ସୂଚନା ଓ ଲୋକସମ୍ପର୍କ ବିଭାଗ ନିର୍ଦ୍ଦେଶକ (ବୈଷୟିକ) ହେଲେ ନିରଞ୍ଜନ ସେଠୀ

ଭୁବନେଶ୍ୱର,୩ା୧(ବ୍ୟୁରୋ): ରାଜ୍ୟ ସୂଚନା ଓ ଲୋକସମ୍ପର୍କ ବିଭାଗ ଅତିରିକ୍ତ ନିର୍ଦ୍ଦେଶକ ତଥା ଯୁଗ୍ମ ଶାସନ ସଚିବ ଭାବେ କାର୍ଯ୍ୟ କରୁଥିବା ନିରଞ୍ଜନ ସେଠୀଙ୍କୁ ପଦୋନ୍ନତି ମିଳିଛି। ନିରଞ୍ଜନ ୩୦ ବର୍ଷ କାର୍ଯ୍ୟକାଳ ମଧ୍ୟରେ ଅନେକ ସମୟରେ ରାଜ୍ୟପାଳ ଏବଂ ମୁଖ୍ୟମନ୍ତ୍ରୀଙ୍କ ଲୋକ ସମ୍ପର୍କ ଅଧିକାରୀ, ବିଭିନ୍ନ ଜିଲାରେ ସୂଚନା ଓ ଲୋକ ସମ୍ପର୍କ ଅଧିକାରୀ, ଉତ୍ତରାଞ୍ଚଳ ଉପ ନିର୍ଦ୍ଦେଶକ(ସମ୍ବଲପୁର) ରହିଛନ୍ତି। ଏହାସହ ବିଭାଗର ପ୍ରାୟତଃ ଅଧିକାଂଶ ବ୍ରାଞ୍ଚରେ ଅଫିସରଭାବେ କାର୍ଯ୍ୟ କରି ନିଜର ଦକ୍ଷତା ପ୍ରଦର୍ଶନ କରିଛନ୍ତି। ତେବେ ଗୁରୁବାର ନିରଞ୍ଜନଙ୍କୁ ସୂଚନା ଓ ଲୋକ ସମ୍ପର୍କ ବିଭାଗର ନିର୍ଦ୍ଦେଶକ(ବୈଷୟିକ) ପଦବୀକୁ ପଦୋନ୍ନତି ମିଳିଛି। ତେବେ ୨୦୧୯ ସାଧାରଣ ନିର୍ବାଚନରେ ନିର୍ବାଚନ ଆୟୋଗଙ୍କ ସୁପାରିସରେ ଓଡ଼ିଶା ମୁଖ୍ୟ ନିର୍ବାଚନ ଅଧିକାରୀଙ୍କ କାର୍ଯ୍ୟାଳୟରେ ସେଠୀ ଗଣମାଧ୍ୟମ ପରିଚାଳନା ଏବଂ ସୋସିଆଲ ମିଡିଆର ନୋଡାଲ ଅଫିସର ଭାବେ ସଫଳତାର ସହ କାର୍ଯ୍ୟ କରିଛନ୍ତି। ସରକାରଙ୍କ ୫-ଟି ଆଧାରରେ ପଦୋନ୍ନତି ପ୍ରକ୍ରିୟା ତ୍ୱରାନ୍ବିତ ହେବା ଯୋଗୁ ଦୀର୍ଘଦିନର ଅଭିଜ୍ଞତା ଓ ବିଭାଗୀୟ କାର୍ଯ୍ୟରେ ବୈଷୟିକ ଦକ୍ଷତାକୁ ଉପଲବ୍ଧି କରି ତାଙ୍କୁ ବିଭାଗର ନିର୍ଦ୍ଦେଶକ କରାଯାଇଥିବା ସେ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଏଲ୍‌ପିଜି ସଙ୍କଟ ଯୋଗୁ ରୋଜଗାର ହରାଇଛନ୍ତି କ୍ଷୁଦ୍ର ବ୍ୟବସାୟୀ, ପରିବାର ଚଳାଇବା କଷ୍ଟସାଧ୍ୟ, ଯୋଗାଣ ଦାବିରେ…

କୋରାପୁଟ, ୧୦।୪ (ଅମିତାଭ ବେହେରା): ମଧ୍ୟପ୍ରାଚ୍ୟରେ ଲାଗିରହିଥିବା ଯୁଦ୍ଧ ପରିସ୍ଥିତି ଏବେ ସ୍ଥାନୀୟ ରନ୍ଧନ ଗ୍ୟାସ (LPG) ବଜାର ଉପରେ ଶକ୍ତ ଆଘାତ ଦେଇଛି। ଏହି ଗ୍ୟାସ…

ଆମେରିକା-ଇରାନ ଶାନ୍ତି ବାର୍ତ୍ତା ପୂର୍ବରୁ ପାକିସ୍ତାନ ରାଜଧାନୀରେ ହାଇଆଲର୍ଟ: ଗଳିକନ୍ଦିରେ ପୋଲିସ ଛାଉଣି,୧୦ ହଜାର ଯବାନ… 

ଇସଲାମାବାଦ,୧୦।୪: ପାକିସ୍ତାନର ରାଜଧାନୀ ଇସଲାମାବାଦରେ ଆମେରିକା ଏବଂ ଇରାନ ମଧ୍ୟରେ ହେବାକୁ ଥିବା ଗୁରୁତ୍ୱପୂର୍ଣ୍ଣ ଶାନ୍ତି ବାର୍ତ୍ତା ପୂର୍ବରୁ ସୁରକ୍ଷା ବ୍ୟବସ୍ଥାକୁ ବହୁତ କଡ଼ାକଡ଼ି କରାଯାଇଛି। ସହରରେ…

ଲୋକକଳା ପାଇଁ ଦିନଟିଏ

ଖଜୁରିପଡ଼ା,୧୦ା୪ (ବିଦୁର ବେହେରା): ଖଜୁରିପଡ଼ା ବ୍ଲକ୍‌ ପକ୍ଷରୁ ସ୍ଥାନୀୟ ହାଇସ୍କୁଲ ପଡ଼ିଆଠାରେ ଶୁକ୍ରବାର ସାରେ ଲୋକକଳା ପାଇଁ ଦିନଟିଏ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଛି। ଏଥିରେ ବିଡିଓ ଶୁଭ…

ହାତୀ ଆକ୍ରମଣରେ ଜଣେ ଗୁରୁତର

ରୁପ୍ରାରୋଡ୍‌,୧୦ା୪(ସଞ୍ଜୀବ ଦାସ): ହାତୀ ଆକ୍ରମଣରେ କଳାହାଣ୍ଡି ଜିଲା ନର୍ଲା ବ୍ଲକ୍‌ର ଜଣେ ବ୍ୟକ୍ତି ଗୁରୁତର ହୋଇଛନ୍ତି। ସେ ହେଲେ କୁରମେଲ ପଞ୍ଚାୟତ ବୁଦେଲଗୁମା ଗ୍ରାମର ସୀମାଞ୍ଚଳ ନାଏକ…

ମୁଖ୍ୟମନ୍ତ୍ରୀ ବସ୍‌କୁ ଅଟକାଇ କର୍ମଚାରୀଙ୍କୁ ମାଡ଼ ମାରିଲେ ଯୁବକ,ପରେ…

ଆନନ୍ଦପୁର,୧୦।୪(ସୁଶାନ୍ତ କୁମାର ସାହୁ ): କେନ୍ଦୁଝର ଜିଲା ଘସିପୁରା ବ୍ଲକ କେଶଦୁରାପାଳଠାରୁ ଘସିପୁରା ଯାଉଥିବା ମୁଖ୍ୟମନ୍ତ୍ରୀ ବସ୍‌କୁ ଦେଓଗାଁ ଚିକିତ୍ସାଳୟ ସମ୍ମୁଖରେ ଜଣେ ଯୁବକ ଶୁକ୍ରବାର ଅଚାନକ…

୪ଟି ଶ୍ରେଣୀଗୃହରେ ଅଷ୍ଟମ ଶ୍ରେଣୀ ପର୍ଯ୍ୟନ୍ତ ପାଠପଢ଼ା

ଗଞ୍ଜାମ,୧୦ା୪(ବିଦ୍ୟାଧର ସାହୁ): ଗଞ୍ଜାମ ଏନ୍‌ଏସି ଅନ୍ତର୍ଗତ ଦାମୋଦରପୁର ଉଚ୍ଚ ପ୍ରାଥମିକ ବିଦ୍ୟାଳୟରେ ପାଠପଢ଼ାରେ ବ୍ୟଘାତ ସୃଷ୍ଟି ହେଉଛି। ୧୯୭୫ ମସିହାରେ ପ୍ରତିଷ୍ଠିତ ଏହି ବିଦ୍ୟାଳୟରେ ଶିଶୁ ବାଟିକା…

ଯମୁନାରେ ବୁଡ଼ିଲା ଡଙ୍ଗା: ୧୦ ଭକ୍ତଙ୍କ ଚାଲିଗଲା ଜୀବନ, ଉଦ୍ଧାର କାର୍ଯ୍ୟ ଜାରି

ଲକ୍ଷ୍ନୌ,୧୦।୪: ମଥୁରା ଜିଲାର ବୃନ୍ଦାବନରେ ଶୁକ୍ରବାର ଏକ ବଡ଼ ଦୁର୍ଘଟଣା ଘଟିଛି। ଶ୍ରୀନଗର ଘାଟ ନିକଟରେ ଏକ ଡଙ୍ଗା ବୁଡ଼ିଯିବା ପରେ ଅନେକ ଭକ୍ତ ନିଖୋଜ ହୋଇଯାଇଛନ୍ତି।…

ଥଲାପତି ବିଜୟଙ୍କୁ ବଡ଼ ଝଟ୍‌କା: ଅନୁରୋଧ କରି କହିଲେ…

ଦକ୍ଷିଣ ଭାରତୀୟ ସୁପରଷ୍ଟାର ଥଲାପତି ବିଜୟଙ୍କ ଫିଲ୍ମ ‘ଜନ ନାୟାଗନ’ ମୁକ୍ତିଲାଭ ଅପେକ୍ଷାରେ ଅଛି। ପ୍ରଥମେ ଜାନୁଆରୀ ୨୦୨୬ରେ ରିଲିଜ ହେବାର ଯୋଜନା ଥିଲା, କିନ୍ତୁ ବିଭିନ୍ନ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri