମ୍ବଲପୁର କୋର୍ଟକୁ ବୋମା ଧମକ, ନେଦରଲାଣ୍ଡ ଓ ଜର୍ମାନୀରେ ଆଇପି ଆଡ୍ରେସ ଚିହ୍ନଟ

ସମ୍ବଲପୁର,୨।୪(ପ୍ରମୋଦ ବହିଦାର): ସମ୍ବଲପୁର ସହରର ଗୁରୁତ୍ୱପୂର୍ଣ୍ଣ କୋର୍ଟ ପରିସରକୁ ବୋମା ବିସ୍ଫୋରଣ ଉଡ଼ାଇବାର ଧମକପୂର୍ଣ୍ଣ ଇ-ମେଲ ଜିଲା ପୋଲିସ ପ୍ରଶାସନ ପାଇଁ ମୁଣ୍ଡବିନ୍ଧାର କାରଣ ସାଜିଛି। ଏହା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri