ସୂର୍ଯ୍ୟୋଦୟରୁ ରାତି ୯ ଯାଏ ଖୋଲାରହିବ ଦେଶର ୧୦ କୀର୍ତ୍ତିରାଜି: ତାଲିକାରେ ଭୁବନେଶ୍ୱରର ରାଜାରାଣୀ ମନ୍ଦିର

ଭୁବନେଶ୍ୱର,୩୦।୭(ବ୍ୟୁରୋ): ଦେଶର ୧୦ ପ୍ରମୁଖ ଐତିହାସିକ କୀର୍ତ୍ତିରାଜିକୁ ସୂର୍ଯ୍ୟୋଦୟଠାରୁ ରାତି ୯ଟା ପର୍ଯ୍ୟନ୍ତ ଜନସାଧାରଣଙ୍କ ପାଇଁ ଖୋଲା ରଖିବାକୁ ଘୋଷଣା କରିଛି କେନ୍ଦ୍ର ସଂସ୍କୃତି ମନ୍ତ୍ରଣାଳୟ। କେନ୍ଦ୍ର ସଂସ୍କୃତି ରାଷ୍ଟ୍ରମନ୍ତ୍ରୀ ପ୍ରହ୍ଲାଦ ସିଂ ପଟେଲ ସୋମବାର ନୂଆଦିଲ୍ଲୀଠାରେ ଆୟୋଜିତ ଖବରଦାତା ସମ୍ମିଳନୀରେ ଏହି ସୂଚନା ଦେଇଛନ୍ତି। ଉକ୍ତ ୧୦ କୀର୍ତ୍ତିରାଜି ମଧ୍ୟରେ ରହିଛି ଭୁବନେଶ୍ୱରର ରାଜାରାଣୀ ମନ୍ଦିର। ଏକାଦଶ ଶତାବ୍ଦୀରେ ନିର୍ମିତ ରାଜାରାଣୀ ମନ୍ଦିର ତାଲିକାର ଶୀର୍ଷରେ ରହିଛି।
ଜନସାଧାରଣ ତଥା ପର୍ଯ୍ୟଟକଙ୍କ ସୁବିଧା ଲାଗି ମନ୍ତ୍ରଣାଳୟ ପକ୍ଷରୁ ଏଭଳି ନିଷ୍ପତ୍ତି ନିଆଯାଇଛି। ସେମାନେ ଯେପରି ଏହି ଐତିହ୍ୟସ୍ଥଳୀଗୁଡ଼ିକୁ ବୁଲିବା ସହ ଏହାର ସୌନ୍ଦର୍ଯ୍ୟକୁ ଉପଭୋଗ କରିବାକୁ ଅଧିକ ସମୟ ପାଇପାରିବେ ତାହାକୁ ଦୃଷ୍ଟିରେ ରଖି ଭ୍ରମଣ ସମୟକୁ ବୃଦ୍ଧି କରାଯାଇଛି। ପୂର୍ବରୁ ଏହି ଐତିହ୍ୟ ସ୍ଥଳୀଗୁଡ଼ିକ ସକାଳ ୯ଟାଠାରୁ ଅପରାହ୍ନ ସାଢ଼େ ୫ଟା ୩୦ ପର୍ଯ୍ୟନ୍ତ ଲୋକଙ୍କ ପାଇଁ ଖୋଲା ରହୁଥିଲା। ପ୍ରଥମ ପର୍ଯ୍ୟାୟରେ ୧୦ଟି ଐତିହ୍ୟସ୍ଥଳୀରେ ବର୍ଦ୍ଧିତ ଭ୍ରମଣ ସମୟ ଲାଗୁ ହୋଇଥିବାବେଳେ ପରବର୍ତ୍ତୀ ସମୟରେ ଆଉକିଛି ଐତିହାସିକ କୀର୍ତ୍ତିରାଜି ପାଇଁ ତାହା ଲାଗୁ କରାଯିବ। ପ୍ରଥମ ପର୍ଯ୍ୟାୟରେ ଚୟନ ହୋଇଥିବା ୧୦ କୀର୍ତ୍ତିରାଜି ମଧ୍ୟରେ ରାଜାରାଣୀ ମନ୍ଦିର, ମଧ୍ୟପ୍ରଦେଶର ଛତରପୁରସ୍ଥିତ ଖଜୁରାଓ ଦୁହ୍ଲାଦେଓ ମନ୍ଦିର, ହରିୟାଣାର କୁରୁକ୍ଷେତ୍ର ଅନ୍ତର୍ଗତ ଥାନେସାରସ୍ଥିତ ଶେଖ ଚିଲ୍ଲି ସମାଧିସ୍ଥଳ, ଦିଲ୍ଲୀର ସଫଦରଜଙ୍ଗ ଓ ହୁମାୟୁଁ ସମାଧିସ୍ଥଳ, କର୍ନାଟକର ଭାଗଲକୋଟ ଅନ୍ତର୍ଗତ ପଟ୍ଟଦକ୍କାଲସ୍ଥିତ କୀର୍ତ୍ତିରାଜି, କର୍ନାଟକ ବିଜୟପୁରାସ୍ଥିତ ଗୋଲ ଗମ୍ବୁଜ, ମହାରାଷ୍ଟ୍ର ଗଡ଼ଚିରୌଲି ଅନ୍ତର୍ଗତ ଛାମୁର୍ସି ମର୍କଣ୍ଡ ମନ୍ଦିରମାଳା, ଉତ୍ତରପ୍ରଦେଶ ବାରାଣସୀସ୍ଥିତ ବୈଧଶାଳା ମନମହଲ, ଗୁଜରାଟ ପଟନସ୍ଥିତ ରାଣୀ କି ଭାଓ ରହିଛି।


Enter your email to get our daily news in your inbox.

All Right Reserved By Dharitri.Com

T20 ବିଶ୍ୱକପ୍‌ରୁ ବାଦ୍ ପଡ଼ିବ କି ଅଷ୍ଟ୍ରେଲିଆ? ଦମଦାର ବିଜୟ ସହ ସୁପର-୮ରେ ଶ୍ରୀଲଙ୍କା

ନୂଆଦିଲ୍ଲୀ,୧୬।୨: ଚଳିତ T20 ବିଶ୍ୱକପ୍ ୨୦୨୬ରେ ଦେଖିବାକୁ ମିଳିଛି ଏକ ବଡ଼ ବିପର୍ଯ୍ୟୟ। ଓପନର ପଥୁମ ନିସାଙ୍କାଙ୍କ ବିଧ୍ୱଂସକାରୀ ଶତକ ବଳରେ ଶ୍ରୀଲଙ୍କା ୮ ୱିକେଟ୍‌ରେ ଅଷ୍ଟ୍ରେଲିଆକୁ…

ପୂର୍ବତନ ବିଧାୟିକା ଡା. ରାସେଶ୍ବରୀ ପାଣିଗ୍ରାହୀଙ୍କ ପରଲୋକ; ମୁଖ୍ୟମନ୍ତ୍ରୀଙ୍କ ଶୋକ

ଭୁବନେଶ୍ୱର,୧୬।୨: ସମ୍ବଲପୁରର ପୂର୍ବତନ ବିଧାୟିକା ତଥା ବିଶିଷ୍ଟ ଚିକିତ୍ସିକା ଡା. ରାସେଶ୍ବରୀ ପାଣିଗ୍ରାହୀଙ୍କର ଦେହାନ୍ତ ହୋଇଯାଇଛି। ମୃତ୍ୟୁ ବେଳକୁ ତାଙ୍କୁ ୭୯ ବର୍ଷ ବୟସ ହୋଇଥିଲା। ସମ୍ବଲପୁର…

ନକଲି ମାଓବାଦୀ ଆତ୍ମସମର୍ପଣ ଯୋଜନା ପଣ୍ଡ: ଖବରଦାତାଙ୍କ ସହ ୪ ଗିରଫ

ରାୟଗଡ଼ା,୧୬।୨(ଆଶିଷ ରଞ୍ଜନ ପଣ୍ଡା) ମାଓବାଦୀଙ୍କ ନାଁରେ ପୋଷ୍ଟର ମାରିବା ଏବଂ ନକଲି ମାଓବାଦୀଙ୍କୁ ଆତ୍ମସମର୍ପଣ କରାଇ ସରକାରୀ ଅର୍ଥ ଲୁଟ ପାଇଁ ଉଦ୍ୟମ କରିବା ଘଟଣାରେ ରାୟଗଡ଼ା…

ବଟେଶ୍ୱର ଜାଗର ମହୋତ୍ସବ: ମୋହିଲା ଛାତ୍ରୀଛାତ୍ରଙ୍କ ନୃତ୍ୟ

ଗଞ୍ଜାମ,୧୬ା୨(ବିଦ୍ୟାଧର ସାହୁ): ଗଞ୍ଜାମ ବ୍ଲକ ଅନ୍ତର୍ଗତ ପାଳିବନ୍ଧ ପଞ୍ଚାୟତର ପ୍ରସିଦ୍ଧ ବଟେଶ୍ୱର ମନ୍ଦିର ବାଲିଯାତ୍ରା ପଡିଆରେ ମହାଶିବରାତ୍ରି ଉପଲକ୍ଷେ ପ୍ରଥମଥର ପାଇଁ ଜାଗର ମହୋତ୍ସବ ଅନୁଷ୍ଠିତ ହୋଇଯାଇଛି।…

ପୂର୍ବତନ ବିଧାୟିକା ରାସେଶ୍ୱରୀ ପାଣିଗ୍ରାହୀଙ୍କ ପରଲୋକ

ସମ୍ୱଲପୁର,୧୬।୨: ସମ୍ୱଲପୁର ପୂର୍ବତନ ବିଧାୟିକା ଡା. ରାସେଶ୍ୱରୀ ପାଣିଗ୍ରାହୀଙ୍କ ସୋମବାର ରାତିରେ ପରଲୋକ ହୋଇଯାଇଛି। ତାଙ୍କୁ ମୃତ୍ୟୁ ବେଳକୁ ୭୯ ବର୍ଷ ବୟସ ହୋଇଥିଲା। ରାତି ପ୍ରାୟ…

ଏହି ଷ୍ଟେସନର ବଦଳିବ କାୟାକଳ୍ପ: ଏତିକି କୋଟି ମଞ୍ଜୁର କଲେ କେନ୍ଦ୍ର ସରକାର

ଭୁବନେଶ୍ୱର,୧୬।୨: ଓଡ଼ିଶାର ରେଳ ଭିତ୍ତିଭୂମି ପାଇଁ ୯୩.୧୯ କୋଟି ଟଙ୍କା ଅନୁମୋଦନ କରିଛନ୍ତି କେନ୍ଦ୍ର ସରକାର। ଏହି ଟଙ୍କାରେ ବ୍ରହ୍ମପୁର ରେଳ ଷ୍ଟେସନର ପୁନଃ ବିକାଶ କରାଯିବ।…

ମହିଳାଙ୍କୁ ଗୋଡାଇ କାମୁଡ଼ିଲା ବିଲୁଆ

ଦିଗପହଣ୍ଡି,୧୬।୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ସହର ୫ ନଂ ୱାର୍ଡ ପଠାଣ ଗଳି ବାସିନ୍ଦା କେ.ପାର୍ୱତୀ ଦୋରା(୪୦) ବିଲୁଆ କାମଡ଼ାରେ ଗୁରୁତର ଆହତ ହୋଇଛନ୍ତି।…

ତୃତୀୟ ଥର ବିବାହ ବନ୍ଧନରେ ବାନ୍ଧିହେଲେ IAS ଅଫିସର, ତିନି ସ୍ତ୍ରୀ IAS

ଭୋପାଳ,୧୬।୨: ଜଣେ IAS ଅଫିସର ଏବେ ନିଜର ବ୍ୟକ୍ତିଗତ ଜୀବନକୁ ନେଇ ଏବେ ଚର୍ଚ୍ଚାର ଶିଖରରେ ଅଛନ୍ତି। ସେ ନିକଟରେ ତୃତୀୟ ଥର ପାଇଁ ବିବାହ କରିଥିବା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri