ସୂର୍ଯ୍ୟମଣିଙ୍କୁ ଜାତୀୟ ପୁରସ୍କାର

ଭୁବନେଶ୍ୱର,୨୯।୨(ବ୍ୟୁରୋ): ବିଜ୍ଞାନ ଓ ପ୍ରଯୁକ୍ତିବିଦ୍ୟା କ୍ଷେତ୍ରରେ ଗୁରୁତ୍ୱପୂର୍ଣ୍ଣ ଅବଦାନ
ଲାଗି ଓଡ଼ିଶାର ସୂର୍ଯ୍ୟମଣି ବେହେରାଙ୍କୁ ମିଳିଛି ଜାତୀୟ ପୁରସ୍କାର। ଜାତୀୟ ବିଜ୍ଞାନ ଦିବସ ଅବସରରେ କେନ୍ଦ୍ର ବିଜ୍ଞାନ ଓ ପ୍ରଯୁକ୍ତି ବିଦ୍ୟା ମନ୍ତ୍ରଣାଳୟ ପକ୍ଷରୁ ଶୁକ୍ରବାର ନୂଆଦିଲ୍ଲୀସ୍ଥିତ ବିଜ୍ଞାନ ଭବନଠାରେ ଆୟୋଜିତ ସ୍ବତନ୍ତ୍ର ଉତ୍ସବରେ ରାଷ୍ଟ୍ରପତି ରାମନାଥ କୋବିନ୍ଦ ବେହେରାଙ୍କୁ ଏହି ସମ୍ମାନ ପ୍ରଦାନ କରିଥିଲେ। ଅବସରପ୍ରାପ୍ତ ପ୍ରଫେସର ବେହେରା ପୁସ୍ତକ ଏବଂ ଗଣମାଧ୍ୟମ ମାଧ୍ୟମରେ ବିଜ୍ଞାନ ଓ ପ୍ରଯୁକ୍ତିବିଦ୍ୟାର ପ୍ରଚାର ପ୍ରସାରରେ ପ୍ରମୁଖ ଭୂମିକା ଗ୍ରହଣ କରିଥିବାରୁ ୨୦୧୯ ଲାଗି ତାଙ୍କୁ ଏହି ସମ୍ମାନ ମିଳିଛି। ରାଷ୍ଟ୍ରପତି କୋବିନ୍ଦ ତାଙ୍କୁ ୫ଲକ୍ଷ ଟଙ୍କାର ଅର୍ଥରାଶି ସହ ମାନପତ୍ର ଏବଂ ଉପଢୌକନ ପ୍ରଦାନ କରିଥିଲେ।
ପ୍ରଫେସର ବେହେରା ବିଜ୍ଞାନ ସମ୍ବନ୍ଧରେ ଓଡ଼ିଆ ଏବଂ ଇଂଲିଶରେ ମୋଟ ୪୦ ପୁସ୍ତକ ଲେଖିଥିବା ବେଳେ ବିଭିନ୍ନ ଖବରକାଗଜରେ ତାଙ୍କର ଏକ ହଜାରରୁ ଊର୍ଦ୍ଧ୍ୱ ଲେଖା ପ୍ରକାଶିତ ହୋଇଛି। ତାଙ୍କର ପୁସ୍ତକ ମଧ୍ୟରେ ‘ବିଜ୍ଞାନରୁ ଜ୍ଞାନ’, ‘ଯନ୍ତ୍ର କରୁଛି ମନ୍ତ୍ର’, ‘ବିଜ୍ଞାନ ସାହିତ୍ୟ ଦର୍ପଣ’, ‘ବିଜ୍ଞାନ ମେଳା’ ଆଦି ରହିଛି। ଏହାବ୍ୟତୀତ ଔଷଧୀୟ ବୃକ୍ଷ ଉପରେ ସେ ଲେଖିଥିବା ପୁସ୍ତକ ବିଶେଷଭାବେ ଆଦୃତ ହୋଇଛି। ସେହିଭଳି ଖାଦ୍ୟ ପ୍ରକ୍ରିୟାକରଣ ଏବଂ ସଂରକ୍ଷଣ ଉପରେ ତାଙ୍କ ଦ୍ୱାରା ଲିଖିତ ପୁସ୍ତକ ଏକ୍ଷେତ୍ରରେ କାମ କରୁଥିବା ଅନେକ ଲୋକଙ୍କୁ ସହାୟକ ହୋଇଛି। ଜନପ୍ରିୟ ବିଜ୍ଞାନ ମଞ୍ଚ ଗଠନ କରି ସେ ଲେଖକ ଏବଂ ଖବରଦାତାମାନଙ୍କୁ ବିଜ୍ଞାନ ଓ ପ୍ରଯୁକ୍ତିବିଦ୍ୟା ସମ୍ପର୍କିତ ଲେଖା ଲେଖିବା ପାଇଁ ପ୍ରଶିକ୍ଷଣ ଦେବା ସହ ଉତ୍ସାହିତ କରୁଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ନିଖୋଜ MKCG ମେଡିକାଲ ଛାତ୍ର ସାଗର ସାହୁ ମୟୂରଭଞ୍ଜରୁ ଉଦ୍ଧାର, ଝାଡ଼ଖଣ୍ଡରୁ ଫେରୁଥିବା ବେଳେ…

ଭୁବନେଶ୍ୱର/ବାରିପଦା, ୮।୯: ଗତ ଅଗଷ୍ଟ ୩୧ ତାରିଖରୁ ନିଖୋଜ ଥିବା ବ୍ରହ୍ମପୁର ମହାରାଜା କୃଷ୍ଣଚନ୍ଦ୍ର ଗଜପତି(MKCG) ମେଡିକାଲ କଲେଜର ଛାତ୍ର ସାଗର ସାହୁ(୨୧) ସୁରକ୍ଷିତ ଭାବେ ଉଦ୍ଧାର…

ଭାରତ-ଆଫଗାନିସ୍ତାନ ଟି୨୦ ସିରିଜ୍‌ ଏହି ଚ୍ୟାନେଲର ହେବ ପ୍ରସାରଣ, ଜାଣନ୍ତୁ…

ନୂଆଦିଲ୍ଲୀ,୮ା୯: ଆସନ୍ତା ୧୩ ତାରିଖରୁ ଭାରତ ଓ ଆଫଗାନିସ୍ତାନ ମଧ୍ୟରେ ଆରମ୍ଭ ହେବାକୁ ଥିବା ଅନ୍ତର୍ଜାତୀୟ ଟି୨୦ ସିରିଜ୍‌ ଲାଗି ସୋନୀ ସ୍ପୋଟର୍‌ସ ନେଟ୍‌ଓ୍ବର୍କ ପ୍ରସାରଣ ଅଧିକାର…

ଗଣେଶପୂଜା କମିଟିକୁ ପୋଲିସର କଡ଼ା ନିର୍ଦ୍ଦେଶ, ଡିଜେ ସାଉଣ୍ଡ, ଅଶ୍ଳୀଳ ନୃତ୍ୟ ସମ୍ପୂର୍ଣ୍ଣ ମନା

ପୁରୁଷୋତ୍ତମପୁର,୮।୯(ସବିତା ମିଶ୍ର): ଆସନ୍ତା ୧୪ ତାରିଖରେ ହେବାକୁ ଥିବା ଗଣେଷପୂଜାକୁ ଶାନ୍ତିଶୃଙ୍ଖଳାର ସହ ପାଳନ କରିବାକୁ ପୁରୁଷୋତ୍ତମପୁର ପୋଲିସ ଏବଂ ପ୍ରଶାସନ ପକ୍ଷରୁ କଡ଼ା ପଦକ୍ଷେପ ନିଆଯାଇଛି।…

ଋଷିକୁଲ୍ୟା ପାଇଁ ବିପଦ ସାଜିଛି କାଶତଣ୍ଡୀ

ଧରାକୋଟ,୮ା୯ (ବିଷ୍ଣୁ କେଶରୀ ଆଚାର୍ଯ୍ୟ): କନ୍ଧମାଳ ଜିଲାର ଋଷୀମାଳ ପର୍ବତରୁ ଋଷିକୁଲ୍ୟା ନଦୀ ଜନ୍ମନେଇ ଗଞ୍ଜାମ ଜିଲାର ସୋରଡା, ଧାକୋଟ, ଆସିକା, ହିଞ୍ଜିଳି, ପୁରୁଷୋତ୍ତମପୁର ବ୍ଲକ୍‌ ପରେ…

ବାଲୁଙ୍କେଶ୍ୱର ହାଇସ୍କୁଲ ସହକାରୀ ଶିକ୍ଷକଙ୍କୁ ମରଣାନ୍ତକ ଆକ୍ରମଣ

ଖଲ୍ଲିକୋଟ, ୮/୯/୨୦୨୬ (ପ୍ରଶାନ୍ତ କୁମାର ମିଶ୍ର): ଖଲ୍ଲିକୋଟ ଏନ୍‌ଏସି ଅନ୍ତର୍ଗତ ବାଲୁଙ୍କେଶ୍ୱର ହାଇସ୍କୁଲର ଜଣେ ସହକାରୀ ଶିକ୍ଷକଙ୍କୁ ସ୍କୁଲ ଗେଟ୍‌ ନିକଟରେ ମଙ୍ଗଳବାର ମରଣାନ୍ତକ ଆକ୍ରମଣ କରାଯାଇଛି।…

ଦୁର୍ଗମ ଜଙ୍ଗଲରେ ଚଢାଉ: ମଦ କାରଖାନା ଭାଙ୍ଗିଲା ଅବକାରୀ ବିଭାଗ, ୧୯ ହଜାର ଲିଟର ମଦ ପୋଚ * ୧୧ ଶହ ଲିଟର ଦେଶୀ ମଦ ଜବତ

ଦିଗପହଣ୍ଡି,୮।୯(ଅଶେଷ ନାଥ ମିଶ୍ର) : ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ଟି.ଗୋବିନ୍ଦପୁର ପଞ୍ଚାୟତ ଜନଜାତି ବହୁଳ ଦାମପୁର ଗାଁ ନିକଟ ଦୁର୍ଗମ ଜଙ୍ଗଲରେ ମଙ୍ଗଳବାର ସକାଳେ ସାନଖେମୁଣ୍ଡି…

ଭ୍ରମରପୁର ସ୍କୁଲରେ ଶିକ୍ଷକ ବଦଳି ବାତିଲ ଦାବିରେ ଜେନ୍ ଆଲଫାଙ୍କ ଆନ୍ଦୋଳନ, ସ୍କୁଲ ସମ୍ମୁଖରେ ଉତ୍ତେଜନା            

ଦିଗପହଣ୍ଡି,୮|୯(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ଭ୍ରମରପୁର ଗ୍ରାମ ପ୍ରକଳ୍ପ ପ୍ରାଥମିକ ବିଦ୍ୟାଳୟ ଶିକ୍ଷକ ଭାଗବତ ପ୍ରସାଦ ନାୟକଙ୍କୁ ଚୌଧୁରୀ ଟିକରପଡ଼ା ଗ୍ରାମ ବିଦ୍ୟାଳୟକୁ…

ଘରେ କରୁଥିଲେ କାମ: ବିଦ୍ୟୁତ୍‌ ଆଘାତରେ ଚାଲିଗଲା ଦିନ ମଜୁରିଆଙ୍କ ଜୀବନ

କୁଆଁରମୁଣ୍ଡା,୮।୯(ମହେନ୍ଦ୍ର କୁମାର ସାହୁ): ସୁନ୍ଦରଗଡ଼ ଜଲା ବୀରମିତ୍ରପୁର ଥାନା କୁଆଁରମୁଣ୍ଡା ଫାଣ୍ଡି ଅନ୍ତର୍ଗତ ଚୁଟିଆଟୋଲି ଗ୍ରାମ ରୀତା ତିର୍କୀଙ୍କ ଘର ସେଣ୍ଟ୍ରିଂ କାମ କରୁଥିବା ବେଳେ ମଙ୍ଗଳବାର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri