ସୂର୍ଯ୍ୟମନ୍ଦିର ସଂରକ୍ଷଣ, ରକ୍ଷଣାବେକ୍ଷଣକୁ ଗୁରୁତ୍ୱ

କୋଣାର୍କ, ୨୯।୨(ଡି.ଏନ୍‌.ଏ.): କୋଣାର୍କ ସୂର୍ଯ୍ୟମନ୍ଦିରର ସଂରକ୍ଷଣ ଓ ରକ୍ଷଣାବେକ୍ଷଣ ନେଇ ଶୁକ୍ରବାର ଭାରତ ସରକାରଙ୍କ ପ୍ରତ୍ନତତ୍ତ୍ୱ ସର୍ବେକ୍ଷଣ ସଂସ୍ଥା ଆନୁକୂଲ୍ୟରେ ଦୁଇଦିନିଆ ଜାତୀୟ କର୍ମଶାଳା ଉଦ୍‌ଘାଟିତ ହୋଇଛି। କୋଣାର୍କସ୍ଥିତ ଯାତ୍ରୀନିବାସ ସମ୍ମେଳନ କକ୍ଷରେ ଆୟୋଜିତ ଏହି କର୍ମଶାଳାକୁ ପ୍ରତ୍ନତତ୍ତ୍ୱ ସର୍ବେକ୍ଷଣ ସଂସ୍ଥାର ମହାନିର୍ଦ୍ଦେଶିକା ଉଷା ଶର୍ମା ଉଦ୍‌ଘାଟନ କରିଥିଲେ। ସୂର୍ଯ୍ୟମନ୍ଦିର ସଂରକ୍ଷଣ ଓ ରକ୍ଷଣାବେକ୍ଷଣ ଉପରେ ମହାନିର୍ଦ୍ଦେଶିକା ଶର୍ମା ଗୁରୁତ୍ୱାରୋପ କରିଛନ୍ତି। ୨୦୧୦ ମସିହା ଜାତୀୟ ସମ୍ମିଳନୀରେ ବିଶେଷଜ୍ଞ ପ୍ରତିନିଧି ଦଳ ଓ ସିବିଆରଆଇ ସଂସ୍ଥା ଦେଇଥିବା ରିପୋର୍ଟ ଭିତ୍ତିରେ ଏହି ସଂରକ୍ଷଣ କରାଯିବ ବୋଲି ସେ କହିଛନ୍ତି। ଏହି ଅବସରରେ ଏଏସ୍‌ଆଇ ମହାନିର୍ଦ୍ଦେଶିକାଙ୍କ ସମେତ ବରିଷ୍ଠ ଅଧିକାରୀ ଓ ବିଶେଷଜ୍ଞମାନେ ସୂର୍ଯ୍ୟମନ୍ଦିର ପରିଦର୍ଶନ କରି ସ୍ଥିତି ପରଖିଛନ୍ତି।
ସୂର୍ଯ୍ୟମନ୍ଦିରର ସ୍ଥିତାବସ୍ଥା ଅନୁଧ୍ୟାନ, ସଂରକ୍ଷଣ ଏବଂ ରକ୍ଷଣାବେକ୍ଷଣ ନିମନ୍ତେ ଓଡ଼ିଶା ହାଇକୋର୍ଟଙ୍କ ଦ୍ୱାରା ନିଯୁକ୍ତ ଆମିକସ୍‌ କ୍ୟୁରି ଏନ୍‌.କେ. ମହାନ୍ତି କର୍ମଶାଳାରେ ଯୋଗଦେଇ ସୂର୍ଯ୍ୟମନ୍ଦିରରେ ବର୍ଷାଜଳ ନିଷ୍କାସନ ନିମନ୍ତେ ଡ୍ରେନେଜ ବ୍ୟବସ୍ଥା, ମନ୍ଦିର ଦକ୍ଷିଣ ପାର୍ଶ୍ୱରେ ଚାରାରୋପଣ, ଗର୍ଭଗୃହରୁ ବାଲି କାଢିବା କିମ୍ବା ଦବିଯାଇଥିବା ସ୍ଥାନରେ ବାଲି ଭର୍ତ୍ତି କରିବା, ମୁଖଶାଳା ଓ ମନ୍ଦିର ଚତୁଃପାର୍ଶ୍ୱ ବେଢା ସମୂହକୁ ରାସାୟନିକ ପ୍ରଲେପ ଦ୍ୱାରା ସଂରକ୍ଷଣ ଆଦି ଗୁରୁତ୍ୱପୂର୍ଣ୍ଣ ପ୍ରସଙ୍ଗରେ ଏଏସ୍‌ଆଇ କର୍ତ୍ତୃପକ୍ଷଙ୍କୁ ପରାମର୍ଶ ଦେଇଥିଲେ। ଏଥିସହ ଏସବୁ ତ୍ୱରିତ କାର୍ଯ୍ୟକାରୀ କରିବାକୁ କହିଥିଲେ। ପରେ ଏଏସ୍‌ଆଇ ମହାନିର୍ଦ୍ଦେଶିକା ଶର୍ମା, ସିବିଆର୍‌ଆଇର ଜଣେ ଅଧିକାରୀ, ଚେନ୍ନାଇ ଆଇଆଇଟିର ଜଣେ ବିଶେଷଜ୍ଞ ଏବଂ ଅନ୍ୟ ଅଧିକାରୀମାନେ ସୂର୍ଯ୍ୟମନ୍ଦିର ବୁଲି ସ୍ଥିତାବସ୍ଥା ଅନୁଧ୍ୟାନ କରିଥିଲେ। ଏହି ପରିପ୍ରେକ୍ଷୀରେ ବର୍ତ୍ତମାନ ସୂର୍ଯ୍ୟମନ୍ଦିର ଗର୍ଭଗୃହ ଓ ଜଗମୋହନର ସ୍ଥିତାବସ୍ଥା କିଭଳି ରହିଛି ତାହାର ଯାଞ୍ଚ କରିଥିଲେ। ଆମିକସ୍‌ କ୍ୟୁରିଙ୍କ ରିପୋର୍ଟ ଏବଂ ବିଶେଷଜ୍ଞ କମିଟିର ଅନୁଧ୍ୟାନ ସଂକ୍ରାନ୍ତ ରିପୋର୍ଟ ଆଧାରରେ ବିଶ୍ୱ ଐତିହ୍ୟ କୋଣାର୍କ ସୂର୍ଯ୍ୟମନ୍ଦିରର ସଂରକ୍ଷଣ ଓ ରକ୍ଷଣାବେକ୍ଷଣ ସମେତ ପାରିପାର୍ଶ୍ୱିକ ଉନ୍ନୟନ ନେଇ ଖୁବ୍‌ଶୀଘ୍ର କାର୍ଯ୍ୟ ଆରମ୍ଭ କରାଯିବ ବୋଲି ବିଶେଷଜ୍ଞ ପଦ୍ମଶ୍ରୀ ଜି.ସି ମିତ୍ର ପ୍ରକାଶ କରିଛନ୍ତି। କର୍ମଶାଳାରେ ବିଶେଷଜ୍ଞ ମିତ୍ରଙ୍କ ସମେତ ରାଜ୍ୟ ସଂସ୍କୃତି ବିଭାଗ ସଚିବ ମନୋରଞ୍ଜନ ପାଣିଗ୍ରାହୀ, ଆମିକସ୍‌ କ୍ୟୁରି ମହାନ୍ତି, ଏଏସ୍‌ଆଇ ସୁପରିଣ୍ଟେଣ୍ଡେଣ୍ଟ ଅରୁଣ କୁମାର ମଲ୍ଲିକ, ଏଏସ୍‌ଆଇର ପୂର୍ବତନ ମହାନିର୍ଦ୍ଦେଶକ ଡ. ବି. ଆର୍‌. ମଣି, ଏ.ବି. ତ୍ରିପାଠୀ, ସଞ୍ଜୟ ଆଚାର୍ଯ୍ୟ, ଅନିଲ ଧୀର, ପୁରୀ ଜିଲାପାଳ ବଲଓ୍ବନ୍ତ ସିଂଙ୍କ ସମେତ ଐତିହ୍ୟସ୍ଥଳୀର ବିଶେଷଜ୍ଞମାନେ ଯୋଗଦେଇଛନ୍ତି। କର୍ମଶାଳାକୁ ସ୍ଥାନୀୟ ଏଏସ୍‌ଆଇ ଅଧିକାରୀ ନିରୋଜ ସିଂ ଏବଂ ମ୍ୟୁଜିୟମ ଅଧିକାରୀ ପ୍ରତାପ କୁମାର ନାୟକ ପ୍ରମୁଖ ପରିଚାଳନା କରିଥିଲେ ା


Enter your email to get our daily news in your inbox.

All Right Reserved By Dharitri.Com

ଗାଡି ଧକ୍କାରେ ଚାଲିଗଲା ମହିଳାଙ୍କ, କ୍ଷତିପୂରଣ ଦାବିରେ ରାସ୍ତାରୋକୋ

ଲାଞ୍ଜିଗଡ଼, ୧ା୧(ରମେଶ ଚନ୍ଦ୍ର ନାୟକ): କଳାହାଣ୍ଡି ଜିଲା ଲାଞ୍ଜିଗଡ ଥାନା ଆଶ୍ରମପଡା ନିକଟରେ ଗୁରୁବାର ଏକ ଅଜଣା ଗାଡି ଧକ୍କାରେ ଜଣେ ମହିଳାଙ୍କ ମୃତ୍ୟୁ ଘଟିଛି।...

ୟୁକ୍ରେନ୍‌ର ଡ୍ରୋନ୍‌ ଆକ୍ରମଣ: ଚାଲିଗଲା ୨୪ ଜୀବନ

କିଭ୍‌,୧ା୧ରୁଷିଆ ଅଧିକୃତ ଖେର୍‌ସନ ଅଞ୍ଚଳର ଏକ ଗ୍ରାମରେ ୟୁକ୍ରେନ୍‌ର ଡ୍ରୋନ୍‌ ଆକ୍ରମଣରେ ୨୪ ଜଣଙ୍କ ମୃତ୍ୟୁ ଘଟିବା ସହ ଅନୂ୍ୟନ ୫୦ ଜଣ ଆହତ ହୋଇଛନ୍ତି।...

Self Care Routine:୨୦୨୬ରେ ନିଜର ଯତ୍ନ ନେବାକୁ କରିଛନ୍ତି କି ପ୍ରତିଜ୍ଞା? ଜାଣି ରଖନ୍ତୁ କିଛି ଟିପ୍ସ

ଆଜିର ବ୍ୟସ୍ତବହୁଳ ଜୀବନଚର୍ଯ୍ୟା ମଧ୍ୟରେ ନିଜର ଯତ୍ନ(ସେଲ୍ଫ କେୟାର) ଅତ୍ୟନ୍ତ ଜରୁରୀ। କାରଣ ଯେତେବେଳେ ଆମେ ନିଜର ଯତ୍ନ ନେଉନା, ସେତେବେଳେ ଧୀରେ ଧୀରେ ଥକାପଣ,...

ନୂଆବର୍ଷରେ IAS ସ୍ତରରେ ବଡ଼ଧରଣ ଅଦଳବଦଳ, ବଦଳାଇଲେ ଏହି ଜିଲାପାଳ

ଭୁବନେଶ୍ୱର,୧।୧: ନୂଆବର୍ଷର ପ୍ରଥମ ଦିନରେ ରାଜ୍ୟ ପ୍ରଶାସନିକ ସ୍ତରରେ ଏକ ବଡ଼ଧରଣର ଅଦଳବଦଳ କରାଯାଇଛି। ବରିଷ୍ଠ IAS ଅଧିକାରୀମାନଙ୍କୁ ନୂତନ ଦାୟିତ୍ୱ ପ୍ରଦାନ କରିଛନ୍ତି ରାଜ୍ୟ...

ଆରଡିସିଙ୍କ ଘୋଷଣା: ୫ତାରିଖ ବରଗଡ଼ ଉପଖଣ୍ଡରେ…

ମଥୁରାନଗରୀ,୧।୧(ପ୍ରେମାନନ୍ଦ ଖମାରୀ)- ବରଗଡ଼ରେ ବୃହତ୍ ମୁକ୍ତାକାଶ ରଙ୍ଗମଞ୍ଚ ବରଗଡ଼ ଧନୁଯାତ୍ରା ମହୋତ୍ସବ ଚାଲିଛି। ଏହି ମହୋତ୍ସବ ଆସନ୍ତା ୩ତାରିଖ ଶନିବାର କଂସବଧ ସହିତ ସରିବ। ତିଥି...

ନୂଆବର୍ଷରେ ସ୍ତ୍ରୀଙ୍କୁ ହତ୍ୟା କଲା ସ୍ୱାମୀ

ସୁନ୍ଦରଗଡ଼,୧।୧(ଜୟ ନାରାୟଣ ମେଣ୍ଡୁଳି): ସୁନ୍ଦରଗଡ଼ ଜିଲା ହେମଗିର ଥାନା ଅଧୀନ ଖୁଟିପାନି ଗ୍ରାମରେ ଗୁରୁବାର ନୁଆବର୍ଷ ଅବସରରେ ଏକ ଅଭାବନୀୟ ଘଟଣା ସାମ୍ନାକୁ ଆସିଛି। ସ୍ୱାମୀଙ୍କ...

ହୋଇପାରେ ସାମୀଙ୍କ ପ୍ରତ୍ୟାବର୍ତ୍ତନ, ସଙ୍କଟରେ ଏହି ଖେଳାଳିଙ୍କ ସ୍ଥାନ

ନୂଆଦିଲ୍ଲୀ,୧।୧: ଭାରତ ଏବଂ ନ୍ୟୁଜିଲାଣ୍ଡ ମଧ୍ୟରେ ଆସନ୍ତା ଜାନୁଆରୀ ୧୧ ତାରିଖରୁ ଆରମ୍ଭ ହେବ। ଏହି ତିନି ମ୍ୟାଚ୍‌ ବିଶିଷ୍ଟ ଦିନିକିଆ ସିରିଜ୍ ପାଇଁ ଭାରତୀୟ...

ଜାନୁଆରୀ ୨୦୨୬ରେ କ’ଣ କରିବେ ଏବଂ କ’ଣ ନ କରିବେ; ରାଶି ଅନୁସାରେ ଜାଣନ୍ତୁ…

ନୂଆବର୍ଷ ୨୦୨୬ ଆରମ୍ଭ ହୋଇସାରିଛି ଏବଂ ଜାନୁଆରି ମାସ ସବୁ ରାଶି ପାଇଁ ଗୁରୁତ୍ୱପୂର୍ଣ୍ଣ ସନ୍ଦେଶ ଆଣିଛି। ଜ୍ୟୋତିଷ ଶାସ୍ତ୍ର ଅନୁଯାୟୀ, ଏହି ମାସରେ ଗ୍ରହମାନଙ୍କ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri