ବାଲିଆପାଳ, ୨୮ା୫(ଡି.ଏନ.ଏ.)-ବାଲେଶ୍ୱର ଜିଲା ବାଲିଆପାଳ ଥାନା ଅନ୍ତର୍ଗତ ରେମୁ ଛକ ନିକଟ ଏକ ଘରେ ସେକ୍ସ ର଼୍ୟାକେଟ ଚାଲିଥିବା ଖବର ପାଇ ରବିବାର ବିଳମ୍ବିତ ରାତିରେ ପୋଲିସ ଚଢାଉ କରିଥିଲା। ଚଢାଉ ସମୟରେ ଜଣେ ବାଂଲାଦେଶୀ ମହିଳାଙ୍କୁ ପୋଲିସ ଉଦ୍ଧାର କରିଛି। ଓଡିଶାରୁ ବାଂଲାଦେଶ ପର୍ଯ୍ୟନ୍ତ ସେକ୍ସ ର଼୍ୟାକେଟର ଚେର ଲମ୍ବିଥିବା ପୋଲିସ ଅନୁମାନ କରୁଛି। ପୋଲିସ ଉକ୍ତ ମହିଳାଙ୍କୁ ପଚରାଉଚୁରା କରି ଏ ସମ୍ପର୍କରେ ଅଧିକ ଖୋଳତାଡ କରୁଛି।
ଉକ୍ତ ଘରେ ଅନୈତିକ କାର୍ଯ୍ୟ ଚାଲିଥିବା ଅଭିଯୋଗ କରି ଗ୍ରାମବାସୀ ରବିବାର ରାତିରେ ଘେରାଉ କରି ପୋଲିସକୁ ଖବର ଦେଇଥିଲେ। ବାଲିଆପାଳ ଆଇଆଇସି ପ୍ରଭୁକଲ୍ୟାଣ ଆଚାର୍ଯ୍ୟଙ୍କ ନିର୍ଦ୍ଦେଶରେ ମହିଳା ସବଇନ୍ସପେକ୍ଟର ସ୍ବର୍ଣ୍ଣପ୍ରଭା ଜେନା ପୋଲିସ ଫୋର୍ସ ସହ ଘଟଣାସ୍ଥଳରେ ପହଞ୍ଚିଥିଲେ। ଘର ମାଲିକ ସମ୍ପୃକ୍ତ ମହିଳାଙ୍କୁ ଧରି ଗାଡି ପାଖକୁ ଅସୁଥିବା ବେଳେ ଗ୍ରାମବାସୀ ଉତ୍ତ୍ୟକ୍ତ ହୋଇ ଠେଲାପେଲା କରିଥିଲେ। ଏହି ସୁଯୋଗରେ ଘର ଭିତରେ ଥିବା ଅନ୍ୟ ଜଣେ ଯୁବକ ସେଠାରୁ କୌଶଳକ୍ରମେ ଫେରାର ହୋଇଯାଇଥିଲେ । ଗ୍ରାମବାସୀଙ୍କ ସୂଚନା ଅନୁଯାୟୀ ଗତ କିଛି ଦିନ ହେଲା ଘର ମାଲିକ ବାହାରୁ ଯୁବତୀମାନଙ୍କୁ ଆଣି ସେଠାରେ ରଖୁଥିଲେ। ଉକ୍ତ ଘରକୁ ରାତିରେ ବହୁ ଅଜଣା ଯୁବକ ଯିବା ଆସିବା କରୁଥିବାରୁ ଏହାକୁ ନେଇ ଗ୍ରାମବାସୀଙ୍କ ମନରେ ସନ୍ଦେହ ଉପୁଜିଥିଲା। ରବିବାର ରାତିରେ ଜଣେ ମହିଳା ଅନ୍ୟ ଜଣେ ଯୁବକଙ୍କ ସହିତ ଘର ଭିତରକୁ ଆସିଥିବା ଗ୍ରାମବାସୀ ଦେଖିଥିଲେ। ଗ୍ରାମବାସୀ ପୋଲିସକୁ ଖବର ଦେଇଥିଲେ। ଦିନସାରା ପୋଲିସ ଉକ୍ତ ମହିଳାଙ୍କୁ ଜେରା କରିଛି। ମହିଳାଙ୍କ କହିବା ଅନୁସାରେ ତାଙ୍କ ଘର ବାଂଲାଦେଶର ଢାକାରେ। ପଶ୍ଚିମବଙ୍ଗର ଜଣେ ଯୁବକ ତାଙ୍କୁ ଫସାଇ କଲିକତା ନେଇଆସିଥିଲେ। ପରେ ସେହି ଯୁବକ ତାଙ୍କୁ ଏହି ଘର ମାଲିକଙ୍କୁ ବିକ୍ରି କରିଦେଇଥିଲେ। ଘରମାଲିକ ତାଙ୍କୁ ବାଲିଆପାଳ ଆଣି ରବିବାର ସ୍ଥାନୀୟ ଜଗନ୍ନାଥ ମନ୍ଦିରରେ ବିବାହ କରିଛନ୍ତି। ତେବେ ସେ ଭିନ୍ନ ସମ୍ପ୍ରଦାୟର ହୋଇଥିବାରୁ ନିଜ ଘରକୁ ଫେରିଯିବାକୁ ପୋଲିସକୁ କହିଛନ୍ତି। କିନ୍ତୁ ନିଜର ସଠିକ ଠିକଣା ଦେଉ ନ ଥିବାରୁ ପୋଲିସ ଏହା ଉପରେ ଅଧିକ ତଦନ୍ତ ଜାରି ରଖିଛି ।
ଭିଜିଲାନ୍ସ ଜାଲରେ ସିଭିଲ ସପ୍ଲାଏର ଜୁନିୟର ଆକାଉଣ୍ଟାଣ୍ଟ, ଏକକାଳୀନ ୫ଟି ସ୍ଥାନରେ ଚଢ଼ାଉ
ସୁନ୍ଦରଗଡ଼, ବାଲେଶ୍ବର ୨୨/୧୨(ଜୟ ନାରାୟଣ ମେଣ୍ଡୁଳି/ବାଞ୍ଛାନିଧି ଦେ): ପୁଣି ଭିଜିଲାନ୍ସ ଜାଲରେ ସରକାରୀ ବାବୁ । ଆଜି ପୁଣି ସକାଳୁ ସକାଳୁ ଭିଜିଲାନ୍ସ ରେଡ୍ କରିଛି...
ପୁଣି ଅରୁଣଙ୍କ ଘରେ ବିଜେଡି ନେତାଙ୍କ ମେଳି…
ବାଲେଶ୍ୱର,୨୦।୧୨(ବାଞ୍ଛାନିଧି ଦେ): ଅରୁଣ ସାହୁଙ୍କ ଘରେ ମେଳି ବାନ୍ଧିଲେଣି ବାଲେଶ୍ୱର ବିଜେଡି ନେତା। ଜ୍ୟୋତି ପାଣିଗ୍ରାହୀ, ସୁକାନ୍ତ ନାୟକ, ସ୍ବରୂପ ଦାସ ମଧ୍ୟ ଉପସ୍ଥିତ ଅଛନ୍ତି।...
୧୧ କେଭି ବିଦ୍ୟୁତ ତାର ଛିଡ଼ି ଜଳିଗଲା ଧାନଗଦା, ୩ ଲଷରୁ ଅଧିକ ଟଙ୍କାର କ୍ଷତି
ବାହାନଗା, ୨୦। ୧୨(ଅରୂପ କୁମାର ଦାସ): ରେମୁଣା ବ୍ଲକ ଗୋପାଳପୁର ଥାନା ଅଧିନସ୍ଥ ତାଳପଦା ଗ୍ରାମ ବିଲରେ ଯାଇଥିବା ଇଲେଭେନ କେଭି ବିଦ୍ୟୁତ ତାର ଛିଡି...
ରାସ୍ତା ପାର୍ଶ୍ୱରେ ମେଡ଼ିସିନ ପଡିବା ଘଟଣା: ସସ୍ପେଣ୍ଡ ହେଲେ ୨ ଏଏନଏମ
ବାଲେଶ୍ୱର, ୧୯।୧୨: ( ବାଞ୍ଛାନିଧି ଦେ): ରାସ୍ତା ପାର୍ଶ୍ୱରେ ସରକାରୀ ଔଷଧ ପଡ଼ିଥିବା ଘଟଣାରେ କାର୍ଯ୍ୟାନୁଷ୍ଠାନ ନେଲେ ବାଲେଶ୍ୱର ସିଡିଏମଓ ଡା.ପ୍ରଭାତ କୁମାର ବେହେରା। ନିଲମ୍ବିତ...
ଖଇରାରେ ଦନ୍ତା ହାତୀର ଉପଦ୍ରବ, ୨ ପଞ୍ଚାୟତର ସମସ୍ତ ସ୍କୁଲ ଛୁଟି ଘୋଷଣା
ଖଇରା, ୧୯ା୧୨(ଉତ୍କଳ ବନ୍ଧୁ ପଣ୍ଡା ): ଗୁରୁବାର ରାତିରୁ ବାଲେଶ୍ୱର ଜିଲା ଖଇରା ବ୍ଲକ ଅଞ୍ଚଳରେ ଏକ ଦନ୍ତା ହାତୀ ଆତଙ୍କ ଖେଳାଇଛି । ଏକ...
ଖଇରାରେ ଆତଙ୍କ ଖେଳାଇଛି ଦନ୍ତା ହାତୀ, ଆକ୍ରମଣରେ ବୃଦ୍ଧ ମୃତ
ଖଇରା,୧୯/୧୨(ଉତ୍କଳବନ୍ଧୁ ପଣ୍ଡା): ବାଲେଶ୍ବର ଜିଲା ସୋର ରେଞ୍ଜ ଅଧିନ ଖଇରା ଅଞ୍ଚଳରେ ଏକ ଦନ୍ତାହାତୀ ଗୁରୁବାର ରାତିସାରା ଆତଙ୍କ ଖେଳାଇଛି । କୁପାରୀ ଓ ଔପଦା...
ସୋର ଆହାର କେନ୍ଦ୍ରରୁ ବନ୍ଧୁକ ଜବତ, ପାଚେରି ଡେଇଁ ଯୁବକ ଚମ୍ପଟ୍
ବାଲେଶ୍ୱର,୧୮ା୧୨ ( ବାଞ୍ଛାନିଧି ଦେ): ସୋରରେ ଅଭାବନୀୟ ଘଟଣା । ଆହାର କେନ୍ଦ୍ରରୁ ଜବତ ହେଲା ବନ୍ଧୁକ ଜବତ । ତେବେ ଧରାପଡିବା ପରେ ଯୁବକ...
ପାରିବାରିକ କଳହର କରୁଣ ପରିଣତି, ସାନଭାଇ ମାଡ଼ରେ ବଡ଼ ଭାଇଙ୍କ ମୃତ୍ୟୁ ଅଭିଯୋଗ
ଭୋଗରାଇ,୧୮l୧୨ ( ପ୍ରଦୀପ ଦାସ ): ବାଲେଶ୍ୱର ଜିଲା ଭୋଗରାଇ ବ୍ଲକ ମାନକୁଣ୍ଡା ଗ୍ରାମରେ ଅଭାବନୀୟ ଘଟଣା ଘଟିଛି । ଘର ରାସ୍ତାରେ ବାଇକ୍ ରଖାକୁ...
Archives


