ସୂଚନା ଓ ଲୋକସମ୍ପର୍କ ବିଭାଗ ନିର୍ଦ୍ଦେଶକ (ବୈଷୟିକ) ହେଲେ ନିରଞ୍ଜନ ସେଠୀ

ଭୁବନେଶ୍ୱର,୩ା୧(ବ୍ୟୁରୋ): ରାଜ୍ୟ ସୂଚନା ଓ ଲୋକସମ୍ପର୍କ ବିଭାଗ ଅତିରିକ୍ତ ନିର୍ଦ୍ଦେଶକ ତଥା ଯୁଗ୍ମ ଶାସନ ସଚିବ ଭାବେ କାର୍ଯ୍ୟ କରୁଥିବା ନିରଞ୍ଜନ ସେଠୀଙ୍କୁ ପଦୋନ୍ନତି ମିଳିଛି। ନିରଞ୍ଜନ ୩୦ ବର୍ଷ କାର୍ଯ୍ୟକାଳ ମଧ୍ୟରେ ଅନେକ ସମୟରେ ରାଜ୍ୟପାଳ ଏବଂ ମୁଖ୍ୟମନ୍ତ୍ରୀଙ୍କ ଲୋକ ସମ୍ପର୍କ ଅଧିକାରୀ, ବିଭିନ୍ନ ଜିଲାରେ ସୂଚନା ଓ ଲୋକ ସମ୍ପର୍କ ଅଧିକାରୀ, ଉତ୍ତରାଞ୍ଚଳ ଉପ ନିର୍ଦ୍ଦେଶକ(ସମ୍ବଲପୁର) ରହିଛନ୍ତି। ଏହାସହ ବିଭାଗର ପ୍ରାୟତଃ ଅଧିକାଂଶ ବ୍ରାଞ୍ଚରେ ଅଫିସରଭାବେ କାର୍ଯ୍ୟ କରି ନିଜର ଦକ୍ଷତା ପ୍ରଦର୍ଶନ କରିଛନ୍ତି। ତେବେ ଗୁରୁବାର ନିରଞ୍ଜନଙ୍କୁ ସୂଚନା ଓ ଲୋକ ସମ୍ପର୍କ ବିଭାଗର ନିର୍ଦ୍ଦେଶକ(ବୈଷୟିକ) ପଦବୀକୁ ପଦୋନ୍ନତି ମିଳିଛି। ତେବେ ୨୦୧୯ ସାଧାରଣ ନିର୍ବାଚନରେ ନିର୍ବାଚନ ଆୟୋଗଙ୍କ ସୁପାରିସରେ ଓଡ଼ିଶା ମୁଖ୍ୟ ନିର୍ବାଚନ ଅଧିକାରୀଙ୍କ କାର୍ଯ୍ୟାଳୟରେ ସେଠୀ ଗଣମାଧ୍ୟମ ପରିଚାଳନା ଏବଂ ସୋସିଆଲ ମିଡିଆର ନୋଡାଲ ଅଫିସର ଭାବେ ସଫଳତାର ସହ କାର୍ଯ୍ୟ କରିଛନ୍ତି। ସରକାରଙ୍କ ୫-ଟି ଆଧାରରେ ପଦୋନ୍ନତି ପ୍ରକ୍ରିୟା ତ୍ୱରାନ୍ବିତ ହେବା ଯୋଗୁ ଦୀର୍ଘଦିନର ଅଭିଜ୍ଞତା ଓ ବିଭାଗୀୟ କାର୍ଯ୍ୟରେ ବୈଷୟିକ ଦକ୍ଷତାକୁ ଉପଲବ୍ଧି କରି ତାଙ୍କୁ ବିଭାଗର ନିର୍ଦ୍ଦେଶକ କରାଯାଇଥିବା ସେ କହିଛନ୍ତି।