ସେଣ୍ଟ୍ରାଲ ଦିଲ୍ଲୀର ଜିଲାପାଳଙ୍କ ଡ୍ରାଇଭର କରୋନା ପଜିଟିଭ୍‌

ନୂଆଦିଲ୍ଲୀ,୧।୫: ଦିଲ୍ଲୀରେ କରୋନା ଭାଇରସ୍‌ ସଂକ୍ରମଣ ତୀବ୍ରଗତିରେ ବଢ଼ିବାରେ ଲାଗିଛି। ଏଠାରେ ଏପର୍ଯ୍ୟନ୍ତ ୩୫୦୦ରୁ ଊର୍ଦ୍ଧ୍ୱ ଲୋକ ସଂକ୍ରମିତ ହୋଇସାରିଲେଣି। ଏହିକ୍ରମରେ ସେଣ୍ଟ୍ରାଲ ଦିଲ୍ଲୀର ଜିଲାପାଳ ନିଧି ଶ୍ରୀବାସ୍ତବଙ୍କ ଡ୍ରାଇଭର କରୋନା ପଜିଟିଭ୍‌ ହୋଇଥିବା ଜଣାପଡ଼ିଛି। ଏହାପରେ ସହରରେ ଆତଙ୍କ ଖେଳିଯାଇଛି। ସୂଚନାଯୋଗ୍ୟ, ଜିଲାପାଳ ଶ୍ରୀବାସ୍ତବଙ୍କ କାର୍ଯ୍ୟାଳୟ ପୁରୁଣା କୋତଓ୍ବାଲି ଅଞ୍ଚଳର ଦରିଆଗଞ୍ଜରେ ଥିବା ବେଳେ ଡ୍ରାଇଭରଙ୍କ ଘର ଉତ୍ତର-ପୂର୍ବ ଦିଲ୍ଲୀର ଶାସ୍ତ୍ରୀ ନଗର ଅଞ୍ଚଳରେ। ଶୁକ୍ରବାର ତାଙ୍କ ରିପୋର୍ଟ ପଜିଟିଭ୍‌ ଆସିବା ପରେ ସେ ବର୍ତ୍ତମାନ ଘରେ ଅଛନ୍ତି। ଖୁବ୍‌ଶୀଘ୍ର ତାଙ୍କୁ କେଉଁ ହସ୍ପିଟାଲରେ ଭର୍ତ୍ତି କରାଯିବ ସେନେଇ ଦିଲ୍ଲୀ ସରକାର ନିଷ୍ପତ୍ତି ନେବେ। ସୁରକ୍ଷା ଦୃଷ୍ଟିରୁ ଡ୍ରାଇଭରଙ୍କ ପରିବାର ଲୋକଙ୍କୁ ଯାଞ୍ଚ କରାଯିବ। ଏଥିସହ ଯେଉଁମାନେ ତାଙ୍କ ସଂସ୍ପର୍ଶରେ ଆସିଛନ୍ତି ସେମାନଙ୍କୁ ଟ୍ରାକ୍‌ କରି କ୍ୱାରାଣ୍ଟାଇନ୍‌ରେ ରଖାଯିବ। ଏତଦ୍‌ ବ୍ୟତୀତ ଜିଲାପାଳଙ୍କ କାର୍ଯ୍ୟାଳୟକୁ ଖୁବ୍‌ଶୀଘ୍ର ସାନିଟାଇଜ୍‌ କରାଯିବ ବୋଲି ସୂଚନା ରହିଛି।


Enter your email to get our daily news in your inbox.

All Right Reserved By Dharitri.Com

ଗଛରେ ପିଟିହେଲା ବାଇକ: ଚାଲିଗଲା ୨ ଜୀବନ

ଅତାବିରା, ୭।୯(ଯୁଧିଷ୍ଠିର ମହାପାତ୍ର): ବରଗଡ଼ ଜିଲା ଅତାବିରା ଥାନା ତଥା ଗୋଡ଼ଭଗା ଫାଣ୍ଡି ଅଧିନସ୍ଥ କାଦୋବାହାଲରେ ସୋମବାର ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଛି। ଏଥିରେ ୨ବାଇକ…

ମୋବାଇଲ ଦେଖୁଥିଲେ ରାଜକୁମାର, ହଠାତ୍‌ ଘରେ ପଶିଲେ ଚୋର: ଆଉ ତା’ପରେ ଘଟିଲା…

ମାର୍ଶାଘାଇ,୭।୯(ଶୁଭେନ୍ଦୁ ପ୍ରସାଦ ଚୌଧୁରୀ):କେନ୍ଦ୍ରାପଡ଼ା ଜିଲା ମାର୍ଶାଘାଇ ଥାନା ଅନ୍ତର୍ଗତ ଗରଜଙ୍ଗା ଗ୍ରାମରେ ଏକ ବଡ଼ଧରଣର ଲୁଟ ଘଟଣା ଘଟିଛି। ଚାରିଜଣ ମୁଖାପିନ୍ଧା ଦୁର୍ବୃତ୍ତ ଘରେ ପଶି ଦମ୍ପତିଙ୍କ…

କୈଶବ ବିହାରୀଙ୍କୁ ମିଳିଲା ବଡ଼ ଦାୟିତ୍ୱ: କଳାହାଣ୍ଡିରେ ଖୁସିର ଲହରୀ

ଭବାନୀପାଟଣା,୭।୯(ଉତ୍ତମ କୁମାର ଦାଶ):ଭାରତ ସରକାରଙ୍କ ସାମାଜିକ ନ୍ୟାୟ ଏବଂ ସଶକ୍ତିକରଣ ବିଭାଗ ପକ୍ଷରୁ ରବିବାର ରାଷ୍ଟ୍ରୀୟ ସଫେଇ କର୍ମଚାରୀ ଆୟୋଗ (ଏନସିଏସକେ)ର ଅଧ୍ୟକ୍ଷ, ଉପାଧ୍ୟକ୍ଷ ଏବଂ ସଦସ୍ୟମାନଙ୍କୁ…

ରାଜ୍ୟ କ୍ୟାବିନେଟ୍‌ରେ ବଡ଼ ଘୋଷଣା: ପେନସନ୍‌ ବିଳମ୍ବ ହେଲେ ମିଳିବ ସୁଧ

ଭୁବନେଶ୍ୱର, ୭।୯: ୧୮ ପ୍ରସ୍ତାବକୁ ମିଳିଲା ରାଜ୍ୟ କ୍ୟାବିନେଟ୍‌ର ଅନୁମୋଦନ। ୧୨ ଟି ବିଭାଗର ୧୮ଟି ପ୍ରସ୍ତାବକୁ ସୋମବାର ଅନୁମୋଦନ ମିଳିଛି। ଏଥିରେ ଓଡ଼ିଶା ଜନ ବିଶ୍ୱାସ…

୨୦ ବର୍ଷ ସଶ୍ରମ କାରାଦଣ୍ଡ ଭୋଗୁଥିବା କଏଦୀ ଫେରାର୍‌: ସୁରକ୍ଷାକର୍ମୀଙ୍କୁ ଚକ୍‌ମା ଦେଖାଇ…

ନୂଆପଡ଼ା,୭ା୯ (ମକାରୁ ବେମାଲ):ନୂଆପଡ଼ା ଉପକାରାଗାରରୁ ସୋମବାର ଜଣେ କଏଦୀ ଫେରାର ହୋଇଯାଇଛନ୍ତି। ସେ ହେଲେ ସିନାପାଲି ଥାନା କେନ୍ଦୁମୁଣ୍ଡା ପଞ୍ଚାୟତ କାନ୍ଦୁଲକୋନା ଗଁାର ବିଶ୍ୱବିହାରୀ ମାଝି (୩୦)।…

ଆରଆଇ କାର୍ଯ୍ୟାଳୟରେ ତାଲା: ପଲିଥିନ୍‌ରୁ ବଞ୍ଚିତ ବନ୍ୟା ପ୍ରଭାବିତ

ହାଟଡିହୀ/ଛେନାପଦୀ, ୭।୯ (ଶୁଭକାନ୍ତ ନାୟକ/ନିରାକାର ପରିଡ଼ା):କେନ୍ଦୁଝର ଜିଲା ହାଟଡିହୀ ତହସିଲ ଅଧୀନ ସମଣା ରାଜସ୍ବ ନିରୀକ୍ଷକ (ଆରଆଇ) କାର୍ଯ୍ୟାଳୟରେ ଦୀର୍ଘଦିନ ଧରି ତାଲା ଝୁଲୁଥିବା ଅଭିଯୋଗ ହୋଇଛି।…

୧୮ ପ୍ରସ୍ତାବ ଉପରେ ବାଜିଲା କ୍ୟାବିନେଟ୍‌ ମୋହର: ଏହିସବୁ ଉପରେ ବଡ଼ ଘୋଷଣା

ଭୁବନେଶ୍ୱର, ୭।୯: ୧୮ ପ୍ରସ୍ତାବ ଉପରେ ବାଜିଲା କ୍ୟାବିନେଟ୍‌ ମୋହର। ୧୨ ଟି ବିଭାଗର ୧୮ଟି ପ୍ରସ୍ତାବକୁ ସୋମବାର ଅନୁମୋଦନ ମିଳିଛି। ଏଥିରେ ଓଡ଼ିଶା ଜନ ବିଶ୍ୱାସ…

ପଶ୍ଚିମବଙ୍ଗରେ ହେବ ଖେଳ! ଯେଉଁଠାରୁ ହାରିଥିଲେ, ସେଠାରୁ ପୁଣି ନିର୍ବାଚନ ଲଢିବେ ଦିଦି? ଆସିଲା ବଡ଼ ଖବର

କୋଲକାତା,୭।୯: ପଶ୍ଚିମବଙ୍ଗର ଦୁଇଟି ବିଧାନସଭା ଆସନ ନନ୍ଦୀଗ୍ରାମ ଓ ରେଜିନଗର ପାଇଁ ଉପନିର୍ବାଚନ ଘୋଷଣା କରିଛନ୍ତି ଭାରତୀୟ ନିର୍ବାଚନ କମିଶନ (ECI)। ସୋମବାର ଘୋଷିତ କାର୍ଯ୍ୟସୂଚୀ ଅନୁଯାୟୀ,…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri