ସେକ୍ସ ର଼୍ୟାକେଟରେ ଧରାପଡ଼ିଲେ ରାଣୀ ମହୁମାଛି, ଦୁଇ ଗ୍ରାହକଙ୍କ ସହ କୋର୍ଟ ଚାଲାଣ

ଗୋପାଳପୁର,୧୦ା୩(ନବୀନ ରାଜ ଆଚାରୀ): ଗଞ୍ଜାମ ଜିଲା ଗୋଳନ୍ଥରା ଥାନା ଅଧିନସ୍ଥ ହଳଦିଆପଦର ରାଳବ ରାସ୍ତାରେ ପୋଲିସ ଏକ ସେକ୍ସ ର଼୍ୟାକେଟ ଠାବ କରିଛି। ରାଣୀ ମହୁମାଛି ସହିତ ଦୁଇ ଗ୍ରାହକ ପୋଲିସ କାବୁ କରିବା ସହ ଦୁଇ ଦେହଜୀବୀଙ୍କୁ ଉଦ୍ଧାର କରିଛି। ରବିବାର ଅପରାହ୍ନରେ ତିନି ଅଭିଯୁକ୍ତଙ୍କୁ ପୋଲିସ ଗିରଫ କରି କୋର୍ଟ ଚାଲାଣ କରିଛି। ଅଭିଯୁକ୍ତମାନେ ହେଲେ ସୋରଡ଼ା ଥାନା ଅଧିନସ୍ଥ ସୋରଡ଼ା ଅଞ୍ଚଳର ପଦ୍ମନାଭ ସାହୁ (୫୨),ଖାରିଗୁଡା ଗ୍ରାମର ଆଲୋକ କୁମାର ଗୁରୁ (୨୪) ଓ ରାଣୀ ମହୁମାଛି ଭଞ୍ଜନଗର ଅଞ୍ଚଳର ସାଗରିକା ପଣ୍ଡା (୫୫) ବୋଲି ପ୍ରେସ୍‌ ରିଲିଜରେ ବ୍ରହ୍ମପୁର ଏସ୍‌ପି ସୂଚନା ଦେଇଛନ୍ତି।

ସୂଚନାନୁସାରେ, ଏହି ଥାନା ଅଧିନସ୍ଥ ହଳଦିଆପଦର ରାଳବ ରାସ୍ତା ଷଷ୍ଠ ଗଳିରେ ଏକ ଭଡ଼ା ଘରେ ଏକ ସେକ୍ସ ର଼୍ୟାକେଟ ଚାଲିଥିବା ନେଇ ଶନିବାର ରାତିରେ ଏକ ବିଶ୍ୱସ୍ତ ସୂତ୍ରରୁ ଖବର ପାଇ ଗୋଳନ୍ଥରା ଅଧିକାରୀ ବିବେକାନନ୍ଦ ସ୍ବାଇଁ ନେତୃତ୍ୱରେ ଏକ ଟିମ୍‌ ସେଠାରେ ଚଢ଼ାଉ କରିଥିଲା। ରାଣୀ ମହୁମାଛି ସହିତ ଦୁଇ ଜଣ ଗ୍ରାହକଙ୍କୁ ପୋଲିସ କାବୁ କରିବା ସହ ଦୁଇ ଦେହଜୀବୀକୁ ପୋଲିସ ଉଦ୍ଧାର କରିଥିଲା। ଥାନାରେ ପୋଲିସ ଅଟକ ରଖି ପଚାରାଉଚରା କରିଥିଲା। ତାଙ୍କଠାରୁ ୨୧ ହଜାର ଶହେ ଟଙ୍କା ଓ ଆପତ୍ତିଜନକ ସାମଗ୍ରୀ ପୋଲିସ ଜବତ କରିଛି। ଗତ ଏକ ମାସ ହେଲା ସାଗରିକା ଏକ ଭଡ଼ା ଘର ନେଇ ସେକ୍ସ ର଼୍ୟାକେଟ ଚଳାଇଥିବା ପୋଲିସ ଜାଣିବାକୁ ପାଇଥିଲା। ଘର ମାଲିକ ତଦନ୍ତ ପରିସର ଭୁକ୍ତ ହୋଇଥିବା ଜଣାପଡ଼ିଛି। ରବିବାର ଦୁଇ ଯୁବତୀ ଓ ପଦ୍ମନାଭ, ଆଲୋକ ଓ ସାଗରିକା ବ୍ରହ୍ମପୁର ବଡ଼ ମେଡିକାଲରେ ଡାକ୍ତରୀମାଇନା କରିବା ପରେ ଏ ନେଇ ଥାନାରେ କେସ୍‌ ନଂ ୧୦୨/୨୪ରେ ଏକ ମାମଲା ରୁଜୁ କରି ଅପରାହ୍ନରେ ଆଲୋକ, ପଦ୍ମନାଭ ଓ ସାଗରିକାଙ୍କୁ ପୋଲିସ ଗିରଫ କରି କୋର୍ଟ ଚାଲାଣ କରିଥିବା ବେଳେ ସୁରକ୍ଷା ଦୁଷ୍ଟିରୁ ଦୁଇ ଦେହଜୀବୀଙ୍କୁ ଶ୍ରଦ୍ଧାଗୃହକୁ ପଠାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ବାଘୁଆମନ୍ଦିରରୁ ଚୋରି, ଦେଉଳରୁ ସୁନା, ରୁପା…

ଗୁଣୁପୁର, ୫।୯ (ସୁଜାତା ପାଢ଼ୀ): ରାୟଗଡ଼ା ଜିଲା ଗୁଣୁପୁର ସହରର ପୁରୁଣା ବସ୍‌ଷ୍ଟାଣ୍ଡ ନିକଟରେ ଥିବା ପୁରାତନ ଶୈବପୀଠ ବାଘୁଆ ମନ୍ଦିର ତଥା ଉମା ରାମଲିଙ୍ଗେଶ୍ୱର ମନ୍ଦିରରୁ…

ରାଜରାସ୍ତାରେ ଶିକ୍ଷକଙ୍କ ରଣହୁଙ୍କାର, ଲୋୟର ପିଏମ୍‌ଜିରେ ହଜାର ହଜାର ଶିକ୍ଷକଙ୍କ ବିକ୍ଷୋଭ

ଭୁବନେଶ୍ୱର, ୫।୯: ଯେଉଁ ଦିନଟି ଶିକ୍ଷକଙ୍କୁ ସମ୍ମାନ ଓ ଶ୍ରଦ୍ଧା ଜଣାଇବାର ଦିନ, ସେହି ଗୁରୁଦିବସରେ ରାଜରାସ୍ତାକୁ ଓହ୍ଲାଇ ନିଜ ହକ୍‌ ପାଇଁ ଗର୍ଜିଲେ ରାଜ୍ୟର ହଜାର…

ଅନନ୍ୟ ଗୁରୁ: ଅବସର ପରେ ବି ଛାତ୍ରୀଛାତ୍ରଙ୍କୁ ଦେଉଛନ୍ତି ସାମାଜିକ ଶୃଙ୍ଖଳାର ବାର୍ତ୍ତା

ଦାରିଙ୍ଗବାଡ଼ି,୫ା୯(ଅରୁଣ ସାହୁ): ଆଜି ପବିତ୍ର ଗୁରୁଦିବସ ଏହି ସମୟରେ ଅଞ୍ଚଳରେ ରହିଥିବା ଅନେକ ବର୍ଷୀୟାନ ଗୁରୁ ଅବସର ନେବା ପରେ ମଧ୍ୟ ଜାରି ରଖିଛନ୍ତି ଛାତ୍ରୀଛାତ୍ରଙ୍କୁ ଉତ୍ତମ…

୧୮ ଘଣ୍ଟା ଧରି ଶୁଟିଂ କଲେ ପ୍ରୀତି ଜିଣ୍ଟା: ପଛରେ କାରଣ ଜାଣିଲେ…

ଦୀର୍ଘ ଦିନ ପରେ ଅଭିନେତ୍ରୀ ପ୍ରୀତି ଜିଣ୍ଟା ‘ପାର୍ଟିସନ ୧୯୪୭’ ସହିତ ବଡ଼ ପରଦାକୁ ଫେରିଛନ୍ତି। ଚଳିତ ବର୍ଷ ତାଙ୍କର ଦ୍ୱିତୀୟ ଫିଲ୍ମ ରିଲିଜ ଅପେକ୍ଷାରେ ଅଛନ୍ତି।…

ଆଜିଠୁ ଆରମ୍ଭ ହେଲା ମାଗଣା LPG ସିଲିଣ୍ଡର ଯୋଜନା; ବର୍ଷକୁ ମିଳିବ ୩ଟି ସିଲିଣ୍ଡର, ଖାତାକୁ ଆସିବ ୩ହଜାର ଟଙ୍କା

ନୂଆଦିଲ୍‌ଲୀ,୫।୯: ରନ୍ଧନ ଗ୍ୟାସ ସିଲିଣ୍ଡରର ବଢ଼ୁଥିବା ଦର ଯୋଗୁଁ ଚିନ୍ତିତ ଥିବା ପରିବାରଗୁଡ଼ିକ ପାଇଁ ଏକ ବଡ଼ ଖୁସି ଖବର ଆସିଛି! ଯଦି ଆପଣଙ୍କ ଘରେ ମଧ୍ୟ…

ରୋହିତ ଶର୍ମାଙ୍କ ଭବିଷ୍ୟତ ବିଷୟରେ BCCI କେବେ ନେବ ନିଷ୍ପତ୍ତି? ସାମ୍ନାକୁ ଆସିଲା ତାରିଖ

ନୂଆଦିଲ୍ଲୀ,୫।୯: ଭାରତୀୟ ODI ଦଳରେ ରୋହିତ ଶର୍ମାଙ୍କ ଭବିଷ୍ୟତ କ’ଣ ଅଛି, ଏବଂ ସେ କ’ଣ 2027 ODI ବିଶ୍ୱକପ ପାଇଁ ଯୋଜନାର ଅଂଶ ହେବେ? ଏହି…

ଜୁନ୍‌ରେ ଅବସରପ୍ରାପ୍ତ ଶିକ୍ଷକଙ୍କ ଘରୁ ଚୋରି କରିଥିଲେ ଲକ୍ଷାଧିକ ଟଙ୍କାର ସୁନାଗହଣା: ୨ ଜଣଙ୍କୁ ଧରି…

ଝରିଗାଁ,୫ା୯(କିଶୋର ଚନ୍ଦ୍ର ମଣ୍ଡଳ): ନବରଙ୍ଗପୁର ଜିଲା ଝରିଗାଁ ପୋଲିସକୁ ମିଳିଛି ବଡ଼ ସଫଳତା। ଝରିଗାଁ ଥାନା ଅଞ୍ଚଳରେ ଗତ ଜୁନ୍‌ ମାସରେ ଲକ୍ଷାଧିକ ଟଙ୍କା ସହ ସୁନା…

ପରିବାରରୁ ଅଲଗା ରାସନ କାର୍ଡ କିପରି କରିବେ? ଅବିବାହିତଙ୍କ ପାଇଁ କ’ଣ ରହିଛି ନିୟମ, ଜାଣନ୍ତୁ ସମ୍ପୂର୍ଣ୍ଣ ପ୍ରକ୍ରିୟା

ନୂଆଦିଲ୍ଲୀ,୫।୯:ରାସନ କାର୍ଡ କେବଳ ଶସ୍ତାରେ ରାସନ ପାଇବାର ମାଧ୍ୟମ ନୁହେଁ, ବରଂ ଏହା ଏକ ଗୁରୁତ୍ୱପୂର୍ଣ୍ଣ ସରକାରୀ ପରିଚୟପତ୍ର ଏବଂ ଠିକଣା ପ୍ରମାଣପତ୍ର (Address Proof) ଭାବରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri